୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଆଜି ୧୦ଟା ୧୫ମିନିଟରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ। ସଂସଦର କେନ୍ଦ୍ରୀୟ ହଲରେ ତାଙ୍କୁ ଶପଥ ପାଠ କରାଇଥିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏମ ଭି ରମନା। ମଞ୍ଚ ଉପରେ ମୁଖ୍ୟ ବିଚାରପତି ରମନା ତାଙ୍କ ପାଖରେ ଦ୍ରୌପଦୀ ମୁର୍ମୁ, ମଝିରେ ରାଷ୍ଟ୍ରପତି ରାମାନାଥ କୋବିନ୍ଦ, ତାଙ୍କ ପାଖରେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ଏବଂ ଶେଷରେ ବାଚସ୍ପତି ଓମ ବିର୍ଲା ବସିଥିଲେ।ଶପଥପାଠ ପରେ ମଝିରେ ବସିଥିବା ରାଷ୍ଟ୍ରପତି ରାମାନଥ କୋବିନ୍ଦ […]

ସାର ବିତରଣର ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,(ଓଡିଶା ଦର୍ପଣ): ଚଳିତ ଖରିଫରେ ଆବଶ୍ୟକ ସାରର ସୁଷମ ବଣ୍ଟନକୁ ସୁନିଶ୍ଚିତ କରିବା ଏବଂ ଚାଷୀମାନେ ଯେପରି ଠିକ୍‌ ସମୟରେ ଉଚିତ ମୂଲ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ପାଇବେ ସେଥି ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସାରର ଯୋଗାଣ ଓ ବଣ୍ଟନକୁ ବ୍ୟବସ୍ଥିତ କରିବା ପାଇଁ […]

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ଜନଜାତି ଜନନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀମତୀ ମୁର୍ମୁଙ୍କ ଏହି ଐତିହାସିକ ବିଜୟରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ବିଜୟ ମହିଳା ସଶକ୍ତିକରଣ, ସାମାଜିକ ନ୍ୟାୟ, ମହିଳା ନେତୃତ୍ୱ, ବହୁସଂଖ୍ୟକ ଓ ସର୍ବସ୍ପର୍ଶୀ ସମାଜର ପ୍ରତୀକ, ଯାହା ନୂଆ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି। ଜଣେ ଓଡ଼ିଆ ଭାବରେ, ରାଷ୍ଟ୍ରପତି […]

ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାର ଦ୍ରୌପଦୀ ମୁର୍ମୁଙ୍କୁ ମିଳିଲା ପ୍ରମାଣ ପତ୍ର

ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ବହୁ ଭୋଟ ବ୍ୟବଧାନରେ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ। ତାଙ୍କର ପ୍ରତିଦ୍ବନ୍ଦି ଯଶବନ୍ତ ସିହ୍ନାଙ୍କୁ ସେ ୨ ଲକ୍ଷ ୯୬ ହଜାର ୬୨୬ ଖଣ୍ଡ ଭୋଟରେ ପଛରେ ପକାଇ ବିଜୟ ଲାଭ କରିଛନ୍ତି। ଦ୍ରୌପଦୀ ମୁର୍ମୁ ୬ ଲକ୍ଷ ୭୬ ହଜାର ୮୦୩ ଭୋଟ ପାଇଥିବା ବେଳେ ୩ ଲକ୍ଷ ୮୦ ହଜାର ୧୭୭ ଭୋଟ ପାଇଛନ୍ତି ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନା। ଏହାକୁ ସରକାରୀ ଭାବ ଘୋଷଣା କରିଛନ୍ତି ରାଜ୍ୟସଭା ମହାସଚିବ ତଥା […]

ପୁଣି ବନ୍ଦ ହେଲା ୭୪୭ୱେବସାଇଟ୍‌ ଏବଂ ୯୪ଟି ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ,(ଓଡିଶା ଦର୍ପଣ): କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ, ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ, ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍‍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ […]

