ଶରଣକୁଳ,(ଓଡ଼ିଶା ଦର୍ପଣ): ଓଡଗାଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୨୦୨୪ ଶିକ୍ଷା ବର୍ଷର ବ୍ଲକ ସ୍ତରୀୟ ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ମେଧାବୃତ୍ତି ଫଳ ପ୍ରକାଶ ପାଇଥିବା ବେଳ ତୃତୀୟ ଶ୍ରେଣୀରେ କେ. ଏସ. ବି ପବ୍ଲିକ ସ୍କୁଲ ଶରଣକୁଳର ସନ୍ତୋଷିନୀ ପ୍ରଧାନ ଓ ପଞ୍ଚମ ଶ୍ରେଣୀରେ ଗୋତିସାହି ସରକାରୀ ପ୍ରାଥମିକ ବିଦ୍ୟାଳୟର ରୁଦ୍ର ନାରାୟଣ ବିଶ୍ୱାଳ ଓଡଗାଁ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି l ପ୍ରକାଶିତ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ପାଚିକା ଏବଂ ସହାୟିକା ମାନଙ୍କର ଏକ ପ୍ରଶିକ୍ଷଣ ଶିବିର ଓ ରନ୍ଧନ ପ୍ରତିଯୋଗିତା ଆଜି ପୂର୍ବାହ୍ନରେ ଏନଏସି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହାକୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠି ଏବଂ ଏନଏସି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରଶିକ୍ଷଣ ଏବଂ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଙ୍କର ୧୩୫ ତମ ଜୟନ୍ତୀ ଅବସରରେ ଆଜି ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ଥାପିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯାର୍ପଣ କରାଯାଇଛି। ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର […]
ଶରଣକୁଳ,(ଓଡ଼ିଶା ଦର୍ପଣ):ସଦାନନ୍ଦ ସାହିତ୍ୟ ପରିଷଦ ଓ ପୂଜ୍ୟପୂଜା କମିଟି ଶରଣକୁଳ ପକ୍ଷରୁ ରୀତି ଯୁଗୀୟ କାବ୍ୟ ସାହିତ୍ୟର ଅନନ୍ୟ ସ୍ରଷ୍ଟା ତଥା ଉତ୍କଳ ସାହିତ୍ୟ ଆକାଶର ପ୍ରଥମ କବିସୂର୍ଯ୍ୟ, ବୈଷ୍ଣବ କବି ” କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା “ଙ୍କ ୨୦୬ ତମ ଶ୍ରାଦ୍ଧ ବାର୍ଷିକୀ ଶରଣକୁଳ ଭିକାରିପଡା ସ୍ଥିତ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲ ପରିସରରେ ସୋମବାର ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ସଂସ୍କୃତପଣ୍ଡିତ କିଶୋର ଚନ୍ଦ୍ର କର, ସଙ୍ଗୀତ ନିର୍ଦ୍ଦେଶକ ଓ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବିଶ୍ୱବିଖ୍ୟାତ, ଅର୍ଥନୀତି ବିଶାରଦ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼.ମନମୋହନ ସିଂହଙ୍କ ବିୟୋଗରେ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ପଞ୍ଚାୟତ ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ସଭାପତିତ୍ବ କରିଥିବା ବେଳେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼. ମନମୋହନ ସିଂହଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହିତ ଫଟୋରେ ପୁଷ୍ପ ମାଲ୍ୟ ଅର୍ପଣ କରି ସ୍ମୁତି ଚାରଣ […]
ନୟାଗଡ,(ଓଡ଼ିଶା ଦର୍ପଣ):ନୟାଗଡରୁ ପ୍ରକାଶିତ ସାପ୍ତାହିକ ସମ୍ବାଦ ପତ୍ର ‘ ସମ୍ବାଦ ପରମ୍ପରା ‘ ଓ ଇଂରାଜୀ ପାକ୍ଷିକ ‘ ନୟାଗଡ ଲାଇଟ୍ ‘ ର ଯଥାକ୍ରମେ ୨୪ ତମ ଏବଂ ୯ମ ଜନ୍ମୋତ୍ସବ ସ୍ଥାନୀୟ କେ.ସି. କ୍ଲବ୍ ଠାରେ ପାଳିତ ହୋଇ ଯାଇଛି ।