ମଝି ରାସ୍ତାରେ ଖରାପ ହୋଇଗଲା ଆମ୍ବୁଲାନ୍ସ । ଚାଲିଗଲା ରୋଗୀଙ୍କ ଜୀବନ । ସୋସିଆଲ ମେଡିଆରେ ଭାଇରାଲ୍ ହେଲା ଭିଡିଓ । ସାଲେପୁର ପାଗା ଛକ ନିକଟରେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି । ନିଶ୍ଚିନ୍ତକୋଇଲି ଜିଗ୍ନିପୁର ଗାଁର ପ୍ରଦ୍ୟୁମ୍ନ ଓରଫ୍ ଶିବୁ ଅସୁସ୍ଥ ହେବା ପରେ ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ ପରିବାର ଲୋକେ । ଆମ୍ବୁଲାନ୍ସ ପହଞ୍ଚିବା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଉଥିଲା । କିନ୍ତୁ ପାଗା ଛକ ନିକଟରେ […]
ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଆଜି ଏକ ବଡ ସଫଳତା ମିଳିଛି। ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ।ଏମାନେ ମାଓବାଦୀଙ୍କ ଏଓବି ଅର୍ଥାତ୍ ଆନ୍ଧ୍ର ଓଡିଶା ସ୍ପେଶାଲ ଜୋନାଲ କମିଟିର ସଦସ୍ୟ । ଗିରଫ ଦୁଇ ମାଓବାଦୀଙ୍କ ନିଜ ଘର ଛତିଶଗଡ ବିଜାପୁର ଜିଲ୍ଲାର ଗାଙ୍ଗାଲୁର ବୋଲି ଜଣାପଡିଛି । ସେମାନଙ୍କ ପାଖରୁ ଦୁଇଟି ରିଭଲଭର ସହ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁ ହେବ।ସେହିପରି ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦୈନିକ […]
ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ- ଯୋଗାଣ ମନ୍ତ୍ରୀ କୃଷ୍ର ପାତ୍ର ।ସବସିଡି ଦରରେ ମିଳିବ ଚାଉଳ, ଅଟା, ଚିନି ଏବଂ ଲୁଣ ।ପାଇଲଟ୍ ପ୍ରକଳ୍ପ ଭାବେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା । ପରବର୍ତ୍ତୀ ସମୟରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଏହି ସବୁିଧା ଉପଲବ୍ଧ କରାଯିବା ନେଇ କହିଛନ୍ତି ମନ୍ତ୍ରୀ ।ମଧ୍ୟବିତ୍ତ ବର୍ଗ ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ଯୋଗ୍ୟତା ମାପଦଣ୍ଡ […]
ଆଜି ପୁଣି ବଢ଼ିଲା ସୁନା ଦର । ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି ।୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୧,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହା ୯୯,୨୮୦ ଟଙ୍କା ଥିଲା । ଏଥିରେ ୨,୧୨୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୨,୯୫୦ ଟଙ୍କା ହୋଇଛି । ଗତକାଲି ୯୧,୦୦୦ ଟଙ୍କା ଥିଲା । ଏଥିରେ […]
ବାଲି ମାଫିଆଙ୍କ ଦାଦାଗିରି । ରାତି ଅଧରେ ଜୁନିଅର ମାଇନିଂ ଅଫିସରଙ୍କୁ ଆକ୍ରମଣ । ବେଆଇନ ବାଲି ଖାଦାନରେ ଚଢଉ କରି ଫେରିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଚାଲନ୍ତି ନିକଟସ୍ଥ ସୁବର୍ଣ୍ଣରେଖା ନଦୀରୁ ବେଆଇନ ବାଲି ଉତ୍ତୋଳନ ହେଉଥିବା ଖବର ପାଇ ଚଢାଉ କରିଥିଲେ ଜଳେଶ୍ବର ଜୁନିୟର ମାଇନିଂ ଅଫିସର ଜିତେନ୍ଦ୍ର ଦାସ । ଦୀର୍ଘ ଦିନ ଧରି ବାଲି ଚୋରା ଚାଲାଣ ହେଉଥିବା ଅଭିଯୋଗ ଆସୁଥିବା […]
ସାରା ଦେଶକୁ ସ୍ତବ୍ଧ କରିଛି ଅହମ୍ମଦାବାଦର ଭୟାବହ ବିମାନ ଦୁର୍ଘଟଣା । ତେବେ ବର୍ତ୍ତି ଯାଇଥିବା ଯାତ୍ରୀଙ୍କ ନାଁ ରମେଶ ବିଶ୍ୱାସ କୁମାର ବଚୁରୱାଡ଼ା । ତାଙ୍କୁ ସିଟ୍ ନଂ 11Aରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା । ତାଙ୍କ ଦେହରେ ସାମାନ୍ୟ ଆଘାତ ଲାଗିଛି । ଉଦ୍ଧାର ପରେ ସେ ନିଜେ ଚାଲି ଚାଲି ଦୁର୍ଘଟଣାସ୍ଥଳରୁ ବାହାରିଥିଲେ । ରାସ୍ତାରେ ତାଙ୍କୁ ଦେଖି ସଭିଏଁ ଚକିତ ହୋଇଯାଇଥିଲେ ।ଆଜି ରମେଶ ବିଶ୍ୱାସ କୁମାରଙ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ […]
