କ୍ରାଶ୍ କରିଘଲା ସୁନା ଏବଂ ରୁପା । ଆଉ ଥରେ ଦୁଇ ଦାମୀ ଧାତୁର ଦାମ୍ ଖସି ଯାଇଛି । ଏହାସହ ଦୁଇ ଦିନ ଧରି ଉପରକୁ ଉଠୁଥିବା ସେୟାର ବଜାର ମଧ୍ୟ ତଳକୁ ଖସିଛି ।ଆଜି ସକାଳେ ସେୟାର ମାର୍କେଟ ଖୋଲିବା ମାତ୍ରେ ୨୪କ୍ୟାରେଟ ସୁନାର ମୂଲ୍ୟ ୫ହଜାର ହ୍ରାସ ପାଇଛି । ୧୦ଗ୍ରାମ ପିଛା ୨୪କ୍ୟାରେଟ୍ ସୁନାର ଦାମ୍ ୧ଲକ୍ଷ ୫୪ହଜାର ୫୭୦ ହୋଇଛି । ଗତକାଲି ଏହା ୧ଲକ୍ଷ ୫୯ହଜାର ୫୯୦ ରହିଥିଲା […]
ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । ଖବର ଅନୁଯାୟୀ, ସୁନୀଲ ସେଠୀଙ୍କ ଘର ନୟାଗଡ଼ ଜିଲ୍ଲା ବାହାଡ଼ାଝୋଲ ଗାଁରେ । ସେ କନେଷ୍ଟବଳ ଭାବେ ନୟାଗଡ଼ ବାରାକରେ କାର୍ଯ୍ୟରତ ଥିଲେ । ନିଜ ବନ୍ଧୁକକୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି କନେଷ୍ଟବଳ ସୁନଲୀ ସେଠୀ । ବର୍ତ୍ତମାନ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି […]
କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସସି) ବୁଧବାର ଏହାର ନିୟମରେ ବଡ଼ ପରିବର୍ତ୍ତନ କରିଛି । କେଉଁ ପରୀକ୍ଷାର୍ଥୀ କେତେଥର ୟୁପିଏସସି ସିଭିଲ୍ ସର୍ଭିସ୍ ଏଗଜାମ୍ (ସିଏସଇ) ଦେଇପାରିବେ ଏବଂ ସେମାନଙ୍କ ଯୋଗ୍ୟତା କ’ଣ ରହିବ ସେ ବାବଦରେ ଘୋଷଣା କରାଯାଇଛି । ଏଥିସହ ୟୁପିଏସସି-୨୦୨୬ ପରୀକ୍ଷା ଲାଗି ବିଜ୍ଞପ୍ତି ଜାରି ହୋଇଛି ।ବିଶେଷ କରି ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ବୈଦେଶିକ ସେବା (ଆଇଏଫ୍ଏସ୍) ଏବଂ ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀଙ୍କ ପାଇଁ […]
ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ । ଦେବଗଡ଼ ଜିଲ୍ଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ । କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି । ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ । […]
ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR) କୁ ଅନୁମୋଦନ ମିଳିଛି।ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବ୍ୟାଘ୍ର ଅଭୟାରଣ୍ୟର ୬ଟି ସ୍ଥାନ ଚିହ୍ନଟ କରାଯାଇଛି । ପୁରୁଣାକୋଟ, ଜଗନ୍ନାଥପୁର, ଟିକରପଡାରେ ହେବ ନୂଆ ପ୍ରବେଶ ପଥ । ବାଲିପୁଟ, କୁସଙ୍ଗ ଓ ଛାମୁଣ୍ଡିଆଠାରେ ବି ନିର୍ମାଣ […]
ବିଶ୍ଵ କ୍ୟାନ୍ସର ଦିବସରେ ଓଡିଶାକୁ ନେଇ ଆସିଥିବା ତଥ୍ୟ ଅନୁସାରେ, ରାଜ୍ୟରେ ବର୍ଷକୁ ବାହାରୁଛନ୍ତି ୫୫ ହଜାର କ୍ୟାନ୍ସର ରୋଗୀ । ୨୦୨୫-୨୬ ବର୍ଷରେ ରାଜ୍ୟରେ ସର୍ବାଧିକ ମୁଖ ଗହ୍ୱର କର୍କଟ ଚିହ୍ନଟ ହେଉଛନ୍ତି । ୨୦୨୫-୨୬ ଜାନୁଆରୀ ସୁଦ୍ଧା ରାଜ୍ୟରେ ୨୩ ହଜାର ୧୩୧ ଜଣ କ୍ୟାନ୍ସର ରୋଗୀ ଚିହ୍ନଟ ହୋଇଛନ୍ତି ।ସବୁଠୁ ଅଧିକ କ୍ୟାନ୍ସର ରୋଗୀ କଟକରୁ ଚିହ୍ନଟ ହୋଇଛନ୍ତି । କଟକରୁ ୪୭୭୯ ରୋଗୀ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରେ ୧୮୭୮, […]
କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ ୪ଟି ଅସ୍ଥାୟୀ ପ୍ରଜନନ କେନ୍ଦ୍ରର ସୁରକ୍ଷିତ ଉପାୟରେ ରଖାଯାଇଛି ।ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ସୁରକ୍ଷା ପାଇଁ କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ କଅଁରପୁର, ଚନ୍ଦ୍ରଭାଗା,ଦଶଧାଡିଆ ଓ ରାମଚଣ୍ଡୀ ଅସ୍ଥାୟୀ କଇଁଛ ସୁରକ୍ଷା ଓ ପ୍ରଜନନ […]
