ଦିଲ୍ଲୀ ଲାଲକିଲ୍ଲା କାର ବିସ୍ଫୋରଣ ଘଟଣାରେ କେନ୍ଦ୍ର ସରକାର ଗଣାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛନ୍ତି। ବେଆଇନ କାର୍ଯ୍ୟକଳାପକୁ ସମର୍ଥନ କିମ୍ବା ପ୍ରୋତ୍ସାହନ କଲା ଭଳି କୌଣସି ବିଷୟବସ୍ତ ପ୍ରସାରଣ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ସେହିପରି ବିସ୍ଫୋରକ ପ୍ରସ୍ତୁତି ନେଇ ମଧ୍ୟ ସୂଚନା/ଭିଡିଓ ପ୍ରସାରଣ ପାଇଁ ବାରଣ କରାଯାଇଛି । ଖବର ପ୍ରସାରଣ ବେଳେ ଜାତୀୟ ନିରାପତ୍ତା ପ୍ରତି ସମ୍ବେଦନଶୀଳ ହେବାକୁ ପରାମର୍ଶ ଦିଆଯାଇଛି । ଏପରି ବିଷୟବସ୍ତୁ ହିଂସାକୁ ଉସୁକାଇବାର ଆଶଙ୍କା ଥିବା ବେଳେ ଆଇନ […]
ପୁରୁଷ ପରିବାରର ମେରୁଦଣ୍ଡ । ଘରର ଦାୟିତ୍ବ ନେବା ସହ ପରିବାରର ସାହାରା ହୋଇଥାନ୍ତି । ଧୈର୍ଯ୍ୟବାନ ହୋଇଥାନ୍ତି । ପରିବାରର ଖୁସି ପାଇଁ ସେମାନେ ବଳିଦାନ ଦେଇଥାନ୍ତି । କେବେ ଜଣେ ବାପା ଭାଇ ,ସ୍ବାମୀ ତ ପୁଣି କେବେ ଜଣେ ଭଲ ବନ୍ଧୁ ହୋଇଥାନ୍ତି । ଦୁଃଖ କଷ୍ଟ ସହି ନିଜର ଦାୟିତ୍ବ ତୁଲାଇଥାନ୍ତି ପୁରୁଷ। ଅନ୍ତର୍ଜାତୀୟ ପୁରୁଷ ଦିବସ ଭାବେ ନଭେମ୍ବର ୧୯କୁ ପାଳନ କରାଯାଉଛି। ମହିଳା ଦିବସ ଅର୍ଥାତ୍ ୮ମାର୍ଚ୍ଚ ସମ୍ପର୍କରେ […]
ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ । ମାର୍ଗଶୀର ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଅର୍ଥାତ ଆଜି ଠାରୁ ତିନିଦିନ ଧରି ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଏହିଦିନ ମାନଙ୍କରେ […]
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୧ତମ କିସ୍ତି ବୁଧବାର ପ୍ରେରଣ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ଯୋଗ୍ୟ କୃଷକଙ୍କ ବ୍ୟାଙ୍କ ଖାତାକୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ଜରିଆରେ ୨,୦୦୦ ଟଙ୍କା ଲେଖାଏ ପଠାଇବେ। ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପିଏମ୍ କିଷାନରେ ପଞ୍ଜୀକୃତ ହୋଇ ଥିବା ଚାଷୀ ଇ-କଓ୍ବୋଇସି କରିବା ବାଧ୍ୟତାମୂଳକ। ଚାଷୀମାନେ ପିଏମ୍-କିଷାନ ପୋର୍ଟାଲରେ ଏହା […]
ମାଟି ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ। ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସାର୍ ଗିଲବର୍ ୱାକର୍ ଗୋଲ୍ଡ ସମ୍ମାନ।ପାଣିପାଗ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ ତାଙ୍କୁ ଇଣ୍ଡିଆନ୍ ମେଟ୍ରୋଲୋଜିକାଲ ସୋସାଇଟି ଆଇଏମଏସ ତରଫରୁ ଏହି ପୁରସ୍କାର ଦିଆଯାଇଛି ।ପାଣିପାଗ ଉପରେ ଗବେଷଣା ଏବଂ ସୂଚନା ଏହା ସହିତ ବାତ୍ୟା ଓ ମୌସୁମୀ ଜନିତ ଲଘୁଚାପ ନେଇ ସଠିକ୍ ଆକଳନ ପାଇଁ କ୍ଷେତ୍ରରେ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି । ୨୦୦୭ ମସିହାରେ […]
କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ଐତିହାସିକ କଟକ ସହରସ୍ଥିତ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ୍ ଏବଂ ଡାକ୍ତରଖାନାରେ ଏହି ଅଭାବନୀୟ ଘଟଣା ଘଟିଥିବା ନେଇ ଚର୍ଚ୍ଚା ହେଉଛି।
ନୂଆଦିଲ୍ଲୀ ସ୍ଥିତ ଲୋକ ସଭା ସଚିବାଳୟର ପାର୍ଲିଆମେଣ୍ଟାରୀ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ ଇନଷ୍ଟିଚ୍ୟୁଟ ଫର ଡେମୋକାର୍ସି (ପ୍ରାଇଡ) ତରଫରୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ଓଡିଶା ବିଧାନସଭା ପରିଦର୍ଶନ କରିଛନ୍ତି। ଏଥିସହ ସଚିବାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ବାଚସ୍ପତି ସୁରମା ପାଢୀ ଏହି ବୈଠକକୁ ଉଦଘାଟନ କରିଥିଲେ । ସେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ବିଧାନସଭାର ଗୌରବମୟ ଇତିହାସ ଓ ଏହାର କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ବିସ୍ତୃତ ସୂଚନା […]
