ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ କର୍ତ୍ତବ୍ୟରେ ଅବହେଳା ଓ ଆଦେଶ ଅବମାନନା କରିଥିବା ଅଭିଯୋଗରେ ନିଲମ୍ବିତ କରିଥିବାର ଜଣାପଡ଼ିଛି।ଅଭିଯୋଗ ଅନୁଯାୟୀ, ସେ କୌଣସି ବୈଧ କାରଣ ବା ପୂର୍ବ ଅନୁମତି ବିନା ଦାୟିତ୍ୱରେ ଅନୁପସ୍ଥିତ ରହିବା ସହିତ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସମ୍ପର୍କିତ କାର୍ଯ୍ୟ ନିଷ୍ଠାର ସହ ନିର୍ବାହ କରିବାରେ ବିଫଳ ହୋଇଥିଲେ। […]
କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ ଘଟିଛି, ଯେଉଁଠାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି, ଯେତେବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜା ଚାଲିଛି।ଶଶି ଥରୁର ଏହି ଘଟଣା ବେଳର ଭିଡିଓ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି ଯେ, ଗତକାଲି ରାତିରେ ମୋ ସୁରକ୍ଷାକର୍ମୀଙ୍କ ଉପରକୁ ହୋଇଥିବା ଆକ୍ରମଣ ଘଟଣାକୁ ନେଇ […]
।ରାୟଗଡ:-ତା. ୪/୦୪-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଧେଶ ଅନୁଯାୟୀ ୧ ଏପ୍ରିଲ ୨୦୨ ୬ ଠାରୁ ୧୪ ଏପ୍ରିଲ ୨୦୨୬ପର୍ୟ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ଶ୍ରମ କାର୍ଯ୍ୟାଳୟ ରାୟଗଡ଼ଙ୍କ ମିଳିତ ସହଯୋଗରେ ଆଜି ଅର୍ଥାତ୍ ୦୪-୦୪-୨୦୨୫ ତାରିଖ ସକାଳ ୮. ୦୦ ଘଣ୍ଟ ସମୟରେ ରାୟଗଡ଼ ସହରରେ ଅବସ୍ଥିତ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆ ଭାଷାରେ ନାମ ଫଳକ ପ୍ରଦର୍ଶନ […]
ଓଡ଼ିଶା ପ୍ରେମରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ସମ୍ୱଲପୁରୀ ଶାଢୀରେ ଫଟୋସୁଟ୍ କରିଛନ୍ତି । ଯାହାର ଫଟୋ ସେ ସୋସିଆଲ ମିଡିଆରେ ସେୟାର କରି ସମସ୍ତଙ୍କ ମନ ମୋହିଛନ୍ତି । ଏହି ଲୁକ୍ ର କିଛି ଫଟୋ ସେୟାର କରି ମାଧୁରୀ ଲେଖିଛନ୍ତି, ”ଓଡ଼ିଶାର ସମୃଦ୍ଧ ବୟନ ପରମ୍ପରା, ଯାହାକି କାଳଜୟୀ । କେବଳ ଏହା କପଡ଼ା ନୁହେଁ, ବରଂ ପ୍ରେମ ଏବଂ ଧୈର୍ଯ୍ୟରେ ବୁଣାଯାଇଥିବା କାହାଣୀ । ଏହି ସୁନ୍ଦର ଐତିହ୍ୟକୁ ପ୍ରତିନିଧିତ୍ୱ କରିବା […]
ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତା ମୂଳକ […]
ଆମେରିକାର ଆରିଜୋନାରୁ ଏକ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ଯାହା ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଛି।ଆମେରିକା ଆରିଜୋନା ଅନ୍ତର୍ଗତ ଷ୍ଟାର୍ ଭ୍ୟାଲିରୁ ୧୯୯୪ ମସିହାରେ ମାତ୍ର ୧୩ ବର୍ଷ ବୟସରେ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା କ୍ରିଷ୍ଟିନା ମାରି ପ୍ଲାଣ୍ଟେ ଦୀର୍ଘ ୩୨ ବର୍ଷ ପରେ ଜୀବିତ ଓ ସୁରକ୍ଷିତ ମିଳିଥିବା ନେଇ ଶନିବାର ଗିଲା କାଉଣ୍ଟି ଶେରିଫ୍ ଅଫିସ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ୪୫ବର୍ଷୀୟା କ୍ରିଷ୍ଟିନାଙ୍କୁ ଆଧୁନିକ ଫୋରେନସିକ୍ ତଦନ୍ତ ପ୍ରଣାଳୀ ଓ ଏକ […]
ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ । ଏପରି ଚେତାବନୀ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସବୁ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଜରୁରୀ । ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ । ଯଦି କୌଣସି ସ୍କୁଲ ବିରୋଧରେ ଅଭିଯୋଗ ଆସିବ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଏଣିକି ଘରୋଇ ସ୍କୁଲରେ NCERT ବହି ପଢ଼ାଯିବା ବାଧ୍ୟତାମୂଳକ ହେବ । ଗଣଶିକ୍ଷା ମନ୍ତ୍ରୀ […]
ସବୁ ବିଭାଗ ପର୍ଯ୍ୟଟନକୁ ଫୋକସ କରିବାକୁ ସଚିବ ସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ । ପର୍ଯ୍ୟଟନ କ୍ଷେତ୍ରରେ କେଉଁ ବିଭାଗ କଣ ଯୋଗ ଦାନ କରିପାରିବ ସେନେଇ ସଚିବ ସ୍ତରୀୟ ବୈଠକର ଆଲୋଚନା କରିଛନ୍ତି ଅନୁ ଗର୍ଗ।ଯେପରି ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ଓଡ଼ିଶା ହେବ ସେ ଦିଗରେ ଗୁରୁତ୍ବ ଦିଆଯିବ ବୋଲି ଦୋହରାଇଛନ୍ତି ମୁଖ୍ୟ ଶାସନ ସଚିବ।
ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅକ୍ଟୋବର, ନଭେମ୍ବରରୁ ନବୀନ ପଟ୍ଟନାୟକ ଜିଲ୍ଲାରୁ ଜିଲ୍ଲା ବୁଲି ପୁଣି ସଂଗଠନକୁ ତୃଣମୂଳ ସ୍ତରରୁ ସଂଗଠିତ କରିବାକୁ ଚେଷ୍ଟା କରିବେ । ଏନେଇ ଜିଲ୍ଲାର ନେତାମାନଙ୍କୁ ବିଜେଡି କାର୍ଯ୍ୟାଳୟରୁ ଖବର ଯାଇଛି । ଗସ୍ତ ବେଳେ ନବୀନ ପଟ୍ଟନାୟକ ଦଳରୁ ଦୂରେଇ ଯାଇଥିବା ଲୋକଙ୍କୁ ପୁଣି ଦଳ ଭିତରକୁ ଫେରାଇଆଣିବାକୁ […]
ରାଜ୍ୟରେ ଶିଶୁବାଟିକାରେ ପର୍ଯ୍ୟାୟ କ୍ରମେ ମିଶିବ ସମସ୍ତ ଅଙ୍ଗନବାଡ଼ି। ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଲେ ବଡ଼ ସୂଚନା। ଏଣିକି ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ।ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ ମଡେଲ ସ୍କୁଲ୍ । ୫ ଏକର ଜାଗାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ପ୍ରାଥମିକ ବିଦ୍ୟାଳୟ । ଭୁବନେଶ୍ବର ରାଜଭବନ ସ୍କୁଲ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବା ସହ ପିଲାଙ୍କ ହାତ […]
ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ଏକ ସୁଇମିଂ ପୁଲରେ ବୁଡ଼ାଇ ଦେଇଥିବା ଅଭିଯୋଗ ହୋଇଛି । ଖବର ମୁତାବକ, ଅଜରୁଦ୍ଦିନ ପ୍ରେମ ବିବାହ କରିଥିଲେ । ସେ ପୁଅ ଚାହୁଁଥିଲେ, ପୂର୍ବରୁ ତାଙ୍କର ୨ଟି ଝିଅ ରହିଥିଲେ । ଏଥର ଗର୍ଭବତୀ ପତ୍ନୀଙ୍କ ଠାରୁ ପୁଅ ଆଶା କରୁଥିଲେ । ହେଲେ ପତ୍ନୀଙ୍କ ଗର୍ଭରେ ପୁଅ […]
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୦,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୩୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୦,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୮,୩୫୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।
