ଭାରତର ଲୌହପୁରୁଷ ସର୍ଦ୍ଦାର ବଳ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ରାଷ୍ଟ୍ରୀୟ ଏକତା ଦିବସ ପ୍ରତିବର୍ଷ ଅକ୍ଟୋବର ୩୧ରେ ପାଳନ କରାଯାଉଛି । ରାଷ୍ଟ୍ରୀୟ ଏକତା ଦିବସ ଭାରତର ଏକତା, ଅଖଣ୍ଡତା ଏବଂ ଜାତୀୟ ସଂହତିର ପ୍ରତୀକ । ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ […]
ଆଜି ପବିତ୍ର ଅଳାଁ ନବମୀ । ରାଧା ପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଛି । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ । ବର୍ଷକରେ ଥରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କର ସମାଗମ ଲାଗିଛି। ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ ଏସ୍ପି, ୧୧ ଡିଏସ୍ପି, ୨୧ ଇନ୍ସପେକ୍ଟର, ୭୧ ଏସ୍ଆଇ ଏବଂ ଏଏସ୍ଆଇ, ୯୨ ହାବିଲଦାର ଓ କନଷ୍ଟେବଲ, ୧୦ ଟ୍ରାଫିକ କନଷ୍ଟେବଲ୍, ୨୫୦ ଜଣ […]
ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ କମିଯିବ । ଝାରସୁଗୁଡ଼ା, ରାଉରକେଲା, ପାଲଲହଡ଼ା, ବାଦାମପାହାଡ଼ରେ ପାରଦ ୧୫ରୁ ୧୭ ଡିଗ୍ରୀକୁ ଖସି ଯାଇପାରେ ପୂର୍ବାନୁମାନ କରାଯାଉଛି । ୩୧ ତାରିଖ ରାତିରୁ କନ୍ଧମାଳ(ବାଲିଗୁଡ଼ା ଓ ଫୁଲବାଣୀ) ଓ ଗଜପତି(ଗଦାପୁର ଓ ମୋହନା) ରେ […]
ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]
ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଇଡ଼କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବ । ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସ୍ଥାନୀୟ ମିଶନ ଶକ୍ତି ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା ୧ ରୁ ୧୨ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଭୁବନେଶ୍ୱରର ୟୁନିଟ୍–୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡିଆରେ ସୁଭଦ୍ରା ଶକ୍ତି ମେଳା, ୨୦୨୫-୨୬ ଅନୁଷ୍ଠିତ ହେବ।ଏହି ମେଳାରେ ରାଜ୍ୟର ସମସ୍ତ ଜିଲ୍ଲାରୁ ୩୦୦ରୁ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନକୁ ଅନୁପାଳନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସାମଗ୍ରିକ ପ୍ରଗତି ପଥରେ ଅଗ୍ରସର ହେଉଛି । ଏହିକ୍ରମରେ ସାରା ରାଜ୍ୟରେ ପୂର୍ତ୍ତ ବିଭାଗ ଅଧୀନରେ ନୂଆ କରି ନିର୍ମାଣ ହେବାକୁ ଥିବା ପ୍ରତ୍ୟେକ ରାଜପଥ, ଜିଲ୍ଲା ମୁଖ୍ୟ ସଡ଼କ, ଅନ୍ୟାନ୍ୟ ସମସ୍ତ ସଡ଼କ ନିର୍ମାଣ ସମୟରେ ବୃକ୍ଷରୋପଣକୁ ବାଧ୍ୟତାମୂଳକ କରାଯିବା ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଏ ନେଇ […]
ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜ୍ ଗୁଡ଼ିକୁ ୫୦-୫୦ ଅନୁପାତରେ ଏଥିପାଇଁ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା ।ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ଅନୁରୋଧ […]
