ବଦଳିଲା କଟକ ବାଲିଯାତ୍ରା ନାଁ

ନଭେମ୍ବର ୫ରୁ କଟକ ବାଲିଯାତ୍ରା। ଏନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ ପଡିବ।ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡିଆରେ ହବନି । ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମଜା ନେବେ ଲୋକେ ।ଏଥର […]

ଓଟିଇଟି ପରୀକ୍ଷା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି

ବୋର୍ଡ ସମ୍ପାଦକଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି। ପରୀକ୍ଷା ପରିଚାଳନାରେ ସହଯୋଗ କରିବା ପାଇଁ ଚିଠି।ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ। ଆସନ୍ତା ୨୭ ତାରିଖରେ ହେବ ଓଟିଇଟି ପରୀକ୍ଷା।ବୋର୍ଡକୁ ପଠାଯିବା ପର୍ଯ୍ୟନ୍ତ ଗୋପନୀୟ ଜିନିଷ ଗୁଡିକୁ ପରୀକ୍ଷା କେନ୍ଦ୍ରରେ ସୁରକ୍ଷିତ ଭାବେ ରଖିବା ପାଇଁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି ସମ୍ପାଦକ । ଏଥିସହ କ୍ଷେତ୍ର କର୍ମଚାରୀଙ୍କୁ ସହଯୋଗ ପାଇଁ ନିର୍ଦ୍ଦେଶ ଦେବାକୁ ଚିଠିରେ ନିବେଦନ କରାଯାଇଛି। ସକାଳ ୯ଟାରୁ […]

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ତାଙ୍କ କ୍ୟାବିନେଟର ଅନେକ ବରିଷ୍ଠ ମନ୍ତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ବହୁ ବରିଷ୍ଠ ବିଜେପି ନେତା ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିପି ରାଧାକୃଷ୍ଣନଙ୍କୁ ଉପରାଷ୍ଟ୍ରପତି […]

ଦଳବିରୋଧୀ କାର୍ଯ୍ୟ ପାଇଁ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ନିଲମ୍ବନ

ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ କରାଯାଇଛି। ସୂଚନାମୁତାବକ ବିଜେଡି ପରିଚାଳନାକୁ ନେଇ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବଡ଼ କଥା କହିଥିଲେ । ଆଗକୁ ଯଦି ଠିକଭାବେ ନଚାଲେ ତେବେ ମୁଁ ଦଳଠୁ ଦୂରେଇ ଯିବି ।ଏହାଛଡ଼ା ସେ କହିଥିଲେ ଯେ ମୁଁ ଏବେ ବିଜେଡିରେ ଅଛି । ତେବେ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେଉନି । ବିଜେଡି ସଠିକଭାବେ ବିରୋଧୀ ଦଳର ଭୂମିକା ନିର୍ବାହ […]

ଅନଲାଇନ୍ ଗେମ୍ ନେଲା ଜୀବନ । ଝୁଲିପଡ଼ିଲେ ନର୍ସିଂ ଛାତ୍ର

ବାଲେଶ୍ବରରେ ଜଣେ ନର୍ସିଂ ଛାତ୍ର ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ ଛାତ୍ର ୨୦ ବର୍ଷୀୟ ରୋମିଓ ରଞ୍ଜନ ସାମଲ। ସେ BSC ନର୍ସିଂ ପଢୁଥିଲେ ।ଘରେ କେହି ନଥିବା ବେଳେ ଫ୍ୟାନରେ ବେଡସିଟ ବାନ୍ଧି ଝୁଲିପଡ଼ି ସେ ଆତ୍ମହତ୍ୟା କରିଛନ୍ତି।ବାପା ମୃତୁଞ୍ଜୟ ସାମଲ ହସ୍ପିଟାଲ କର୍ମଚାରୀ ହୋଇଥିବା ବେଳେ ରୋମିଓ ତାଙ୍କର ଏକମାତ୍ର ପୁଅ । ସର୍ଜରୀ ଓଟିରେ ପ୍ରାକ୍ଟିକାଲ ଡ୍ୟୁଟି ଥିବା ବେଳେ ଏହା ପୂର୍ବରୁ ସେ ଆତ୍ମହତ୍ୟା କରିଛନ୍ତି । ଏକ ମାତ୍ର ପୁଅକୁ […]

ଆଜି ଶପଥ ନେବେ ନୂଆ ଉପରାଷ୍ଟ୍ରପତି

ଆଜି ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେବେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଧାକ୍ରିଷ୍ଣନ୍‌ଙ୍କୁ ଶପଥ ପାଠ କରାଇବେ। ଆଜି ପୂର୍ବାହ୍ନ ୧୦.୩୦ରୁ ମଧ୍ୟାହ୍ନ ୧୨.୩୦ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସିପି ରାଧାକ୍ରିଷ୍ଣନ NDA ମେଣ୍ଟ ପ୍ରାର୍ଥୀ ଭାବେ ବିଜୟୀ ହୋଇଛନ୍ତି । ତାଙ୍କୁ ୪୫୨ ଭୋଟ ମିଳିଥିବା ବେଳେ INDIA ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ୩୦୦ ଭୋଟ ମିଳିଥିଲା । ମୋଟ […]

ଶ୍ରୀମନ୍ଦିର ଦ୍ୱାରରେ ମୁତୟନ ପୋଲିସଙ୍କୁ ମିଳିଲା ସ୍ୱତନ୍ତ୍ର ବଡି କ୍ୟାମେରା

ଶ୍ରୀ ଜଗନ୍ନାଥ ମନ୍ଦିରର ଚାରି ଦ୍ୱାରରେ ନିୟୋଜିତ ପୋଲିସ କର୍ମଚାରୀମାନଙ୍କୁ ବଡି କ୍ୟାମେରା ଦିଆଯାଇଛି |ଯେଉଁଥିରେ ଅଡିଓ କ୍ଷମତା ଏବଂ ଯଥେଷ୍ଟ ସଂରକ୍ଷଣ କ୍ଷମତା ରହିଛି । ଏହି ପଦକ୍ଷେପ ମନ୍ଦିର ପରିସରରେ ପ୍ରବେଶ କରୁଥିବା ସନ୍ଦିଗ୍ଧ ବ୍ୟକ୍ତିମାନଙ୍କ ଉପରେ ନଜର ରଖିବାରେ ଯଥେଷ୍ଟ ଉନ୍ନତି ଆଣିବ ବୋଲି ଆଶା ।ବଡି କ୍ୟାମେରା ବ୍ୟବହାର ପରିଷ୍କାର ପରିଚ୍ଛନ୍ନତା ଏବଂ ଜନସାଧାରଣଙ୍କ ବିଶ୍ୱାସକୁ ପ୍ରୋତ୍ସାହିତ କରିବ, ଏବଂ ପୋଲିସଙ୍କୁ କର୍ତ୍ତବ୍ୟ ଅଧିକ ପ୍ରଭାବଶାଳୀ ଭାବେ ସମ୍ପାଦନ କରିବା ଓ […]

ଓଡିଶାକୁ ଅକ୍ଟୋବର ମାସ ପାଇଁ ଲା-ନିନା ବିପଦ

ଆଉ ଦିନ କେଇଟା ପରେ ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ଏହି ସମୟରେ କିଛି କାରକ ଚଳିତ ବର୍ଷ ବାତ୍ୟା ଆଶଙ୍କା ସହ ବାତ୍ୟା ବାତାବରଣକୁ ଅନୁକୂଳ କରିଛି। ନେଗେଟିଭ୍‌ ଆଇଓଡି ଓ ଲା-ନିନା ସକ୍ରିୟ ରହିଲେ ବାତ୍ୟା ସୃଷ୍ଟି ନିମନ୍ତେ ପରିବେଶକୁ ଅନୁକୂଳ କରିଥାଏ। ପୂର୍ବରୁ ଲା-ନିନା ପ୍ରଭାବରେ ଅକ୍ଟୋବର ମାସରେ ଅନେକ ବାତ୍ୟା ହୋଇଥିବା ନଜିର ରହିଛି । ଚଳିତବର୍ଷ ମଧ୍ୟ ଲା-ନିନା ପ୍ରଭାବ ରହିପାରେ । ପ୍ରଶାନ୍ତ ମହାସାଗରରେ […]

ଅନଲାଇନରେ ରହିବ ନୋଟାରୀ ଓ ଆଇନଜୀବୀଙ୍କ ସମ୍ପୂର୍ଣ୍ଣ ଡାଟାବେସ-ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଆଇନ ପ୍ରକ୍ରିୟା ହେବ ସହଜ ଓ ସରଳ | ତେବେ ଏହି ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କ୍ରମରେ ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ କରାଯିବ । ଆଜି ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି| ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୋଟାରୀ ଓ ଆଇନଜୀବୀଙ୍କ […]

ରତ୍ନଭଣ୍ଡାର- ଅକ୍ଟୋବର ମଧ୍ୟରେ ଶେଷ ହେବ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଅକ୍ଟୋବର ମଧ୍ୟରେ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ କାମ ଶେଷ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଧାଡ଼ି ଦର୍ଶନ ପୂର୍ବରୁ ହୁଣ୍ଡି ସ୍ଥାନାନ୍ତରଣ ପାଇଁ ଏକ ରିଜଲ୍ୟୁସନ ଆସିବ। ପରେ […]

ମହାନଦୀ ରିଭରଫ୍ରଣ୍ଟ ଯୋଜନାକୁ ମଞ୍ଜୁରୀ: ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜଳ ସମ୍ପଦ ବିକାଶ ବିଭାଗ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବ୍ୟବହାର କରିବ।ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, “ମହାନଦୀ ଓଡ଼ିଶାର ଜୀବନରେଖା । ଏହାର ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ପରିବେଶ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପର୍ଯ୍ୟଟନ […]

ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ରାୟଗଡ କଲ୍ୟାସିଂହପୁର ପଞ୍ଚାୟତ

ରାୟଗଡ/କଲ୍ୟାସିଂହପୁର -ତା. ‌‌୧୧/୦୯/୨୫-ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ରାୟଗଡ କଲ୍ୟାସିଂହପୁର ପଞ୍ଚାୟତ ସମିତି ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି.ପ୍ରଥମେ ପାର୍ଶାଲି ପଞ୍ଚାୟତର କାଡ୍ରାକାବନ୍ଦଳି, ପଞ୍ଚକୁଡ଼ି, ତେଭାପଡ।, ଟମକସିଲ ଗସ୍ତ କରି PM-JANMAN ଗୃହ ନିର୍ମାଣ କାର୍ଯ୍ୟ ପରିଦର୍ଶନ କରିଥିଲେ ଏବଂ ତତ୍ ପରେ ରାଜ୍ୟ ସରକାରଙ୍କ ତରଫରୁ ଧାର୍ଯ୍ୟ କରାଯାଇଥିବା ସମୟ ସୀମା ଅର୍ଥାତ ତା.୩୦.୦୯.୨୦୨୫ ରିଖ ମଧ୍ୟରେ ସମସ୍ତ ଅସମ୍ପୂର୍ଣ ଥିବା PM-JANMAN […]