ଭୁବନେଶ୍ଵର,(ଓଡିଶା ଦର୍ପଣ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳଙ୍କ ପରଲୋକ। ଭୁବନେଶ୍ଵର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ହେମାନନ୍ଦଙ୍କ ଝିଅ ସୁନୀତା ସୂଚନା ଦେଇଛନ୍ତି। ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦୁଇ ଥର ନିର୍ବାଚିତ ହୋଇଥିଲେ। ୧୯୮୯ ରୁ ୧୯୯୦ ଏବଂ ୧୯୯୦ ରୁ ୨୦୦୦ ଯାଏଁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ତୁଲାଇଥିଲେ। ସେ ୬ ଥର ବିଧାନସଭାକୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୯ ମସିହାରେ ସେ ସୁନ୍ଦରଗଡ […]
ପୁରୀ,(ଓଡ଼ିଶା ଦର୍ପଣ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରାଷ୍ଟ୍ରପତିଙ୍କ ସହ ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଅଛନ୍ତି। ଶ୍ରୀମନ୍ଦିରରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।