ଭୁବନେଶ୍ବର CBI ନାଁରେ ମାମଲା ରୁଜୁ କଲା ଦିଲ୍ଲୀ CBI। ସୁନ୍ଦରଗଡ଼ MCLରେ ଦିଲ୍ଲୀ CBIର ଚଢ଼ଉ ପରେ ନୂଆ ତଥ୍ୟ । ସନ୍ଦେହ ଘେରରେ ସିବିଆଇ ଭୁବନେଶ୍ବର ଶାଖାରେ ASI ପ୍ରଶାନ୍ତ ପଲେଇ ।ବସୁନ୍ଧରା ଅଞ୍ଚଳରେ ଏମ୍ ସିଏଲ୍ ଗର୍ଜନବାହାଲ ଓପନ କାଷ୍ଟ ପ୍ରୋଜେକ୍ଟର ଡେସ୍ ପାଚ୍ ଅଧିକାରୀ ସାରଦା ପ୍ରସାଦ ସେଠୀଙ୍କ ଠାରୁ ପ୍ରଶାନ୍ତ ଟଙ୍କା ନେଉଥିବା ଅଭିଯୋଗ ହୋଇଛି । ସାରଦା ତାଙ୍କ ପଦବୀର ଅପ ବ୍ୟବହାର କରି ବିଭିନ୍ନ ପରିବହନକାରୀ,କୋଇଲା ଉତ୍ତୋଳନକାରୀଙ୍କ […]
କଲେଜରେ କ୍ଲାସ ନକରି ଖଟି କରୁଥିଲେ ଆକ୍ସନ୍ ନେବ ଉଚ୍ଚଶିକ୍ଷା ବିଭାଗ । କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା । ଏନେଇ ବିଭାଗ ପକ୍ଷରୁ ସବୁ ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ହୋଇଛି । ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗର ଅନୁଧ୍ୟାନ ବେଳେ ନଜରକୁ ଆସିଥିଲା ଅବହେଳା । କଟକ ଜିଲ୍ଲାର ୨ ସଂସ୍କୃତ ଅନୁଦାନପ୍ରାପ୍ତ କଲେଜରେ ଖଟି କରୁଥିଲେ ଅଧ୍ୟାପକ । କ୍ଲାସ ନକରି ଅଧ୍ୟାପକ ଚେୟାର ବସି ମୋବାଇଲ୍ରେ […]
ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିନ୍ତୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ କମ ରହିବ ।ରବିବାର ମଧ୍ୟ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ୍ ରହିବ । ଅଧିକାଂଶ ସ୍ଥାନରେ […]
ଘରୋଇ ରନ୍ଧନ ଗ୍ୟାସ୍ (ଏଲ୍ପିଜି) ମିଳିବାରେ ଏବେ ବଡ ସମସ୍ୟା ହେଉଛି । ତିନିରୁ ଚାରିଦିନ ମଧ୍ୟରେ ମିଳୁଥିବା ଏହି ସିଲିଣ୍ଡର ଏବେ ବୁକିଂ ହେବାର ୨୦ ଦିନ ପରେ ବି ମିଳୁନି । ଏଚ୍ପି ଗ୍ୟାସ୍ରେ ଏହି ସମସ୍ୟା ୧ ମାସେ ହେଲା ଲାଗିଥିବା ବେଳେ ଏବେ ଇଣ୍ଡେନ୍ ଗ୍ୟାସ୍ରେ ବି ସମାନ ସମସ୍ୟା ଦେଖାଦେଇଛି ।୩ ମାସ ତଳୁ ଏଚ୍ପି ଗ୍ୟାସ୍ରେ ପ୍ରଥମେ ଏହି ସମସ୍ୟା ଦେଖାଦେଇଥିଲା । ତାର ସିଲିଣ୍ଡର ରିଫିଲିଂ ପ୍ଲାଣ୍ଟରେ […]
ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି l ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ମହିମା ଗାଦି । ଲକ୍ଷଲକ୍ଷ ସଂଖ୍ୟାରେ ଜନ ସମାଗମ ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।୧ ତାରିଖ ଅପରାହ୍ନ ରେ ମୁଖ୍ୟମନ୍ତ୍ରୀଙ୍କ ଯୋରନ୍ଦା ଆସିବାର କାର୍ଯ୍ୟକ୍ରମ ରହିଛି l ମେଳାକୁ […]
କୋଟିଆରେ ବେଆଇନ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୀମା ଅତିକ୍ରମ କରି କୋଟିଆ ଲୋକଙ୍କୁ ପ୍ରଭାବିତ କରୁଛି ଆନ୍ଧ୍ର । ଆନ୍ଧ୍ର ମାଉସୀ ହୋଇ ସାହାଯ୍ୟ କରୁଛି । ଆମେ ମା ଭଳି କରୁଛୁ । କୋଟିଆର ବିକାଶ ପାଇଁ ପୂର୍ଣ୍ଣକାଳୀନ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ରୋଡମ୍ୟାପ ପ୍ରସ୍ତୁତ ହେଉଛି କହିଲେ ରାଜସ୍ୱ ମନ୍ତ୍ରୀ । ଅନ୍ୟପଟେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ […]
ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩ ଓ ୨୪ରେ ବଜେଟ୍ ଉପରେ ଗୃହରେ ଆଲୋଚନା କରାଯିବ ।ତେବେ ବଡ କଥା ହେଉଛି ରାଜ୍ୟ ସରକାର ଫେବୃଆରୀ ୨୦ରେ କେତେ ଟଙ୍କାର ବଜେଟ […]
ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲରେ ମାସିକ ଧର୍ମ (ମାସିକ ଋତୁସ୍ରାବ) ସମୟରେ ଝିଅମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ପାଇଁ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଏକ ଆବେଦନ ଉପରେ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦିଆଯାଇଛି।ସୁପ୍ରିମକୋର୍ଟ କହିଛନ୍ତି ଯେ, […]
ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ (ULBs) ଥିବା ପାର୍କଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ସାମଗ୍ରିକ ଉନ୍ନତି ପାଇଁ ଏକ ସମୟବଦ୍ଧ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ଆଜି ବିଭାଗୀୟ କାର୍ଯ୍ୟର ସମୀକ୍ଷା […]
ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ କମ୍ପଲାଇନ୍ସ ରିପୋର୍ଟ ଦାଖଲ କରିବା ସହ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବା ପରେ ଅଦାଲତ ଅବମାନନା ମାମଲାକୁ ରଦ୍ଦ କରିଛନ୍ତି ହାଇକୋର୍ଟ ।ସୂଚନା ଯୋଗ୍ୟ, ସଚିବ ପାଢ଼ୀଙ୍କୁ ହାଇକୋର୍ଟ ଗତ […]
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି । ୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ପଞ୍ଚାୟତ ସ୍ତରରେ ହିତାଧିକାରୀ ଚୂଡାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଶ୍ରୀ ଜଗନ୍ନାଥ ଦର୍ଶନ […]
ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ଆସନ୍ତା ବଜେଟ ଅଧିବେଶନରେ ପୁନଃବିଚାର ହୋଇ ବିଲ ପାରିତ ହୋଇପାରେ । କିଛି କମ ହୋଇପାରେ ବିଧାୟକଙ୍କ ଦରମା । ଭାସ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ […]
