ଭୁବନେଶ୍ୱର,(ଓଡିଶା ଦର୍ପଣ): ଶିକ୍ଷା ସମସ୍ତଙ୍କର ମୌଳିକ ଅଧିକାର, ଶିକ୍ଷାର ଗୁରୁତ୍ୱ ସବୁଠାରୁ ଅଧିକ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀର ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ଅଛି। ଓଡ଼ିଶାରେ ୬୪୦୦୦ରୁ ଅଧିକ ବିଦ୍ୟାଳୟ ଅଛି ଏବଂ ପ୍ରାୟ ୮୨୦୦୦ ବିଶେଷ ଆବଶ୍ୟକ ରଖୁଥିବା ପିଲା ଏହି ବିଦ୍ୟାଳୟ ମାନଙ୍କରେ ନାମ ଲେଖାଇଛନ୍ତି କିନ୍ତୁ ସେମାନଙ୍କୁ ପଢ଼ାଇବା ପାଇଁ ତାଲିମପ୍ରାପ୍ତ ସ୍ୱତନ୍ତ୍ର ଶିକ୍ଷକଙ୍କ ଆବଶ୍ୟକତା ରହିଛି ଯାହାର କି ସମ୍ପୂର୍ଣ ଅଭାବ […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଆଜି ୧୦ଟା ୧୫ମିନିଟରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ। ସଂସଦର କେନ୍ଦ୍ରୀୟ ହଲରେ ତାଙ୍କୁ ଶପଥ ପାଠ କରାଇଥିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏମ ଭି ରମନା। ମଞ୍ଚ ଉପରେ ମୁଖ୍ୟ ବିଚାରପତି ରମନା ତାଙ୍କ ପାଖରେ ଦ୍ରୌପଦୀ ମୁର୍ମୁ, ମଝିରେ ରାଷ୍ଟ୍ରପତି ରାମାନାଥ କୋବିନ୍ଦ, ତାଙ୍କ ପାଖରେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ଏବଂ ଶେଷରେ ବାଚସ୍ପତି ଓମ ବିର୍ଲା ବସିଥିଲେ।ଶପଥପାଠ ପରେ ମଝିରେ ବସିଥିବା ରାଷ୍ଟ୍ରପତି ରାମାନଥ କୋବିନ୍ଦ […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ଜନଜାତି ଜନନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀମତୀ ମୁର୍ମୁଙ୍କ ଏହି ଐତିହାସିକ ବିଜୟରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ବିଜୟ ମହିଳା ସଶକ୍ତିକରଣ, ସାମାଜିକ ନ୍ୟାୟ, ମହିଳା ନେତୃତ୍ୱ, ବହୁସଂଖ୍ୟକ ଓ ସର୍ବସ୍ପର୍ଶୀ ସମାଜର ପ୍ରତୀକ, ଯାହା ନୂଆ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି। ଜଣେ ଓଡ଼ିଆ ଭାବରେ, ରାଷ୍ଟ୍ରପତି […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ବହୁ ଭୋଟ ବ୍ୟବଧାନରେ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ। ତାଙ୍କର ପ୍ରତିଦ୍ବନ୍ଦି ଯଶବନ୍ତ ସିହ୍ନାଙ୍କୁ ସେ ୨ ଲକ୍ଷ ୯୬ ହଜାର ୬୨୬ ଖଣ୍ଡ ଭୋଟରେ ପଛରେ ପକାଇ ବିଜୟ ଲାଭ କରିଛନ୍ତି। ଦ୍ରୌପଦୀ ମୁର୍ମୁ ୬ ଲକ୍ଷ ୭୬ ହଜାର ୮୦୩ ଭୋଟ ପାଇଥିବା ବେଳେ ୩ ଲକ୍ଷ ୮୦ ହଜାର ୧୭୭ ଭୋଟ ପାଇଛନ୍ତି ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନା। ଏହାକୁ ସରକାରୀ ଭାବ ଘୋଷଣା କରିଛନ୍ତି ରାଜ୍ୟସଭା ମହାସଚିବ ତଥା […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ, ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ, ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ବିମାନବନ୍ଦରରୁ ସେ ରାଜ୍ୟ ଅତିଥୀ ଭବନକୁ ଯାଇଥିଲେ। ସେଠାରୁ ସେ ବିଧାନସଭା ଯାଇ ବିଧାୟକ ସାଂସଦଙ୍କୁ ସେ ଭୋଟ ପାଇଁ ଅନୁରୋଧ କରିବେ। ବିମାନ ବନ୍ଦରରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ତରଫରୁ ସ୍ବାଗତ କରାଯାଇଛି। ସେଠାରେ ଆଦିବାସୀ ନୃତ୍ୟରେ ତାଙ୍କୁ ସ୍ବାଗତ କରାଯାଇଛି। ଉଭୟ ବିଜେଡି ଓ ବିଜେପିର […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଫିଟ୍ ଇଣ୍ଡିଆ କୁଇଜ୍ ରାଜ୍ୟ ରାଉଣ୍ଡର ୩୬ ଜଣ ବିଜେତାମାନଙ୍କୁ ଚୟନ କରାଯାଇଛି। ଏହି ବିଜେତାମାନେ ପରବର୍ତ୍ତୀ ଜାତୀୟ ରାଉଣ୍ଡରେ ନିଜ ନିଜ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ପକ୍ଷରୁ ପ୍ରତିନିଧିତ୍ବ କରିବାର ସୁଯୋଗ ପାଇବେ। ରାଜ୍ୟ ରାଉଣ୍ଡରେ ଓଡ଼ିଶାରୁ କଣିହାଁ ଏନଟିପିସି ଡିଏଭି ପବ୍ଲିକ୍ ସ୍କୁଲ ଦୀପଶିଖାର କନିଷ୍କ ଓ ହ୍ଵିପ୍ କୁମାର ବେହେରା ବିଜୟୀ ହୋଇଛନ୍ତି। ଫେବୃଆରୀ ଏବଂ ମାର୍ଚ୍ଚ ମାସରେ ଫିଟ୍ ଇଣ୍ଡିଆ କୁଇଜ୍ ରାଜ୍ୟ ରାଉଣ୍ଡର ଫାଇନାଲ ପ୍ରତିଯୋଗିତା […]
ନୂଆଦିଲ୍ଲୀ:(ଓଡିଶା ଦର୍ପଣ) କେନ୍ଦ୍ର ସୂଚନା ଏବଂ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ନୂଆଦିଲ୍ଲୀରେ ପ୍ରସାରଣ ସେବା ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏଥିସହିତ ପ୍ରସାରଣ କ୍ଷେତ୍ରରେ ‘ବ୍ୟବସାୟିକ ସୁଗମତା’ ପାଇଁ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି। ପ୍ରସାରଣ ସେବା ପୋର୍ଟାଲ ଏକ ଅନଲାଇନ ପୋର୍ଟାଲ, ଯାହା ଅଧୀନରେ ପ୍ରସାରକମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ଲାଇସେନ୍ସ, ଅନୁମତି, ପଞ୍ଜୀକରଣ ଆଦି ପାଇଁ ଆବେଦନକୁ ଯଥାଶୀଘ୍ର ଦାଖଲ କରାଯାଇ ପାରିବ। ଏସବୁ ଆବେଦନର […]
