ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ

ନୟାଗଡ଼, (ଓଡ଼ିଶା ଦର୍ପଣ): ଦଶପଲ୍ଲା ରାମମନ୍ଦିର ପରିସରରେ ଜିଲ୍ଲା ଏବଂ ଦୌରାଜଜ୍ ତଥା ଜିଲ୍ଲା ଆଇସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନେତୃତ୍ବରେ ଜିଲ୍ଲା ଆଇସେବା ପ୍ରାଧ‌ିକରଣତରଫରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଏଥିରେ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ ମୁଖ୍ୟଅତିଥି ଭାବେ ଯୋଗଦେଇବରିଷ୍ଠ ନାଗରିକମାନଙ୍କ ପାଇଁ ଆଇନ୍‌ରେ ଥ‌ିବା ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମ୍ମାନୀତ ଅତିଥି […]

ଗାନ୍ଧୀ ଦର୍ଶନ ଏବଂ ବିଚାର ପ୍ରାସଙ୍ଗିକତା ସମ୍ପର୍କିତ ଆଲୋଚନାଚକ୍ର, ତ୍ରିରଙ୍ଗା ଯାତ୍ରା

ନୟାଗଡ଼,(ଓଡ଼ିଶା ଦର୍ପଣ):ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କ ୧୫୫ ତମ ପୁଣ୍ୟ ଜନ୍ମତିଥିରେ ଗାନ୍ଧୀ ବିଚାର ପ୍ରଚାର ପ୍ରଚାର ମଞ୍ଚ ଆନୁକୂଲ୍ୟରେ ତ୍ରିନାଥ ଛକ ସ୍ଥିତ ଗାନ୍ଧୀ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ୭୮ ବର୍ଷ ଦେଶ ସ୍ୱାଧୀନତା ସ୍ମାରକୀ ଭାବେ ୭୮ ମିଟର ଲମ୍ବା ବିଶାଳ ତ୍ରିରଙ୍ଗା ପତାକା ସହ ଗାନ୍ଧୀ ବିଚାରଧାରା କୁ ସମ୍ମାନ ଦେଉଥିବା ଶହଶହ ଗାନ୍ଧୀ ପ୍ରେମୀ ତ୍ରିରଙ୍ଗା ଶୋଭାଯାତ୍ରା ରେ ସହର ପରିକ୍ରମା କରି ସ୍ଥାନୀୟ ବ୍ଲକ ଯାଏଁ ଆସିଥିଲେ […]

ଓଡ଼ିଶା ଶିକ୍ଷା ଅମଲା ସଂଘର ସାଧାରଣ ଅଧିବେଶନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଓଡ଼ିଶା ଶିକ୍ଷା ଅମଲା ସଂଘ,ନୟାଗଡ଼ ଜିଲ୍ଲା ଶାଖାର ଚତୁର୍ଥ ଅଧିବେଶନ ନବଘନପୁର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ମୁଖ୍ୟ ଉପଦେଷ୍ଟା ଅବସରପ୍ରାପ୍ତ  ପ୍ରତିଷ୍ଠାନ ଅଧିକାରୀ ହାଡ଼ିବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ପରିଚାଳିତ ହୋଇଥିଲା। ଉକ୍ତ ସଭାରେ ଜିଲ୍ଲା ଶିକ୍ଷା ଅମଲା ସଂଘର ସଭାପତି ମନୋରଞ୍ଜନ ପଟ୍ଟନାୟକ, ସମ୍ପାଦକ ଶ୍ରୀଧର କୁମାର ସାହୁ,ସହ ସମ୍ପାଦକ କ୍ଷୀରୋଦ କୁମାର ସାହୁ,କୋଷାଧ୍ୟକ୍ଷ ରଜତ କୁମାର ହରିଚନ୍ଦନ,ରାଜ୍ୟ ଶିକ୍ଷା ଅମଲା ସଂଘର ଯୁଗ୍ମ ସମ୍ପାଦକ ଋତୁରାଜ […]

