ବିଶ୍ୱ ହାସ୍ୟ ଦିବସ:ଜ୍ଞାନ ହୋତା ପାଇଲେ ଚଳିତବର୍ଷ ଉତ୍କଳ ଘଣ୍ଟ ହାସ୍ୟରସିକ ଉପାୟନ

ନୟାଗଡ଼,(ଓଡ଼ିଶା ଦର୍ପଣ) :ମଇ ମାସର ପ୍ରଥମ ରବିବାରକୁ ବିଶ୍ୱ ହାସ୍ୟ ଦିବସ ରୂପେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ବିଶ୍ବ ହାସ୍ୟ ଦିବସ ବେଶ ଧୁମଧାମରେ ପାଳିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଜଗନ୍ନାଥ ମନ୍ଦିର ସାମନା ଯଦୁମଣି ମଣ୍ଡପଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ଏବଂ ବିଶିଷ୍ଟ ଅତିଥି ଭାବେ ଜିଲ୍ଲା […]

ମାଟ୍ରିକ ଏ-୧ ଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା

ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ମାଟ୍ରିକ ପରୀକ୍ଷାରେ ଏନଏସି ହାଇସ୍କୁଲର ୫୬୦ ନମ୍ବର ରଖି ଏ-୧ ପାଇଥିବା ଛାତ୍ରୀ ପିଙ୍କି କୁମାରୀ ସିଂଙ୍କୁ ବିଦ୍ୟାଳୟ ପକ୍ଷରୁ ଉଚ୍ଛ୍ଵର୍ସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏଥି ସହିତ ଏ-୨ ପାଇଥିବା ଅନ୍ୟ ୫ ଜଣ ଛାତ୍ରଛାତ୍ରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ଏହି ଛାତ୍ରଛାତ୍ରୀ ମାନେ ହେଲେ ଐଶ୍ୱର୍ଯ୍ୟା ପ୍ରଧାନ,ଶୁଭମ ମୁଦୁଲି,ପ୍ଲାଜା ରାଣୀ ପାତ୍ର,ଶୁଭଶ୍ରୀ ଶୁଭସ୍ମିତା ମହାପାତ୍ର ଏବଂ ଆୟୁଷ କୁମାର। ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ସେମାନଙ୍କୁ ଫୁଲତୋଡ଼ା ଏବଂ ମିଠା […]

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆର୍ନ୍ତଜାତୀୟ ଶ୍ରମିକ ଦିବସ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଜିଲ୍ଲାପରିଷଦ ନୟାଗଡ଼ଙ୍କ ଡିପିଆର୍‌ସି ସମ୍ମିଳନୀ କକ୍ଷରେ ଶତାଧିକ ଶ୍ରମିକମାନଙ୍କୁ ନେଇ ଆର୍ନ୍ତଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ସଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ କହିଥିଲେ- ଯଦି କେହି କାର୍ଯ୍ୟକ୍ଷେତ୍ରରେ ଶ୍ରମିକଙ୍କୁ ନିର୍ଯାତିତ ନିଷ୍ପେଡ଼ିତ କରନ୍ତି ତଥା ବେଆଇନ୍ ଭାବେ ଅନୁଚିତ୍ […]

ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ଏକ ଯଥାର୍ଥ ପଦକ୍ଷେପ। ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ  ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ  ନୟାଗଡ଼ ବ୍ଲକ ଅନ୍ତର୍ଗତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ଚତୁର୍ଥଶ୍ରେଣୀ କର୍ମଚାରୀ ବଳଭଦ୍ର ପ୍ରଧାନଙ୍କୁ […]

ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା: ଶିକ୍ଷକର ନଥାଏ ଅବସର

ନୟାଗଡ଼,(ଓଡ଼ିଶା ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । କେବଳ ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ଭାଟସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ଶତପଥୀଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ଭାଟସାହି ଉଚ୍ଚ ପ୍ରାଥମିକ […]

