ନୟାଗଡ଼,(ଓଡ଼ିଶା ଦର୍ପଣ):ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ୩୫ଜଣ ଖବର କାଗଜ ବିତରକ ମାନଙ୍କୁ ନେଇ ଖବର କାଗଜ ବିତରକ କଲ୍ୟାଣ ଟ୍ରଷ୍ଟ ନାମରେ ଏକ ସଙ୍ଘ ଗଠନ ପରେ ବୁଧବାର ଅପରାହ୍ନରେ କଲେଜ ପୁରୁଣା ଛାତ୍ର ବାସ ରୋଡ଼ ସ୍ଥିତ ଏକ ଭଡା ଘରେ ଟ୍ରଷ୍ଟର କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘର ସଭାପତି ତଥା ଉକ୍ତ ଟ୍ରଷ୍ଟର ମୁଖ୍ୟ ଉପଦେଷ୍ଟା ପ୍ରମୋଦ ପଟ୍ଟନାୟକ କାର୍ଯ୍ୟାଳୟ କୁ ଉଦଘାଟନ କରିବା ସଂଗେ ସଂଗେ ଖବର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଯୋଗଦାନ କରିଥିବା ନୂତନ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କୁ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ କରାଯିବା ସହିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ,ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଏକ୍ସ-କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିନିଧି ମାନେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଯୋଗଦାନ କରିଥିବା ଶିକ୍ଷାଧିକାରୀଙ୍କୁ ଭେଟି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଜିଲ୍ଲା ପ୍ରାଥମିକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତିରଞ୍ଜନ ଦାଶ, ଭକ୍ତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୭ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି।ଏହି ଅବସରରେ ସଂଘର ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ପତାକା ଉତ୍ତୋଳନ କରି ସ୍ୱାଧୀନତା, ସମାନତା ଓ ସମୃଦ୍ଧିର ସହ ଦେଶକୁ ବିଶ୍ୱର ସର୍ବୋତ୍ତମ ଦେଶ କରି ଗଢିତୋଳିବା ପାଇଁ ସଂକଳ୍ପ ନେବାକୁ ଆହ୍ୱାନ ଦେଇ ଥିଲେ। ଜିଲ୍ଲା ସାମ୍ବାଦିକ ସଙ୍ଘର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ବାବଧାନରେ ଜିଲାକୋର୍ଟ ପରିସରରେ ଏବଂ ନୟାଗଡ଼ ଏନ୍ଏସି ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ନିଜ ବକ୍ତବ୍ୟରେ କହିଥିଲେ ଯେ ୨୦୧୧ ମସିହା ଜାନୁୟାରୀ ମାସ ୨୫ ତାରିଖ ଠାରୁ ସାରା ଭାରତବର୍ଷରେ ଜାତୀୟ ଭୋଟର ଦିବସ ପାଳିତ ହୋଇଆସୁଅଛି। ଭୋଟଦେବା ସମସ୍ତ ସାବାଳକ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ଓଡ଼ିଶା ବିଜ୍ଞାନ ଏକାଡେମୀ ଓ ମଡେଲ ଡିଗ୍ରୀ କଲେଜ ମିଳିତ ସହଯୋଗରେ ଆନ୍ତର୍ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ସଭାରେ ପୌରୋହିତ୍ୟ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଜ୍ଞାନ ଏକାଡେମୀ ସଭାପତି ପ୍ରଫେସର୍ ବିଭୁତି ଭୂଷଣ ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ବୈଜ୍ଞାନିକ ବୌଦ୍ଧିକ ବିକାଶ ନିମନ୍ତେ ନିଜକୁ ନିଜେ ପ୍ରଶ୍ନ କରି ଉତ୍ତର ଖୋଜିବା ପାଇଁ ପ୍ରବର୍ତ୍ତାଇଥିଲେ। ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ […]
