ନୟାଗଡ଼, (ଓଡ଼ିଶା ଦର୍ପଣ):ଓଡ଼ିଶା ବିଜ୍ଞାନ ଏକାଡେମୀ ଓ ମଡେଲ ଡିଗ୍ରୀ କଲେଜ ମିଳିତ ସହଯୋଗରେ ଆନ୍ତର୍ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ସଭାରେ ପୌରୋହିତ୍ୟ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଜ୍ଞାନ ଏକାଡେମୀ ସଭାପତି ପ୍ରଫେସର୍ ବିଭୁତି ଭୂଷଣ ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ବୈଜ୍ଞାନିକ ବୌଦ୍ଧିକ ବିକାଶ ନିମନ୍ତେ ନିଜକୁ ନିଜେ ପ୍ରଶ୍ନ କରି ଉତ୍ତର ଖୋଜିବା ପାଇଁ ପ୍ରବର୍ତ୍ତାଇଥିଲେ। ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ […]
ନୟାଗଡ଼, ( ଓଡ଼ିଶା ଦର୍ପଣ ):ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭସ୍ମିତା ମିଶ୍ରଙ୍କ ତତ୍ବାବଧାନରେ ପ୍ରତାପପ୍ରସାଦ ନିବାସୀ ସୁବନ ଦେଇଙ୍କୁ ନୟାଗଡ଼ ଲେଖନପୁରସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ଥଇଥାନ କରାଯାଇଛି। ସୁବନ ମାଉସୀଙ୍କସ୍ଵାମୀଙ୍କ ଦେହାନ୍ତ ପରେ ତାଙ୍କ ପରିବାରର ୨ଗୋଟି ପୁଅବୋହୂ ଦାୟିତ୍ଵ ଲିଭାଇବା ବଦଳରେ ଅକଥନୀୟ ଅତ୍ୟାଚାର ଆରମ୍ଭ କରିଦେଇଥିଲେ। ଏଥିରେ ସେ ଅତିଷ୍ଟ ହୋଇ ଜିଲ୍ଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ କବି ପ୍ରଭାତ ମିଶ୍ରଙ୍କ କବିତା ସଂକଳନ ‘ପ୍ରହରୀ’ ଉନ୍ମୋଚିତ ହୋଇଯାଇଛି । ନୟାଗଡ଼ ସିରିଅସ୍ ଜୋନ୍ ଆନୁକୂଲ୍ୟରେ ଆୟୋଜିତ ଏହି ପାଠକାର୍ପଣ କାର୍ଯ୍ଯକ୍ରମରେ ବହୁ ବୁଦ୍ଧିଜୀବୀ ଯୋଗଦେଇ ‘ପ୍ରହରୀ’ର ପାଠକୀୟ ପ୍ରସାରଣ ପ୍ରତି ଆଶାବାଦୀ ହୋଇଥିଲେ । ସଂପ୍ରତି ପ୍ରକାଶନ ସଂସ୍ଥାଗୁଡ଼ିକ ପୁସ୍ତକର ଗୁଣାତ୍ମକ ମାନକୁ ଗୁରୁତ୍ୱ ଦେଉନଥିବା ବେଳେ ପ୍ରଭାତ ମିଶ୍ରଙ୍କ ‘ପ୍ରହରୀ’ ପ୍ରକାଶିତ କରି ଆଦିତ୍ୟ ଭାରତ ଏକ ଦୃଷ୍ଟାନ୍ତ ସୃଷ୍ଟି କରିଛି, ଏହା ସାଧାରଣରେ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ସହରରୁ ଓଡ଼ଗାଁକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ କୋଏନା ଢାବାଠାରୁ ଲେଙ୍କୁଡ଼ିପଡ଼ା ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି । ଦୀର୍ଘ ଦୁଇ ବର୍ଷ ହେବ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି । ବର୍ଷା ଦିନରୁ ଏହି ରାସ୍ତା ସମସ୍ୟା ନେଇ ସ୍ଥାନୀୟ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଥିବା ବେଳେ ପୂର୍ତ୍ତ ବିଭାଗ ଏଥିପ୍ରତି କର୍ଣ୍ଣପାତ କରୁନାହିଁ । ଯାହାକୁ ନେଇ ଆଜି ଉତ୍ୟକ୍ତ ଲୋକେ ୨୧ନଂ ରାଜ୍ୟ ରାଜପଥକୁ ଅବରୋଧ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ସିରିୟସ୍ ଜୋନ୍, ନୟାଗଡ଼ ଦ୍ବାରା ଚାଲିଥିବା ନାଟକ ମହୋତ୍ସବର ତୃତୀୟ ସଂଧ୍ୟାରେ ବିଦ୍ଯାକନକ ସୃଜନାନୁଷ୍ଠାନର କଳାକାରମାନଙ୍କ ଦ୍ବାରା ମଞ୍ଚସ୍ଥ ହେଲା ନାଟକ “ମାଗୁଣିର ଶଗଡ଼”। ନାଟକ ମହୋତ୍ସବର ତୃତୀୟ ସଂଧ୍ୟାରେ କବି ଗୋପୀନାଥ ସେଠୀଙ୍କ ସଂଯୋଜନା ଓ ଅନୁଷ୍ଠାନର ସମ୍ପାଦକ ଯାମିନୀକାନ୍ତ ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ଯ ଅତିଥି ଭାବେ ରଣପୁରର ପୂର୍ବତନ ବିଧାୟକ ସତ୍ଯନାରାୟଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ପୌର ପରିଷଦର ଅଧ୍ୟକ୍ଷା ନିରୁପମା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର କଳାକାରମାନଙ୍କ ଦ୍ବାରା ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!! “। ନୟାଗଡ଼ର ଅନନ୍ଯ ନାଟ୍ୟାନୁଷ୍ଠାନ ସିରିୟସ୍ ଜୋନ୍ ଦ୍ବାରା ଆୟୋଜିତ ନାଟକ ମହୋତ୍ସବର ଦ୍ବିତୀୟ ସଂଧ୍ୟାରେ କବି ଗୋପୀନାଥ ସେଠୀଙ୍କ ସଂଯୋଜନାରେ ଆୟୋଜିତ ସଭାରେ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲେ ବିଧାୟକ ଡ ଅରୁଣ କୁମାର ସାହୁ। ଅନୁଷ୍ଠାନର ସଭାପତି କିଷାନ କୁମାର ଦାସ, ନାଟ୍ୟଭୂଷଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଟାଉନ ରେଳ ପ୍ଲାଟଫର୍ମର ପୂର୍ବ ପାର୍ଶ୍ଵରେ ମାଟି ଦବିଯାଇ ଗଭୀର ଗର୍ତ୍ତ ସୃଷ୍ଟି ହୋଇଛି। ଏହା ଫଳରେ ରେଳଯାତ୍ରୀ ମାନେ ଦୈନିକ ଛୋଟମୋଟ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି। ଗତ ଏକ ମାସରୁ ଉର୍ଦ୍ଧ୍ୱ ସମୟ ତଳୁ ଏହି ଗର୍ତ୍ତ ସୃଷ୍ଟି ହୋଇଥିବା ବେଳେ ରେଳ ବିଭାଗ ପକ୍ଷରୁ ଏହାର ମରାମତି ପାଇଁ କୌଣସି ପଦକ୍ଷେପ ନିଆଯାଉ ନାହିଁ। କେବଳ ନାମକୁ ମାତ୍ର ଏହି ଗର୍ତ୍ତ ଚାରିପାଖରେ ବାଲି ବସ୍ତା ରଖାଯାଇ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରେସ ରୁମ ଖୋଲିବା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଛି। ଏ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ଶୁକ୍ରବାର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି। ପ୍ରତି ଜିଲ୍ଲାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପ୍ରେସ ରୁମ ଥିବା ବେଳେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ପ୍ରେସ ରୁମ ନାହିଁ।ଏଣୁ ନୟାଗଡ଼ ଜିଲ୍ଲାର ଜିଲ୍ଲା ପ୍ରତିନିଧିମାନେ ସରକାରୀ ଖବର ସଂଗ୍ରହ କରିବା ଓ ପଠାଇବା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ଯକ୍ଷଙ୍କ ନିର୍ଦ୍ଦେଶରେ ତଥା ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭଶ୍ମିତା ମିଶ୍ରଙ୍କ ହସ୍ତକ୍ଷେପରେ ପ୍ରଥମ ଦଫାରେ ଜାତୀୟ ସେବା ସଂସ୍ଥା ବହୁମୁଖୀ ଶିକ୍ଷା ନିକେତନ,ନବଘନପୁର ଛାତ୍ରୀ ଗାୟତ୍ରୀ ନାୟକଙ୍କ ବିଦ୍ୟାଳୟକୁ ପୁନଃ ପ୍ରତ୍ୟାବର୍ତ୍ତନରେ ସାଙ୍ଗସାଥଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ପ୍ରକାଶଥାଉ କି, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ନୟାଗଡ଼ଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଚିନିକଳ ମିଳିତ କ୍ରିୟାନୁଷ୍ଠାନ କମିଟି ଆଜି ନୟାଗଡ଼ର ପାଣିପୋଇଲା ଡ୍ୟାମ ଠାରେ ଏକ ବୈଠକ ଆୟୋଜନ କରାଯାଇ ପାଣିପୋଇଲା ଠାରେ ଚିନି କାରଖାନାର ପୁନରୁତ୍ଥାନ ବିଷୟରେ ଆଲୋଚନା କରାଯାଇଛି। ଆଖୁ ଚାଷୀ, ପୁରାତନ ନୟାଗଡ଼ ଚିନି କାରଖାନାର ପୂର୍ବତନ କର୍ମଚାରୀ ଏବଂ ସ୍ଥାନୀୟ ହିତାଧିକାରୀମାନେ ଏହି ସମାବେଶରେ ଅଂଶଗ୍ରହଣ କରି ଏହି ଅଞ୍ଚଳରେ ନୂତନ ଚିନି କାରଖାନା ଖୋଲିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ନୟାଗଡ଼ ଚିନିକଳ ମିଳିତ କ୍ରିୟାନୁଷ୍ଠାନ କମିଟି ଗତ […]
ନୟାଗଡ଼,(ଓଡିଶା ଦର୍ପଣ):ଚଳିତ ବର୍ଷ ମାର୍ଚ୍ଚ ୧ରୁ ସପ୍ତାହବ୍ୟାପୀ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧ ରୁ ୭ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବ । ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଉ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବିଂଶତମ ବାର୍ଷିକ ଉତ୍ସବ ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହା ସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୧୦ଟା ସମୟରେ ଆୟୋଜିତ ରକ୍ତଦାନ ଶିବିରକୁ ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଓ ପ୍ରାକ୍ତନ ଉପବନ ସଂରକ୍ଷକ ସୁରେଶ ଚନ୍ଦ୍ର ହୋତା ଉଦଘାଟନ କରିଥିଲେ।ରକ୍ତଦାନ ଶିବିରରେ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଅପରାହ୍ନ ୦୧ଟା ସମୟରେ ବିଦ୍ଯାଳୟର ଉପଦେଷ୍ଟା […]
