ନୟାଗଡ଼,(ଓଡ଼ିଶା ଦର୍ପଣ): ନିକଟରେ ରାଜ୍ୟ ସରକାର ବରିଷ୍ଠ ମାଧ୍ୟମିକ ଶିକ୍ଷକ ମାନଙ୍କୁ ପଦୋନ୍ନତି ଦେଇ ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଫଳରେ ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ଖାଲି ପଡ଼ିଥିବା ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ପୂରଣ ହୋଇ ପାରିଛି। ଏହି କ୍ରମରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଆଦର୍ଶ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡା ଆଜି ଯୋଗଦାନ କରିଛନ୍ତି। ଫଳରେ ଦୀର୍ଘ ଦୁଇବର୍ଷରୁ ଉର୍ଦ୍ଧ୍ୱ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ଅଗ୍ରଣୀ ତଥା ସର୍ବପୁରାତନ ସାମାଜିକ ଅନୁଷ୍ଠାନ ‘କେସି କ୍ଲବ୍’ ପରିସରରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ରାଜ୍ୟର କେତେକ ପ୍ରତିଷ୍ଠିତ ଓ ସୁନାମଧନ୍ୟ ବିଶେଷଜ୍ଞ ଡାକ୍ତର ଯୋଗଦେଇ ରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ଓ ପରାମର୍ଶ ସେବା ଯୋଗାଇ ଦେଇଥିଲେ। ଶିବିରରେ ଭୁବନେଶ୍ୱରର ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡା. ଶ୍ରୀତମ ଆଚାର୍ଯ୍ୟ, ସ୍ନାୟୁଶଲ୍ୟ ବିଶେଷଜ୍ଞ ଡା. ସତ୍ୟବ୍ରତ ସାହୁ, ମୂତ୍ରରୋଗ ବିଶେଷଜ୍ଞ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜନୈତିକ ଦାଉ ସାଧିବା ଲାଗି କେରଳର ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍ ଙ୍କ ଉପରେ କେନ୍ଦ୍ର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୋଦି ଓ ଶାହାଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ଏବଂ ରାଜ୍ୟ ସରକାରଙ୍କ ପ୍ରରୋଚନାରେ ଯେଭଳି ବର୍ବରୋଚିତ ଚଢାଉ କରିଛି, ତାହା ଅତ୍ୟନ୍ତ ନିନ୍ଦନୀୟ ବୋଲି ଆଜି ୨ ସିପିଆଇ ଏମ୍ ପକ୍ଷରୁ ନୟାଗଡ଼ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଅନୁଷ୍ଠିତ ବିକ୍ଷୋଭରେ ବକ୍ତା ମାନେ ପ୍ରକାଶ କରିଛନ୍ତି । ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ(ଓଲଷ୍ଟା), କଟକର ୩୨ ତମ ରାଜ୍ୟସ୍ତରୀୟ ସାମ୍ବିଧାନିକ ସମ୍ମିଳନୀ ଓ ଶିକ୍ଷକ ଗୌରବ ବନମାଳୀ ବ୍ରହ୍ମଚାରୀଙ୍କ ୩୭ ତମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ଆସନ୍ତା ୫ ଓ ୬ ତାରିଖ ଦୁଇଦିନ ଧରି ‘ପଠାଣି ସାମନ୍ତ ସଂସ୍କୃତି ଭବନ’ ନୟାଗଡ଼ଠାରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ କାର୍ଯ୍ୟରତ ପ୍ରାୟ ୧ ହଜାରରୁ ୧୨ଶହ ଶିକ୍ଷକ ପ୍ରତିନିଧି ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏହି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସହରର ନୂଆ ରାଜବାଟୀ ରୋଡ୍ ନିବାସୀ, ପ୍ରାକ୍ତନ ସୁନାମଧନ୍ୟ ହେଲଥ୍ ଇନ୍ସପେକ୍ଟର ତଥା ଧର୍ମପରାୟଣ ବ୍ୟକ୍ତିତ୍ୱ ଶେଖର ରଥଙ୍କର ଗତ ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ ନୟାଗଡ଼ର ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତା ଅଟନ୍ତି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଖବର ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ସାମଗ୍ରିକ ବିକାଶ ଓ ପ୍ରଗତି ପାଇଁ ଏକ ସକାରାତ୍ମକ ପ୍ରୟାସ ଆରମ୍ଭ କରିଛି ଜିଲ୍ଲା ସାମ୍ବାଦିକ ସଂଘ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ କେସି କ୍ଳବ ସଭାଗୃହଠାରେ ସଂଘ ପକ୍ଷରୁ ‘ମୋ ସ୍ୱପ୍ନର ନୟାଗଡ଼’ ଶୀର୍ଷକ ଏକ ବୁଦ୍ଧିଜୀବୀ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇ ଜିଲ୍ଲାର ଅଭିବୃଦ୍ଧି ପାଇଁ ନିଜ ନିଜର ମୂଲ୍ୟବାନ ମତାମତ ଉପସ୍ଥାପନ କରିଥିଲେ।ଆଲୋଚନା ସମୟରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାକୁ ୨୦୧୭ ମସିହାରୁ ରେଳ ସେବା ଆରମ୍ଭ ହୋଇଥିଲେ ହେଁ ଯାତ୍ରୀମାନଙ୍କୁ ସର୍ବନିମ୍ନ ସୁବିଧା ସୁଯୋଗ ଯୋଗାଇବାରେ ପୂର୍ବତଟ ରେଳବାଇ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଫଳରେ ଦିନକୁ ଦିନ ରେଳ ଯାତ୍ରୀଙ୍କ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ଦଶପଲ୍ଲା, ନୂଆଗାଁ ଓ ନୟାଗଡ଼ ଅଞ୍ଚଳରୁ ଖୋର୍ଦ୍ଧା, ଭୁବନେଶ୍ୱର ଏବଂ କଟକ ଆଦି ସ୍ଥାନକୁ ପ୍ରତିଦିନ ଯା’ଆସ କରୁଥିବା ମାସିକିଆ ଟିକେଟଧାରୀ ଚାକିରିଆ ଓ ନିୟମିତ ଯାତ୍ରୀମାନେ ଚରମ ହଇରାଣ ହେଉଛନ୍ତି। […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମ ହେଉଛି ବୟୋଶ୍ରେଷ୍ଠ,ନିଃସହାୟ ,ଅସହାୟ ମାନଙ୍କର ସହାୟ।ଯେଉଁଠାରେ ୫୦ ଜଣ ଅନ୍ତେବାସୀ ବୃଦ୍ଧବୃଦ୍ଧା ଆଶ୍ରୟ ଗ୍ରହଣ କରି ସୁଖଶାନ୍ତି ରେ କାଳାତିପାତ କରୁଛନ୍ତି। ଆଜିକାଲି ଆଧୁନିକ ସଭ୍ଯ ସମାଜରେ ଉଚ୍ଚ ଶିକ୍ଷିତ ବ୍ଯକ୍ତି ମାନେ ହୋଟେଲ ମଲ୍ ଆଦି ବଡ଼ ବଡ଼ ଆତ୍ଯାଧୁନିକ ରେଷ୍ଟୁରାଂଟରେ ଜନ୍ମ ଦିବସ ପାଳନ କରୁଥିବା ବେଳେ ଖଣ୍ଡପଡ଼ା ବିଧାୟକ ଦୁସ୍ମନ୍ତ ସ୍ବାଇଁ ଙ୍କ ପତ୍ନୀ ନୈସର୍ଗୀକା ସୋନାଲୀ ମାନସିଂହ ନିଜ ଜନ୍ମ ଦିବସ ପାଳନ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ତୃତୀୟ ନୟନ’ର ଅଭିନୀତ ନାଟକ ‘ ବିଚାର ପଥର ‘ ର ସମୀକ୍ଷା ବୈଠକ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନୟାଗଡ ଦର୍ପଣ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଉପଦେଷ୍ଟା ବିଧାୟକ ଡ. ଅରୁଣ କୁମାର ସାହୁ ମଞ୍ଚ ନାଟକକୁ ଅଧିକ ଲୋକାଭିମୁଖୀ ତଥା ଆକର୍ଷଣୀୟ କରିବା ପାଇଁ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ। ସଂପାଦକ ବିଶ୍ଵନାଥ ମହାପାତ୍ର ନାଟକର ସଫଳତା ପାଇଁ କଳାକାର ମାନଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସମଗ୍ର ଓଡିଶା ରାଜ୍ଯ ପାଇଁ ପୁର୍ନବାର ଗୌରବ ଆଣିଛନ୍ତି ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ବ୍ଲକ ଅଧୀନ କୁଆହରା ଗ୍ରାମର ସୁନାମଧନ୍ଯ ବୈଜ୍ଞାନିକ ପ୍ରଦ୍ୟୁମ୍ନ କୁମାର ସାହୁ। ଚାଇନିଜ୍ ଏକାଡେମୀ ଅଫ୍ ସାଇନ୍ସ (କାସ) ପକ୍ଷରୁ ଆସନ୍ତା ୨୦୨୭ ବର୍ଷ ପାଇଁ ପ୍ରଦାନ କରାଯାଉଥିବା ବିଶ୍ୱ ପ୍ରସିଦ୍ଧ ‘ପ୍ରେସିଡେଣ୍ଟସ୍ ଇଣ୍ଟରନ୍ୟାସନାଲ୍ ଫେଲୋସିପ୍ ଇନିସିଏଟିଭ୍’ ର ଅତିଥି ବୈଜ୍ଞାନିକ ଭାବେ ଶ୍ରୀ ସାହୁ ବିଶ୍ବସ୍ତରରେ ମନୋନୀତ ହୋଇଥିବା ଜଣାପଡିଛି।ଏହି ପ୍ରତିଷ୍ଠିତ ଫେଲୋସିପ ଜରିଆରେ ବୈଜ୍ଞାନିକ ଶ୍ରୀ ସାହୁ ‘ଚାଇନିଜ୍ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଚିକିତ୍ସାଳୟରେ ଦେଖାଦେଇଥିବା ଚରମ ଅବ୍ୟବସ୍ଥା ଓ ଅଚଳାବସ୍ଥାକୁ ନେଇ ଆଜି ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ଉଦବେଗ ପ୍ରକାଶ ପାଇବା ସହ ମେଡିକାଲ ପରିସରରେ ଧାରଣା ଦିଆଯାଇଥିଲା । ସାମ୍ବାଦିକ ସଂଘର ଏକ ପ୍ରତିନିଧି ଦଳ ଆଜି ହସ୍ପିଟାଲରେ ଅଚାନକ ପର୍ଯ୍ୟବେକ୍ଷଣ କରିବା ସମୟରେ ଅନେକ ସଂଘାତିକ ଚିତ୍ର ପଦାକୁ ଆସିଛି।୧ ଶହ ଶଯ୍ୟା ବିଶିଷ୍ଟ ଏହି ଆଧୁନିକ କୋଠାରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସ୍ବର୍ଣ୍ଣ ଜୟନ୍ତୀ ପ୍ରେକ୍ଷାଳୟରେ ଆଜି ଆୟୋଜିତ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲରେ ଭାପୁର ବ୍ଲକର ଓମ ପ୍ରକାଶ ମହାରଣା ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧିରେ ଭୂଷିତ ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ଭାପୁର ବ୍ଲକର ସ୍ଵାଗତିକା ନାୟକ ଏବଂ ତୃତୀୟ ସ୍ଥାନରେ ଗଣିଆ ବ୍ଲକର ଓମକାର ମହାପାତ୍ର ବିଜୟୀ ହୋଇଛନ୍ତି। ସୂଚନାଯୋଗ୍ୟ […]