ଅକ୍ଟୋବର ୬ରେ ଓଡ଼ଗାଁରେ  ଭକ୍ତିସଙ୍ଗୀତ ପ୍ରତିଯୋଗିତାର ପ୍ରଥମ ଅଡିସନ

ଓଡ଼ଗାଁ,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପ୍ରୟାସରେ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତାର ପ୍ରଥମ ପର୍ଯ୍ୟାୟ ଅଡିସନ ଓଡ଼ଗାଁ ଠାରେ ଆସନ୍ତା ଅକ୍ଟୋବର ୬ ତାରିଖରେ ଅନୁଷ୍ଠିତ ହେବ ।  ଓଡ଼ଗାଁ କଲେଜ ରୋଡ଼ରେ ଥିବା ରେସପ୍ଲସ ଶିକ୍ଷା କେନ୍ଦ୍ରରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ହେବା ପାଇଁ ସ୍ଥିର କରାଯାଇଅଛି ।  ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ ଗ୍ରହଣ […]

ଜିଲ୍ଲା ସାମ୍ବାଦିକ ସଂଘ କାର୍ଯ୍ୟାଳୟ ଉଦଘାଟିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟାଳୟ ଗୃହ ନୟାଗଡ଼ ପୁରୁଣା ସହର ଠାରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଓକିଲ ସଂଘ ସଭାପତି ବୃନ୍ଦାବନ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟାଳୟ ଗୃହ ଉଦଘାଟନ କରିଥିଲେ। ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଭବାନୀ ଶଙ୍କର ଦାଶ, ସୁବାସ ମହାପାତ୍ର, ନିଶିକାନ୍ତ […]

ସ୍ୱଚ୍ଛତା ହିଁ ସେବା, ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ୱଚ୍ଛତା ହିଁ ସେବା ଅଭିଯାନ-୨୦୨୪ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି।ଛାତ୍ରଛାତ୍ରୀ ମାନଙ୍କୁ ସ୍ୱଚ୍ଛତା ପ୍ରତି ଅଧିକ ଦାୟିତ୍ୱବାନ କରିବା ଉଦ୍ଦେଶ୍ୟରେ ଏହି ପ୍ରତିଯୋଗିତାର ମୂଳ ଉଦ୍ଦେଶ୍ୟ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲ୍ଲାର ସମସ୍ତ ୮ଟି ବ୍ଲକ ଏବଂ ପୌରାଞ୍ଚଳର ୬୪ ଜଣ କୃତି ଛାତ୍ରଛାତ୍ରୀମାନେ ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ […]

ଶୈଳ ଶ୍ରୀକ୍ଷେତ୍ରରେ ଲୋକାର୍ପିତ ହେଲା ଜଗନ୍ନାଥ ଭଜନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଇଣ୍ଡିଆନ ମ୍ୟୁଜିକ କ୍ରିଏସନ,ନୟାଗଡ଼ ଦ୍ୱାରା ପ୍ରଯୋଜିତ ଭଜନ ‘ଆକାଶ ପରି ମୁହଁକୁ ଶଗଡ଼ ପରି ଆଖି’ ଅନୁଗୁଳ ଶୈଳ ଶ୍ରୀକ୍ଷେତ୍ରରେ ଲୋକାର୍ପିତ ହୋଇଯାଇଛି। ଆକାଶବାଣୀ କଟକ କେନ୍ଦ୍ରର ସ୍ୱୀକୃତି ପ୍ରାପ୍ତ ଗୀତିକାର ବିରଞ୍ଚିନାରାୟଣ ତ୍ରିପାଠିଙ୍କ ରଚିତ ଏହି ଭଜନ ଗୁଡିକରେ କଣ୍ଠଦାନ ଏବଂ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ବେତାର କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନାଲକୋ ଜେନେରାଲ ମ୍ୟାନେଜର ଇଂ ଦିଲ୍ଲୀପ କୁମାର ସାହୁ […]

ଶିଶୁ ଯୌନଶୋଷଣ ଆଇନ ଓ ଏହାର ସୁରକ୍ଷା ତଥା ପୀଡିତାର କ୍ଷତିପୂରଣ ଏବଂ ସାଇବର ଆଇନ ବିଷୟରେ ସଚେତନତା

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ  ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ, ସଚିବ  ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ, ଗତିଶ୍ଵର ଡିଗ୍ରୀ ମହାବିଦ୍ୟାଳୟ, ମାଳିସାହି, ନୟାଗଡ ଠାରେ ସୋସିଆଲ ମିଡିଆର ନିରାପତ୍ତା ଏବଂ ସାଇବର ଆଇନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଅଛି । ଅଧକ୍ଷ  ସୁଶାନ୍ତ କୁମାର କର ସ୍ଵାଗତ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ […]

