ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ବର୍ତ୍ତମାନ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ବିକ୍ରି ବନ୍ଦ ରହିଲା । ଶ୍ରୀମନ୍ଦିର ପ୍ରଶାସନ ସୂଚନା କେନ୍ଦ୍ରରେ ବିକ୍ରି ହେଉନି କ୍ୟାଲେଣ୍ଡର । ଦୁଇଟି ଯାକ କାଉଣ୍ଟରରେ ଆଉ ବିକ୍ରି ହେଉନାହିଁ କ୍ୟାଲେଣ୍ଡର । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କ ଫଟୋ ଅଦଳବଦଳ ତ୍ରୁଟି ସାମ୍ନାକୁ ଆସିଥିଲା । ଏହାକୁ ନେଇ ସେବାୟତ ଓ ଭକ୍ତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ । ତ୍ରୁଟି କାହିଁକି ହେଲା ତର୍ଜମା କରାଯିବ କହିଥିଲେ […]
ଅଲଚିକି ଲିପି, ସାନ୍ତାଳୀ ଭାଷା ସାହିତ୍ୟର ବରିଷ୍ଠ ପ୍ରଚାରକ, ମିସନ ଅଲଚିକିର ଦୃଢ଼ ସଂଗଠକ ମାସିକ ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନର ପରିଚାଳିକା ଏବଂ ସମ୍ପାଦିକା ତଥା ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘ, ଆଦିବାସୀ ସାମାଜିକ ଶିକ୍ଷା ଓ ସାଂସ୍କୃତିକ ସଂଗଠନ (ଆସେକା)ର ଆଜୀବନ ସଦସ୍ୟା, ସାଓହେଁଦ ଆଖଡାର ସଭାନେତ୍ରୀ ଶ୍ରୀମତୀ ମାଳତୀ ମୁର୍ମୁ ଆଉ ଆମ ଗହଣରେ ନାହାନ୍ତି ।ଆଜି ରାତ୍ରି ୧ଟା ସମୟରେ ଭୁବନେଶ୍ୱର ୬ନଂ ସ୍ଥିତ ସରକାରୀ ବାସଭବନରେ ୫୧ ବର୍ଷ […]
ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧ ଏପ୍ରିଲରୁ ପିୟୁସି ସାର୍ଟିଫିକେଟ୍ ନଥିଲେ ଆକ୍ସନ ନେବେ ସରକାର । ମାର୍ଚ୍ଚ ୩୧ ସୁଦ୍ଧା ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ କହିଲେ ପରିବହନ ମନ୍ତ୍ରୀ । ସେପଟେ ମନ୍ତ୍ରୀ କହିଛନ୍ତି, ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ […]
ହରିୟାଣାର ଫରିଦାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଅଭିଯୁକ୍ତମାନେ ତାଙ୍କୁ ଫରିଦାବାଦ-ଗୁରୁଗ୍ରାମ ରାସ୍ତାରେ ଦୁଇ ଘଣ୍ଟା ପର୍ଯ୍ୟନ୍ତ କାରରେ ବୁଲାଇଥିଲେ ।ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ ଫିଙ୍ଗି ଦେଇ ପଳାଇ ଯାଇଥିଲେ। ତାଙ୍କ ମୁଣ୍ଡରେ ଗମ୍ଭୀର ଆଘାତ ଲାଗିଛି ଏବଂ ତାଙ୍କୁ ଚିକିତ୍ସା ପାଇଁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରିବାରର ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ […]
ଓଲିଉଡର ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ବିପଦମୁକ୍ତ ଅଛନ୍ତି। ଆଗାମୀ ଦୁଇଦିନ ଭିତରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ ଆଇସିୟୁରେ ଥିଲେ ଅଭିଜିତ। ଏବେ ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ସୁସ୍ଥ ହେଉଛନ୍ତି| ସେପ୍ଟେମ୍ବର ୪ରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ନ୍ୟୁରୋ ସମସ୍ୟା ନେଇ ସେ […]
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ଦେଖାଦେଇଛି । ଟେବୁଲ କ୍ୟାଲେଣ୍ଡର, ଫଟୋ କ୍ୟାଲେଣ୍ଡରରେ ରହିଛି ସମାନ ଚିତ୍ର । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି ।ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରକାଶିତ କ୍ୟାଲେଣ୍ଡର ତ୍ରୁଟି ସମ୍ପର୍କରେ ସ୍ପଷ୍ଟୀକରଣ ରଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ” ଏହା ଏକ ତାଳପତ୍ର ଚିତ୍ର । […]
