ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ଜାରି କରଯାଇଛି।ବରିଷ୍ଠ ଆଇଏଏସ୍ ଗିରିଶ ଏସ୍.ଏନ୍ଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।ଏନ୍.ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି । ମାନସୀ ନିମ୍ଭାଲଙ୍କୁ ଉଠା ଜଳସେଚନ ନିଗମର ଏମ୍ଡି ଦାୟିତ୍ୱ ଦିଆଯାଇଛି । ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ […]
ଜୁଲାଇ ୩୧ କିମ୍ବା ତା ପୂର୍ବରୁ ଇ ଚାଲାଣ କଟିଥିଲେ ଫାଇନ କୋହଳ ହୋଇଛି । ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଫାଇନ ୫୦ ପ୍ରତିଶତ କୋହଳ କଲେ ରାଜ୍ୟ ସରକାର । ୫୦ ହଜାର ବଦଳରେ ଦେବାକୁ ହେବ ୨୫ ହଜାର ଟଙ୍କା । ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଦ୍ବାରା ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଆବଶ୍ୟକତା ଠାରୁ ଅଧିକ ଏବଂ […]
ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ ମହାରାଜଙ୍କ ଖରାପ ସ୍ୱାସ୍ଥ୍ୟାବସ୍ଥା ପାଇଁ ବର୍ତ୍ତମାନ ସେ ଚର୍ଚ୍ଚାରେ ଅଛନ୍ତି । ଉତ୍ତର ପ୍ରଦେଶର ମଥୁରାରେ ଥିବା କେଳି କୁଞ୍ଜ ଆଶ୍ରମର ସନ୍ଥ ପ୍ରେମାନନ୍ଦ ଜୀ ମହାରାଜଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଏବେ ଭକ୍ତମାନଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି । ପ୍ରେମାନନ୍ଦ ଜୀ ମହାରାଜଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଅକ୍ଟୋବର ୨ ତାରିଖରୁ ପଦଯାତ୍ରା ସ୍ଥଗିତ ରଖିଛନ୍ତି ।ପ୍ରେମାନନ୍ଦ ମହାରାଜ ଦୀର୍ଘ ଦିନ ଧରି ପଲିସିଷ୍ଟିକ୍ କିଡନୀ ରୋଗରେ ପୀଡିତ ଅଛନ୍ତି […]
ରାୟଗଡା ସହରର ଅଶୋକ କଲ୍ୟାଣ ମଣ୍ଡପ ରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ,ପୌରପାଳିକା ଅଧ୍ୟକ୍ଷ, ପି ମହେଶ ପଟ୍ଟନାୟକ,ପୌରପାଳିକା ଅଧ୍ୟକ୍ଷା, ସୁଭ୍ରା ପଣ୍ଡା ବିଡ଼ିଓ,ସୁଜିତ କୁମାର ମିଶ୍ର, ବରିଷ୍ଠ ଶିକ୍ଷାବିତ ଓ ତ୍ମୁଖ୍ୟବକ୍ତା ଡ: ଦୁଷ୍ମନ୍ତ କୁମାର ମହାନ୍ତିଙ୍କ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ପାଣିଗ୍ରାହୀ, ,ଗୁଣପୁର ଏସଡିପିଆରଓଧନଜୟ ବେହେରା ମଞ୍ଚାସିନ ହୋଇଥିଲେ । ଏହି […]
ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଅମୀର ଖାନ୍ ମୁତ୍ତାକି ଗୋଟିଏ ସପ୍ତାହ ପାଇଁ ଭାରତ ଗସ୍ତରେ ଆସି ଦିଲ୍ଲୀ ପହଞ୍ଚିଛନ୍ତି। ଜାତିସଂଘ ସୁରକ୍ଷା ପରିଷଦ ତାଙ୍କ ଉପରେ ଲାଗିଥିବା ଯାତ୍ରା କଟକଣା କୋହଳ କରିବାପରେ ସେ ଏହି ଯାତ୍ରା କରିଛନ୍ତି। ତେବେ ୨୦୨୧ରେ ତାଲିବାନ୍ ଆଫଗାନିସ୍ତାନରେ କ୍ଷମତାକୁ ଫେରିବାପରେ ଏହା କୌଣସି ତାଲିବାନ୍ ମନ୍ତ୍ରୀଙ୍କ ପ୍ରଥମ ଭାରତ ଗସ୍ତ। ଭାରତ ଗସ୍ତ ଅବସରରେ ଆଫ୍ଗାନ ମନ୍ତ୍ରୀ ଆଜି ଭାରତର ବିଦେଶ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ଦ୍ୱିପାକ୍ଷିକ […]
କାର୍ତ୍ତିକ ମାସ ଆରମ୍ଭରୁ ହିଁ ପରିବା ଦର ହୁ ହୁ ହୋଇ ବଢିବାରେ ଲାଗିଛି । ପୂଣ୍ୟ ମାସ ଭାବେ କଥିତ ଏହି ମାସରେ ସଂଖ୍ୟାଧିକ ଘରେ ଆମିଷ ନିଷେଧ । ଏଣୁ ସାଦା ବା ନିରାମିଷ ଖାଦ୍ୟ ପାଇଁ ପନିପରିବା ଉପରେ ଅଧିକ ନିର୍ଭରଶୀଳ ହୋଇ ପଡୁଛନ୍ତି ଲୋକେ । ହେଲେ ଗତ କିଛି ଦିନରେ ପନିପରିବା ଦର ବେଶ୍ ଦର ବୃଦ୍ଧି ପାଇଛି, ଯାହାକୁ ନେଇ ଗ୍ରାହକ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି ।ଆଳୁ […]