ଏଣିକି ହୃଦଘାତ ଆସିବା ପୂର୍ବରୁ ମିଳିବ ଆଗୁଆ ସୂଚନା । ହୃଦଘାତରେ ମଣିଷର ଅମୂଲ୍ୟ ଜୀବନ ରକ୍ଷା କରିବ ‘ହାର୍ଟ ଗାର୍ଡ’ AI ମାସ୍କ ।ଏଭଳି ଅଭିନବ ଡିଭାଇସ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି ରେଭେନ୍ସା ବିଶ୍ଵବିଦ୍ୟାଳୟ ଆଇଟିଏମ ବିଭାଗ ତୃତୀୟ ବର୍ଷର ଝିଅ ଦେବଶ୍ରିତା ଦାସ । ରାଜ୍ୟ ସରକାରଙ୍କ ପାଖରୁ ମିଳିଥିବା ଏକ ଲକ୍ଷ ଟଙ୍କା ଏବଂ ନିଜର ପରିବାର ନିକଟରୁ ପ୍ରାୟ 20 ହଜାର ଟଙ୍କା ବିନିଯୋଗ କରି ଏହି ଡିଭାଇସ ପ୍ରସ୍ତୁତ […]
ସୁପ୍ରିମକୋର୍ଟରେ ବୁଧବାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍ଆଇଆର୍) ନେଇ ଶୁଣାଣି ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିଛନ୍ତି ।ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ ଥିଲେ। ମମତା ବାନାର୍ଜୀ କହିବା ପାଇଁ ଅନୁମତି ମାଗି ପଚାରିଲେ, ମୁଁ କହିପାରିବି କି? କୌଣସି ସ୍ଥାନରେ ନ୍ୟାୟ ମିଳୁନାହିଁ । ଆମେ ସମ୍ପୂର୍ଣ୍ଣ ବିବରଣୀ ସହିତ ନିର୍ବାଚନ କମିଶନଙ୍କୁ ଛଅ ଥର […]
ରାଜ୍ୟରେ ଆସନ୍ତା ବନାଗ୍ନି ଋତୁକୁ ସଫଳତାର ସହ ମୁକାବିଲା କରିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବନାଗ୍ନି ମୁକାବିଲା ପାଇଁ ଏହି ବର୍ଷ ବୈଷୟିକ କୌଶଳ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଚଳିତ ବର୍ଷ ଏଆଇ କ୍ୟାମେରା ଓ ଡ୍ରୋନ ମାଧ୍ୟମରେ ରଖାଯିବ ନଜର। ୩୩୪ ବନାଗ୍ନି ସୁରକ୍ଷା ଦଳ ନିୟୋଜିତ କରାଯାଇଛି ବୋଲି ଓ ବନବାହିନୀ ମୁଖ୍ୟ ଡ କେ. ମୁରୁଗେସନ ସୂଚନା ଦେଇଛନ୍ତି।ଗତବର୍ଷର ପରିସଂଖ୍ୟାନ ଅନୁଯାୟୀ, ଓଡ଼ିଶାରେ ପ୍ରାୟ […]
ମଧ୍ୟପ୍ରଦେଶର ନିମଚ୍ ଜିଲ୍ଲା ରନପୁର ଗାଁରେ ଜଣେ ଅଙ୍ଗନବାଡି କେନ୍ଦ୍ରର ରୋଷେୟାଙ୍କ ସାହସ ଓ ତ୍ୟାଗ ଯୋଗୁ ପାଖାପାଖି ୨୦ ଜଣ କୋମଳମତି ଶିଶୁଙ୍କ ଜୀବନ ବଞ୍ଚି ଯାଇଛି । ମାଦବାଡା ପଞ୍ଚାୟତରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାମାନେ ଖେଳୁଥିବା ସମୟରେ ହଠାତ୍ ମହୁମାଛି ଦଳ ମାଡ଼ି ଆସିଥିଲା । ଅନଙ୍ଗବାଡ଼ି କେନ୍ଦ୍ର ରୋଷେୟା କଞ୍ଚନ ବାଇ ମେଘୱାଲ ନିଜ ସୁରକ୍ଷା କଥା ଚିନ୍ତା ନ କରି ସେଠାରେ ପଡ଼ିଥିବା ତାରପୋଲିନ୍ ଓ ମ୍ୟାଟ୍ରେ ପିଲାଙ୍କୁ ଘୋଡ଼ାଇ […]
ବଲାଙ୍ଗୀର ଜିଲ୍ଲା ତୁରେକେଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୬ ନାବାଳକ ଗିରଫ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଭିଡିଓ ଭାଇରାଲ ପରେ ପୋଲିସ୬ ଜଣ ନାବାଳକଙ୍କୁ ଗିରଫ କରିଛି । ସୂଚନାଯୋଗ୍ୟ, ଡିସେମ୍ବର ୨୫ ତାରିଖରେ ଗଣଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍ ହୋଇଥିଲା । ବଲାଙ୍ଗୀର ଜିଲ୍ଲାର ତୁରେକେଲା ଥାନା ସୀମା ଅନ୍ତର୍ଗତ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କ ୬ ଜଣ ସହପାଠୀ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ୬ ଜଣ ନାବାଳକ […]
