ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କଲେ ପଶ୍ଚିମବଙ୍ଗ ସିଆଲଦା କୋର୍ଟ । ନ୍ୟାୟାଳୟ ୨୦ ତାରିଖରେ ମାମଲାର ଦଣ୍ଡାଦେଶ ଶୁଣାଇବେ ।ଘଟଣା ଦିନ ରାତିରେ ସେମିନାର୍ ହଲରେ ଅଭୟା ଶୋଇଥିବାବେଳେ ସଞ୍ଜୟ ସେ ରୁମକୁ ଯାଇଥିଲା । ସିସିଟିଭି ଫୁଟେଜ ଆଧାରରେ ସଞ୍ଜୟକୁ ଛାଡ଼ିଦେଲେ କୌଣସି ଷ୍ଟାଫ୍ ସେଠାକୁ ଯାଇ ନ ଥିଲେ ।ସଞ୍ଜୟର ବ୍ଲଟୁଥ୍ ଅଭୟାଙ୍କ ମୃତଦେହ ନିକଟରେ ପଡ଼ିଥିଲା । ଯାହା […]
ନୂଆ ସିମ୍ କାର୍ଡ କିଣିବାକୁ ବିଚାର କରୁଥିଲେ କିମ୍ବା ମୋବାଇଲ ନମ୍ବରକୁ ପୋର୍ଟ କରିବାକୁ ଚାହୁଁଥିଲେ, ତେବେ କିଛି ନୂଆ ନିୟମ ବିଷୟରେ ଜାଣିବା ନିତାନ୍ତ ଆବଶ୍ୟକ । ନୂଆ ସିମ୍ କାର୍ଡ ପାଇଁ ନୂତନ ନିୟମ ଆଣିଛନ୍ତି କେନ୍ଦ୍ର ସରକାର । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ ଟେଲିକମ୍ ବିଭାଗକୁ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦିଆଯାଇଛି। ନିୟମ ଅନୁଯାୟୀ, ସମସ୍ତ ନୂତନ ସିମ୍ କାର୍ଡ ସଂଯୋଗ ପାଇଁ ଆଧାର ଆଧାରିତ ବାୟୋମେଟ୍ରିକ୍ ଯାଞ୍ଚକୁ ବାଧ୍ୟତାମୂଳକ […]
କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ ଉପହାର ଦେଇଛନ୍ତି । କେନ୍ଦ୍ର କ୍ୟାବିନେଟ ଗୁରୁବାର ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ କରିଛି। ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ବଢିବାର ରାସ୍ତା ପରିଷ୍କାର ହୋଇଛି ।କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଷ୍ପତ୍ତି ବାବଦରେ ସୂଚନା ଦେଇ କହିଛନ୍ତି ଯେ କେନ୍ଦ୍ରୀୟ କର୍ମଚାରୀଙ୍କ ବେତନରେ ସଂଶୋଧନ ପାଇଁ ସରକାର ୮ମ ବେତନ ଆୟୋଗକୁ ମଞ୍ଜୁରି ଦେଇଛନ୍ତି ।କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗକୁ […]
ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ)ର ସ୍ପେଶ୍ ଡକିଂ ଏକ୍ସପେରିମେଣ୍ଟ (ସ୍ପେଡେକ୍ସ) ମିଶନ ସଫଳ ହୋଇଛି। ମହାକାଶରେ ଭାରତ ପ୍ରଥମ ଥର ଲାଗି ଦୁଇଟି ସାଟେଲାଇଟ ବା ଉପଗ୍ରହକୁ ଡକିଂ କରାଇବାରେ ସଫଳତା ହାସଲ କରିଛି। ଏହି ସଫଳତା ସହ ସ୍ପେସ୍ ଡକିଂ କ୍ଷେତ୍ରରେ ବିଶ୍ବର ଚତୁର୍ଥ ଦେଶ ହୋଇଛି ଭାରତ । ପୂର୍ବରୁ ଚୀନ, ରୁଷ ଓ ଆମେରିକା ଏହି ସଫଳତା ହାସଲ କରି ସାରିଛନ୍ତି । ଇସ୍ରୋ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛି କି, […]
