‘ତୃତୀୟ ନୟନ’ର ନାଟକ ସମୀକ୍ଷା ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ):  ‘ତୃତୀୟ ନୟନ’ର ଅଭିନୀତ ନାଟକ ‘ ବିଚାର ପଥର ‘ ର ସମୀକ୍ଷା ବୈଠକ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନୟାଗଡ ଦର୍ପଣ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଉପଦେଷ୍ଟା ବିଧାୟକ ଡ. ଅରୁଣ କୁମାର ସାହୁ ମଞ୍ଚ ନାଟକକୁ ଅଧିକ ଲୋକାଭିମୁଖୀ ତଥା ଆକର୍ଷଣୀୟ କରିବା ପାଇଁ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ। ସଂପାଦକ ବିଶ୍ଵନାଥ ମହାପାତ୍ର ନାଟକର ସଫଳତା ପାଇଁ କଳାକାର ମାନଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ […]

‘କାସ’ ର ଅତିଥି ବୈଜ୍ଞାନିକ ଭାବେ ମନୋନୀତ ହେଲେ ଖଣ୍ଡପଡ଼ା ମାଟିର ପୁଅ ପ୍ରଦ୍ୟୁମ୍ନ

ନୟାଗଡ଼,(ଓଡ଼ିଶା ଦର୍ପଣ):ସମଗ୍ର ଓଡିଶା ରାଜ୍ଯ ପାଇଁ ପୁର୍ନବାର ଗୌରବ ଆଣିଛନ୍ତି ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ବ୍ଲକ ଅଧୀନ କୁଆହରା ଗ୍ରାମର ସୁନାମଧନ୍ଯ ବୈଜ୍ଞାନିକ ପ୍ରଦ୍ୟୁମ୍ନ କୁମାର ସାହୁ। ଚାଇନିଜ୍ ଏକାଡେମୀ ଅଫ୍ ସାଇନ୍ସ (କାସ) ପକ୍ଷରୁ ଆସନ୍ତା ୨୦୨୭ ବର୍ଷ ପାଇଁ ପ୍ରଦାନ କରାଯାଉଥିବା ବିଶ୍ୱ ପ୍ରସିଦ୍ଧ ‘ପ୍ରେସିଡେଣ୍ଟସ୍ ଇଣ୍ଟରନ୍ୟାସନାଲ୍ ଫେଲୋସିପ୍ ଇନିସିଏଟିଭ୍’ ର ଅତିଥି ବୈଜ୍ଞାନିକ ଭାବେ ଶ୍ରୀ ସାହୁ ବିଶ୍ବସ୍ତରରେ ମନୋନୀତ ହୋଇଥିବା ଜଣାପଡିଛି।ଏହି ପ୍ରତିଷ୍ଠିତ ଫେଲୋସିପ ଜରିଆରେ ବୈଜ୍ଞାନିକ ଶ୍ରୀ ସାହୁ ‘ଚାଇନିଜ୍ […]

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପର୍ଯ୍ୟବେକ୍ଷଣ: ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ନେଇ ଜିଲ୍ଲା ସାମ୍ବାଦିକ ସଂଘର ଧାରଣା

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଚିକିତ୍ସାଳୟରେ ଦେଖାଦେଇଥିବା ଚରମ ଅବ୍ୟବସ୍ଥା ଓ ଅଚଳାବସ୍ଥାକୁ ନେଇ ଆଜି ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ଉଦବେଗ ପ୍ରକାଶ ପାଇବା ସହ ମେଡିକାଲ ପରିସରରେ ଧାରଣା ଦିଆଯାଇଥିଲା । ସାମ୍ବାଦିକ ସଂଘର ଏକ ପ୍ରତିନିଧି ଦଳ ଆଜି ହସ୍ପିଟାଲରେ ଅଚାନକ ପର୍ଯ୍ୟବେକ୍ଷଣ କରିବା ସମୟରେ ଅନେକ ସଂଘାତିକ ଚିତ୍ର ପଦାକୁ ଆସିଛି।୧ ଶହ ଶଯ୍ୟା ବିଶିଷ୍ଟ ଏହି ଆଧୁନିକ କୋଠାରେ […]

ସଙ୍ଗୀତଧାରା ଗ୍ରାଣ୍ଡ ଫାଇନାଲ:ଓମ ପ୍ରକାଶ ହେଲେ ନୟାଗଡ଼ ‘ସଙ୍ଗୀତ କଲ୍ଲୋଳ’

