ଏଣିକି ବସ୍ରେ ଲାଗିବ ପାଣି ଟାଙ୍କି । ଏହା ବାଧ୍ୟତା ମୂଳକ । ଏଭଳି କହିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଗତ କିଛିଦିନ ମଧ୍ୟରେ ରାଜ୍ୟରେ ବାରମ୍ବାର ସ୍ଲିପର କୋଚ ବସରେ ଆଗ୍ନିକଣ୍ଡ ଘଟି ଅନେକ କ୍ଷୟଖଟି ଘଟିବ ଘଟଣା ସାମ୍ନାକୁ ଆସିଛି । ଯାହାକୁ ନେଇ ବଡ଼ ପଦକ୍ଷେପ ନେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । ପ୍ରତି ସ୍ଲିପର କୋଚ ବସରେ ପାଣିଟାଙ୍କି ଓ ସ୍ପ୍ରିଙ୍କଲର ରଖିବାକୁ ନିର୍ଦେଶ ଦେଇଛନ୍ତି […]
ଅଯୋଧ୍ୟାର ରାମ ମନ୍ଦିର ଏବଂ ପଞ୍ଚକୋଶି ମାର୍ଗ ପାଖରେ ଆମିଷ ଖାଦ୍ୟ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛି ପ୍ରଶାସନ । ଏହି ନିର୍ଦ୍ଦେଶ କେବଳ ଦୋକାନ ପାଇଁ ନୁହେଁ ବରଂ ଅନଲାଇନ୍ ଖାଦ୍ୟ ବିତରଣ କମ୍ପାନୀଗୁଡ଼ିକ ପାଇଁ ମଧ୍ୟ ପ୍ରଯୁଜ୍ୟ । ନିୟମ ଉଲ୍ଲଂଘନ କଲେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନ ଚେତାବନୀ ଦେଇଛି । ଏହି ନିଷେଧ ଜାନୁଆରୀ ୮ ତାରିଖରୁ ଲାଗୁ ହୋଇଛି । ପର୍ଯ୍ୟଟକମାନଙ୍କ ପକ୍ଷରୁ କିଛି ଅଭିଯୋଗ ଆସୁଥିବାର ରିପୋର୍ଟ […]
ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ପାଇଁ ଆସନ୍ତା ୨୭ ତାରିଖରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୬ ତାରିଖ ଯାଏ ଆବେଦନ ଚାଲିବ । ମେ ୧୧ରୁ ୧୭ ଯାଏ ପରୀକ୍ଷା ହେବ । ମେ ୩୧ରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି । ବିଭାଗୀୟ ତଥ୍ୟ ଅନୁଯାୟୀ, ବି ଫାର୍ମା, ଏମ୍ସିିଏ, ଏମ୍ଏସ୍ସି (କମ୍ପ୍ୟୁଟର ସାଇନ୍ସ), ଏମ୍ବିଏ, ଇଣ୍ଟିଗ୍ରେଡେଟ୍ ଏମ୍ବିଏ, ବି କାଟ୍, ନର୍ସିଂ, ଏମ୍ଟେକ୍, ଏମ୍ଟେକ୍ (ପାର୍ଟ […]
ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା । ଶୀତ ଦାଉରୁ ରକ୍ଷା ପାଇବେ ରାଜ୍ୟବାସୀ । ଆସନ୍ତା ୨୪ ଘଣ୍ଟା କଟକ, ଖୋର୍ଦ୍ଧା, ଜଗତସିଂହପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ଜାରି ରହିବାର ସମ୍ଭବନା ରହିଛି । ଶୀତ ଲହରୀକୁ ନେଇ ଆସନ୍ତା ଦୁଇ ଦିନ ପାଇଁ ରାଜ୍ୟରେ ୱାଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଘନ କୁହୁଡିର ସମ୍ଭବନା ନଥିବା ବେଳେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ […]
ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ଫଟୋ ପୁଣି ସୋସିଆଲ ମିଡିଆରେ ହୋଇଛି ଭାଇରାଲ। ଜଣେ ଯୁବକ ନିଜ ଇନଷ୍ଟାଗ୍ରାମ ରେ ଏହି ଫଟୋ ଅପଲୋଡ଼ କରିଛନ୍ତି। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ପୁରୀ ଏସପି ପ୍ରତୀକ ସିଂ କହିଛନ୍ତି ଘଟଣାକୁ ନେଇ ତଦନ୍ତ କରାଯାଉଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ବିଗତ କିଛିବର୍ଷ ହେଲା ଏନ୍ଏସ୍ଜି ମଧ୍ୟ ଆସି ଶ୍ରୀମନ୍ଦିରର […]