ନୟାଗଡ଼, ( ଓଡ଼ିଶା ଦର୍ପଣ ):ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭସ୍ମିତା ମିଶ୍ରଙ୍କ ତତ୍ବାବଧାନରେ ପ୍ରତାପପ୍ରସାଦ ନିବାସୀ ସୁବନ ଦେଇଙ୍କୁ ନୟାଗଡ଼ ଲେଖନପୁରସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ଥଇଥାନ କରାଯାଇଛି। ସୁବନ ମାଉସୀଙ୍କସ୍ଵାମୀଙ୍କ ଦେହାନ୍ତ ପରେ ତାଙ୍କ ପରିବାରର ୨ଗୋଟି ପୁଅବୋହୂ ଦାୟିତ୍ଵ ଲିଭାଇବା ବଦଳରେ ଅକଥନୀୟ ଅତ୍ୟାଚାର ଆରମ୍ଭ କରିଦେଇଥିଲେ। ଏଥିରେ ସେ ଅତିଷ୍ଟ ହୋଇ ଜିଲ୍ଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ କବି ପ୍ରଭାତ ମିଶ୍ରଙ୍କ କବିତା ସଂକଳନ ‘ପ୍ରହରୀ’ ଉନ୍ମୋଚିତ ହୋଇଯାଇଛି । ନୟାଗଡ଼ ସିରିଅସ୍ ଜୋନ୍ ଆନୁକୂଲ୍ୟରେ ଆୟୋଜିତ ଏହି ପାଠକାର୍ପଣ କାର୍ଯ୍ଯକ୍ରମରେ ବହୁ ବୁଦ୍ଧିଜୀବୀ ଯୋଗଦେଇ ‘ପ୍ରହରୀ’ର ପାଠକୀୟ ପ୍ରସାରଣ ପ୍ରତି ଆଶାବାଦୀ ହୋଇଥିଲେ । ସଂପ୍ରତି ପ୍ରକାଶନ ସଂସ୍ଥାଗୁଡ଼ିକ ପୁସ୍ତକର ଗୁଣାତ୍ମକ ମାନକୁ ଗୁରୁତ୍ୱ ଦେଉନଥିବା ବେଳେ ପ୍ରଭାତ ମିଶ୍ରଙ୍କ ‘ପ୍ରହରୀ’ ପ୍ରକାଶିତ କରି ଆଦିତ୍ୟ ଭାରତ ଏକ ଦୃଷ୍ଟାନ୍ତ ସୃଷ୍ଟି କରିଛି, ଏହା ସାଧାରଣରେ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ସହରରୁ ଓଡ଼ଗାଁକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ କୋଏନା ଢାବାଠାରୁ ଲେଙ୍କୁଡ଼ିପଡ଼ା ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି । ଦୀର୍ଘ ଦୁଇ ବର୍ଷ ହେବ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି । ବର୍ଷା ଦିନରୁ ଏହି ରାସ୍ତା ସମସ୍ୟା ନେଇ ସ୍ଥାନୀୟ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଥିବା ବେଳେ ପୂର୍ତ୍ତ ବିଭାଗ ଏଥିପ୍ରତି କର୍ଣ୍ଣପାତ କରୁନାହିଁ । ଯାହାକୁ ନେଇ ଆଜି ଉତ୍ୟକ୍ତ ଲୋକେ ୨୧ନଂ ରାଜ୍ୟ ରାଜପଥକୁ ଅବରୋଧ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ସିରିୟସ୍ ଜୋନ୍, ନୟାଗଡ଼ ଦ୍ବାରା ଚାଲିଥିବା ନାଟକ ମହୋତ୍ସବର ତୃତୀୟ ସଂଧ୍ୟାରେ ବିଦ୍ଯାକନକ ସୃଜନାନୁଷ୍ଠାନର କଳାକାରମାନଙ୍କ ଦ୍ବାରା ମଞ୍ଚସ୍ଥ ହେଲା ନାଟକ “ମାଗୁଣିର ଶଗଡ଼”। ନାଟକ ମହୋତ୍ସବର ତୃତୀୟ ସଂଧ୍ୟାରେ କବି ଗୋପୀନାଥ ସେଠୀଙ୍କ ସଂଯୋଜନା ଓ ଅନୁଷ୍ଠାନର ସମ୍ପାଦକ ଯାମିନୀକାନ୍ତ ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ଯ ଅତିଥି ଭାବେ ରଣପୁରର ପୂର୍ବତନ ବିଧାୟକ ସତ୍ଯନାରାୟଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ପୌର ପରିଷଦର ଅଧ୍ୟକ୍ଷା ନିରୁପମା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର କଳାକାରମାନଙ୍କ ଦ୍ବାରା ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!! “। ନୟାଗଡ଼ର ଅନନ୍ଯ ନାଟ୍ୟାନୁଷ୍ଠାନ ସିରିୟସ୍ ଜୋନ୍ ଦ୍ବାରା ଆୟୋଜିତ ନାଟକ ମହୋତ୍ସବର ଦ୍ବିତୀୟ ସଂଧ୍ୟାରେ କବି ଗୋପୀନାଥ ସେଠୀଙ୍କ ସଂଯୋଜନାରେ ଆୟୋଜିତ ସଭାରେ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲେ ବିଧାୟକ ଡ ଅରୁଣ କୁମାର ସାହୁ। ଅନୁଷ୍ଠାନର ସଭାପତି କିଷାନ କୁମାର ଦାସ, ନାଟ୍ୟଭୂଷଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଟାଉନ ରେଳ ପ୍ଲାଟଫର୍ମର ପୂର୍ବ ପାର୍ଶ୍ଵରେ ମାଟି ଦବିଯାଇ ଗଭୀର ଗର୍ତ୍ତ ସୃଷ୍ଟି ହୋଇଛି। ଏହା ଫଳରେ ରେଳଯାତ୍ରୀ ମାନେ ଦୈନିକ ଛୋଟମୋଟ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି। ଗତ ଏକ ମାସରୁ ଉର୍ଦ୍ଧ୍ୱ ସମୟ ତଳୁ ଏହି ଗର୍ତ୍ତ ସୃଷ୍ଟି ହୋଇଥିବା ବେଳେ ରେଳ ବିଭାଗ ପକ୍ଷରୁ ଏହାର ମରାମତି ପାଇଁ କୌଣସି ପଦକ୍ଷେପ ନିଆଯାଉ ନାହିଁ। କେବଳ ନାମକୁ ମାତ୍ର ଏହି ଗର୍ତ୍ତ ଚାରିପାଖରେ ବାଲି ବସ୍ତା ରଖାଯାଇ […]