ନୟାଗଡ଼,(ଓଡ଼ିଶା ଦର୍ପଣ) : ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସ୍ବର୍ଣ୍ଣ ଜୟନ୍ତୀ ପ୍ରେକ୍ଷାଳୟରେ ଆଜି ଆୟୋଜିତ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲରେ ଭାପୁର ବ୍ଲକର ଓମ ପ୍ରକାଶ ମହାରଣା ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧିରେ ଭୂଷିତ ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ଭାପୁର ବ୍ଲକର ସ୍ଵାଗତିକା ନାୟକ  ଏବଂ ତୃତୀୟ ସ୍ଥାନରେ  ଗଣିଆ ବ୍ଲକର ଓମକାର ମହାପାତ୍ର ବିଜୟୀ ହୋଇଛନ୍ତି। ସୂଚନାଯୋଗ୍ୟ […]

ମନ ମୋହିଲା ‘ତୃତୀୟ ନୟନ’ର ନାଟକ ‘ବିଚାର ପଥର ‘

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ପଠାଣି ସାମନ୍ତ ଅଡିଟୋରିୟମର ଭରପୂର ପ୍ରେକ୍ଷାଳୟରେ ମଇ ସତର ସନ୍ଧ୍ୟାରେ ନାଟ୍ୟପ୍ରେମୀ ଦର୍ଶକ ମାନଙ୍କୁ ଆରମ୍ଭରୁ ଶେଷ ଯାଏଁ ବାନ୍ଧି ରଖି ପାରିଥିଲା ଅଭ୍ଭୂତପୂର୍ବ ଉତ୍କଣ୍ଠାମୟ ମଞ୍ଚମାୟାରେ ! କମ୍ରେଡ୍ ବିଶ୍ଵନାଥ ମହାପାତ୍ରଙ୍କ ବଳିଷ୍ଠ କାହାଣୀକୁ ନେଇ ନାଟ୍ୟରୂପ ଦେବା ସହିତ ନିର୍ଦ୍ଦେଶନା ଦେଇଥିଲେ ବରିଷ୍ଠ ନାଟ୍ୟକାର ଗଦାଧର ନନ୍ଦ ! ବରିଷ୍ଠ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ନାଟକ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଜିଲ୍ଲା ପରିଷଦ […]

ଶ୍ରମିକ ନେତା ବିଷ୍ଣୁ ମହାନ୍ତିଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ ):ଶ୍ରମିକ ଶ୍ରମଜୀବୀ ଜନଗଣଙ୍କ ଅଗ୍ରଣୀ ଶ୍ରମିକ ନେତା, ସିଆଇଟିୟୁର ରାଜ୍ୟ ସାଧାରଣ ସମ୍ପାଦକ ଓ କେନ୍ଦ୍ରୀୟ ଉପ ସଭାପତି ତଥା ବିଶିଷ୍ଟ ବାମପନ୍ଥୀ ନେତା ବିଷ୍ଣୁ ଚରଣ ମହାନ୍ତିଙ୍କ ବିୟୋଗରେ ଆଜି ନୟାଗଡ଼ ଜିଲ୍ଲା ସିଆଇଟିୟୁ ତରଫରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଶିକ୍ଷକ ଭବନ ଠାରେ ସାଥୀ ଶରତ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଉପସ୍ଥିତ ନେତୃତ୍ୱ ଓ ସମସ୍ତ ସାଥୀଗଣ ବିଷ୍ଣୁ ମହାନ୍ତିଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ ପରେ ଏକ ମିନିଟି […]

ରାଜ୍ୟ ଶିକ୍ଷକ ସଂଗଠନ ଓଲଷ୍ଟାର ରାଜ୍ୟସ୍ତରୀୟ ସମିଳନୀ ପାଇଁ ପ୍ରସ୍ତୁତି ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ): ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ(ଓଲଷ୍ଟା), କଟକର ୩୨ ତମ ରାଜ୍ୟସ୍ତରୀୟ ସାମ୍ବିଧାନିକ ସମ୍ମିଳନୀ ଓ ଶିକ୍ଷକ ଗୌରବ ବନମାଳୀ ବ୍ରହ୍ମଚାରୀଙ୍କ ୩୭ ତମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ଆସନ୍ତା ୫ ଓ ୬ ତାରିଖ ଦୁଇଦିନ ଧରି ‘ପଠାଣି ସାମନ୍ତ ସଂସ୍କୃତି ଭବନ’ ନୟାଗଡ଼ଠାରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ କାର୍ଯ୍ୟରତ ପ୍ରାୟ ୧ ହଜାରରୁ ୧୨ଶହ ଶିକ୍ଷକ ପ୍ରତିନିଧି ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏହି […]