ବାଂଲାଦେଶୀ ନାବାଳିକାକୁ ଓଡ଼ିଶା ଚାଲାର ମାମଲାରେ ଜାତୀୟ ତଦନ୍ତ ସଂସ୍ଥା (ଏନ୍ଆଇଏ) ୧୦ ଜଣ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି। ଏନ୍ଆଇଏ ଭୁବନେଶ୍ବରସ୍ଥିତ ଏକ କୋର୍ଟରେ ଏହି ଚାର୍ଜସିଟ୍ ଦାଖଲ କରିଛି। ଅଭିଯୁକ୍ତମାନେ ବାଂଲାଦେଶୀ ନାବାଳିକାଙ୍କୁ ଚାକିରି ପ୍ରଲୋଭନ ଦେଖାଇଥିଲେ।ସୂଚନା ଅନୁସାରେ ଅଭିଯୁକ୍ତମାନେ ପରିବାର ଲୋକଙ୍କୁ ଆର୍ଥିକ ଲୋଭ ଦେଖାଇ ତଥା ଓଡ଼ିଶାରେ ଚାକିରି ପ୍ରଲୋଭନ ଦେଖାଇ ନାବାଳିକାକୁ ଆଣିଥିଲେ। ତଦନ୍ତ ସମୟରେ ଏନ୍ଆଇଏ ମାନବ ଚାଲାଣ ରାକେଟ୍ ସଂପର୍କରେ ଅନେକ ତଥ୍ୟ ହାସଲ କରିଛି। […]
ଜନ୍ମସ୍ଥାନ ଟିଟିଲାଗଡ଼ ଡେଙ୍ଗ ଗାଁରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମରଶରୀର ପହଞ୍ଚିବା ପରେ ଶେଷ ଦର୍ଶନ କରିଛନ୍ତି ପରିବାର, ସମ୍ପର୍କୀୟ, ଆତ୍ମୀୟ ସ୍ୱଜନ ଓ ସଙ୍ଗୀତ ଦୁନିଆର ବହୁ ସେଲିବ୍ରିଟି। ହ୍ୟୁମାନ୍ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରେ ସମ୍ପନ୍ନ ହୋଇଛି। ହ୍ୟୁମାନ ସାଗରଙ୍କ ଅନ୍ତିମ ବିଦାୟ ସ୍ଥାନୀୟ ଏକ ଚର୍ଚ୍ଚରେ କରାଯାଇଛି। ପାର୍ଥିବ ଶରୀରର ଶେଷ ଦର୍ଶନ ପାଇଁ ବଲାଙ୍ଗୀର, କଣ୍ଟାବାଞ୍ଜି, ସଇଁତଳାରୁ ମଧ୍ୟ ପ୍ରଶଂସକମାନେ ଛୁଟି ଆସିଥିଲେ।
ବହୁଚର୍ଚ୍ଚିତ ପୋଲିସ ସବ୍ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା କେଳେଙ୍କାରୀ ମାମଲାରେ ସିବିଆଇ ତଦନ୍ତକୁ ମୂଳରୁ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ପୋଲିସ ଅଧିକାରୀଙ୍କ ନିଯୁକ୍ତି ଦାୟିତ୍ୱ ମୁଣ୍ଡାଇଥିବା ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍ବି)କୁ ଟାଗେର୍ଟ କରିଛି । ୨୦୨୦ ମସିହାଠାରୁ ଓପିଆର୍ବି ଦାୟିତ୍ୱ ମୁଣ୍ଡାଇଥିବା ୩ଜଣ ଆଇପିଏସ୍ ଅଧିକାରୀଙ୍କୁ ସିବିଆଇରେ ହାଜର ହେବା ପାଇଁ ସମନ ପଠାଯାଇଥିବା ସୂଚନା ମିଳିଛି।
ବହୁ ପ୍ରତୀକ୍ଷିତ ୨୦୨୭ ଜାତୀୟ ଜନଗଣନା ପାଇଁ ୨୦୨୬ ଏପ୍ରିଲରୁ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହେବ । ଏହା ପୂର୍ବରୁ ପ୍ରାକ ପରୀକ୍ଷଣ ଆରମ୍ଭ ହୋଇଛି । ଗତକାଲି (ନଭେମ୍ବର 17ରୁ) ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଚଳିତମାସ ଶେଷ (ନଭେମ୍ବର 30) ପର୍ଯ୍ୟନ୍ତ ଚାଲିବ । ଏଥିରେ ଗୃହ ତାଲିକା ଓ ଗୃହ ଗଣନା କରାଯିବ । ଏହି ସୂଚନା ଦେଇଛନ୍ତି ଓଡ଼ିଶାର ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ।ଏହି ସମୟରେ ଜନଗଣନା […]
ରାଜ୍ୟରୁ ତଡା ଖାଇବେ ବାଂଲାଦେଶୀ ଅନୁପ୍ରବେଶକାରୀ । ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଖୁବଶୀଘ୍ର ସେମାନଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଆଜି(ମଙ୍ଗଳବାର) ବଡ଼ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଆହୁରି କହିଛନ୍ତି, ସରକାର ଆସିବା ପରେ ଗୋଟିଏ ଫେଜ ହୋଇଛି । ଆଗକୁ ମଧ୍ୟ କରାଯିବ । ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ ଆଭିମୁଖ୍ୟ କଠୋର କରାଯାଇଛି । ଯେଉଁଠି ଅଛନ୍ତି ଚିହ୍ନଟ କରାଯିବ, ସେମାନଙ୍କ କାମକୁ ତଦାରଖ କରାଯିବ […]
