ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ର ଦ୍ୱିବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

ଆଚାର୍ଯ୍ୟ ବିଶ୍ୱରଂଜନ ସଭାପତି ଓ ପ୍ରଶାନ୍ତ ଜେନା ସମ୍ପାଦକ ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ର ଦ୍ୱିବାର୍ଷିକ ସମ୍ମିଳନୀ ଓ ଛାଡଖାଇ ଭେଟଭାଟ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ନଭେମ୍ବର ୧୭ ତାରିଖ ରେ ଅନୁଷ୍ଠିତ ହୋଇଯାଇଛି। ତତ୍ ସହିତ ସାଙ୍ଗଠନିକ ନିର୍ବାଚନ ଉପଦେଷ୍ଟା ସଞ୍ଜୟ ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଅଛି। ସମ୍ମିଳନୀରେ ପରିବର୍ତ୍ତନଶୀଳ ଗଣମାଧ୍ୟମ ରୂପ ଉପରେ ଆଲୋଚନା କରାଯାଇଥିଲା। ମୂଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ […]

ଖଣ୍ଡପଡ଼ାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମି ଫାଇନାଲକୁ ଗଲେ ୪

ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ,ଖଣ୍ଡପଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି।  ଏହାକୁ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ ଏବଂ ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ରଥ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ  ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ […]

ରେଳ ଷ୍ଟେସନରେ ଜଳୁନି ଲାଇଟ, ଅସାମାଜିକଙ୍କ କାର୍ଯ୍ୟକଳାପ ବୃଦ୍ଧି

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଟାଉନ ରେଳ ଷ୍ଟେସନରେ ଲାଗିଥିବା ଷ୍ଟ୍ରିଟ ଲାଇଟ ଗୁଡ଼ିକ ମଧ୍ୟରୁ ଅଧିକାଂଶ ଜଳୁନାହିଁ। ଏହାର ସୁଯୋଗ ନେଇ ଅସାମାଜିକ ଲୋକଙ୍କ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୂଚନା ଯୋଗ୍ୟ ଯେ ଏକ ନମ୍ବର ପ୍ଲାଟଫର୍ମରେ ଲାଗିଥିବା ଷ୍ଟ୍ରିଟ ଲାଇଟ ଗୁଡିକ ମଧ୍ୟରୁ ଅଧିକାଂଶ ଅଚଳ ହୋଇ ପଡିଛି। ଅନ୍ଧାରର ସୁଯୋଗ ନେଇ ନିଶାଡ଼ି ମାନେ ଏଠାରେ ମଦ, ଗଞ୍ଜେଇ, ବ୍ରାଉନ ସୁଗାର କାରବାର କରୁଥିବା ବେଳେ ରାତ୍ରିରେ ଫେରୁଥିବା ଯାତ୍ରୀମାନେ […]

ଭକ୍ତି ସଙ୍ଗୀତ ପ୍ରତିଯୋଗିତା,୧୭ରେ ଖଣ୍ଡପଡ଼ା ବ୍ଲକ ଅଡିସନ

ନୟାଗଡ଼ ,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଖଣ୍ଡପଡ଼ା ବ୍ଲକ ଅଡିସନ ଆସନ୍ତା ୧୭ ତାରିଖ ରବିବାର ଦିନ ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶିକ୍ଷାକେନ୍ଦ୍ର ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।  ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ  ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ ପଟ୍ଟନାୟକ […]

ଭାପୁରରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା

ନୟାଗଡ଼,(ଓଡିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସରସ୍ବତୀ ଶିଶୁ ମନ୍ଦିର, ଭାପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସମାଜସେବୀ ତଥା ଭାପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୟାଧର ପରିଡ଼ା ଯୋଗଦାନ କରି ଭକ୍ତି ସଙ୍ଗୀତ ପ୍ରତିଯୋଗିତାକୁ ଉଦଘାଟନ କରିବା ସହିତ ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବାରେ ସଙ୍ଗୀତଧାରାର ଅଭିନଵ ପ୍ରାୟସକୁ ଭୁୟସୀ ପ୍ରଶଂସା କରିଥିଲେ । ଏହି ପ୍ରତିଯୋଗିତାରେ  ଭାପୁର […]

