ନୟାଗଡ଼,(ଓଡ଼ିଶା ଦର୍ପଣ):ଗତ ଛଅଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ନାଟ୍ୟମେଳାର ଅନ୍ତିମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ହାସ୍ୟରସାତ୍ମକ ନାଟକ ‘ସୋମରସ’। ଆଜିକାଲି ଦୁନିଆରେ ସବୁକିଛି ପରିବର୍ତ୍ତନ ହେଇଛି । ମଣିଷର ଚାଲିଚଳନ, ଆଚାର ବ୍ୟବହାର, ସଂପର୍କ ସବୁକିଛି । ନିଜ ହାତରେ ନିଜେ ୨୨ ହାତେ । ଯେକୌଣସି କାମ ପାଇଁ ସାହାଯ୍ୟର ହାତ ବଢ଼ାଇଲେ ଖୋସାମତି କରିବାକୁ ପଡ଼ୁଛି । ଶୁଭ କାମ ହେଉ କିମ୍ବା ବିପଦବେଳେ,ବିନା ସୋମରସ ବା ବିନା ମଦରେ କିଛି ବି କାମ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ବର୍ଷ ଅନୁଷ୍ଠିତ ମାଟ୍ରିକ ପରୀକ୍ଷା ନୟାଗଡ଼ ଜିଲ୍ଲାରେ ଆଜି ସୁରୁଖୁରୁରେ ଶେଷ ହୋଇଛି। ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାର ୭୫ଟି କେନ୍ଦ୍ରରେ ୧୧୪୯୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏହି ସବୁ କେନ୍ଦ୍ର ଗୁଡ଼ିକରେ ୭୫ ଜଣ ନିରୀକ୍ଷକ ନିଯୁକ୍ତି ହୋଇଥିଲେ। ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ୱାରା ୨ଟି ଫ୍ଲାଇଙ୍ଗ ସ୍କ୍ୱାଡ଼ ଏବଂ ବୋର୍ଡ଼ ଦ୍ୱାରା ୪ଟି ଫ୍ଲାଇଙ୍ଗ ସ୍କ୍ୱାଡ଼ ଜିଲ୍ଲାରେ ଚାଲିଥିବା ପରୀକ୍ଷା କେନ୍ଦ୍ର ଗୁଡ଼ିକ ତଦାରଖ କରିଥିଲେ। […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରାଜ୍ୟସ୍ତରୀୟ ନାଟ୍ୟମେଳାର ଆଜି ପଞ୍ଚମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ସ୍ବସ୍ତି ଝଙ୍କାର, ରାଉରକେଲା ପ୍ରଯୋଜିତ ନାଟକ ‘ବିଶ୍ୱାସର ଆତ୍ମଲିପି’ । ଅବିଶ୍ୱାସ,ସନ୍ଦେହ ଭିତରେ ପାରିବାରିକ ସମ୍ପର୍କ ରୁଗ୍ଣ-କ୍ଷତାକ୍ତ । ଏକ ସୁନ୍ଦର ଦାମ୍ପତ୍ୟ ଜୀବନ ମଧ୍ୟରେ କିପରି ସନ୍ଦେହ ଦୁଇଟି ଆତ୍ମାକୁ କ୍ଷତ ବିକ୍ଷତ କରେ ତାହାର ଏକ ସୁନ୍ଦର ପ୍ରତିଫଳନକୁ ନିଖୁଣ ଅଭିନୟ ମାଧ୍ୟମରେ ପରିପ୍ରକାଶ କରିଥିଲେ କଳାକାର ମାନେ।ସନ୍ଦେହ’ ପୁରୁଷର ସହଜାତ ପ୍ରବୃତ୍ତି ଏବଂ ସମର୍ପଣରେ ନାରୀ ହୁଏ ମହନୀୟାମହୀୟସୀ । […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୫ମ ରାଜ୍ୟସ୍ତରୀୟ ନାଟ୍ୟ ମେଳାର ଚତୁର୍ଥ ସନ୍ଧ୍ୟାରେ ଦର୍ଶକଙ୍କୁ ବାନ୍ଧି ରଖିଥିଲା ସମ୍ବଲପୁରୀ ଭାଷାର ସମ୍ପୂର୍ଣ ପାରିବାରିକ ନାଟକ ‘ଭାବନୁ ଅଭାବ’ । ବୁଧବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ ବିଶିଷ୍ଟ ନାଟ୍ୟକାର ଅତିଶ କୁମାର ଶତପଥୀ ରଚନା ଏବଂ ନିର୍ଦ୍ଦେଶନା ଦେଇଥିଲେ। ଅଦୃଶ୍ୟ ନାଟ୍ୟାଶ୍ରମ, ସମ୍ବଲପୁର ପକ୍ଷରୁ ପରିବେଷିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଦୁଇଦିନ ଧରି ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ପ୍ରଚାର କାର୍ଯ୍ୟକ୍ରମ ଗ୍ରାମୀଣ ଆଇନ ସଚେତନତା କର୍ମୀମାନଙ୍କୁ ନେଇ ପ୍ରଥମ ଦିନରେ ନୟାଗଡ଼,ଖଣ୍ଡପଡ଼ା, ଭାପୁର ବ୍ଲକ୍ର ସହର ବଜାର ଓ ପଂଚାୟତର ଅଧିକାଂଶ ଗ୍ରାମକୁ ଯାଇ ପ୍ରଚାରପତ୍ର ଏବଂ ଡାକବାଜି ଯନ୍ତ୍ର ମାଧ୍ୟମରେ ଆସନ୍ତା ୮ ତାରିଖ ଶନିବାର ଦିନ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବାପା ମା ନିଜ ପୁଅଝିଅଙ୍କୁ ପାଳିପୋଷି ବଡ଼ କରିବାରେ କିଛି ସର୍ତ୍ତ ରଖି ନଥାନ୍ତି। ସେମାନେ ନିଜ ପାଇଁ ନୁହେଁ, ବରଂ ପୁଅ ଝିଅଙ୍କୁ ନେଇ ଅନେକ ସ୍ବପ୍ନ ଦେଖିଥାନ୍ତି।