କରୋନା ଭାଇରସ୍ ଆସିଥିଲା ଯେ, ଏବେ ଯାଏଁ ଏହାର ନାଁ ଶୁଣିଲେ ଡର ଲାଗୁଛି। ଏବେ ଆଉ ଏକ ଭୟଙ୍କର ଭାଇରସ ଡରାଇବାକୁ ଆରମ୍ଭ କଲାଣି। ତାଞ୍ଜାନିଆରେ ୮ ଜଣଙ୍କ ମୃତ୍ୟୁ ପରେ ସତର୍କ ହୋଇଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (WHO) । ଉତ୍ତର ତାଞ୍ଜାନିଆର ଏକ ଦୁର୍ଗମ ଅଞ୍ଚଳରେ ମାରବର୍ଗ ଭାଇରସରେ ଆକ୍ରାନ୍ତ ହୋଇ ୮ ଜଣଙ୍କ ମୃତ୍ୟୁ ଘଟିଥିବା WHO କହିଛି ।ତେବେ ମାରବର୍ଗ ରୋଗରେ ପୀଡ଼ିତ ୮୮ ପ୍ରତିଶତ ଲୋକଙ୍କ ପାଇଁ ଏହା […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମୁମ୍ବାଇର ଭାରତୀୟ ନୌସେନା ଡକୟାର୍ଡରେ ପହଞ୍ଚି ତିନୋଟି ନୌସେନା ଯୁଦ୍ଧଜାହାଜ-INS ସୁରତ, INS ନୀଳଗିରି ଏବଂ INS ବାଘଶୀରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।ନୌସେନା ପାଇଁ ଆଜି ଐତିହାସିକ ଦିନ । ୩ଟି ଯାକ ଯୁଦ୍ଧ ଜାହାଜ ମେଡ୍ ଇନ୍ ଇଣ୍ଡିଆ । ବିସ୍ତାରବାଦ ନୁହେଁ ବିକାଶ ଭାବନାରେ କାମ କରୁଛୁ ବୋଲି କହିଲେ ପ୍ରଧାନମନ୍ତ୍ରୀ ମୋଦି ।ପ୍ରଧାନମନ୍ତ୍ରୀ କହିଛନ୍ତି, ନୌସେନାକୁ ନୂତନ ଶକ୍ତି ମିଳିଛି। ଆମେ ନୌସେନାକୁ ସୁଦୃଢ଼ କରିବା […]
ଆଜି ହେଉଛି ‘ଆର୍ମି ଡେ’ (Army Day 2025) ବା ସ୍ଥଳସେନା ଦିବସ । ଦେଶ ପାଳୁଛି ଗୌରବମୟ 77 ତମ ଆର୍ମି ଡେ । ପ୍ରତିବର୍ଷ ଜାନୁୟାରୀ 15 ତାରିଖକୁ ଏହି ଦିବସ ପାଳନ କରାଯାଇଥାଏ ।ଏହି ଦିନ ସେନା ଦିବସ ପାଳନ କରିବାର କିଛି ଖାସ କାରଣ ବି ରହିଛି । କାରଣ ଏହି ଦିନ ଅର୍ଥାତ ୧୯୪୯ ମସିହା ଜାନୁଆରୀ ୧୫ ତାରିଖରେ ଦେଶ ସ୍ୱାଧୀନ ହେବା ପରେ କୌଣସି ଭାରତୀୟ ପ୍ରଥମଥର […]
ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ୟୁଜିସି ନେଟ୍ ପରୀକ୍ଷା ସ୍ଥଗିତ ରଖିଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)। ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀ ଥିବା ଯୋଗୁ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ତେବେ ଜାନୁଆରୀ ୧୬ ତାରିଖରେ ହେବାକୁ ଥିବା ପରୀକ୍ଷା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଅନୁଷ୍ଠିତ ହେବ।ପ୍ରାର୍ଥୀମାନଙ୍କୁ ଅଫିସିଆଲ ୱେବସାଇଟ୍ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ଯାହା ଦ୍ୱାରା ସେମାନେ ପରୀକ୍ଷା ସମ୍ବନ୍ଧୀୟ କୌଣସି ନୂତନ ସୂଚନା ବିଷୟରେ ଅବଗତ […]
ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ନାରାୟଣନ୍ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ |ଇସ୍ରୋ ଅଧ୍ୟକ୍ଷ ହେବା ପୂର୍ବରୁ ସେ ଭଲିଆମାଲାରେ ଅବସ୍ଥିତ ଲିକ୍ୱିଡ୍ ପ୍ରପଲ୍ୟୁସନ୍ ସିଷ୍ଟମ୍ ସେଣ୍ଟର (LPSC) ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରି ସାରିଛନ୍ତି। ଜିଏସଏଲଭି ଏମ୍ କେ-୩ ପାଇଁ […]
ବିଶ୍ବର ଅନ୍ୟତମ ବୃହତ ଧାର୍ମିକ ସମାବେଶ ମହାକୁମ୍ଭ ମେଳା। ଏହାକୁ ମାନବ ଜାତିର ସବୁଠୁ ବଡ଼ ସାଂସ୍କୃତିକ ସମାଗମ ବୋଲି ମଧ୍ୟ ବିଶ୍ବାସ କରାଯାଏ। ଆଜି ପୌଷ ପୂର୍ଣ୍ଣିମା ଉପଲକ୍ଷେ ଥିଲା ପ୍ରଥମ ସ୍ନାନ । ପ୍ରଥମ ଦିନରେ ହିଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି । ପ୍ରଥମ ଦିନରେ ପ୍ରାୟ ୧ କୋଟି ଲୋକ ସ୍ନାନ କରିଛନ୍ତି । ତେବେ ପ୍ରଥମ ସାହୀ ସ୍ନାନ ଆସନ୍ତା କାଲି ଅର୍ଥାତ ମକର ସଂକ୍ରାନ୍ତି ଉପଲକ୍ଷେ ଅନୁଷ୍ଠିତ […]
ତ୍ରିବେଣୀ ସଙ୍ଗମରେ ମହାକୁମ୍ଭ ସୋମବାରଠୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଦିବ୍ୟ ଆସ୍ଥା ସ୍ଥଳିରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳ । ଏହି ମେଳା ଆସନ୍ତା ଦେଢ଼ ମାସ ଅର୍ଥାତ୍ ଫେବ୍ରୁଆରୀ ୨୬ ତାରିଖ ଯାଏଁ ଚାଲିବ । ଗତକାଲି ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଗଙ୍ଗାସାଗରରେ ପହଞ୍ଚିଥିଲେ । ୧୫ ତାରିଖ ସକାଳ ପର୍ଯ୍ୟନ୍ତ ମହେନ୍ଦ୍ର ବେଳାରେ ମକରବୁଡ଼ ଦେବାଲାଗି ଲକ୍ଷାଧିକ ଲୋକ ଗଙ୍ଗାସାଗରରେ ପହଞ୍ଚିଲେଣି। ମେଳାରେ ତୀର୍ଥଯାତ୍ରୀଙ୍କ ସୁବିଧା […]
ଜୟ ଯବାନ ଜୟ କିଶାନ। ଆଜି ହେଉଛି ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟତିଥି। ୧୯୦୪ ମସିହା ଅକ୍ଟୋବର ୨ ତାରିଖରେ ଉତ୍ତର ପ୍ରଦେଶର ମୁଗଲସରାଇରେ ଲାଲ ବାହାଦୂରଙ୍କର ଜନ୍ମ। ମାତ୍ର ଦେଢ ବର୍ଷ ବୟସରେ ସେ ତାଙ୍କ ବାପାଙ୍କୁ ହରାଇଥିଲେ। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ନିଧନ ପରେ ସେ ୧୯୬୪ ମସିହାରେ ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। ମାତ୍ର ୧୮ ମାସ ସେ ଥିଲେ […]