ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀଅନୁଷ୍ଠିତ, ବିଜ୍ଞାନ ବିନାଶକାରୀ ନହେଉ

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପଦର୍ଶନୀ ବଜେନ୍ଦ୍ର ଉଚ୍ଚ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ  ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପ୍ରମୁଖ ଯୋଗଦାନ କରିଥିଲେ।ଜିଲ୍ଲା […]

ପଠାଣି ସମାନ୍ତ ଜୟନ୍ତୀ ସମାରୋହ, ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କୁ ‘ନୟାଗଡ଼ ଗୌରବ’ ସମ୍ମାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶ୍ୱବିଶ୍ରୁତ ନଭବିଜ୍ଞାନୀ  ମହାମହପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଯୋଗଦାନ କରିଥିବା ବେଳେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ  ସମ୍ମାନିତ […]

ଅନ୍ତର୍ଜାତୀୟ ରାଜନୀତି ଶାସ୍ତ୍ର ଉପରେ ଆଲୋଚନା ଚକ୍ର

ନୟାଗଡ଼,(ଓଡ଼ିଶା ଦର୍ପଣ):ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜ ରାଜନୀତି ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଏକ  ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଅଛି। କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ପୌରାହିତ୍ୟ କରି ଛାତ୍ରଛାତ୍ରୀ ମାନଙ୍କୁ ରାଜନୀତି ବିଜ୍ଞାନ ରେ ନିଜର ଭବିଷ୍ୟତ ଗଢିବାକୁ ପରାମର୍ଶ ଦେଇଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ପ୍ରଫେସର ଡକ୍ଟର ସୁଧୀର କୁମାର ପରିଡା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ସେ ‘ବ୍ରିକ୍ସ ପ୍ଲସ ଏଵଂ  ଗ୍ଲୋବାଲ ସାଉଥ ର ଅନ୍ତର୍ଜାତୀୟ ଶୃଙ୍ଖଳା […]

ପଠାଣି ସାମନ୍ତଙ୍କ  ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ):ବିଶ୍ୱବିଶ୍ରୁତ ନଭବିଜ୍ଞାନୀ  ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୦ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଏବଂ ପଠାଣି ସାମନ୍ତ ଜନ୍ମଜୟନ୍ତୀ କମିଟି ପକ୍ଷରୁ ଆଜି ପୂର୍ବାହ୍ନରେ ଧୂପ,ପୁଷ୍ପ ଏବଂ ମାଲ୍ୟାର୍ପଣ କରାଯାଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଜିଲ୍ଲା କ୍ରୀଡ଼ା […]

ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ପ୍ରଚାର

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧି କରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଏ ବର୍ଷର ଶେଷ ତଥା ଚତୁର୍ଥ ରାଷ୍ଟ୍ରୀୟଲୋକ ଅଦାଲତ ଆସନ୍ତା ୧୪ ଡିସେମ୍ବରରେ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧିନ ମାମଲା ଯଥା ଦେୱାନୀ ଓ ଫୌଜଦାରୀ (ସାଲିସ ଯୋଗ୍ୟ) ମୋଟର ଦୁର୍ଘଟଣା […]

ଜିଲାରେ ସନ୍ତୋଷ ଜନକ ସ୍ଥିତିରେ ଚାଲିଛି ଆପାର ପଞ୍ଜିକରଣ କାର୍ଯ୍ୟକ୍ରମ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୂତନ ଶିକ୍ଷାନୀତି-୨୦୨୦ ଏବଂ ଗୋଟିଏ ଦେଶ-ଗୋଟିଏ ଷ୍ଟୁଡେଣ୍ଟ ଆଇଡି ଯୋଜନା ଅଧୀନରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପିଲାଙ୍କ ସମସ୍ତ ତଥ୍ୟ ଗୋଟିଏ ନମ୍ବର ମାଧ୍ୟମରେ ପଞ୍ଜିକରଣ କରିବା ପାଇଁ ଆରମ୍ଭ କରିଛନ୍ତି ଆପାର କାର୍ଯ୍ୟକ୍ରମ। ଏଥିରେ ପ୍ରି-ପ୍ରାଇମେରୀରୁ ଆରମ୍ଭ କରି ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ତଥ୍ୟ ଆପାର ମାଧ୍ୟମରେ ପଞ୍ଜିକରଣ କରାଯାଉଛି। ଏହି କ୍ରମରେ ନୟାଗଡ଼ରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ  ଆପାର କାର୍ଯ୍ୟକ୍ରମ  ଆରମ୍ଭ ହୋଇଛି। ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲାର […]

