ନୟାଗଡ଼,(ଓଡ଼ିଶା ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ମୁଥାଗାଡ଼ିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୋଜାଲିନ ପଟ୍ଟନାୟକଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ମୁଥାଗାଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶାନୁସାରେ ଆଇନ ସେବା ପ୍ରାଧିକରଣ ନୟାଗଡ଼ର ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତରେ ଦୁଃଖି ପାତ୍ର ଏବଂ ଚାରିପୁଅବୋହୁଙ୍କୁ ନେଇ ଆପୋଷ ଆଲୋଚନା ମାଧ୍ୟମରେ ଇଟାମାଟିର ଦୁଃଖି ପାତ୍ର ନିଜ ବାସଗୃହକୁ ପୁଅବୋହୂଙ୍କ ସହିତ ଫେରିଛନ୍ତି। ଦୁଃଖି ପାତ୍ର ଏବଂ ପୁଅବୋହୂଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇ ଦୁଃଖି ପାତ୍ର ଆଜକୁ ଦୀର୍ଘ ୧ବର୍ଷ ହେବ ନୟାଗଡ଼ ନିକଟସ୍ଥ ଲେଖନପୁର ଠାରେ ଅବସ୍ଥିତ ସମର୍ପଣ ବୃଦ୍ଧା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରିପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବ୍ରହ୍ମାନନ୍ଦ ରଥ ଯୋଗଦାନ କରି ପିଲାମାନଙ୍କୁ ସମାଜ ପ୍ରତି ସେମାନଙ୍କ କର୍ତ୍ତବ୍ୟ ସମ୍ପର୍କରେ ସୁଚିନ୍ତିତ ଉପଦେଶ ଦେଇଥିଲେ। ସେହିପରି ମୁଖ୍ୟ […]
ନୟାଗଡ଼,(ଓଡ଼ିଶା ଦର୍ପଣ):କିଟ୍ ରେ ଘଟିଥିବା ବର୍ବରୋଚିତ କାଣ୍ଡକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ସି.ପି.ଆଇ.(ଏମ୍) ନୟାଗଡ଼ ଜିଲ୍ଲା କମିଟି ! କିଟ୍ ପରିସରରେ ନେପାଳୀ ଛାତ୍ର ମାନଙ୍କ ଉପରେ ଘଟିଥିବା ଅତ୍ୟାଚାର, ଛାତ୍ରୀର ଦୟନୀୟ ମୃତ୍ୟୁ ଉପରେ ହାଇକୋର୍ଟର ବିଚାରପତିଙ୍କ ଦ୍ଵାରା ବିଚାର ବିଭାଗୀୟ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ବିଧାନ କରିବା, ନେପାଳୀ ଛାତ୍ର ମାନଙ୍କ ପ୍ରତି ଆଚରଣର ଏବଂ କିଟ୍ ମ୍ୟାନେଜମେଣ୍ଟର କାର୍ଯ୍ୟକଳାପକୁ ତଦନ୍ତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ପାଣିପୋଇଲା ନିକଟସ୍ଥ ବୁଢ଼ୀଝରି ଶାଳବଣିରେ ନୟାଗଡ଼ ଜିଲା ସାମ୍ବାଦିକ ସଂଘର ସାଧାରଣ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଛି। ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ବରିଷ୍ଠ ଜିଲା ପରିଷଦ ସଭ୍ୟ ତଥା ସାମ୍ବାଦିକ ରାମେଶ୍ବର ଶତପଥୀ, କାର୍ଯ୍ୟକାରୀ ସଭାପତି ପୁରୁଷୋତ୍ତମ ମହାପାତ୍ର, ବରିଷ୍ଠ ସାମ୍ବାଦିକ ଆଦର୍ଶ ପଟ୍ଟନାୟକ, ନିଶିକାନ୍ତ ରଥ, ପ୍ରଭାକର ଶିରୋମଣୀ, ସାମ୍ବାଦିକ ସୁବାସ ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ଆଗାମୀ ଏପ୍ରିଲ ମାସରେ ତିନିଦିନ ଧରି ସଂଘ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଫେବୃଆରୀ ୨୧ ହେଉଛି ବିଶ୍ଵ ମାତୃଭାଷା ଦିବସ l ଏହି ଅବସରରେ ନୟାଗଡ଼ ଜିଲ୍ଲା ଲେଖକ ପରିଷଦ,ମା’ ଫାଉଣ୍ଡେସନ ସାମାଜିକ ଅନୁଷ୍ଠାନ,ପରମ୍ପରା