ରାୟଗଡ:-ତା. ୩୦/୧୦-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଚାଷ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ଓସ୍ୱାନ ସଭାଗୃହରେ ଏକ ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଓ ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଦୁଧlଲ ଅଭିଶେଖ ଦିଲ୍ଲୀପ ଆୱାସି ମାଧ୍ୟମରେ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ […]
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି । CBSE ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୭ ଫେବୃଆରୀ ୨୦୨୬ରୁ ଆରମ୍ଭ ହେବ । ଦଶମ ଶ୍ରେଣୀ ପରୀକ୍ଷା ୧୭ ଫେବୃଆରୀରୁ ୧୦ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ୧୭ ଫେବୃଆରୀରୁ ୯ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଚାଲିବ । ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ୍ ୱେବସାଇଟରେ ସମ୍ପୂର୍ଣ୍ଣ ସମୟସୂଚୀ ପାଇପାରିବେ ।ଜାତୀୟ […]
ନୂଆପଡା ଉପନିର୍ବାଚନରେ ବିଜୁ ଜନତା ଦଳର ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ଉପସଭାପତି ତଥା ବିଧାୟକ ଡ଼. ଅରୁଣ ସାହୁ । ଗତ ୨୫ ବର୍ଷରେ ହୋଇଥିବା ଉପନିର୍ବାଚନ ଗୁଡିକରେ ୯୦ ପ୍ରତିଶତ ସଫଳତା ପାଇବାରେ ବିଜୁ ଜନତା ଦଳର ରେକର୍ଡ ରହିଛି । ବର୍ତ୍ତମାନ ନୂଆପଡାର ସମସ୍ତ ବ୍ଲକ, ମୁ୍ୟନିସିପାଲଟି, ଏନ୍ଏସି, ପଞ୍ଚାୟତ, ଗାଁ, ଗଳିକନ୍ଦି ଓ ସାହିମାନଙ୍କରେ ବିଜେଡି ନେତା, କର୍ମୀ ଓ ଶୁଭେଚ୍ଛୁମାନେ ଦଳ ପାଇଁ ଜୋରଦାର ପ୍ରଚାର […]
ଭାରତରେ ବଡ ସୁନାଖଣି ଠାବ। ରାଜସ୍ତାନର ଆଦିବାସୀ ବହୁଳ ଜିଲ୍ଲା ବାଂସୱାଡାରେ ଲଗାତର ତୃତୀୟ ବର୍ଷ ପାଇଁ ଗୋଲ୍ଡ ମାଇନର ଆବିସ୍କାର ହୋଇଛି ।ଭୂତାତ୍ତ୍ୱିକ ସର୍ବେକ୍ଷଣ ଜିଏସଆଇ ଦ୍ୱାରା କରାଯାଇଥିବା ତଦନ୍ତରେ କାଙ୍କରିଆ ଅଞ୍ଚଳରେ ସୁନା ଖଣି ଠାବ ହୋଇଛି । ଚାରୋଟି ଗାଁକୁ ଘେରି ରହିଥିବା ୩ କିଲୋମିଟର ଅଞ୍ଚଳରେ ପ୍ରାୟ ୧.୨୦ ଟନ ସୁନା ଆକଳନ କରାଯାଇଛି । କେବଳ ସୁନା ନୁହେଁ ତମ୍ବା, କୋବାଲ୍ଟ ଏବଂ ଅନ୍ୟାନ୍ୟ ବସ୍ତୁ ଗଚ୍ଛିତ ଥିବା ସୂଚନା […]
ଆସନ୍ତା ନଭେମ୍ବର 6ରୁ ଆରମ୍ଭ ହେବାକୁ ହେବାକୁ ଯାଉଛି 2025-26 ପାଇଁ ବ୍ୟାଘ୍ର ଗଣନା । ଏହି ବ୍ୟାଘ୍ର ଗଣନାରେ ବରଗଡ଼ ଜିଲ୍ଲାର ଡୁଙ୍ଗରି କଲେଜ, କମଗାଁ କଲେଜ ଓ ଲଖନପୁର ହାଇସ୍କୁଲର 46 ଜଣ ଛାତ୍ରଛାତ୍ରୀ ଡେବ୍ରିଗଡ଼ରେ ବ୍ୟାଘ୍ର ଗଣନାରେ ସାମିଲ ହେବାକୁ ଯାଉଛନ୍ତି l ମୁଖ୍ୟତଃ ଆଗାମୀ ପିଢି ପାଇଁ ବନ୍ୟ ପ୍ରାଣୀ ସଂରକ୍ଷଣର ସଚେତନତା ବାର୍ତ୍ତା ତଥା ବନ୍ୟ ପ୍ରାଣୀ ସଂରକ୍ଷଣ ପାଇଁ ନୂଆଁ ଯୋଦ୍ଧା ସୃଷ୍ଟି କରିବା ଲକ୍ଷ୍ୟ ନେଇ ଏହି […]
