ନୂଆଗାଁ ମଣ୍ଡଳ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଗାଁ,(ଓଡ଼ିଶା ଦର୍ପଣ):ନୂଆଗାଁ ସଦର ମହକୁମାରେ ଥିବା ନୂଆଗାଁ ସରକାରୀ ପ୍ରାଇମେରୀ ସ୍କୁଲ ଖେଳ ପଡିଆରେ ଆଜି ନୂଆଗାଁ ମଣ୍ଡଳ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ନୂଆଗାଁ ଶିକ୍ଷା କାର୍ଯ୍ୟାଳୟ ଅଧିନସ୍ଥ ସମସ୍ତ କ୍ଲଷ୍ଟରରୁ ବରିଷ୍ଠ ଓ କନିଷ୍ଠ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ସ୍କାଉଟ, ଜେ.ଆର.ସି ସ୍ବେଚ୍ଛାସେବୀ […]

ଭାରତରତ୍ନ ଡ.ଅବଦୁଲ କାଲାମଙ୍କ ୯୪ତମ ଜନ୍ମବାର୍ଷିକ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମିଶାଇଲ ମ୍ୟାନ,ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି  ଭାରତରତ୍ନ  ସ୍ୱର୍ଗତ ଡ.ଏ.ପି.ଜେ ଅବଦୁଲ କାଲାମଙ୍କ ୯୪ତମ ଜନ୍ମବାର୍ଷିକୀ  ଅବଦୁଲ କାଲାମ ସ୍ମୃତି କମିଟି ଏବଂ ଶିକ୍ଷକ ସମାଜ ପକ୍ଷରୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ,ଦୀପ ଏବଂ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ […]

ଆଙ୍ଗିସିଙ୍ଗି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ଶରଣକୁଳ,(ଓଡ଼ିଶା ଦର୍ପଣ): ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଙ୍ଗିସିଙ୍ଗି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ଦଧି ବାମନ ଜୀଉ ଉଚ୍ଚ ବିଦ୍ୟାଳୟ ଶିଖରପୁର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି l ଆଙ୍ଗିସିଙ୍ଗି ସି.ଆର.ସି.ସି ରାଜେଶ ଶଢଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାଜ କିଶୋର ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ମହୋତ୍ସବକୁ ପ୍ରଦୀପ ପ୍ରଜ୍ବଳନ କରି […]

ୟୁନିଟେକ ପବ୍ଲିକ ସ୍କୁଲରେ ଶିକ୍ଷା ଓ ବିଜ୍ଞାନମେଳା ଅନୁଷ୍ଠିତ

ନୟାଗଡ,(ଓଡ଼ିଶା ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାସ୍ଥିତ ଯୁନିଟେକ ପବ୍ଲିକ ସ୍କୁଲରେ ଶିକ୍ଷା ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୫୯ ଜଣ ଛାତ୍ରଛାତ୍ରୀ ବିଜ୍ଞାନ, ଗଣିତ, ଇଂରାଜୀ, ସାମାଜିକ ବିଜ୍ଞାନ, ସଂସ୍କୃତ ଓ ହିନ୍ଦୀ ବିଷୟରେ ନିଜ ନିଜ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ନୟାଗଡ ଜିଲ୍ଲାରେ ପ୍ରଥମ ଥର ପାଇଁ ସମସ୍ତ ପାଠ୍ୟ ବିଷୟରେ ଏଭଳି ଏକ ଶିକ୍ଷା ପ୍ରଦର୍ଶନୀ  ଆୟୋଜିତ ହୋଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ବନଲତା […]

ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ଯୋଗ ଚମ୍ପିୟାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦୁଇଜଣ ଛାତ୍ର ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ଯୋଗ ପ୍ରଶିକ୍ଷଣ ପ୍ରତିଯୋଗିତାରେ ଯୋଗଦାନ କରି ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।  ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ ରସାୟନ ବିଭାଗର ଛାତ୍ର କୃଷ୍ଣ ଚନ୍ଦ୍ର ଜାନୀ ବ୍ୟକ୍ତିଗତ ଭାବେ ଚମ୍ପିୟାନ ହୋଇଛନ୍ତି। ସେହିପରି ଅନ୍ୟତମ ପ୍ରତିଯୋଗୀ ହିସାବରେ ଯୁକ୍ତ ୩ ବାଣିଜ୍ୟ […]

ଚଣ୍ଡୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ବ୍ଲକ ଅନ୍ତର୍ଗତ ବାଲୁଗାଁ ଚଣ୍ଡୀ ଉଚ୍ଚ ବିଦ୍ୟାଳୟରେ ଆଜି ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପିଲାମାନେ ହିନ୍ଦୀ ଶିକ୍ଷକ ସୁଭାଶିଷ ସାହୁଙ୍କ ନିର୍ଦ୍ଦେଶନାରେ ଭାରତର ପ୍ରଥମ ମହିଳା ଡାକ୍ତର ଆନନ୍ଦୀ ବେନ ଯୋଶୀଙ୍କ ଜୀବନୀ ଆଧାରିତ ଏକ କ୍ଷୁଦ୍ର ହିନ୍ଦୀ ନାଟକ ପରିବେଷଣ କରିଥିଲେ। ସେହିପରି ହିନ୍ଦୀ ଭାଷା ସମ୍ପର୍କିତ ବିଭିନ୍ନ ବିଭାଗରେ ପ୍ରତିଯୋଗିତା କରାଯାଇ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ପ୍ରତିଯୋଗିତା ମଧ୍ୟରେ ଡିବେଟରେ ରାକେଶ ଦଳେଇ ପ୍ରଥମ,ନମିତା […]