ବର୍ଷାଦିନେ ପାଣିକାଦୁଅ ଏବେ ଧୂଳିବାଲିରେ ହନ୍ତସନ୍ତ ସହରବାସୀ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସଦର ମହକୁମାରୁ ଗଞ୍ଜାମ ଜିଲ୍ଲାକୁ ସଂଯୋଗ କରୁଥିବା ୨୧ନଂ ରାଜ୍ୟ ରାଜପଥର କୋଏନା ଢାବାଠାରୁ ଲେଙ୍କୁଡ଼ିପଡ଼ା ଛକ ପର୍ଯ୍ୟନ୍ତ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ୧୧ନଂ ୱାର୍ଡ ମଧ୍ୟ ଦେଇ ଯାଇଥିବା ଏହି ରାଜ୍ୟ ରାଜପଥର ଅବସ୍ଥା ଏମିତି ହୋଇଛି ଯେ ବର୍ଷା ଦିନେ ପାଣିକାଦୁଅରେ ସହରବାସୀ ହନ୍ତସନ୍ତ ହେଉଥିବା ବେଳେ ଏବେ ଧୂଳିବାଲିରେ ଅତିଷ୍ଠ ହେଉଛନ୍ତି। ବର୍ଷା ଦିନେ ରାସ୍ତାରେ ୨ ଫୁଟ ଗାତ ହୋଇ ପାଣି ଜମିଥିବା […]

ରଣପୁରରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମି ଫାଇନାଲକୁ ଗଲେ ୫

ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ,ରଣପୁରଠାରେ ଅନୁଷ୍ଠିତ ହୋଇଯାଇଛି।  ପ୍ରତିଯୋଗିତାକୁ ରଣପୁର ବ୍ଲକ ଶିକ୍ଷାଧିକାରିଣୀ ବନଲତା ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଏକାଡେମୀ ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ଗଦାଧର ବେଉରା, ଅଧ୍ୟକ୍ଷ ପ୍ରାଣନାଥ […]

ବିଶ୍ବ ଏଡ଼ସ୍ ଦିବସ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼,(ଓଡ଼ିଶା ଦର୍ପଣ):ଲାଠିପଡ଼ାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ ବିଶ୍ବ ଏଡ଼ସ୍ ଦିବସ ପରିପ୍ରେକ୍ଷୀରେ ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସଭାପତିତ୍ବ କରି କଲେଜର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥି ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ ରୋଗର ଭୟାବହତା ବିଷୟରେ ଅବଗତ କରାଇଥିଲେ। ସଭାରେ ଗୌରମୋହନ ସାହୁ ଜନସାଧାରଣଙ୍କର ଏଡ଼ସ୍ ଭୂତାଣୁ ସମ୍ବନ୍ଧୀୟ ବିଶେଷ ଜ୍ଞାନ ନଥିବା ହେତୁ ଦୁର୍ଦ୍ଦଶା ଭୋଗୁଥିବା ଜଣାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ରୀତିଶ୍ରୀ ମଲ୍ଲିକ “ମିଳିତ ଭାବେ ଏଡ଼ସ୍ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୮ରେ ରଣପୁର ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।  ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ  ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ […]

ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ, ଜୁନିଅରରେ ଅମ୍ରିତ ଏବଂ ସିନିଅରରେ ଜିତେନ୍ଦ୍ର ଚମ୍ପିୟାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ଦୁଇଦିନ ଧରି ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଛି। ଏଥିରେ ଜୁନିଅର ବିଭାଗରେ ଅମ୍ରିତ ପ୍ରଧାନ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଦାସ ଜିତେନ୍ଦ୍ର କୁମାର ଚମ୍ପିୟାନ ହୋଇଛନ୍ତି। ଗତ ଦୁଇଦିନରେ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା। ଜୁନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୧ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ଜଣ ଏବଂ ସିନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୨ଜଣ […]

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ବନ୍ଧୁମିଳନ କାର୍ଯ୍ୟକ୍ରମ, ପ୍ରମୋଦ ପୁନର୍ବାର ସଭାପତି,ଜିଲ୍ଲାସଂଘ ସମଗ୍ର ରାଜ୍ୟକୁ ଆଲୋକ ଦେଖାଇବ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ମହର୍ଷି ବିଦ୍ୟାଳୟ ରୋଡ଼ସ୍ଥିତ ରାଜଶ୍ରୀ ମଣ୍ଡପ ଠାରେ  ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି।  ପ୍ରଥମେ ସାମ୍ବାଦିକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଜଗନ୍ନାଥ ଭଜନ ଗାନ କରି ଥିଲେ। ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ସାମ୍ବାଦିକ ଜୟେନ୍ଦ୍ର ବେହେରା  କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସାମ୍ବାଦିକ ପ୍ରଦୀପ୍ତ ରଥ ସ୍ୱାଗତ ଭାଷଣ […]