ଏହି ଉତ୍ସବ ରେ ନୟାଗଡ ଜିଲ୍ଲା ପରିଷଦ ର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଏବଂ ନୟାଗଡ ପୌରପରିଷଦ ର ଅଧ୍ୟକ୍ଷା ନିରୁପମା ଖଟେଇ, ପ୍ରାକ୍ତନ ଅଧ୍ୟକ୍ଷ ଜନାବ୍ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ ଏବଂ ପଲ୍ଲିଶ୍ରୀ ମେଳା ଗତ ୨୪ ତାରିଖରୁ ଆରମ୍ଭ ହୋଇ ୨୯ ତାରିଖରେ ଶେଷ ହୋଇଛି। ଏଥିରେ ନୟାଗଡ଼ ଜିଲ୍ଲା ସମଗ୍ର ଶିକ୍ଷା ଷ୍ଟଲ ସ୍ଥାନ ପାଇଥିଲା। କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଶିକ୍ଷା ସମ୍ବନ୍ଧୀୟ ବିଭିନ୍ନ ଯୋଜନା ଗୁଡ଼ିକ ସମ୍ପର୍କରେ ଦର୍ଶକ ମାନଙ୍କୁ ବୁଝା ଯାଇଥିଲା। ବିଶେଷ କରି ୨୦୧୬ ମସିହାରୁ ମାଧ୍ୟମିକ ସ୍ତରରେ ତୃତୀୟ ଭାଷା ଭାବେ ଧନ୍ଦାମୂଳକ ଶିକ୍ଷା ପ୍ରଚଳିତ ହୋଇଥିବା ବେଳେ ଚଳିତ ବର୍ଷ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ଚାଲିଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ବ୍ଲକ ପର୍ଯ୍ୟାୟ ଅଡିସନ ଆଜି ଗଣିଆ ବ୍ଲକ ଅଡିସନ ସହିତ ଶେଷ ହୋଇଛି।ଆସନ୍ତା ୫ ତାରିଖରେ ଏହାର ସେମିଫାଇନାଲ ପ୍ରତିଯୋଗିତା ନୟାଗଡ଼ରେ ଅନୁଷ୍ଠିତ ହେବ। ଗଣିଆ ବ୍ଲକରେ ଅନୁଷ୍ଠିତ ପ୍ରତିଯୋଗିତାରେ ୪ ଜଣ ପ୍ରତିଯୋଗୀ ସେମିଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନେ ହେଲେ ଓମକାର ମହାପାତ୍ର, ଅଭିମନ୍ୟୁ ପଣ୍ଡା, ଲୀନା ସାହୁ ଏବଂ କଲ୍ୟାଣୀ କରଣ। ।ସଙ୍ଗୀତଧାରା ସମ୍ପାଦକ ତଥା ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ପଞ୍ଚାୟତ ସମିତି ସଭାକକ୍ଷରେ ବିଶ୍ଵନାଥ ମହାପାତ୍ରଙ୍କ ସଦ୍ୟ ପ୍ରକାଶିତ ଉପନ୍ୟାସ ‘ଏଥୁ ଅନନ୍ତରେ’ ର ପାଠକୀୟ ଚର୍ଚ୍ଚା ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ! ପୁସ୍ତକର ସମୀକ୍ଷକ ଭାବରେ ଯୋଗଦେଇ ସାହିତ୍ୟିକ ତଥା ବିଧାୟକ ଡ.ଅରୁଣକୁମାର ସାହୁ ଉପନ୍ୟାସର ବିବିଧ ଦିଗ ଉପରେ ଆଲୋକପାତ କରି ଏହାକୁ ଏକ ସଫଳ ଯୁଗାନ୍ତକାରୀ ସୃଷ୍ଟି ବୋଲି କହିଥିଲେ ! ସ୍ଥାନ,କାଳ ଓ ପାତ୍ରର ଚୟନ, ଉପସ୍ଥାପନ ଓ ଗତିଶୀଳତାକୁ ଶ୍ରୀ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର କଳା, ସାହିତ୍ୟ,ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବିତ କରିବା ପାଇଁ ଜନ୍ମ ନିଏ ନୟାଗଡ଼ ଜିଲ୍ଲା ମହୋତ୍ସବ । ଆମ ନୟାଗଡ଼ ଜିଲ୍ଲା ହେଉଛି ଅନେକ ଯୋଗଜନ୍ମାଙ୍କ ଏନ୍ତୁଡ଼ିଶାଳ । ଉତ୍କଳଘଣ୍ଟ କବି ଯଦୁମଣି ମହାପାତ୍ର, ଜୋତିର୍ବିଦ ସାମନ୍ତ ଚନ୍ଦ୍ର ଶେଖର (ପଠାଣି ସାମନ୍ତ) , କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା, ସ୍ୱାଧୀନତା ସଂଗ୍ରାମୀ ସହିଦ ରଘୁ – ଦିବାକର, କଷ୍ଟି ଡାକୁଆ, କଣ୍ଡୁରୀ ପରିଡା, ବୁଦ୍ଧି ପରିଡ଼ା, ବିଶିଷ୍ଟ ସଂଗ୍ରାହକ ଦାଶରଥି ପଟ୍ଟନାୟକ, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଚିନିକଳ କାର୍ଯ୍ୟକ୍ଷମ ହେବା ସମ୍ଭବ ନଥିବାରୁ ନୂଆ ଚିନିକଳ ନିର୍ମାଣ ପାଇଁ ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରସ୍ତାବ ଦେଇଥିଲେ । ଏନେଇପ୍ରଶାସନ କୈାଣସି ପଦକ୍ଷେପ ଗ୍ରହଣ କରୁନଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଛି । ଗତ ସେପ୍ଟେମ୍ବର ୩ ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେଚିନିଶିଳ୍ପ ପାଇଁ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଏବଂ ପୁରୀ ସାଂସଦ ଉପସ୍ଥିତିରେ ବୈଠକ ହୋଇଥିଲା । ଯେହେତୁ ପୁରୁଣା ଚିନିକଳକୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଜି ଅପରାହ୍ନରେ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଜିଲ୍ଲା ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବଣ୍ଟନ କାର୍ଯ୍ୟକ୍ରମରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ନୟାଗଡ଼ ସହର ମଧ୍ୟରେ ଦୈନିକ ଖବର ବାଣ୍ଟୁଥିବା ସମସ୍ତ ବିତରକ ମାନଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯାଇ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା […]