ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୩ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ, ଜୁନ୍ ୨୦ରେ ଖୋଲିବ ସମସ୍ତ ସ୍କୁଲ । ଏହି ଅବସରରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଆସନ୍ତା ଜୁନ୍ ୨୦ ତାରିଖରୁ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯିବ । ଏନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସବୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଚିଠି କରିଛନ୍ତି । ପ୍ରଧାନ […]
ବେଙ୍ଗାଲୁରୁର ଜୟନଗରର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ରାପିଡୋ ବାଇକ୍ ଚାଳକ ଜଣେ ମହିଳା ଯାତ୍ରୀଙ୍କୁ ଆକ୍ରମଣ କରୁଥିବାର ଦେଖାଯାଉଛି। ମହିଳା ଜଣକ ମଝିରେ ବାଇକରୁ ଓହ୍ଲାଇବା ପରେ ଅସାବଧାନତାର ସହ ବାଇକ ଚଳାଇବା ପାଇଁ ଡ୍ରାଇଭରଙ୍କ ବିରୋଧରେ ପ୍ରତିବାଦ କରିଥିଲେ। ଏହି କଥାକୁ ନେଇ ଦୁହିଁଙ୍କ ମଧରେ ବଚସା ହୋଇଥିଲା ଓ ରାପିଡୋ ଚାଳକ ଜଣକ ମହିଳାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ପୋଲିସ ଖବର ମୁତାବକ, ପ୍ରଥମେ ମହିଳା ଏବଂ […]
ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଯଦି କେହି ଅଦିନିଆ ରଥଯାତ୍ରା କରିବେ ତେବେ ତାଙ୍କ ଉପରେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ। ଏନେଇ ଶ୍ରୀ ମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି | ଗଜପତି ମହାରାଜା ମଧ୍ୟ ପତ୍ର ଲେଖି ସାରିଛନ୍ତି | ଗତବର୍ଷ ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ମଧ୍ୟ ଗଜପତି ମହାରାଜ କଡ଼ା ଚେତାବନୀ ଦେଇଥିଲେ । ସାମ୍ବାଦିକ ସମ୍ମିଳନୀରେ ଗଜପତି ମହାରାଜ କହିଥିଲେ, ଅଦିନିଆ ରଥଯାତ୍ରା […]
କେନ୍ଦ୍ରାପଡ଼ାରେ ପୁଣି କୁମ୍ଭୀର ଆତଙ୍କ । କୁମ୍ଭୀର ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଆଳି ବ୍ଲକ୍ କୋଲଢ଼ିଅ ପଞ୍ଚାୟତ ମହାନ୍ତିଗାଁରେ। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା ବିଷୟରେ ଜଣାଇବା ପରେ ଗାଁ ଲୋକେ ଏକାଠି ହୋଇ ପାନିଆଯୋର ଭିତରେ ଖୋଜାଖୋଜି […]
ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି । ଦୂଷିତ ପାଣି ଓ ବାସି ଖାଦ୍ୟ ଖାଉଥିବାରୁ ଏହା ବ୍ୟାପୁଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଟେଲ, ଢାବା, ଫାଷ୍ଟ ଫୁଡ୍ ଦୋକାନରେ ରେଡ୍ ଚାଲିଛି । କେନ୍ଦ୍ରାପଡ଼ା, ଯାଜପୁର, ଭୁବନେଶ୍ବର ସବୁଠି ରେଡ୍ କରାଯାଉଛି । ରାଜଧାନୀରେ ଖାଦ୍ୟ ସୁରକ୍ଷା ବିଭାଗ ଓ ବିଏମ୍ସି ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି । ଖାଦ୍ୟର ଗୁଣବତ୍ତା ନେଇ […]
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଜନଗଣନା ଏବଂ ଜାତି ଗଣନା ସହିତ ଜଡିତ ସରକାରୀ ଗେଜେଟ୍ ବିଜ୍ଞପ୍ତି ଜାରି କରିଛି ଗୃହ ମନ୍ତ୍ରାଳୟ। ଜନଗଣନା ଆଇନ ୧୯୪୮ ଅନୁଯାୟୀ ଅଧିସୂଚନା ଜାରି ହୋଇଛି। ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା କାର୍ଯ୍ୟ । ୨୦୨୬ ଅକ୍ଟୋବର ପହିଲାରେ ପ୍ରଥମ ପର୍ଯ୍ୟାୟ ଏବଂ ଓ ୨୦୨୭ ମାର୍ଚ୍ଚ ୧ରେ ଦ୍ୱିତୀୟ ପର୍ଯ୍ୟାୟ ଗଣନା କରାଯିବ ।ଏବେ ଜନଗଣନା ସହିତ ଜଡିତ ବିଭିନ୍ନ ସଂସ୍ଥା ସକ୍ରିୟ ହେବେ। ପ୍ରଥମେ କର୍ମଚାରୀ ନିଯୁକ୍ତି, […]
ରାଜ୍ୟରେ ଏବେ ଯାଜପୁର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଉଛି । ତେବେ ହଇଜା ପାଇଁ ସତର୍କତା ଅବଲମ୍ବନ କରିବା ପାଇଁ ନିର୍ଦ୍ଦୋବଳୀ। କିପରି ଦେବା ଛୋଟ ପିଲାଙ୍କୁ ସୁରକ୍ଷା ? 1) ସାବୁନ ଏବଂ ପାଣିରେ ଭଲଭାବେ ହାତ ଧୁଅନ୍ତୁ । 2) ନିର୍ମଳ ଏବଂ ସୁରକ୍ଷିତ ପିଇବା ପାଣି ବ୍ୟବହାର କରନ୍ତୁ । 3) ଘର ଏବଂ ଘରର ଆଖପାଖ ପରିଷ୍କାର ରଖନ୍ତୁ […]
ଦ୍ୱିତୀୟ ରଜରେ ନନ୍ଦନକାନନ ବୁଲିଲେ 37 ହଜାର ପର୍ଯ୍ୟଟକ ।ନନ୍ଦନକାନନ ପ୍ରାଣୀ ଉଦ୍ୟନରେ ଦ୍ୱିତୀୟ ରଜରେ ସର୍ବାଧିକ ପର୍ଯ୍ୟଟକଙ୍କ ଆଗମନ ହୋଇଛି ।ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଧିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତ ରବିବାର ଦିନ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ବୁଲିଛନ୍ତି। ସକାଳୁ ଆରମ୍ଭ କରି ସନ୍ଧ୍ୟା 6 ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଭିଡ ନନ୍ଦନକାନନରେ ଦେଖିବାକୁ ମିଳିଥିଲା । ସେହିପରି ଭାବରେ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ମଧ୍ୟ ପ୍ରାୟ 2474 ଜଣ ପଯ୍ୟଟକ […]
ଅଳ୍ପକେ ବର୍ତ୍ତିଲା ପୁଣି ଏକ ବିମାନ ଦୁର୍ଘଟଣା । ସାଉଦି ଆରବ ଜେଦ୍ଦାରୁ ଆସିଥିବା ବିମାନ SV 3112 ଅବତରଣ ସମୟରେ ବିମାନ ଚକାରୁ ନିଆଁ ଏବଂ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଏହି ବିମାନରେ ଅତିକମରେ ୨୫୦ ହଜ ଯାତ୍ରୀ ଥିଲେ । ବିମାନ ଏୟାରପୋର୍ଟରେ ଅବତରଣ ବେଳେ ହଠାତ୍ ନିଆଁ ଝୁଲ ଓ ଧୂଆଁ ବାହାରୁଥିବାର ଦେଖିବାକୁ ମିଳିଥିଲା । କୌଣସି ଯାନ୍ତ୍ରିକ ତ୍ରୁଟି ଅଘଟଣ ଘଟିଥିବା ଜଣାପଡ଼ିଛି। ପାଇଲଟ୍ ଓ ବିମାନ […]
ରାଜଧାନୀରେ ଚାଞ୍ଚଲ୍ୟ ।ରାତିଅଧରେ ନାବାଳିକାଙ୍କୁ ଧରି ଫେରାର ହେଉଥିଲେ ୨ ବଙ୍ଗୀୟ ଯୁବକ । ନିଶା ଦେଇ ନାବାଳିକାଙ୍କୁ ଅପହରଣ କରୁଥିବା ବେଳେ ୨ ଯୁବକଙ୍କୁ ମାଡ଼ିବସିଲେ ସ୍ଥାନୀୟ ଲୋକେ । ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ ଘଟିଛି ଘଟଣା । ମୂର୍ମୁଷ ଅବସ୍ଥାର ଦୁଇ ଯୁବକ ନେଉଥିବା ବେଳେ ସ୍ଥାନୀୟ ଲୋକ ଦେଖିଥିଲେ । ୨ ଯୁବକଙ୍କୁ ଧରି ଖଣ୍ଡଗିରି ଥାନା ପୋଲିସର ଜିମା ଦେଇଥିଲେ । ଅନ୍ୟପଟେ ନାବାଳିକା ଜଣଙ୍କ ଅଚେତ ଅବସ୍ଥାରେ ଥିବାରୁ ଦୁଷ୍କର୍ମ […]
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହେବ । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ଯାଏଁ ବର୍ଷା […]
ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି।ଖବର ଅନୁଯାୟୀ, ଅସୁସ୍ଥତା କାରଣରୁ ଏକ ଘରୋଇ ହସ୍ପଟିଲାରେ ଭର୍ତ୍ତି ହୋଇଥିଲେ ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବ । ଶେଷରେ ରବିବାର ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରଣାର୍ଣ୍ଣବ ଦେବ । ମୃତ୍ୟୁବେଳକୁ ରଣାର୍ଣ୍ଣବ ଦେବଙ୍କୁ ୬୭ ବର୍ଷ ହୋଇଥିଲା । ପରେ ରାଜକୀୟ […]