ନୟାଗଡ଼ର ପୂର୍ବତନ ନଗରପାଳ ଭବାନୀ ଶଙ୍କର ଦାଶଙ୍କ ପରଲୋକ

ନୟାଗଡ଼,(ଓଡ଼ିଶା ଦର୍ପଣ):ତତ୍କାଳୀନ ନୟାଗଡ଼ ଏନଏସି (ମ୍ୟୁନିସିପାଲିଟି)ର ପୂର୍ବତନ ଅଧ୍ୟକ୍ଷ ଭବାନୀ ଶଙ୍କର ଦାଶ ଆଜି ପୂର୍ବାହ୍ନରେ ହୃଦଘାତ ଯୋଗୁଁ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ଦାଶ ତତ୍କାଳୀନ ଜନତା ଦଳର ଜଣେ ବେଶ ପ୍ରଭାବଶାଳୀ ତଥା ଟାଣୁଆ ରାଜନେତା ଥିବା ବେଳେ ନୟାଗଡ଼ ଏନଏସିର ଅଧ୍ୟକ୍ଷ ଭାବରେ ତା ୧୭.୩. ୧୯୯୨ ରୁ ୨.୮.୧୯୯୫ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।  ଏହି ସମୟରେ ସେ ନୟାଗଡ଼ର ବିକାଶରେ ଗୁରୁତ୍ୱପୂର୍ଣ୍ଣ […]

ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ: ଭାଗିରଥି ସଭାପତି, ଲକ୍ଷ୍ମୀଧର ସମ୍ପାଦକ

ନୟାଗଡ଼,(ଓଡ଼ିଶା ଦର୍ପଣ): ରାଜ୍ୟ ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ନୂତନ କର୍ମକର୍ତ୍ତା ନିର୍ବାଚନ ନୟାଗଡ଼ କେସି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସର୍ବସମ୍ମତି କ୍ରମେ ସଭାପତି ରୂପେ ଭାଗିରଥି ଦାସ ଏବଂ ସାଧାରଣ ସମ୍ପାଦକ ଭାବେ ଲକ୍ଷ୍ମୀଧର ସାହୁ ନିର୍ବାଚିତ ହୋଇଛନ୍ତି।  ସେହିପରି ଉପସଭାପତି ଭାବେ ଵାଲାରସେନ ପାତ୍ର,ସହ ସମ୍ପାଦକ ଉମାକାନ୍ତ ମିଶ୍ର ଏବଂ କୋଷାଧ୍ୟକ୍ଷ ଭାବେ ତାରୁନ ଖାଁ ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟକାରୀ କମିଟିକୁ ଅଜିତ କୁମାର ମିଶ୍ର, […]

ପହଲଗାମ ଆକ୍ରମଣ ପ୍ରତିବାଦରେ କ୍ୟାଣ୍ଡଲ ଶୋଭାଯାତ୍ରା

ନୟାଗଡ଼,(ଓଡ଼ିଶା ଦର୍ପଣ):ଜାମ୍ମୁ ଓ କାଶ୍ମୀରର ପହଲଗାମ୍  ପର୍ଯ୍ୟଟନ ସ୍ଥଳରେ ଗତ ୨୨ ତାରିଖରେ  ଆତଙ୍କବାଦୀଙ୍କ ବର୍ବରୋଚିତ ଆକ୍ରମଣରେ ପ୍ରାଣହରାଇଥିବା ୨୯ ଜଣ ନିରୀହ ଭାରତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମା ‘ ଫାଉଣ୍ଡେସନ, ନୟାଗଡ଼ ତରଫରୁ ସ୍ଥାନୀୟ ଟ୍ରାଫିକ ଛକ ଠାରୁ ଆରମ୍ଭ ହୋଇ  ତ୍ରିନାଥ ଛକ ଗାନ୍ଧୀ ପ୍ରତିମୂର୍ତ୍ତୀ ପର୍ଯ୍ୟନ୍ତ ମହମବତୀ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l  ଅନୁଷ୍ଠାନର ସଭାପତି ବସନ୍ତ କୁମାର ମିଶ୍ର ପୌରହିତ୍ୟରେ ଓ  ସମ୍ପାଦକ ରଂଜନ ରଶ୍ମି ଜେନାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ […]

