ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଅବକାରୀ ବିଭାଗ ଆଜି ଦୁଇ ଦୁଇଟି ସ୍ଥାନରେ ଚଢ଼ାଉ କରି ମୋଟ ୭କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୭୪ ହଜାର ଟଙ୍କା ହେବ । ମାମଲାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ନୂଆଗାଁ ଥାନା ନଇତଲା ଗ୍ରାମର ଅନାତ ଜଟିଙ୍କ ପୁଅ ଗୁନେନ୍ଦ୍ର କୁମାର ଜଟିଙ୍କୁ ଅବକାରୀ ବିଭାଗ ଗିରଫ କରିଛି । ଅବକାରୀ ବିଭାଗ ଆଜି […]
ନୟାଗଡ଼, (ଓଡ଼ିଶା ଦର୍ପଣ): ବିଜୁ ଜନତା ଦଳ ପକ୍ଷରୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ.ଦେବାଶିଷ ପଟ୍ଟନାୟକଙ୍କୁ ଜିଲ୍ଲା ନିର୍ବାଚନ ସଂଯୋଜକ ଦାୟିତ୍ୱ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସଭାପତି ଏହି ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ନିଯୁକ୍ତି ଦେଇଛନ୍ତି । ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନ ସଂଯୋଜକ ଭାବେ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ବିଶିଷ୍ଟ ରାଜ ନେତା, ସାହିତ୍ୟିକ,ଶିକ୍ଷାବିତ୍, ନାଟ୍ୟକାର ସମାଜ ସେବୀ ତଥା ନୟାଗଡ଼ର ପୂର୍ବତନ ବିଧାୟକ ସ୍ଵର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ବଂଶୀଧର ଇଣ୍ଟର୍ ନ୍ୟାସନାଲ ଫାଉଣ୍ଡେସନ ଫର୍ ପିସ୍ ଆଣ୍ଡ ଡେଭଲପମେଣ୍ଟ ଆନୁକୁଲ୍ୟରେ ବିଷୁବ ମିଳନ ଓ ରାଜ୍ୟସ୍ତରୀୟ ପାଠୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ସଭାପତି ମନୋଜ କୁମାର ସାହୁ ଓ ସମ୍ପାଦକ ଉମେଶ ଚନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ବାବଧାନରେ ବଂଶୀଧର ମହାବିଦ୍ୟାଳୟ ପରିସରରେ ଶ୍ରୀହନୁମାନ ଜୟନ୍ତୀ , ଆମ୍ବେଦକର ଜୟନ୍ତୀ ମହାବିଷୁବ ସଂକ୍ରାନ୍ତି […]
ନୟାଗଡ଼, (ଓଡ଼ିଶା ଦର୍ପଣ): କଳା ପଲସରରେ ଆସି ଝାମ୍ପି ନେଲେ ଟଙ୍କା ଗହଣା ଏବଂ ପୋଲିସ ହାତରେ ଧାରାପଡ଼ି ଜେଲ ଗଲେ ତିନି ଡକାୟତ। ନୟାଗଡ଼ ଟାଉନ୍ ଥାନା ପୁଲିସ ଆଜି ଏହି ତିନି ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥି ସହିତ ଲୁଟ ହୋଇଥିବା ସାମଗ୍ରୀକୁ ଉଦ୍ଧାର କରିବାରେ ସକ୍ଷମ ହୋଇଛି । ସୁଚନାନୁସାରେ ଇଟାମାଟି ଥାନା ଭୁତଡି ଗ୍ରାମର ଶରତ କୁମାର ପ୍ରଧାନ ଓ ତାଙ୍କ ସ୍ତ୍ରୀ ରଶ୍ମିତା […]
ନୟାଗଡ଼, (ଓଡ଼ିଶା ଦର୍ପଣ): ଓଡ଼ିଶାର ପ୍ରମୁଖନୟାଗଡ଼ ନିର୍ବାଚନମଣ୍ଡଳୀରେ ରେକର୍ଡ ବିଜୟ ଲକ୍ଷ୍ୟ ନେଇ ବିଜେଡି ରଣକୌଶଳ ଆରମ୍ଭ କରିଛି। ବିଧାୟକ ପ୍ରାର୍ଥୀ ଡ଼ ଅରୁଣ କୁମାର ସାହୁ ଚଳିତ ଥର ପୁଣି ନିର୍ବାଚନ ଜିତି ବିରୋଧୀଙ୍କୁ ଚିତପଟାଙ୍ଗ କରିବାକୁ ସମସ୍ତ ଚେଷ୍ଟା ଚଳାଇଛନ୍ତି।ଏହି କ୍ରମରେ ବିଧାୟକ ପ୍ରାର୍ଥୀ ଅରୁଣ ସାହୁ ନିର୍ବାଚନ ପ୍ରଚାର ମୈଦାନକୁ ଓହ୍ଲାଇଥିବା ଜଣାପଡ଼ିଛି। ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଗୌଡ଼ପୁଟ ପଞ୍ଚାୟତ ବନ୍ଧସାହି ଗ୍ରାମରୁ ପ୍ରତ୍ୟେକ ଥର ନିଜର ନିର୍ବାଚନ ପ୍ରଚାର ଆରମ୍ଭ କରିଥିବାବେଳେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗାନ୍ଧୀଜୀଙ୍କୁ ଗୋପବନ୍ଧୁଙ୍କ ସଂପର୍କରେ ଜଣାଇବା ମୂଳରେ ଯେଉଁ ଓଡିଆ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ମିଶ୍ର ଙ୍କର ୫୮ ତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧ ବାର୍ଷିକୀ ଆଜି ନୟାଗଡ଼ସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳିତ ହୋଇ ଯାଇଛି। ପୂଜ୍ୟପୂଜା କମିଟି, ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ରୋଟାରୀ କ୍ଳବ୍, ଭାରତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ମୈତ୍ରୀ ଯୁବ ସଂସଦ, ନୟାଗଡ଼ ତରଫରୁ ନୟାଗଡ଼ ମାଟିର ସନ୍ତାନ ତଥା ନୟାଗଡ଼ର ଗର୍ବ ଓ ଗୌରବ ବିଶିଷ୍ଟ ନାଟ୍ଯରଥି ଗୋବିନ୍ଦ ଚନ୍ଦ୍ର ଶୂରଦେଓଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ ସମାଜସେବୀ ଦାମୋଦର ସାହୁ, ପରମ୍ପରା ସାହିତ୍ୟ ସଂସଦର ପ୍ରତିଷ୍ଠାତା ସଂପାଦକ ତଥା ଗୋବିନ୍ଦ ଚନ୍ଦ୍ର ଶୂରଦେଓଙ୍କ ନାତି ନିର୍ମଳଚନ୍ଦ୍ର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ ହାଉସିଂ ବୋର୍ଡ ନିକଟସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଠାରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ନୟାଗଡ଼ ଜିଲ୍ଲା ସ୍ତରୀୟ ଶୈକ୍ଷିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ପ୍ରମୁଖ ସମାଜସେବୀ ଶ୍ରୀଧର ସାହୁଙ୍କ ସଭାପତିତ୍ବରେ କର୍ମଶାଳା ଆରମ୍ଭ ହୋଇଥିଲା । ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ମହାସଚିବ ଡା.କରୁଣା କର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କର୍ମଶାଳାକୁ ଉଦଘାଟନ କରିଥିଲା ବେଳେ ସର୍ବ ପ୍ରଥମେ ମୁଖ୍ଯ ଅତିଥିଙ୍କ ଦ୍ବାରା ଛେନାପୋଡ଼ କାଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାରୁ ଉତ୍ପତ୍ତି ଲାଭ କରିଥିବା ଛେନାପୋଡ଼ ଆଜି ସମଗ୍ର ବିଶ୍ୱ ଦରବାରରେ ପ୍ରସିଦ୍ଧି ଲାଭ କରିଛି। ମିଠା ଜଗତର ବାଦଶାହ ଭାବେ ପରିଚିତ ଏହି ଛେନାପୋଡ଼ ନୟାଗଡ଼ ଜିଲ୍ଲାର ଗର୍ଵ ଏବଂ ଗୌରବର ପ୍ରତୀକ ଅଟେ। ପ୍ରତିବର୍ଷ ଅପ୍ରେଲ ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଥିବା ବେଳେ ଜିଲ୍ଲାର ଅଗ୍ରଣୀ ପବ୍ଲିକେଶନ ହାଉସ ଦର୍ପଣ ପବ୍ଲିକେଶନ ତଥା ନୟାଗଡ଼ ଦର୍ପଣ ପରିବାର ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ଖୁବ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଏନଏସି ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ନାମ ଲେଖାଇ ଥିବା ଛାତ୍ରଛାତ୍ରୀ ମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରବେଶ ଉତ୍ସବରେ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ଅଧ୍ୟକ୍ଷତା କରି ଷଷ୍ଠ ଏବଂ ଅଷ୍ଟମ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରିବା ସହିତ ଉତ୍ତମ ତଥା ଶୃଙ୍ଖଳିତ ବିଦ୍ୟାର୍ଥୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବାଜିଛି ନିର୍ବାଚନ ବିଗୁଲ । ଏହା ମଧ୍ୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବହୁ ଦିନ ଧରି ଆରମ୍ଭ କରିଛନ୍ତି ନୂଆ ପ୍ରୟାସ । ବିଭିନ୍ନ ସମୟରେ ଛାତ୍ର ଓ ଯୁବକ ମାନଙ୍କୁ ନେଇ ସୁସ୍ଥ ସମାଜ ଗଠନ ସହିତ ଯୁବକ ମାନେ କିପରି ଶାରିରୀକ ମାନସିକ ସ୍ତରରେ ସୁସୁ ରହିବେ ସେଥି ନିମନ୍ତେ ଆରମ୍ଭ କରିଛନ୍ତି ପ୍ରୟାସ । ନିର୍ବାଚନ ରଣକ୍ଷେତ୍ରକୁ ଓହ୍ଲାଇଥିବା ଅରୁଣ ଏହା ମଧ୍ୟରେ ଯୁବ ଛାତ୍ରଙ୍କୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ଦୁଇଜଣ ଛାତ୍ରଛାତ୍ରୀ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏନଏସି ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧାଞ୍ଜଳି ଦାସ ‘ମୋ ସ୍ୱାସ୍ଥ୍ୟ ମୋ ଅଧିକାର’ ଶୀର୍ଷକ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସେହି ଶ୍ରେଣୀର ଛାତ୍ର ଆୟୁଷ୍ମନ […]