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା ଯୁଦ୍ଧବିରତିରେ ମଧ୍ୟସ୍ଥତା କରିଥିବା ଦାବି କରିଛନ୍ତି।କିନ୍ତୁ ଉଭୟ ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ । ଯୁଦ୍ଧବିରତିରେ ୩ୟ ପକ୍ଷର ସମ୍ପୃକ୍ତି ନଥିଲା ବୋଲି ଭାରତ ସ୍ପଷ୍ଟ କରିଛି । ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ସମ୍ପ୍ରତି କହିଛନ୍ତି, ବେଜିଂ ଭାରତ-ପାକିସ୍ତାନ ବିବାଦ ସମେତ ଅନେକ ବିଶ୍ୱ ବିବାଦର ସମାଧାନରେ ଭୂମିକା […]
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅବସର ନେବେ। ତାଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଯାଇଛି। ସମସ୍ତ ପ୍ରଶାସନିକ ଅଧିକାରୀମାନଙ୍କୁ ସେମାନଙ୍କର ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ମନୋଜ ଆହୁଜା ଅବସର ନେବା ପରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ ନେବେ। ଏବେ ଉନ୍ନୟନ କମିସନର ଥିବା ଅନୁ ଗର୍ଗ, ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ତୁଲାଇବେ । ଏଥିସହ ସେ ହେବେ ଓଡ଼ିଶାର ପ୍ରଥମ […]
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ସ୍ଥାନରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।ସେହିପରି ରଥଯାତ୍ରାର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି । ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ସ୍ଥାନ ପାଇଛି । ଟେବୁଲ […]
ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ନୂଆବର୍ଷ ଉପଲକ୍ଷେ ପୁରୀରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଭିତରେ ସୁରକ୍ଷା ବ୍ୟବସ୍ଥା ପ୍ରତି ଗୁରୁତ୍ବ ଦେଇଛି ପୁଲିସ । ଏଥର ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଛି । ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଛୋଟ ପିଲାଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ହୋଇଛି । ଆମ୍ବୁଲାନ୍ସ ଚଳପ୍ରଚଳ ପାଇଁ ଗ୍ରିନ୍ କରିଡର ହୋଇଛି […]
ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ ଜାରି କରିଛି ପାଣିପାଗ ବିଭାଗ।ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଥିଲା।ବୁଧବାର ଓ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୁନ୍ଦରଗଡ଼ ଏବଂ […]
ନବୀନ ନିବାସରେ ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳର ନୂତନ ଭାବେ ନିଯୁକ୍ତ ହୋଇଥିବା କର୍ମକର୍ତ୍ତାମାନେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ନୂତନ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇବା ସହ ସାଧାରଣ ଲୋକଙ୍କ ସେବାରେ ନିଜକୁ ସମର୍ପିତ କରିବାକୁ ପରାମର୍ଶ ଦେଇଛନ୍ତି ବିଜେଡି ସୁପ୍ରିମୋ । ଦଳର ପ୍ରତିଷ୍ଠା ଦିବସରେ ନବୀନ ଦେଇଥିବା “ବିଜେଡି ୧୦୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ସେବା କରିବ” ଆହ୍ୱାନକୁ ସାକାର କରିବା ପାଇଁ […]