ନୂତନ ପେନସନଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘର ଶୋଭାଯାତ୍ରା ଓ ପ୍ରତିବାଦ ସଭା

ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡ଼ିଶା ସରକାରୀ ହାଇସ୍କୁଲ ନୂତନ ପେନସନଭୁକ୍ତ ଶିକ୍ଷକ ସଂଘ ନୟାଗଡ଼ ଜିଲ୍ଲା ଶାଖା ତରଫରୁ ଏକ ପ୍ରତିବାଦ ସଭା ଓ ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ନୟାଗଡ଼ ଜିଲ୍ଲାର ସମସ୍ତ ୮ ଟି ବ୍ଳକରୁ ସଂଘର ଶତାଧିକ ସକ୍ରିୟ ସଦସ୍ୟ ଓ ସଦସ୍ୟା ମାନେ ଯୋଗ ଦେଇଥିଲେ। ୨୦୦୪ ରୁ ୨୦୧୩ ମସିହା ମଧ୍ୟରେ ଠିକା ଶିକ୍ଷକ ଭାବରେ ନିଯୁକ୍ତି ପାଇଥିବା ଶିକ୍ଷକ ମାନେ, ଓଡ଼ିଶା ସରକାରଙ୍କ ଆର୍ଥିକ ଦୂରବସ୍ଥା ସମୟରେ ମାତ୍ର […]

କେ.ଏସ.ବି.ପବ୍ଲିକ ସ୍କୁଲ ଛାତ୍ରଛାତ୍ରୀଙ୍କ ମଡେଲ ଡିଗ୍ରୀ କଲେଜ ବିଜ୍ଞାନାଗାର ପରିଭ୍ରମଣ

ଶରଣକୁଳ, (ଓଡ଼ିଶା ଦର୍ପଣ):ଛାତ୍ରଛାତ୍ରୀଙ୍କ ମନରେ ଉତ୍ତମ ଶିକ୍ଷା ଓ ଜ୍ଞାନର ଅଭିବୃଦ୍ଧି ପାଇଁ କେ.ଏସ.ବି ପବ୍ଲିକ ସ୍କୁଲ ଶରଣକୁଳ ପକ୍ଷରୁ “ଆସ ଦେଖିବା କିଛି ଶିଖିବା “କାର୍ଯ୍ୟକ୍ରମ କରାଯାଇଥିବା ବେଳେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରଥମପର୍ଯ୍ୟାୟରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ଅନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟରେ ଅଧ୍ୟୟନରତ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପରିଭ୍ରମଣ କରି ବିଭିନ୍ନ ଜ୍ଞାନ କୌଶଳ ଉପରେ ଶିକ୍ଷା ଲାଭ କରିଛନ୍ତି। ବିଦ୍ୟାଳୟର […]

ଜାତୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୫ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ

ନୟାଗଡ଼,(ଓଡ଼ିଶା ଦର୍ପଣ):ଅଜିମ୍ ପ୍ରେମଜି ୟୁନିଭରସିଟି, ବାଙ୍ଗାଲୋର ଠାରେ ପାଞ୍ଚ ଦିନ ବ୍ୟାପି ଚାଲିଥିବା ଦ୍ଵିତୀୟ ପର୍ଯ୍ୟାୟ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ଦକ୍ଷତା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ  ନୟାଗଡ଼ ଜିଲ୍ଲାରୁ ପାଞ୍ଚ ଜଣ ପ୍ରଧାନ ଶିକ୍ଷକ ଯୋଗ ଦେଇଥିଲେ। ରଣପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମହତପଲାର ପ୍ରଧାନ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ, ଗୋଳଗୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ନୂଆଗାଁ ବ୍ଲକର ପ୍ରଧାନ ଶିକ୍ଷୟିତ୍ରୀ ଡ.ବାସନ୍ତୀ ବେହେରା,ମଶାବାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଓଡ଼ଗାଁ ବ୍ଲକର ଭାବଗ୍ରାହୀ ମହାପାତ୍ର […]

ଗୁରୁଦିବସରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,(ଓଡ଼ିଶା ଦର୍ପଣ):ପବିତ୍ର ଗୁରୁଦିବସ ଅବସରରେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ଗୀତାଞ୍ଜଳୀ ସାହୁ ଭୁବନେଶ୍ଵର ଲୋକ ସେବା ସଦନ ଗୃହ ଠାରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଗ୍ରହଣ କରିଛନ୍ତି।  ଓଡ଼ଗାଁ ବ୍ଲକ ଶିକ୍ଷାଧିକାରିଣୀ ଥିବା ସମୟରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି। ଗୁରୁଦିବସରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ଶ୍ରୀମତୀ […]

ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ, ୨୨ଜଣ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହେଇଯାଇଛି। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂ […]