ମାଟ୍ରିକ୍ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି। ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି)ଓ ସଂସ୍କୃତ ମଧ୍ୟମା ଖାତା ଦେଖା ପାଇଁ ୩୦ ଟି ଜିଲ୍ଲାରେ ସମୁଦାୟ ୫୦ ଟି ମୂଲ୍ୟାୟନ କେନ୍ଦ୍ର ହୋଇଛି। ଏଥିରୁ ୪୭ଟି ହାଇସ୍କୁଲ୍ରେ ମାଟ୍ରିକ୍ ଖାତା ଦେଖିବା ଲାଗି ବ୍ୟବସ୍ଥା ରହିଥିବା ବେଳେ […]
ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।ଏହି ସମାବେଶରେ ବରୋଧୀ ଦଳ ନେତା ନବୀନ ପଟନାୟକ ଯୋଗ ଦେଇ ଉଦବୋଧନ ଦେବେ । ଚାଷୀ ସମସ୍ୟା ନେଇ ବିଧାନସଭା ଅଚଳ ହୋଇପଡିଛି । ଚାଷୀଙ୍କ ସମସ୍ୟା ସମାଧାନ […]
ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ୍ । ଉନ୍ନତ ମାନର ଚିକିତ୍ସା ସୁବିଧା ଦ୍ଵାରା ଲୋକଙ୍କ ଆସ୍ଥାଭାଜନ ହୋଇଥିବା ଏମ୍ସ ଭୁବନେଶ୍ଵରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ ଯକୃତ ପ୍ରତିରୋପଣ ୟୁନିଟ୍ ।ଏହି ନୂତନ ବ୍ୟବସ୍ଥାଗୁଡ଼ିକ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ମଜବୁତ କରିବ ଏବଂ ଗୁଣବତ୍ତା ବୃଦ୍ଧି କରିବ। ଯାହା ରୋଗୀଙ୍କୁ ଉନ୍ନତ ଚିକିତ୍ସା ସୁବିଧା ପ୍ରଦାନ କରିବ। ପୂର୍ବରୁ ସଫଳତାର ସହିତ ବୃକକ୍ ଏବଂ ଅସ୍ଥି ମଜ୍ଜା ପ୍ରତିରୋପଣ କରିଆସୁଥିବା ବେଳେ ଲିଭର ଟ୍ରାନ୍ସପ୍ଲାଣ୍ଟ କାର୍ଯ୍ୟକ୍ରମର ଆରମ୍ଭ […]
ଆସନ୍ତାକାଲି ବିଜେଡିର ବିଶାଳ ଚାଷୀ ସମାବେଶ । ବିଜେପି ସରକାର ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିକ୍ଷୋଭକୁ ଓହ୍ଲାଇବେ । ଚାଷୀ ଆଇନ ଶୃଙ୍ଖଳା ଭଳି କିଛି ବୃହତ ସମସ୍ୟା ନେଇ ଆସନ୍ତାକାଲି ଭୁବନେଶ୍ୱର ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇବେ ନବୀନ ଏବଂ ତାଙ୍କ ଦଳ ।ରାଜ୍ୟ ସରକାର ବିଧାନସଭାକୁ ଭ୍ରମିତ କରୁଥିବା ଅଭିଯୋଗ ଆଣିଛି ବିଜେଡି । ମଣ୍ଡିରେ ଚାଷୀଙ୍କୁ ମାଡ଼ ମରାଯାଉଛି। […]
ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍ କରି ସ୍ବାମୀ ସୋସିଆଲ ମିଡିଆରେ ଭାଇରାଲ କରୁଥିବା ଭରତପୁର ଥାନାରେ ଅଭିଯୋଗ ହୋଇଛି। ଏତଲା ପରେ ପୋଲିସ ଅଭିଯୁକ୍ତ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ଆଇଟି ଆକ୍ଟରେ ମାମଲା ରୁଜୁ କରି ତନାଘନା ଚଳାଇଛି […]
ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ । ଗ୍ରୁପ ଏ ଠାରୁ ଆରମ୍ଭ କରି ଗ୍ରୁପ ଡି ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ଦିଆଯାଇଛି ।ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପାଇଁ ସରକାର ପରାମର୍ଶ ଦେଇଛନ୍ତି। ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ,ସ୍ମାରକପତ୍ରରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି ଯେ ଯେଉଁ କର୍ମଚାରୀମାନେ ବର୍ଦ୍ଧିତ ସମୟସୀମା ମଧ୍ୟରେ ସେମାନଙ୍କର ସମ୍ପତ୍ତି ରିଟର୍ଣ୍ଣ ଦାଖଲ କରିବେ ନାହିଁ ସେମାନଙ୍କୁ […]
ତେହେରାନ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି କରିଛି । ଭାରତୀୟ ଦୂତାବାସ ନିଜ ନାଗରିକଙ୍କୁ କହିଛି କି, କୌଣସି ପରିସ୍ଥିତିରେ ହେଉ ଆଜି ଇରାନ ଛାଡିଦିଅନ୍ତୁ । ଆଗାମୀ ୪୮ ଘଣ୍ଟା ମଧ୍ୟରେ କିଛି ବି ଘଟିପାରେ । ଅର୍ଥାତ ଆଜି କିମ୍ବା ମଙ୍ଗଳବାର ଆମେରିକା ଓ ଇସ୍ରାଏଲ ପକ୍ଷରୁ ଇରାନ ଉପରେ ହୋଇପାରେ ଭୟଙ୍କର ହମଲା । ତେହେରାନ ଉପରେ […]
ରାଜ୍ୟରେ ୮୩ଟି ଥାନାରେ କାମ କରୁନି ସିସିଟିଭି । ଏନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୭୦୬ ଥାନା ଅଛି , ୬୨୩ ଥାନାରେ ସିସିଟିଭି ଲାଗିଛି । ଭୁବନେଶ୍ୱରରେ ୨ଟି ଥାନାରେ କାମ କରୁନି ସିସିଟିଭି । କଟକର ୩ ଥାନାରେ ସିସିଟିଭି ଅଚଳ, ଥାନାରେ ଲାଗିନି । ୫୫୩ ଥାନାରେ ଅପେକ୍ଷା ଗୃହ ରହିଛି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ ଅପମିଶ୍ରିତ ହୋଇ ରହିଛି ।ତେବେ ଚଳିତ ବର୍ଷ ୨୯ ଟି ପାଣି ନମୁନା ପରୀକ୍ଷା ହୋଇଥିବା ବେଳେ ୮ଟି ସାମ୍ପୁଲ ଅନସେଫ ବାହାରିଛି ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।
ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ।ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏମିତି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ ଆକ୍ସନ ମୋଡରେ ଭିଜିଲାନ୍ସ ବିଭାଗ । ବିଗତ ୫ବର୍ଷ ଠାରୁ ବର୍ତ୍ତମାନ ୩୧୦ଜଣ ସରକାରୀ କର୍ମଚାରୀ ଓ ଅଧିକାରୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଏବଂ ଆର୍ଥିକ କାରବାରରେ ଅନିୟମିତତା ସମ୍ପୃକ୍ତରେ ଗିରଫ ହୋଇଛନ୍ତି ।ଜାନୁଆରୀ ୨୦୨୩ ଠାରୁ ଡିସେମ୍ବର ୨୦୨୫ ମଧ୍ୟରେ ୬୮୩ଟି ଦୁର୍ନୀତି […]
ବିଧାନସଭାରେ ଚାଷୀ ପ୍ରସଙ୍ଗରେ ବିରୋଧୀ ବିଜେଡିର ନାରାବାଜି । ‘କହିଥିଲ ଠନ ଠନ.. ଦେଖାଇଦେଲ ଲଣ୍ଠନ..’ ଏମିତି ସ୍ଲୋଗାନରେ କଂପିଲା ଗୃହ। ଆଜି ମଧ୍ୟ ବିଧାନସଭା ଆରମ୍ଭରୁ ଧୋଇଗଲା ପ୍ରଶ୍ନକାଳ । ପ୍ରଶ୍ନକାଳ ଆରମ୍ଭରୁ ଉଭୟ ବିଜେଡି, କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ତଳକୁ ଆସି ବିରୋଧ ପ୍ରଦର୍ଶନ କରିଥିଲେ।ବିଧାନସଭା ଚଳାଇବା ପାଇଁ ସରକାରୀ ଦଳ ଇଚ୍ଛା ପ୍ରକାଶ କରୁନି । ଏନେଇ ବିଧାୟକଙ୍କ ତାରା ପ୍ରସାଦ ବାହିନୀ ପତି ପ୍ରତିକ୍ରିୟା ରଖି କହିଛନ୍ତି , ଆଲୋଚନା […]
ନବ ବଧୂ ଅପହରଣର ନୂଆ ମୋଡ଼ । ଫିଲ୍ମ ଷ୍ଟାଇଲରେ ନବ ବଧୂକୁ ଅଧବାଟରୁ ଉଠାଇ ନେଇଥିବା ପ୍ରେମିକ ଘଟଣାରେ ଟ୍ବିଷ୍ଟ । ପ୍ରେମିକ ନୁହେଁ ବରଂ ପ୍ରେମିକା ରଚିଥିଲା ଷଡଯନ୍ତ୍ର । ନିଜେ ପ୍ରେମିକକୁ ଡାକି ତାସହ ଫେରାର ମାରିଥିଲା ବୋଲି ପୋଲିସ ଜାଣିବାକୁ ପାଇଛି । ପୂର୍ବ ସମ୍ପର୍କକୁ କେନ୍ଦ୍ରକରି ଏଭଳି ଷଡ଼ଯନ୍ତ୍ର କରିଥିବା ପୋଲିସ କହିଛି ।ସୂଚନାଥାଉକି, ଖୁଜେନପାଲି ଗାଁର ହରିବନ୍ଧୁ ପୁଟେଲ (ରିଙ୍କୁ) ନାମକ ଯୁବକ କଣ୍ଟାମାଳର ରଶ୍ମୀକୁ ଗତ ରାତିରେ […]
