ମାଲକାନଗିରି ଜିଲା ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ ଏନକାଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ କୁଖ୍ୟାତ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଅନୁସାରେ, କାଭରଗଟ୍ଟା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ରିପୋର୍ଟ ମିଳିଥିଲା । ଏହାପରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ତେବେ ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିମାଡ କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ଏଥିରେ ଦୁଇ ଟପ୍ […]
ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଥିଲେ ସରକାର।ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ, ତାହା ୨୧.୦୧.୨୦୨୬ ତାରିଖର ବିଜ୍ଞପ୍ତି ସଂଖ୍ୟା ୨୦୬୫ ଅନୁଯାୟୀ ଲାଗୁ କରାଯାଇଥିବା ନିଷେଧାଦେଶ ଅଧୀନରେ ଆସୁନାହିଁ । ପ୍ରତିବନ୍ଧକ କେବଳ ତମାଖୁ ବା ନିକୋଟିନ୍ ମିଶ୍ରିତ ପାନ ମସଲା ପାଇଁ […]
ବିରଳ କୃଷ୍ଣସାର ମୃଗ ଗଣନା ଜାରି । ଗଞ୍ଜାମ ଦକ୍ଷିଣ ଘୁମୁସର ଖଣ୍ଡ ଅଧୀନରେ ଥିବା ଆସିକା ବନାଞ୍ଚଳର ଜଗତି ପିଢ଼ିଆ ଓ ଏହାର ଆଖପାଖ ଅଞ୍ଚଳ ବିରଳ କୃଷ୍ଣସାର ମୃଗଙ୍କ ଗଣନା କରାଯାଉଛି ।ବିଭାଗୀୟ କର୍ମଚାରୀଙ୍କଠୁ ଆରମ୍ଭ କରି ସ୍ବେଛାସେବୀ ଏବଂ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ, ଗଣନା କାର୍ଯ୍ୟରେ ସାମିଲ୍ ହୋଇଛନ୍ତି ।୨୦୧୧ ଏହି ଅଞ୍ଚଳର ଏହି ବିରଳ କୃଷ୍ଣ ସାର ମୃଗ ଗଣନା କାର୍ୟ୍ୟ ଆରମ୍ଭ ହୋଇଥିଲା । ପୂର୍ବ ଦୁଇ ବର୍ଷକୁ ଥରେ […]
ମୁସଲିମ ମହିଳାଙ୍କ ଝୋଟି ପ୍ରୀତି । ରାସ୍ତାରେ ଆଙ୍କି ଦେଲେ ମା’ ଲକ୍ଷ୍ମୀଙ୍କ ଝୋଟି ।ବାଲେଶ୍ୱରର ଉତ୍କଳୀୟ ଝୋଟି ପ୍ରତିଷ୍ଠାନ ପକ୍ଷରୁ ଆଜି(ଗୁରୁବାର) ଆୟୋଜିତ ହୋଇଛି ଝୋଟି ମହୋତ୍ସବ । ସେ ପୁଣି କେଉଁ ଘରେ କିମ୍ବା କାନ୍ଥରେ ନୁହେଁ ବରଂ ସହରର ଓଟି ରୋଡ଼ରେ ପ୍ରାୟ ଏକ କିଲୋମିଟର ଯାଏ ଯୁବତୀ ଓ ମହିଳା ମାନଙ୍କ ମଧ୍ୟରେ ଝୋଟି ଅଙ୍କନ ପ୍ରତିଯୋଗିତା କରାଯାଇଛି । ଯେଉଁଥିରେ ଶତାଧିକ ପ୍ରତିଯୋଗୀ ଭାଗ ନେଇ ସେମାନଙ୍କ କଳା ପ୍ରଦର୍ଶନ […]
ଭିଜିଲାନ୍ସ ଜାଲରେ ଏସସିବି ଆସୋସିଏଟ୍ ପ୍ରଫେସର ଡା. ସନାତନ ବେହେରା । ହେପାଟୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡା. ସନାତନ ବେହେରା । ୨ ଲକ୍ଷ ୬୩ ହଜାର ଟଙ୍କା ନେଇ ଯାଉଥିଲା ବେଳେ ମାଡିବସିଲା ଭିଜିଲାନ୍ସ । ବିଭାଗକୁ ସାମଗ୍ରୀ ଯୋଗାଣ ପାଇଁ ବିଡର୍ ଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ସରକାରୀ କ୍ୱାର୍ଟର୍ସକୁ ସ୍କୁଟରରେ ଟଙ୍କା ନେଇ ଗଲା ବେଳେ ଧରାପଡିଲେ । କାଠଗୋଲାସାହି – ମୋଡିକାଲ ରୋଡ୍ରେ କାବୁ କଲା ଭିଜିଲାନ୍ସ […]
ରାଜ୍ୟସଭା ନିର୍ବାଚନରେ ୨ଟି ଆସନ ନେବ ବିଜେଡି । ଦୃଢୋକ୍ତି ପ୍ରକାଶ କଲେ ବିଜେଡି ବିଧାୟକ ସାରଦା ଜେନା । ସେ କହିଛନ୍ତି ଯେ ୪ଟି ଆସନରୁ ବିଜେଡି ୨ଟି ଆସନରେ ଜିତିବା ନିଶ୍ଚିତ । ଏନେଇ ବିଜେଡି ରଣନୀତି ପ୍ରସ୍ତୁତ କରି ସାରିଛି । କିପରି ଜିତିବ ବିଜେଡି ସୁପ୍ରିମୋ, ରାଜନୈତିକ ବ୍ୟାପାର କମିଟି ନିଷ୍ପତ୍ତି ନେବେ । କଂଗ୍ରେସ ସମର୍ଥନରେ ବିଜେଡି ଜିତିବ କି ବୋଲି ପ୍ରଶ୍ନରେ ପ୍ରତିକ୍ରିୟା ରଖି କହିଛନ୍ତି ଏବେଠୁ କିଛି […]
