ନୟାଗଡ଼, (ଓଡ଼ିଶା ଦର୍ପଣ): ଜଣାଶୁଣା ଲେଖକ ତଥା ଉଦ୍ୟୋଗୀ ଶୁଭ୍ରାଂଶୁ ପଣ୍ଡା ରୁଷିଆର ରାଜଧାନୀ ମସ୍କୋଠାରେ ହେବାକୁ ଥିବା ‘ବ୍ରିକ୍ସ ବିଜିନେସ୍ ଫୋରମ୍ ୨୦୨୪’ରେ ଯୋଗଦେବେ। ଅନ୍ୟତମ ବ୍ରିକ୍ସ ରାଷ୍ଟ୍ର ଭାରତରୁ ଏକ ୩୮ ଜଣିଆ ଯୁବ ଉଦ୍ୟୋଗୀ ଦଳ ଏହି ସମ୍ମିଳନୀରେ ଯୋଗଦେଉଥିବା ବେଳେ ଏଥିରେ ଓଡ଼ିଶାରୁ ଶ୍ରୀ ପଣ୍ଡା ସାମିଲ ଅଛନ୍ତି। ଅକ୍ଟୋବର ୨୨ରୁ ୨୪ ଯାଏଁ ରୁଷିଆର କଜାନ୍ଠାରେ ‘ବ୍ରିକ୍ସ ଶିଖର ସମ୍ମିଳନୀ ୨୦୨୪’ ହେବାକୁ ଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଶାରଦୀୟ ଦୁର୍ଗାପୂଜା ଅବସରରେ ନୟାଗଡ଼ ଜିଲ୍ଲାରେ ପୂଜା ପାଉଥିବା ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ମାନଙ୍କ ମଧ୍ୟରେ ନୟାଗଡ଼ର ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପ ଶ୍ରେଷ୍ଠ ପୂଜା ମଣ୍ଡପ ଭାବେ ଯୋଗ୍ୟ ବିବେଚିତ ହୋଇ ପୁରସ୍କାର ହାସଲ କରିଛି। ଜାତୀୟ ନିଉଜ ଚାନେଲ ନିଉଜ-୧୮ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଦୁର୍ଗାପୂଜା ମଣ୍ଡପ ଠାରେ ନିଉଜ-୧୮ ଚାନେଲ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଶାରଦୀୟ ଦୁର୍ଗାପୂଜା ଅବସରରେ ଭଜନ ‘ମା’ଲୋ ସିଂହ ବାହିନୀ’ ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପ,ନୟାଗଡ଼ ଠାରେ ଲୋକାର୍ପିତ ଲୋକାର୍ପିତ ହୋଇଯାଇଛି। ‘ଶ୍ରୀ ସୃଜନ’ ସଂଗୀତାନୁଷ୍ଠାନ ଦ୍ବାରା ପ୍ରସ୍ତୁତ ଏହି ଭଜନଟି ସଙ୍ଗୀତକାର କାଦମ୍ବିନୀ ମହାପାତ୍ର ରଚନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଏବଂ କଣ୍ଠଦାନ ଜୟଶ୍ରୀ ଦେବୀ କରିଛନ୍ତି। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ, ସମ୍ପାଦିକା ଜୟଶ୍ରୀ ଦେବୀଙ୍କ ସମେତ ଅତିଥି ଭାବେ ଲକ୍ଷ୍ମୀଧର ସାହୁ,ଶେଖ୍ ଅବଦୁଲ୍ ଖାଲିକ୍,ଅଶୋକ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ସଦର ମହକୁମାରେ ଆରମ୍ଭ ହେଲା ସାର୍ବଜନୀନ ଦୁର୍ଗାପୂଜା। ୧୯୬୧ ମସିହାରେ ସ୍ଥାନୀୟ ପ୍ରଶାସନ ଏବଂ ଜନସାଧାରଣଙ୍କ ତରଫରୁ ଆରମ୍ଭ ହୋଇଥିବା ଏହି ଦୁର୍ଗାପୂଜା ଚଳିତ ବର୍ଷ ସ୍ବତନ୍ତ୍ରତାର ସହିତ ପାଳନ କରାଯାଉଛି। ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରତ୍ୟେକ ଘରୁ ଚୂଲିଚାନ୍ଦା ଆଦାୟ ଏକ ପରମ୍ପରା ଭାବେ ଚାଲିଥିବା କାରଣରୁ ଏହାର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି। ନୟାଗଡ଼ କଚେରୀ ବଜାର ଠାରେ ଥିବା ଦୁର୍ଗା ମଣ୍ଡପରେ ଚାଲିଥିବା ଏହି ଦୁର୍ଗାପୂଜାରେ ପ୍ରତ୍ୟହ ପ୍ରବଳ ଜନ […]