କେ.ଏସ.ବି.ପବ୍ଲିକ ସ୍କୁଲରେ ପିଲାଙ୍କ ବିଜ୍ଞାନ ମେଳା, ୧୦ ପ୍ରକଳ୍ପ ରାଜ୍ୟସ୍ତରକୁ ଉନ୍ନୀତ

ନୟାଗଡ଼,(ଓଡ଼ିଶାଦର୍ପଣ):ଶରଣକୁଳ କେ.ଏସ.ବି.ପବ୍ଲିକ ସ୍କୁଲରେ ଶନିବାର ବିଦ୍ୟାଳୟ ସ୍ତରୀୟ ପିଲାଙ୍କ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି l ଏହି ବିଜ୍ଞାନ ମେଳାକୁ ବିଦ୍ୟାଳୟର ସମ୍ପାଦକ ପ୍ରଶାନ୍ତ କୁମାର ଦାଶ ଓ ଅଧ୍ୟକ୍ଷ ନୀଳମାଧଵ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ସର୍ବ କନିଷ୍ଠ, କନିଷ୍ଠ ଓ ବରିଷ୍ଠ ଏହିପରି ତିନିଗୋଟି ବିଭାଗରେ ମୋଟ ୮୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ ଟି ପ୍ରକଳ୍ପ ଶିକ୍ଷା ପରିଷଦ ଦ୍ୱାରା ଆୟୋଜିତ ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳାକୁ […]

ନୟାଗଡ଼ରେ ଜାତୀୟ ଆଇନ ସେବା ଦିବସ ପାଳିତ

ନୟାଗଡ଼, (ଓଡ଼ିଶା ଦର୍ପଣ):ଭାରତବାସୀଙ୍କୁ ସ୍ୱଳ୍ପ ସମୟ ଏବଂ ବିନା ମୂଲ୍ୟରେ ନ୍ୟାୟ ଯୋଗାଇବା ଉଦ୍ଦେଶ୍ୟରେ ନଭେମ୍ବର ୯ ତାରିଖ ୧୯୯୫ ମସିହାରୁ, ଜାତୀୟ ଆଇନ ସେବା ପ୍ରାଧିକରଣ ଗଠନ କରାଯାଇଅଛି । ଏହି ଉଦ୍ଦେଶ୍ୟରେ ଆଜିର ଦିବସ ନଭେମ୍ବର ୯ କୁ ଜାତୀୟ ଆଇନ ସେବା ଦିବସ ରୂପେ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ  ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା […]

ରାସ୍ତା କଡ଼ରୁ ବୃଦ୍ଧଙ୍କୁ ଉଦ୍ଧାର କରି ସେଲଟର ହୋମରେ ଥଇଥାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛକୁଣ୍ଡଙ୍କ ନିର୍ଦ୍ଦେଶ କ୍ରମେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଜଣେ ଅଜଣା ବୃଦ୍ଧଙ୍କୁ ଓଡଗାଁ ଛକ ଷ୍ଟେଟ ବ୍ୟାଙ୍କ ରୋଡ଼ରୁ ଉଦ୍ଧାର କରି ତ୍ରିନାଥ ଛକ ସ୍ଥିତ ସେଲଟର ହୋମରେ ଥଇଥାନ ବ୍ୟବସ୍ଥା କରିଛନ୍ତି। ସୂଚନାଯୋଗ୍ୟ ଯେ  ନୟାଗଡ଼ ସିଜେଏମ ଏହି ରାସ୍ତା ଦେଇ ଯାଉଥିବା ବେଳେ ଅସହାୟ ଅବସ୍ଥାରେ ସମ୍ପୃକ୍ତ ବୃଦ୍ଧଙ୍କୁ ଦେଖି ତୁରନ୍ତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ନଜରକୁ […]