ଅହମ୍ମଦାବାଦ ବିମାନ ଦୁର୍ଘଟଣା ଯୋଗୁଁ ସମଗ୍ର ଦେଶ ଶୋକରେ ବୁଡ଼ି ରହିଛି । ଗୁରୁବାର ଅପରାହ୍ନ ପ୍ରାୟ ୧.୩୦ ସମୟରେ, ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବିମାନ ଉଡ଼ାଣ ଭରିବା ମାତ୍ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ବିମାନରେ ଥିବା ଯାତ୍ରୀଙ୍କ ସମେତ ମୋଟ ୨୬୫ ଜଣଙ୍କର ମୃତ୍ୟୁ ହୋଇଥିଲା।ଏହି ଭୟଙ୍କୟ ବିମାନ ଦୁର୍ଘଟଣାରେ ମଣିପୁର ଦୁଇ ଯୁବ ଫ୍ଲାଇଟ ଆଟେଣ୍ଡାଣ୍ଟଙ୍କୁ ହରାଇ ଭାଙ୍ଗି ପଡ଼ିଛି ପୂରା ପରିବାର। ନଗନଥୋଇ ଶର୍ମା ଏବଂ ଲାମନୁନଥେମ ସିଙ୍ଗସନ୍ […]
ଡିଜିଟାଲ ଦସ୍ତଖତ ପାଇଁ 10 ହଜାର ଲାଞ୍ଚ ନେଲାବେଳେ ଧରାପଡ଼ିଲେ ଇପିଏଫଓ ପିଆରଓ। ଲାଞ୍ଜିପଲ୍ଲୀ ସ୍ଥିତ ହୋଟେଲରେ ଗୋଟିଏ କମ୍ପାନୀ କର୍ତ୍ତୁପକ୍ଷଙ୍କ ଠାରୁ ଟଙ୍କା ନେଲାବେଳେ ଅନିଲ ପତିଙ୍କୁ CBI କଲା କାବୁ। ଏଭଳି ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ସହରରେ।ସିବିଆଇ ଅଧିକାରୀମାନେ ତାଙ୍କୁ କାବୁ କରିବା ପରେ ଭୁବନେଶ୍ବର ନେଇ ଯାଇଥିବା ସୂଚନା ।ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲାର ଜଣେ ଯୁବକ ଏକାଧିକ କମ୍ପାନୀ ପରିଚାଳନା କରୁଥିବା ବେଳେ ଇପିଏଫ୍ଓ ପକ୍ଷରୁ ଡିଜିଟାଲ ଦସ୍ତଖତ ଆବଶ୍ୟକ […]
ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନଟି ଭିତରେ 1.25 ଲକ୍ଷ ଲିଟର ଇନ୍ଧନ ଥିଲା ଏବଂ ଏହା ଏକ କୋଠା ସହିତ ଧକ୍କା ହୋଇଥିଲା। ଘଟଣାସ୍ଥଳରୁ ମିଳିଥିବା ଫଟୋଗୁଡ଼ିକରେ କେବଳ କୋଠା ନୁହେଁ ବରଂ ପାଖରେ ଥିବା ପାର୍କିଂରେ ପାର୍କିଂ ହୋଇଥିବା କାରଗୁଡ଼ିକ ମଧ୍ୟ ଜଳି ଯାଇଥିଲା। କିନ୍ତୁ ଜଣେ ବ୍ୟକ୍ତି ବଞ୍ଚିଗଲେ । ତାଙ୍କ ନାମ ରମେଶ ବିଶ୍ୱାସକୁମାର ବୁଚାର୍ଭାଦା। ସେ ଶେଷ ମୁହୂର୍ତ୍ତରେ ବିମାନରୁ ଡେଇଁ ପଡ଼ିଥିଲେ ବୋଲି ଜଣାପଡ଼ିଛି। ରମେଶ ନିଜକୁ ଦୁର୍ଘଟଣାରୁ ଉଦ୍ଧାର […]
ଏଣିକି ରାଜ୍ୟର ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । କର୍ମଚାରୀଙ୍କ ସମୟାନୁବର୍ତ୍ତିତା ଓ ଅଫିସରେ ଠିକ ସମୟରେ ଉପସ୍ଥାନକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି । ଯେଉଁ ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ନାହିଁ ସେଠାରେ ତୁରନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରିବାକୁ କୁହାଯାଇଛି । ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ […]
ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଯାଜପୁର ଜିଲାର ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ମୃତ୍ୟୁ ଘଟିଛି।ସୂଚନାଯୋଗ୍ୟ ଯେ ଜିଲାରେ ୨୮୫ଜଣ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଅଧିକ ଚିକିତ୍ସା ନିମନ୍ତେ ୧୦ଜଣ ରୋଗୀଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ଯେଉଁ ରୋଗୀ ଚିକିତ୍ସିତ ହେଉଥିଲେ […]