ନୟାଗଡ଼,(ଓଡ଼ିଶା ଦର୍ପଣ) ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ, ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ, “ସେବା”, ନୟାଗଡ ଠାରେ “ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ” ପାଳିତ ହୋଇଯାଇଅଛି । ପ୍ରାଧିକରଣର ସଚିବ ତଥା ବରିଷ୍ଠବର୍ଗ ବିଚାରପତି ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ ମାନସିକ ଅବସାଦ ଗ୍ରସ୍ତ ଅନ୍ତେବାସୀ ମାନଙ୍କର ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ତତ୍ପରେ ଅନ୍ତେଃବାସୀ ମାନକୁ ନେଇ ଆଇନଗତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଈଶ୍ୱରଙ୍କ ସାନିଧ୍ୟ ଏବଂ ସତମାର୍ଗରେ ଚାଲିବା ପାଇଁ ଯୋଗ ହିଁ ଜରୁରୀ। ଆଜିର ବ୍ୟସ୍ତ ବହୁଳ ଜୀବନରେ ଶରୀର, ମନ ଏବଂ ଆତ୍ମାକୁ ଶୁଦ୍ଧ ରଖିବାର ଏକମାତ୍ର ଉପାୟ ହେଉଛି ଯୋଗ ଏବଂ ଧ୍ୟାନ। ନୟାଗଡ଼ରେ ଥିବା ‘ଯୋଗ ପରିବାର’ରେ ପ୍ରଶିକ୍ଷକ ଭାବେ ଯୋଗଦାନ କରି ଏକଥା କହିଛନ୍ତି ଧ୍ୟାନ ପ୍ରଶିକ୍ଷକ ତଥା ଓଶୋଧାରା ମୈତ୍ରୀ ରାଜ୍ୟ ସଂଘ ସଂଯୋଜକ ତଥା କୋଲହାନ ବିଶ୍ୱବିଦ୍ୟାଳୟ, ଝାଡ଼ଖଣ୍ଡ, ଓଡ଼ିଆ ବିଭାଗର ଅସୋସିଏଟ ପ୍ରଫେସର ଆଚାର୍ଯ୍ୟ ଶିବାନନ୍ଦ। […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବିଦ୍ୟାଳୟ ସ୍ତରରେ ପିଲାମାନଙ୍କର ଅନ୍ତର୍ନିହିତ ତଥା ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଛି ଶିଶୁ ପ୍ରତିଭା ଉତ୍ସବ ‘ସୁରଭି’ କାର୍ଯ୍ୟକ୍ରମ । ବିଭିନ୍ନ ବିଷୟରେ ପ୍ରାଥମିକସ୍ତରରୁ ମାଧ୍ୟମିକସ୍ତର ପର୍ଯ୍ୟନ୍ତ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇ ଶ୍ରେଷ୍ଠ ପ୍ରତିଯୋଗୀ ବାଛିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଅଟେ । ଏହି ପ୍ରତିଯୋଗିତା କ୍ଲଷ୍ଟର ସ୍ତରରୁ ଆରମ୍ଭ ହୋଇ ବ୍ଲକ,ଜିଲ୍ଲା ଏବଂ ଶେଷରେ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ବଛାଯାଇଥାଏ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସଦର ମହକୁମାରେ ସି.ପି.ଆଇ.