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ  

ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତାର ଫାଇନାଲ ଚଳିତ ମାସ ୨୦ ତାରିଖରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ବର୍ଣ୍ଣ ଜୟନ୍ତୀ ସଭା ଗୃହରେ ଅନୁଷ୍ଠିତ ହେବ। ଇତି ମଧ୍ୟରେ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ବ୍ଲକ ପର୍ଯ୍ୟାୟ ସଙ୍ଗୀତ ପ୍ରତିଯୋଗିତା ଶେଷ ହୋଇଯାଇଛି। ଏହି ପ୍ରତିଯୋଗୀ ମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୫୧ ଜଣ ପ୍ରତିଯୋଗୀ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଉଭୟ ସେମି ଫାଇନାଲ ଏବଂ ଫାଇନାଲ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। […]

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଏ-୧ ଏବଂ ଏ-୨ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରୀମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଚଳିତ ପରୀକ୍ଷାରେ ବିଦ୍ୟାଳୟର ଛାତ୍ରୀ ବୈଭବି ଦିବ୍ୟଦର୍ଶନୀ ମୋଟ ୫୪୪ ନମ୍ବର (୯୦.୬୬%) ରଖି ଏ-୧ ଗ୍ରେଡରେ ପାସ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। […]

ନୟାଗଡ଼ରେ ଖୋଲିଲା ବିପି ଚେସ ଏକାଡେମୀ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ପୌରାଞ୍ଚଳରେ ଚେସ ଖେଳାଳି ମାନଙ୍କ ପ୍ରଶିକ୍ଷଣ ନିମନ୍ତେ ପ୍ରଥମ ଥର ପାଇଁ ସ୍ଥାପିତ ଏକ ଚେସ ଏକାଡେମୀ ଆଜି ପୂର୍ବାହ୍ନରେ ଉଦଘାଟିତ ହୋଇଯାଇଛି। ନୟାଗଡ଼ ଟାଉନ ଷ୍ଟେସନ ରୋଡ଼ରେ ଥିବା ଫିଟନେସ ପ୍ଲାନେଟ ନିକଟରେ ଅବସ୍ଥିତ ଏହି ଚେସ ଏକାଡେମୀକୁ ଓଡ଼ିଶା ଚେସ ଆସୋସିଏସନ ସମ୍ପାଦକ ଇଂ ଦେବବ୍ରତ ଭଟ୍ଟ ଏବଂ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ  ମିଳିତ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟତମ ଅତିଥି ଭାବେ […]

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ଅନୁଷ୍ଠିତ ‘ମଞ୍ଚାୟନ ନାଟକ ମହୋତ୍ସବ-୨୦୨୬’ର ପ୍ରଥମ ସନ୍ଧ୍ୟାରେ ଭୁବନେଶ୍ୱରର ଅଗ୍ରଣୀ ନାଟ୍ୟ ସଂସ୍ଥା ‘ବାଗଦେବୀ ଲିଟେରେଚର ଟ୍ରଷ୍ଟ’ ପକ୍ଷରୁ ନାଟକ ‘ଓଡ଼ଶ’ ମଞ୍ଚସ୍ଥ ହୋଇଯାଇଛି। ମେ’ ୯ ତାରିଖ ସନ୍ଧ୍ୟାରେ ପରିବେଷିତ ଏହି ନାଟକଟି ସମାଜର ବିଭିନ୍ନ ଦିଗ ଓ ମଣିଷର ଚରିତ୍ରକୁ ଏକ ଭିନ୍ନ ଦୃଷ୍ଟିକୋଣରୁ ଉପସ୍ଥାପନ କରି ଦର୍ଶକଙ୍କ ମନ ଜିଣିପାରିଛି। ନାଟକଟିର ମୂଳ ଭାବଧାରା ‘ପୃଥିବୀରେ ସମସ୍ତଙ୍କର କିଛି ନା କିଛି ଭୂମିକା ରହିଛି’ […]

ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଦ୍ଯାର୍ଥୀ ଶିଶୁ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକତା, ଆଧ୍ୟାତ୍ମିକତା, ଅନୁଶାସନ ଓ ଦେଶପ୍ରେମ ଭଳି ସଦ୍‌ଗୁଣର ବିକାଶ ଉଦ୍ଦେଶ୍ୟରେ ନୟାଗଡ଼ ହାଉସିଂବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ତିନିଦିବସୀୟ “ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର” ଶୁକ୍ରବାର ଦିନ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀଧର ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଏହି ମୂଲ୍ୟବୋଧ ଭିତ୍ତିକ […]