ସ୍ବପ୍ନକୁ ସାକାର କରିବା ପାଇଁ ସେମାନେ ପ୍ରତିଟି ଆହ୍ୱାନକୁ ଖୁସି ଖୁସିରେ ସାମ୍ନା କରି ଚାଲିଥାନ୍ତି। ହେଲେ, ସିଡିରେ ଗଛ ଚଢି ସାରିବା ପରେ ସିଡିକୁ ଭୁଲିଯିବା ନ୍ୟାୟରେ ଏବର ଅନେକ ପୁଅ ବାପା ମା’ଙ୍କୁ ହତାଦର କରି ଅସହାୟ କରି ଚାଲିଛନ୍ତି। କେବଳସାମାଜିକ ସମାଲୋଚନାରୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ପ୍ରତାପ ପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ବାର୍ଷିକ ଉତ୍ସବ ଆୟୋଜନ ଦ୍ୱାରା ପିଲାମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା ପରିସ୍ଫୁଟନ ହୋଇଥାଏ। ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବାଦ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୫ମ ରାଜ୍ୟସ୍ତରୀୟ ନାଟ୍ୟମେଳାର ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କରିଥିଲା ଭିନ୍ନ ସ୍ୱାଦର ଏକ ବାସ୍ତବଧର୍ମୀ ସାମାଜିକ ନାଟକ ‘ଭିନ୍ନ ଏକ ସହଯାତ୍ରୀ’ । ସୋମବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ ବିଶିଷ୍ଟ ନାଟ୍ୟକାର ପଞ୍ଚାନନ ଦାଶ ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଥିଲେ ମଳୟ କୁମାର ମହାନ୍ତି । ପଞ୍ଚଧ୍ୱନି […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ବଜେନ୍ଦ୍ର ହାଇସ୍କୁଲ ର ୧୯୬୮ ବ୍ୟାଚ ସହପାଠୀ ମାନଙ୍କ ର ଏକ ବନ୍ଧୁମିଳନ ବୁଢାବୁଢିଆଣୀ ଜଳଭଣ୍ଡାର ଠାରେ ଗତ ୨ ତାରିଖ ମଧ୍ୟାହ୍ନରେ ଆନନ୍ଦ ଉଲ୍ଲାସ ମଧ୍ୟ ରେ ଅନୁଷ୍ଠିତ ହୋଇଛି। ବିଦାୟୀ ବନ୍ଧୁ ମାନଙ୍କର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା ପରେ ସହପାଠୀ ମାନଙ୍କ ମଧ୍ୟରେ ଆଲୋଚନା, ଛାତ୍ର ଜୀବନ ଅନୁଭୁତି, ସମ୍ପର୍କେ ଏବଂ ଅନେକ ସ୍ମରଣୀୟ କଥାକୁ ନିଜ ଭିତରେ ବାଣ୍ଟି ଥିଲେ,ମଉଜ ମଜଲିସ ମଧ୍ୟରେ ସାଙ୍ଗ ମନେ ସେମାନଙ୍କର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ପଞ୍ଚମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ମାର୍ଚ୍ଚ ୨ ତାରିଖ ରବିବାର ଦିନ ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି । ଏଥିରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଏବଂ ସମ୍ମାନିତ ଅତିଥି ଭାବେ ନାଟ୍ୟ ନିର୍ଦ୍ଦେଶକ ଶୁଭକାନ୍ତ ପାଢ଼ୀ, ନାଟ୍ୟ ନିର୍ଦ୍ଦେଶିକା ସୌନିକା ସାହୁ ପ୍ରମୁଖ ଯୋଗଦାନ କରି […]
ଦଶପଲ୍ଲା,(ଓଡ଼ିଶା ଦର୍ପଣ):ଦଶପଲ୍ଲାର ୧୪ ଗୋଟି ବଣିକସଂଘ lକୁ ନେଇ ଗଠିତ ମହାବୀର ବଣିକ ମହାସଂଘ ଚତୁର୍ଦ୍ଧଶ ତମ ବାର୍ଷିକ ଉତ୍ସଚ ପାରମ୍ପରିକ ରୀତିରେ ଆସନ୍ତା ୪ ତାରିଖ ମଙ୍ଗଳବାର ଦିନ ମହା ସମାରୋହରେ ପାଳନ ହେବ ବୋଲି ମହାସଂଘର ସଭାପତି ଅଲେଖ ସାହୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି। ଉକ୍ତ ଦିନ ପ୍ରତ୍ୟୁଷରୁ ଦିନ ୩ ଘଣ୍ଟା ପର୍ଯ୍ୟନ୍ତ ଦଶପଲ୍ଲାର ସମସ୍ଥ ବ୍ୟବସୟୀ ପ୍ରତିଷ୍ଠାନ ଏହି ବାର୍ଷିକ ଉତ୍ସବ ରେ ସାମିଲ ହୋଇ ଦୋକାନ ବଜାର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ପାଟଚଣ୍ଡୀ ପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବରିଷ୍ଠ ଶିକ୍ଷକ ତଥା କବି ଅଶୋକ କୁମାର ମଲ୍ଲ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସ୍ତମ୍ଭକାର ତଥା ବରିଷ୍ଠ ଶିକ୍ଷକ ଲକ୍ଷ୍ମୀଧର […]