ମଣ୍ଡଳସ୍ତରୀୟ ‘ ନିଷ୍ଠା ” ପ୍ରଶିକ୍ଷଣ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ ଠାରେ ନୟାଗଡ଼ ମଣ୍ଡଳସ୍ତରୀୟ ପ୍ରଶିକ୍ଷଣ ଶିବିର  “ନିଷ୍ଠା – ସମତା ଓ ଅନ୍ତର୍ନିବେଶୀ ଶିକ୍ଷା” ‘ଅନୁଷ୍ଠିତ ହୋଇଯାଇଛି।  ପାଞ୍ଚଦିନ ଧରି ଚାଲୁଥିବା ଏହି ପ୍ରଶିକ୍ଷଣ ଶିବିରରେ  ବିଭିନ୍ନ ବିଦ୍ୟାଳୟରୁ ୬୧ ଜଣ ଶିକ୍ଷକ-ପ୍ରଶିକ୍ଷାର୍ଥୀ ଯୋଗଦେଇଥିଲେ।  ନୟାଗଡ଼ ମଣ୍ଡଳ ଶିକ୍ଷା ଅଧିକାରୀ ଉମାକାନ୍ତ ସେଠୀ, ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ଧନେଶ୍ୱର ସେଠୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ବଳ ପ୍ରଶିକ୍ଷକ ଭାବେ ପ୍ରଣତୀ […]

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୧୦ ତାରିଖ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ରାଷ୍ଟ୍ରୀୟ ଆଇନ୍‌ସେବା ପ୍ରାଧିକରଣ ଓ ଓଡ଼ିଶା ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୧୦ ତାରିଖରେଆୟୋଜିତ ହେବ । ବିନା ମୂଲ୍ୟରେ ଜନସାଧାରଣଙ୍କୁ ଆଇନ୍‌ସେବା ଯୋଗାଇ ଦେବାକୁ ନୟାଗଡ଼ କୋର୍ଟ ସମେତ ରଣପୁର, ଓଡ଼ଗାଁ, ଦଶପଲ୍ଲା, ଖଣ୍ଡପଡ଼ା ଏବଂ ଭାପୁର କୋର୍ଟରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହେବାର ସୂଚନା ରହିଛି । ଏହି ଅଦାଲତରେ ମୋକଦ୍ଦମା ସ୍ତରୀୟ […]

ସମୂହ ଦୀପଦାନ ଏବଂ ଶ୍ରଦ୍ଧାଞ୍ଜଳି ଅର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ): ଗତକାଲି କାଶ୍ମୀରର ପହେଲେଗାଓ ଠାରେ ଆତଙ୍କବାଦୀ ମାନଙ୍କ ଦ୍ୱାରା ଅତ୍ୟନ୍ତ ବର୍ବୋରଚିତ ତଥା ହୃଦୟ ବିଦାରକ ନରସଂହାର ଅତ୍ୟନ୍ତ ଦୁଃଖ ଏବଂ ପରିତାପର ବିଷୟ।  ନାମ ଏବଂ ଧର୍ମ ପଚାରି ଯେପରି ୨୭ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲା ତାହାଠାରୁ ଘୃଣ୍ୟ କାର୍ଯ୍ୟ ଆଉ କଣ ଥାଇପାରେ। ଏହି ଘୃଣ୍ୟ କାର୍ଯ୍ୟର ଦୃଢ଼ ନିନ୍ଦା ଏବଂ ପ୍ରତିବାଦ ତଥା ଦିବଂଗତ ଆତ୍ମା ମାନଙ୍କର ସଦଗତି ପାଇଁ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ପୁରୁଣା ସହର ସ୍ଥିତ […]

ପିଲାଙ୍କ ମନରେ ପ୍ରେରଣା ଏବଂ ଉତ୍ସାହ ଭରିଥାଏ ବାର୍ଷିକ ଉତ୍ସବ

ନୟାଗଡ଼,(ଓଡ଼ିଶା ଦର୍ପଣ): ପିଲାମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକ ଉତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହେବା ସହିତ ଛାତ୍ରଛାତ୍ରୀଙ୍କ ମନରେ ଭରିଥାଏ ଅଦମ୍ୟ ଉତ୍ସାହ ଏବଂ ପ୍ରେରଣା । ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଉପସ୍ଥିତ […]