୧୧୬ ଗ୍ରାମ ବ୍ରାଉନ ସୁଗାର ସହିତ ୧ଲକ୍ଷ ୫ ହଜାର ଟଙ୍କା ଜବତ, ଜଣେ ଗିରଫ

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଅବକାରୀ ବିଭାଗକୁ ବଡ ସଫଳତା । ୧୧୬ ଗ୍ରାମ ବ୍ରାଉନ ସୁଗାର ସହିତ ୧ ଲକ୍ଷ ୫ ହଜାର ଟଙ୍କା ଜବତ । ନୟାଗଡ଼ ଅବକାରୀ ପେଟ୍ରୋଲିଂ ସ୍କ୍ୱାର୍ଡ ନୟାଗଡ଼ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ ପଥରଚକଡା଼ ଗ୍ରାମର ଗଦାଧର ଦଳେଇକୁ ଗିରଫ କରିବା ସହ ତାଙ୍କ ଠାରୁ ଏକ ଲକ୍ଷ ପାଞ୍ଚ ହଜାର ଟଙ୍କା ଏବଂ ଗୋଟିଏ ମଟର ସାଇକେଲ ନମ୍ବର ଓ ଡି ୨୫ – ୯୨୯୬ ପଲସର […]

ଷଷ୍ଠ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବ ଉଦଯାପିତ

ସେବା ଯୋଗାଇବାର ଉତ୍ସାହ ହିଁ ସେବା ଉତ୍ସବ ନୟାଗଡ଼,(ଓଡିଶା ଦର୍ପଣ): ସେବା ଯୋଗାଇବାର ଉତ୍ସାହ ହିଁ ସେବା ଉତ୍ସବ। ଅଭାବ ଅନଟନ ଭିତରେ ଥିବା ନିରୁତ୍ସାହ ଲୋକଙ୍କୁ ସେବା ଯୋଗାଇବାର ଉତ୍ସାହ ହିଁ ସବୁଠୁ ବଡ଼ ଉତ୍ସବ, ଏଣୁ ଗାଁ ଠୁ ସହର ଯାଏଁ ଏହି ଉତ୍ସବ ଏକ ଜନ ଉତ୍ସବରେ ପରିଣତ ହେବା ଦରକାର। ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଗତ ୧୫ଦିନ ଧରି ଆୟୋଜିତ ଷଷ୍ଠବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବରେ ଯୋଗଦେଇ ମଂଚାସୀନ ଅତିଥିମାନେ […]

ନୟାଗଡ଼ ଜିଲ୍ଲାରେ ବୁଷ୍ଟର ଡୋଜ୍‌ର ଶୁଭାରମ୍ଭ

ନୟାଗଡ଼,(ଓଡ଼ିଶା ଦର୍ପଣ): ୧୮ବର୍ଷ ବୟସରୁ ୫୯ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ନାଗରିକଙ୍କୁ precatuanary Dose or Booster dose ମାଗଣା ଦିଆଯିବାର ବ୍ୟବସ୍ଥା ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର Golden Jubilee Conference Hall ଠାରେ ଜିଲ୍ଲାପାଳ ଡା. ପୋମା ଟୁଡୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏଥି ନିମନ୍ତେ ଏକ ବୈଠକ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଜିଲ୍ଲାପାଳ ଉପସ୍ଥିତ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ, ମହାବିଦ୍ୟାଳୟର କର୍ମଚାରୀ, […]

ରାଜ୍ୟରେ ହଜାରେ ଅତିକ୍ରମ କଲା କରୋନା, କେଉଁ ଜିଲ୍ଲାରୁ କେତେ ଚିହ୍ନଟ ପଢନ୍ତୁ

ଭୁବନେଶ୍ୱର,(ଓଡିଶା ଦର୍ପଣ): ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩୪ ଜଣ ଅଛନ୍ତି। ତେବେ କେଉଁ ଜିଲ୍ଲାରୁ କେତେ ଚିହ୍ନଟ ପଢନ୍ତୁ… ବାଲେଶ୍ଵର ଜିଲ୍ଲାରୁ- ୨୦ ବରଗଡ […]