ଭକ୍ତି ସଙ୍ଗୀତ ପ୍ରତିଯୋଗିତା,୧୦ରେ ଭାପୁର ବ୍ଲକ ଅଡିସନ

ଭାପୁର, (ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଭାପୁର ବ୍ଲକ ଅଡିସନ ଆସନ୍ତା ୧୦ ତାରିଖ ରବିବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଭାପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ  ସଙ୍ଗୀତଧାରାର ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ […]

ନୟାଗଡ଼ରେ ରାଜ୍ଯ ସ୍ତରୀୟ “ଭାରତକୁ ଜାଣ” ପ୍ରଶ୍ନମଞ୍ଚ ପ୍ରତିଯୋଗିତା ଅନୁଷ୍ଠିତ।

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଭାରତର ସମୃଦ୍ଧ ପ୍ରବୃଦ୍ଧ ବର୍ଗର ବ୍ୟକ୍ତି ମାନଙ୍କୁ ଏକତ୍ରିତ କରି ସମାଜର ବଞ୍ଚିତ ବର୍ଗର ସେବା କରିବା ସହ ଉତ୍ତର ପିଢ଼ିକୁ ସୁସଂସ୍କାରିତ କରି ଗଢିତୋଳିବା ସହ ଭାରତର ସର୍ବାଙ୍ଗୀନ ବିକାଶ କରି ଏକ ସୁସ୍ଥ ସମର୍ଥ ସଂସ୍କାରିତ ଭାରତ ଗଠନ ଲକ୍ଷ୍ୟରେ କାର୍ଯ୍ୟକରୁଥିବା ରାଷ୍ଟ୍ରବାଦୀ ସଂଗଠନ ଭାରତ ବିକାଶ ପରିଷଦ ର ଓଡିଶା ପୂର୍ବ ପ୍ରାନ୍ତ ତରଫରୁ ନୟାଗଡ଼ ଜିଲ୍ଲା ପରିଷଦ ସଭାକକ୍ଷରେ ‘ଭାରତ କୁ ଜାଣ’ ପ୍ରଶ୍ନମଞ୍ଚ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। […]

ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ନୟାଗଡ଼,(ଓଡ଼ିଶା ଦର୍ପଣ ): ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ତାଙ୍କ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ବିଭିନ୍ନ ଶିକ୍ଷକ ସଂଗଠନ ଏବଂ ବ୍ଲକ ଶିକ୍ଷା କର୍ମଚାରୀଙ୍କ ମିଳିତ ସହଯୋଗରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକ ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଦିପ୍ତିମୟୀ ଶୁଭଦର୍ଶିନୀ , ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନିରଞ୍ଜନ ନାୟକ, […]

‘ସ୍ୱରଶ୍ରୀ’ ସମ୍ମାନ ପାଇଁ ‘ଶ୍ରୀ ସୃଜନ’ ସଙ୍ଗୀତ ପ୍ରତିଯୋଗିତା

ନୟାଗଡ଼, (ଓଡ଼ିଶା ଦର୍ପଣ): ‘ଶ୍ରୀ ସୃଜନ’, ନୟାଗଡ଼ ପକ୍ଷରୁ ଏକ ସଙ୍ଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶ୍ରୀ ଗୁଣ୍ଡିଚା ମନ୍ଦିର ପରିସରରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ୨୪ ନଭେମ୍ବର ୨୦୨୪ ରେ   ସଙ୍ଗୀତ ପ୍ରତିଯୋଗିତା କରି ନୂତନ ପ୍ରତିଭାଙ୍କୁ ପ୍ରୋତ୍ସାହନ ଦେବା ସହ ଲୋକ ଲୋଚନକୁ ଆଣିବା ପାଇଁ ନିଷ୍ପତ୍ତି […]