ସାହିତ୍ୟ ସଂସଦ, କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ, ନାଟ୍ୟଧାରା, ମୈତ୍ରୀ ଯୁବ ସଂସଦ, ଆର୍ଟ ପଏଣ୍ଟ ଓ ସୁଧା ସାଂସ୍କୃତିକ ପରିଷଦର ମିଳିତ ଆୟୋଜନରେ ମୁକ୍ତାକାଶ ବହୁଭାଷୀ କବିତା ଓ ସଙ୍ଗୀତ ଆସର ସ୍ଥାନୀୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଲେଖକ ପରିଷଦର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଜିଲ୍ଲା ଗ୍ରାମୀଣ ଆଇନ ସଚେତନତା କର୍ମୀମାନଙ୍କୁ ନେଇ ନୟାଗଡ଼ ଖେଳପଡ଼ିଆ ଠାରେ ପରିବେଶର ସୁରକ୍ଷା ପାଇଁ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଖେଳପଡ଼ିଆ ପରିସରରେ ପାଣିବୋତଲ, ଜରି, ଗଛର ଡାଳପତ୍ର ପଡ଼ି ପଡ଼ିଆଟି ଅପରିଷ୍କାର ହୋଇ ପଡ଼ିଥିଲା। ଏହି ପଡ଼ିଆରେ ଖେଳପ୍ରେମୀ ମାନେ ପ୍ରତିଦିନ ଖେଳକୁଦ କରିଥାନ୍ତି। ନୟାଗଡ଼ର ସଚେତନ ବୁଦ୍ଧିଜୀବୀମାନେ ମଧ୍ୟ ପ୍ରାତଃ ଭ୍ରମଣ କରି ନିଜର ସ୍ଵାସ୍ଥ୍ୟ ପ୍ରତି ସଜାଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କନ୍ୟା ସନ୍ତାନ ମାନେ ଉପଯୁକ୍ତ ଶିକ୍ଷା ପାଇଲେ ସମାଜର ଉନ୍ନତି ଘଟିବ ବୋଲି ମତବ୍ୟକ୍ତ କରିଥିଲେ। କନ୍ୟା ସନ୍ତାନ ମାନଙ୍କୁ ଠିକ ଭାବରେ ଲାଳନ ପାଳନ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ପ୍ରତି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ବୁଦ୍ଧ ମଣ୍ଡପ ଠାରେ ଆଜି ଆୟୋଜିତ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲରେ ନୟାଗଡ଼ ବ୍ଲକର ବିଷ୍ନୁପ୍ରିୟା ବେହେରା ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ଭାପୁର ବ୍ଲକର ଓମ ପ୍ରକାଶ ମହାରଣା ଏବଂ ତୃତୀୟ ସ୍ଥାନରେ ନୟାଗଡ଼ ବ୍ଲକର ଶୁଚିସ୍ମିତା ଦୋରା ବିଜୟୀ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ନେତୃତ୍ବରେ ଡିଆର୍ଡିଏ ନୟାଗଡ଼ର ସୃଜନସମ୍ମିଳନୀ କକ୍ଷରେ ଶତାଧିକ ଗ୍ରାମୀଣ ଆଇନ୍ ସଚେତନତା କର୍ମୀମାନଙ୍କୁ ନେଇ ସଡ଼କ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ସ୍ଵାଗତ ଭାଷଣ ଦେଇଥିବା ବେଳେ ଏହି ଶିବିରକୁ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହାଟଦ୍ୱାର ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ ପ୍ରଧାନ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ସୁକାନ୍ତି ରାଉତ ଏବଂ ସମ୍ମାନିତ ଅତିଥି ଭାବେ ଗ୍ରାମ୍ୟ କମିଟିର ସଭାପତି ଅର୍ଜୁନ ନାହାକ, ଓ୍ଵାର୍ଡମେମ୍ବର ସନ୍ତୋଷ ନାହାକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ମଞ୍ଜୁଲତା ନାହାକ ପ୍ରମୁଖ ଯୋଗଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତବଲ୍ଲଭ […]
ନୟାଗଡ଼, (ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ […]