ନୟାଗଡ଼ କଲେଜ ୨୦୧୮ରୁ ପାଇନି ସ୍ୱୟଂଶାସିତ ମାନ୍ୟତା

ଏନେଇ ଜିଲ୍ଲା କଂଗ୍ରେସର ପ୍ରେସମିଟ ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ନୟାଗଡ଼ ମହାବିଦ୍ୟାଳୟରୁ ୨୦୧୮ ଜାନୁଆରୀ ମାସରୁ ସ୍ୱୟଂଶାସିତ ମାନ୍ୟତା ସମ୍ପ୍ରସାରଣ ହୋଇପାରି ନାହିଁ, ଆଶ୍ଚର୍ଯ୍ୟ ହେଲେ ବି ଏହା ସତ୍ୟ କିନ୍ତୁ ମହାବିଦ୍ୟାଳୟ କର୍ତୃପକ୍ଷ ଲକ୍ଷାଧିକ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଅଭିଭାବକମାନଙ୍କୁ ଏହି ଗୁରୁତର ତଥ୍ୟ ଲୁଚାଇ ରଖିବା ସର୍ବୋପରି ନୟାଗଡ ଜିଲ୍ଲାବାସୀ ଯାହାର ଦ୍ବିଗୁଣିତ ଖଜଣା ଟଙ୍କାରେ ଏହି ଶିକ୍ଷାର ମନ୍ଦିର ପ୍ରତିଷ୍ଠିତ, ସେମାନଙ୍କ ପ୍ରତି ବିଶ୍ୱାସଘାତ କରିଛନ୍ତି ବୋଲି […]

ସେବା ଉତ୍ସବରେ ଅଭାବୀଙ୍କୁ ବସ୍ତ୍ର ବଣ୍ଟନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଦୀର୍ଘ 15ଦିନ ଧରି ଅନୁଷ୍ଠିତ ହେଉଥିବା ଜିଲ୍ଲାବ୍ୟାପି ସେବା ଉତ୍ସବ -2022 ଆଜି ରାଜସୁନାଖଳାର ବିଭିର୍ଣ୍ଣ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ କୋଟଗଡ଼, ରାଜସୁନାଖଳା ଓ ବଧିପାଟଣା ଅଂଚଳର କିଛି ଗରିବ ଓ ଅସହାୟଲୋକଙ୍କୁ ବସ୍ତ୍ର ବଣ୍ଟନ କରାଯାଇଥିଲା l ସମିତିର କର୍ମକର୍ତା ଓ କଲେଜ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଘର ଘର ବୁଲି ଅସହାୟ ଲୋକଙ୍କୁ ବସ୍ତ୍ର ଓ […]

ଭୁବନେଶ୍ବରରେ ଦ୍ରୌପଦୀ ମୁର୍ମୁ, ନବୀନ ନିବାସରେ କରିବେ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,(ଓଡିଶା ଦର୍ପଣ): ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।  ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ବିମାନବନ୍ଦରରୁ ସେ ରାଜ୍ୟ ଅତିଥୀ ଭବନକୁ ଯାଇଥିଲେ। ସେଠାରୁ ସେ ବିଧାନସଭା ଯାଇ ବିଧାୟକ ସାଂସଦଙ୍କୁ ସେ ଭୋଟ ପାଇଁ ଅନୁରୋଧ କରିବେ। ବିମାନ ବନ୍ଦରରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ତରଫରୁ ସ୍ବାଗତ କରାଯାଇଛି। ସେଠାରେ ଆଦିବାସୀ ନୃତ୍ୟରେ ତାଙ୍କୁ ସ୍ବାଗତ କରାଯାଇଛି। ଉଭୟ ବିଜେଡି ଓ ବିଜେପିର […]