ନୂଆଦିଲ୍ଲୀ(ଓଡିଶା ଦର୍ପଣ): ଆମେ ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଯୋଜନାର ଷଷ୍ଠ ବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛୁ। ଏ ପରିପ୍ରେକ୍ଷୀରେ ଏହି ଯୋଜନା ଉଦ୍ୟୋଗୀ, ବିଶେଷ କରି ମହିଳା ଏବଂ ଅନୁସୂଚିତ ଜାତି (ଏସସି) ଓ ଅନୁସୂଚିତ ଜନଜାତି (ଏସଟି) ସମ୍ପ୍ରଦାୟ ସହ ଜଡ଼ିତ ଲୋକମାନଙ୍କର ଆକାଂକ୍ଷାକୁ କିଭଳି ପୂରଣ କରିପାରିଛି ତାହା ଆକଳନ କରିବା ପ୍ରାସଙ୍ଗିକ ହୋଇପଡ଼ିଛି । ଏହି ଯୋଜନାର ଉପଲବ୍ଧି, ବିଶେଷତ୍ୱ ଏବଂ ଏହାର ବିସ୍ତାର ଉପରେ ମଧ୍ୟ ଆଲୋକପାତ କରିବାର ଆବଶ୍ୟକତା ରହିଛି। […]
ନୂଆଦିଲ୍ଲୀ(ଓଡିଶା ଦର୍ପଣ): ଆସନ୍ତାକାଲି ଅର୍ଥାତ୍ ୧୬ ମାର୍ଚ୍ଚ, ୨୦୨୨ ଠାରୁ ୧୨ରୁ ୧୪ ବର୍ଷ ବୟସ୍କ ପିଲାମାନଙ୍କୁ କୋଭିଡ ୧୯ ପ୍ରତିଷେଧକ ଟିକା ମାଗଣାରେ ଦିଆଯିବ। ଏଥିସହିତ ସମସ୍ତ ସରକାରୀ କୋଭିଡ ଟିକାକରଣ କେନ୍ଦ୍ରରେ ଜାତୀୟ ଟିକାକରଣ ଦିବସ ପାଳନ କରାଯିବ। ପିଲାମାନଙ୍କୁ ହାଇଦ୍ରାବାଦସ୍ଥିତ ବାୟୋଲୋଜିକ ଇ ଲିମିଟେଡ ଦ୍ବାରା ବିକଶିତ କୋର୍ବେଭାକ୍ସ ଟିକା ଦିଆଯିବ। ମାର୍ଚ୍ଚ ୧୬ ତାରିଖ ପୂର୍ବାହ୍ନ ୯ଟାରୁ ଅନଲାଇନ ପଞ୍ଜୀକରଣ ମାଧ୍ୟମରେ କିମ୍ବା ସିଧାସଳଖ ଟିକାକରଣ କେନ୍ଦ୍ରକୁ ଯାଇ ହିତାଧିକାରୀମାନେ ଟିକା ନେଇପାରିବେ। […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ହୋଲି ପୂର୍ବରୁ ମଦୁଆ ମାନଙ୍କୁ ଉପହାର । ଶସ୍ତା ହୋଇଯିବ ମଦ । କେବଳ ବିଦେଶୀ ମଦ ନୁହେଁ ବରଂ ଦେଶୀ, ୱାଇନ୍ ଓ ବିୟର ମଧ୍ୟ ଶସ୍ତା ହୋଇଯିବ । ତେବେ ଭାରତ ବର୍ଷରେ କେବଳ ଦୁଇଟି ରାଜ୍ୟରେ ଏହି ଅଫରର ସୁବିଧା ମିଳିପାରିବ । ମଧ୍ୟପ୍ରଦେଶ ଓ ନୂଆଦିଲ୍ଳୀରେ ସରକାର ଏକ୍ସାଇଜ ଡ୍ୟୁଟି ହ୍ରାସ କରିଥିବା ବେଳେ ଏହାର ସିଧାସଳଖ ଫାଇଦା ଗ୍ରାହକଙ୍କୁ ମିଳିବ । ପ୍ରଥମ ରାଜ୍ୟ ଭାବରେ ଦିଲ୍ଳୀ ଏହା […]
ପୁରୀ,(ଓଡ଼ିଶା ଦର୍ପଣ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରାଷ୍ଟ୍ରପତିଙ୍କ ସହ ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଅଛନ୍ତି। ଶ୍ରୀମନ୍ଦିରରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।