ଦିଲ୍ଲୀରୁ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ଵତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇଛନ୍ତି। ସେଠାରୁ ସେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧାସଳଖ ନବୀନ ନିବାସକୁ ଯାଇଛନ୍ତି।ତେବେ ଦିଲ୍ଲୀରେ ଦୀର୍ଘ ୧ ମାସରୁ ଅଧିକ ସମୟ ରହିବା ପରେ ନବୀନ ଓଡିଶା ଫେରିଛନ୍ତି। ତାଙ୍କ ଫେରିବା ଗୁରୁତ୍ଵପୂର୍ଣ୍ଣ ରହିଥିଲା। ଆଗକୁ ନୂଆପଡ଼ା ବିଧାନସଭା ନିର୍ବାଚନ ଥିବାରୁ ନବୀନଙ୍କ ରଣନୀତି ଅତି ଗୁରୁତ୍ଵପୂର୍ଣ୍ଣ […]
ଆଜି ଘୋଷଣା ହେଲା ଶାନ୍ତି ନୋବେଲ ପୁରସ୍କାର ବିଜେତା । ଟ୍ରମ୍ପଙ୍କୁ ବଡ଼ ଝଟକା । ଆମେରିକା ରାଷ୍ଟ୍ରପତିଙ୍କୁ ମିଳିଲାନି ଏହି ପୁରସ୍କାର । ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଦେଶରେ ଏକଚ୍ଛତ୍ରବାଦ ଶାସନ ହଟାଇ ଗଣତନ୍ତ୍ର ପ୍ରତିଷ୍ଠା ଦିଗରେ ମାରିଆଙ୍କ ଶାନ୍ତିପୂର୍ଣ୍ଣ ଉଦ୍ୟମ ପ୍ରଶଂସନୀୟ, ଯେଉଁଥିପାଇଁ ତାଙ୍କୁ ଏହି […]
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ତହସିଲଦାରଙ୍କ ଆୟଠାରୁ ୧୯୦ ପ୍ରତିଶତ ସମ୍ପତ୍ତି ଅଧିକ ଥିବା ସୂଚନା ମିଳିଛି। ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଟଙ୍କା ସହ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର କ୍ୟାସ୍ ଠାବ କରିଛି ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ […]
ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆର୍ପିଏଫ୍ ହାବିଲଦାର। ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ୍ ହାବିଲଦାର ମହମ୍ମଦ ଇଜହାର୍ କାବୁ ସିବିଆଇ ହାତରେ ଧରାପଡିଛନ୍ତି।ସୂଚନା ମୁତାବକ, ବନ୍ଧମୁଣ୍ଡା ରେଲୱେ କଲୋନୀ ଅଞ୍ଚଳରେ ଜଣେ ମହିଳା ପ୍ଲାଷ୍ଟିକ ବୋତଲ ଓ ପୁରୁଣା ଜିନିଷଗୁଡ଼ିକ ସଂଗ୍ରହ କରି ବିକ୍ରି କରି ଚଳନ୍ତି । ଗତ କିଛି ଦିନ ହେବ ବନ୍ଧମୁଣ୍ଡା ଆରପିଏଫ୍ ଥାନାରେ କାର୍ଯ୍ୟରତ ଯବାନ ମହମ୍ମଦ ଇସରାର ସେହି ମହିଳାଙ୍କୁ ଧମକଚମକ ଦେବା ସହ ୧୫ ହଜାର […]
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କଟକ ସିପି ଏସ୍ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୋଲିସ ଫ୍ଲାଗମାର୍ଚ୍ଚ କରିଥିବାବେଳେ କଟକ ସହର ସାରା ପୋଲିସ ମୁତୟନ ରହିଛି। କଟକ ସହରରେ ଆଜି କୌଣସି ପ୍ରକାରର ଶୋଭାଯାତ୍ରା ହେଉନାହିଁ, ତେଣୁ କୌଣସି ପ୍ରକାର ଗୁଜବକୁ ନେଇ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି ପୋଲିସ କମିଶନର। ଗୁଜବ […]
ନିର୍ବାଚନ ତାରିଖ ଘୋଷଣା ହେବା ପରେ ଜୋର୍ ଧରିଛି ନୂଆପଡ଼ା ରାଜନୀତି। କଂଗ୍ରେସ ଆଗୁଆ ପ୍ରାର୍ଥୀ ଘୋଷଣା କରି ପ୍ରଚାର ଆରମ୍ଭ କରିବା ସହ କଂଗ୍ରେସ ଛାଡିଥିବା ନେତାଙ୍କ ସହ ଅନ୍ୟ ଛୋଟ ଛୋଟ ରାଜନୈତିକ ଦଳଙ୍କୁ ମିଶାଇ ବଳ ବଢ଼ାଇବାରେ ଲାଗିଛି । ବିଜେଡି ତାର ପ୍ରାର୍ଥୀ ଘୋଷଣା କରିନଥିଲେ ବି ନୂଆପଡ଼ାରେ ପଦଯାତ୍ରା କରି ଲୋକଙ୍କୁ ଯୋଡିବାରେ ଆରମ୍ଭ କରିଛି । ସେପଟେ ନୂଆପଡ଼ା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରୁଛି ବିଜେପି । […]