ଜାତୀୟ ସେବା ଯୋଜନା ସ୍ଥାପନା ଦିବସ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜ ଠାରେ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଏହାର ସ୍ଥାପନା ଦିବସ ଓ ନୂତନ ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀମାନଙ୍କର ଅଭିମୁଖୀକରଣ ଉତ୍ସବ ଏକତ୍ର ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମହାମନିଷୀମାନଙ୍କର ଉଦ୍ଧୃତି ସମ୍ବଳିତ ଫଟୋଚିତ୍ର ପ୍ରଦର୍ଶନୀକୁ ପ୍ରଥମେ ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ଉଦଘାଟନ କରି ସଭାରେ ପୌରୋହିତ୍ୟ କରିଥିବା ବେଳେ ଜାତୀୟ ସେବା ଯୋଜନା ନୟାଗଡ ଜିଲ୍ଲା ସଂଯୋଜକ ଡକ୍ଟର ଚିତ୍ତରଞ୍ଜନ ଦାସ ମୁଖ୍ୟ ଅତିଥି […]

କେସି କ୍ଲବର ସାଧାରଣ ପରିଷଦ ବୈଠକ,ଆୟୋଜିତ ହେବ ମାଗଣା ସ୍ୱାସ୍ଥ୍ୟ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବ ପୂରାତନ ତଥା ଅଗ୍ରଣୀ ଅନୁଷ୍ଠାନ କେସି କ୍ଲବର ସାଧାରଣ ପରିଷଦ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ ସଭାପତି ଭାଗିରଥି ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ କ୍ଲବର ବାର୍ଷିକ ଆୟ ବ୍ୟୟ ଉପସ୍ଥାପନ କରାଯିବା ସହିତ ଏହା ଉପରେ ସଦସ୍ୟ ମାନେ ଆଲୋଚନା କରିଥିଲେ।  କ୍ଲବର ପଶ୍ଚିମ ପାର୍ଶ୍ଵରେ ସିଡ଼ିଘର ନିର୍ମାଣ ସହିତ ଉପରେ ଏକ ଡର୍ମୀଟୋରି ନିର୍ମାଣ ପାଇଁ ଏକ ପ୍ରସ୍ତାବ ଗ୍ରହଣ କରା […]

ଜିଲ୍ଲା ସାମ୍ବାଦିକ ସଂଘ ବୈଠକ, ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ ନିଷ୍ପତ୍ତି

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ବୈଠକ ନୂଆ ବସଷ୍ଟାଣ୍ଡ ସ୍ଥିତ ଟେଷ୍ଟି ଟେଷ୍ଟି ହୋଟେଲରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇ ଯାଇଛି। ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାମ୍ବାଦିକ ମାନଙ୍କ ପାଇଁ ଏକ ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସ୍ଥାନୀୟ ପୋଷ୍ଟ ଅଫିସରେ କଲ୍ୟାଣ ପାଣ୍ଠି ପାଇଁ  ୫୦ ହଜାର ଟଙ୍କା ଜମା ରାଶି ସହିତ ଏକ ଯୁଗ୍ମ ଆକାଉଣ୍ଟ ଖୋଲାଯିବ। […]

ଏସିଡ ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମାଧାନ ଉପରେ ଆଇନ ସଚେତନତା

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ, ସଚିବ  ଅଞ୍ଜଳି ମଛଖଣ୍ଡଙ୍କ  ତତ୍ୱାବଧାନରେ, ନୟାଗଡ ପୋଲିସ ପ୍ରଶିକ୍ଷଣ ବିଦ୍ୟାଳୟ ଠାରେ ଏସିଡ ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକ ଙ୍କ ସମସ୍ୟା ଓ ସମାଧାନ  ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି । ପ୍ରଶିକ୍ଷଣ କେନ୍ଦ୍ର ଅଧକ୍ଷ  ଭବେଶ କୁମାର ନାୟକ ସ୍ଵାଗତ ଏବଂ ଅତିଥି […]

Odisha Darpan Digital