ଗୁଟ୍ଖା, ତମାଖୁ ବ୍ୟାନ୍ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ମନ୍ତ୍ରୀ କହିଛନ୍ତି ଯେ ପ୍ରାଥମିକ ସ୍ତରରେ ଏସବୁ ବିକ୍ରି ବନ୍ଦ କରିବାକୁ ସଚେତନତା ଅଭିଯାନ ଚାଲିଛି ।ପରେ ରାଜ୍ୟରେ ଜିଲ୍ଲାସ୍ତରୀୟ ଏନଫୋର୍ସମେଣ୍ଟ ଗଠନ କରାଯିବ । ଶିକ୍ଷାନୁଷ୍ଠାନ ନିକଟରେ ବନ୍ଦ ହେବ ନିଶା ଦ୍ରବ୍ୟ ବିକ୍ରି । ମନ୍ତ୍ରୀ ଶ୍ରୀ ମହାଲିଂ ପରେ ସାମ୍ବାଦିକଙ୍କୁ ସମ୍ବୋଧିତ କରିବା ସମୟରେ ଜିଲ୍ଲାରେ ଡାକ୍ତର ଓ ପାରାମେଡିକାଲ ଷ୍ଟାଫର […]
ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ।ଫେବ୍ରୁଆରୀ ୪ରୁ ୬ତାରିଖ ପର୍ଯ୍ୟନ୍ତ ଯଶିପୁର ପଟୁ କାଲିକା ପ୍ରସାଦ ତନଖି ଫାଟକ ଦେଇ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରହିବ । ରାଷ୍ଟ୍ରପତି ଗୁଡୁଗୁଡ଼ିଆରେ ରହଣି କରିବାକୁ ଥିବାରୁ ଗୁଡୁଗୁଡ଼ିଆ ଜୋନରେ ପର୍ଯ୍ୟଟକଙ୍କ ପ୍ରବେଶ ବାରଣ ହୋଇଛି । ସେହିପରି […]
ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ମାର୍ଚ୍ଚ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କୁ ନେଇ ଗଠିତ ଖଣ୍ଡପୀଠ ‘ୟୁଜିସି ନିୟମାବଳୀ, ୨୦୨୬’ କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୟୁଜିସି ନୂଆ ନିୟମଗୁଡ଼ିକ ପ୍ରାଥମିକ ଦୃଷ୍ଟିରୁ “ଅସ୍ପଷ୍ଟ” ଓ ଏହାର “ଅପବ୍ୟବହାର […]
ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ମାର୍ଚ୍ଚ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କୁ ନେଇ ଗଠିତ ଖଣ୍ଡପୀଠ ‘ୟୁଜିସି ନିୟମାବଳୀ, ୨୦୨୬’ କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୟୁଜିସି ନୂଆ ନିୟମଗୁଡ଼ିକ ପ୍ରାଥମିକ ଦୃଷ୍ଟିରୁ “ଅସ୍ପଷ୍ଟ” ଓ ଏହାର “ଅପବ୍ୟବହାର […]
ଅଜିତ୍ ପାଓ୍ୱାରଙ୍କ ବିମାନ ଦୁର୍ଘଟଣା ଘଟଣାରେ ଆସିଛି ବଡ଼ ଖବର । ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କହିଛି ଯେ ଜାନୁଆରୀ ୨୮ ତାରିଖରେ ବାରାମତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏବଂ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ବିମାନର ବ୍ଲାକ ବକ୍ସ ଉଦ୍ଧାର କରାଯାଇଛି। ଆଉ ଏହି ଘଟଣାରେ ତଦନ୍ତ ଦ୍ରୁତ ଗତିରେ ଚାଲିଛି।ପୂର୍ବରୁ ଅଧିକାରୀମାନେ ଏକ ବିବୃତ୍ତିରେ କହିଥିଲେ ଯେ ଯଦି ଦୁର୍ଘଟଣାଗ୍ରସ୍ତ ବିମାନର ବ୍ଲାକ୍ ବକ୍ସ ଏବଂ ଫ୍ଲାଇଟ୍ ଡାଟା ଉଦ୍ଧାର […]
ଅନ୍ଧବିଶ୍ୱାସର ସାଂଘାତିକ ଦୃଶ୍ୟ। ଡାହାଣୀ ସନ୍ଦେହରେ ନିଜ ମାଆକୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜଜିଲ୍ଲା ବେତନଟୀ ଥାନା ଅଧୀନ କଲରାଫୁଲିଆ ଗ୍ରାମରେ l ସୂଚନା ମୁତାବକ, ନିକଟରେ ତପନ ସିଂଙ୍କ ଗର୍ଭବତୀ ସ୍ତ୍ରୀର ଗର୍ଭ ନଷ୍ଟ ହୋଇଥିଲା। ଡାହାଣୀ ହୋଇ ମା’ ରାଇମଣି ସିଂ ସ୍ତ୍ରୀର ଗର୍ଭସ୍ଥ ପିଲାକୁ ଖାଇଥିବା ସନ୍ଦେହ କରିଥିଲା ତପନ । ଏନେଇ ଗୁରୁବାର ସକାଳେ ଉତ୍ୟକ୍ତ ହୋଇ ତପନ ନିଜ ଉପରୁ […]