ପୁଲିସ ଏସଆଇ ପରୀକ୍ଷା ସ୍କାମ । ସିଲିକନ୍ ଟେକ୍ ଲ୍ୟାବ ପ୍ରାଇଭେଟ ଲିମିଟେଡ୍ ଏସଟିଏଲକୁ ପୂର୍ବରୁ କ୍ଲିନ୍ ଚିଟ୍ ଦେଇଥିଲା କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ କ୍ୟାରେକ୍ଟର ସାର୍ଟିଫିକେଟ ପାଇବା ପରେ ପୁଲିସ ଏସ୍ଆଇ ପରୀକ୍ଷା ପରିଚାଳନା କରିଥିଲା ସିଲିକନ୍ ଟେକ୍ ତଥା ଏସଟିଏଲ । ଏପରିକି କମ୍ପାନିର ମୁଖ୍ୟ ସୁରେଶ ନାୟକଙ୍କୁ ମଧ୍ୟ କ୍ଲିନଚିଟ୍ ଦେଇଥିଲା କ୍ରାଇମବ୍ରାଞ୍ଚ । ଏପରିକି ଏ ଚିଠି ଦର୍ଶାଉଛି ସିଲିକନ୍ ଟେକ୍ ଲ୍ୟାବ ପୂର୍ବରୁ ଜେଲ ୱାର୍ଡର ଓ ହାଇକୋର୍ଟ ଏଏସଓ […]
ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି।ସମ୍ବଲପୁରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ଏହି ଇ-ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବସ ଗୁଡିକର ପରିଚାଳନାକୁ ସୁବ୍ୟବସ୍ଥିତ […]
ନୟାଗଡ଼, ୧୦/୧ : ସରକାରଙ୍କ ଜନବିରୋଧୀ ନୀତି ଓ କାର୍ଯ୍ୟକଳାପ ବିରୋଧରେ ଆଜି ନୟାଗଡ଼ରେ କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି ସମ୍ମିଳନୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ ମିଡିଆ ସେଲ୍ର ଉପାଧ୍ୟକ୍ଷ ଶ୍ରୀ ଅମୀୟ ପାଣ୍ଡବ କେନ୍ଦ୍ରର ମୋଦି ସରକାରକୁ କଟୁ ସମାଲୋଚନା କରିଥିଲେ। ସେ କହିଥିଲେ ଯେ ମନରେଗା ଯୋଜନାର ମୂଳ ଉଦ୍ଦେଶ୍ୟକୁ ଅବହେଳା କରି ଯୋଜନାର ନାମ ପରିବର୍ତ୍ତନ କରାଯାଇ ମହାତ୍ମାଗାନ୍ଧୀଙ୍କ ନାମକୁ ହଟାଯାଇଛି। ଏହା ସହିତ ନିଶ୍ଚିତ କର୍ମଯୋଗାଣ ଗ୍ୟାରେଣ୍ଟିକୁ […]
ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ । ୯ ସିଟର ବିମାନ ରାଉରେକଲାରୁ ଭୁବନେଶ୍ବର ଆସିଥିଲା । ୧୦ କିମି ଉଡାଣ ପରେ ଦୁର୍ଘଟଣା ହୋଇଥିବା କହିଲେ ମନ୍ତ୍ରୀ । ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା […]
ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଆଗରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପ୍ରେମିକ ବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଫତେଗଡ଼ ଥାନା ଆଗରେ ଯୁବତୀ ଜଣକ ପୋକମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପ୍ରେମିକର ବାପା ଏବଂ ଫତେଗଡ଼ ଥାନା ପୁଲିସ ଯୁବତୀଙ୍କୁ ଅଟକାଇ ଥିଲେ। ଚୁକ୍ତି ଅନୁଯାୟୀ ଦୁହେଁ ପ୍ରେମିକ ଏବଂ ପ୍ରେମିକାଙ୍କର ଆଜି କୋର୍ଟରେ […]
ମହାକାଶ ବିଜ୍ଞାନ ପ୍ରେମୀଙ୍କ ପାଇଁ ଏକ ବିରଳ ତଥା ଚିତ୍ତାକର୍ଷକ ଖବର । ଆଜିଠାରୁ ଆକାଶରେ ସୌର୍ଯ୍ୟମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ ‘ବୃହସ୍ପତି’ ଅଧିକ ଉଜ୍ଜ୍ବଳ ଓ ବଡ଼ ଦେଖାଯିବ ।ବୃହସ୍ପତିକୁ ଚିହ୍ନଟ କରିବା ଅତ୍ୟନ୍ତ ସହଜ। ତାରାପରି ବୃହସ୍ପତି ଝିଲ୍ମିଲ୍ କରେ ନାହିଁ, ବରଂ ଏକ ସ୍ଥିର, ଉଜ୍ଜ୍ୱଳ ହଳଦିଆ-ଧଳା ଆଲୋକ ବିନ୍ଦୁ ଭାବେ ଦେଖାଯାଏ। ଶନିବାରଠାରୁ ସୂର୍ଯ୍ୟାସ୍ତ ପରେ ପୂର୍ବ ଆକାଶରେ ଏହାକୁ ଦେଖିବାକୁ ମିଳିବ। ରାତି ବଢ଼ିବା ସହିତ ବୃହସ୍ପତି ଉପରକୁ ଗତି […]
ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ।ସୂଚନାଯୋଗ୍ୟ ଯେ, ଗତ କିଛି ମାସ ତଳେ ରାଜ୍ୟରେ ଡ୍ରପ୍ଆଉଟ୍ ପିଲାଙ୍କ ସଂଖ୍ୟା ବଢୁଥିବା ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଥିଲା । ଅନେକ […]