(ଏମ୍) ନେତୃତ୍ବରେ ପଟୁଆର ସହିତ ନୟାଗଡ଼ ସହର ପରିକ୍ରମା ପୂର୍ବକ ପାଲେଷ୍ଟାଇନ ସଂହତି ଦିବସ ପାଳନ କରାଯାଇଛି। ଆମେରିକା ମଦତପୁଷ୍ଟ ଯୁଦ୍ଧଖୋର ଇସ୍ରାଏଲ ଯେଭଳି ବର୍ଷାଧିକ କାଳ ପାଲେଷ୍ଟାଇନକୁ କବଳିତ କରିବାପାଇଁ ଆକ୍ରମଣ ଚଳାଇ ରଖିଛି, ବୋମା ଓ କ୍ଷେପଣାସ୍ତ୍ର ମାଡ଼ରେ ହଜାରହଜାର ପାଲେଷ୍ଟାଇନୀୟ ସାଧାରଣ ନାଗରିକ, ଛୋଟଶିଶୁ, ବୃଦ୍ଧ ବୃଦ୍ଧା, ସ୍କୁଲ ଛାତ୍ରଛାତ୍ରୀଙ୍କୁ ହତ୍ୟା କରୁଛି,ତାହାର ପ୍ରତିବାଦରେ ବାମପନ୍ଥୀ ଦଳଙ୍କ ପକ୍ଷରୁ ଆହୂତ ଦେଶବ୍ୟାପୀ କାର୍ଯ୍ୟକ୍ରମର ଆଧାରରେ ଏହି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଆଜି ଓଡ଼ଗାଁରେ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ଅଡିସନ ଓଡ଼ଗାଁ ସାମ୍ବାଦିକ ସଂଘ ସଭାପତି ଅଶୋକ କୁମାର ମହାପାତ୍ରଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ରେସପ୍ଲସ ଶିକ୍ଷାନୁଷ୍ଠାନରେ ଅନୁଷ୍ଠିତ ଏହି ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରେ ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ବେତାର ଏବଂ ଚଳଚ୍ଚିତ୍ର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ କଳା ସମାଜ ଆନୁକୁଲ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ଏକ ଆଲୋଚନାଚକ୍ର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରଖ୍ୟାତ ସାହିତ୍ୟିକ ତଥା ଗାନ୍ଧୀ ଆଲୋଚକ ଡକ୍ଟର ବିଜୟ କୁମାର ଚୈ।ଧୁରୀ ଯୋଗ ଦେଇ ‘ଗାନ୍ଧୀ ବିଚାର;ସମକାଳ ପ୍ରାସଙ୍ଗିକତା’ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଆଧୁନିକ ସମାଜରେ ଗାନ୍ଧୀ ଚେତନାର ଉପଯୋଗିତା ତଥା ଦୈନନ୍ଦିନ ଜୀବନରେ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ଉପରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ […]
ନୟାଗଡ଼(ଓଡ଼ିଶା ଦର୍ପଣ): ଗତ ବର୍ଷ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଆୟୋଜିତ ହୋଇଥିବା ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଅପୂର୍ବ ସଫଳତା ହାସଲ କରିଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୬ ତାରିଖରୁ ପୁନର୍ବାର ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣି ସେମାନଙ୍କୁ ସମାଜରେ ନୂତନ ପରିଚୟ ସୃଷ୍ଟି କରାଇବା ପ୍ରୟାସରେ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଗତ ବର୍ଷ ଠାରୁ ଏହି ଅଭିନବ ଉଦ୍ୟମ ଆରମ୍ଭ […]