ପୁଣି ଭାରତରେ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ । ଦିନକୁ ଦିନ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ବୁଧବାର ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । କରୋନାକୁ […]
ମାସିକ ଋତୁସ୍ରାବ ବା ପିରିୟଡ୍ସ ଜଣେ କିଶୋରୀ ଓ ନାରୀ ଜୀବନର ଏକ ପ୍ରାକୃତିକ ତଥା ସ୍ୱାଭାବିକ ପ୍ରକ୍ରିୟା । କିନ୍ତୁ ଏହାକୁ ନେଇ ଏବେ ବି ମହିଳାଙ୍କ ଭିତରେ ଲାଜ ଓ ସଙ୍କୋଚ ରହିଛି । ଏପରିକି ଅନେକ କ୍ଷେତ୍ରରେ ସେମାନେ ନିଜ ଘରେ ବିଭିନ୍ନ ବାସନ୍ଦର ଶିକାର ହେବା ସହ ସମାଜ ଓ କାର୍ଯ୍ୟକ୍ଷେତ୍ରରେ ନାନା ପ୍ରତିବନ୍ଧକର ସମ୍ମୁଖୀନ ହେଉଛନ୍ତି । ସ୍ବଚ୍ଛତା ଦିଗରେ ନିରନ୍ତର ପ୍ରୟାସ ଓ ପଦକ୍ଷେପ ପରେ ମହିଳାମାନେ ସଚେତନ […]
ରାଜ୍ୟରେ ଦ୍ବିତୀୟ କୋଭିଡ୍ ପଜିଟିଭ ରୋଗୀ ଚିହ୍ନଟ । ଲକ୍ଷଣଯୁକ୍ତ ଜଣେ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ ହୋଇଛି ସ୍ପଷ୍ଟ । ତେବେ ଆଣ୍ଟିଜେନ୍ କିଟ୍ କେତେ କାମ କରୁଛି, ତାହା ପରୀକ୍ଷା କରିବାକୁ ଆଣ୍ଟିଜେନ୍ କିଟ୍କୁ RMRCକୁ ପଠାଯାଇଛି । ଅପରପକ୍ଷରେ ଉକ୍ତ ବ୍ୟକ୍ତିଙ୍କର RTPCR ପରୀକ୍ଷା କରାଯିବ । RTPCR ରିପୋର୍ଟ ଆସିବା ପରେ ତାଙ୍କୁ କୋଭିଡ୍ ହୋଇଛି ନା ନାହିଁ ସ୍ପଷ୍ଟ କରିବ ସ୍ଵାସ୍ଥ୍ୟ ବିଭାଗ ।ସୂଚନାଯୋଗ୍ୟ ଯେ, ଦୀର୍ଘ ୩ ବର୍ଷ ବ୍ୟବଧାନ […]
ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ୭ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ଼ ଏଡିଜେ-୨ କୋର୍ଟ । ୨ ହଜାର ପୃଷ୍ଠାର ଚାର୍ଜସିଟ୍ ଓ ୬୦ରୁ ଅଧିକ ସାକ୍ଷ୍ୟଗ୍ରହଣ ସହ ପ୍ରତିପକ୍ଷଙ୍କ ଜୋରଦାର ଯୁକ୍ତିତର୍କ ପରେ ଦୋଷୀ ସାବ୍ୟସ୍ତ ହୋଇଛି ପୁଞ୍ଜିଲାଲ। ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ରାୟ ଶୁଣାଇବେ ପାଟଣାଗଡ ଏଡିଜେ କୋର୍ଟ । ପୁଞ୍ଜିଲାଲକୁ […]
ବଢ଼ିଲା ମନ୍ତ୍ରୀ, ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ । ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର ।ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି। ସେହିପରି ଜିଲାପାଳ, ଏସ୍ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦କୁ ବୃଦ୍ଧି ପାଇଛି।ମନ୍ତ୍ରୀ, ଅଫିସର ଓ VVIP ବ୍ୟବହାର କରୁଥିବା ଘରୋଇ ଗାଡ଼ି ଭଡ଼ା ବୃଦ୍ଧି କରାଯାଇଛି । ପୂର୍ବରୁ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇଛି । ପ୍ରାୟ 6 ବର୍ଷ ପରେ ଭଡ଼ା ସଂଶାଧନ […]
ଭୟଙ୍କର ଦୁର୍ଘଟଣା । ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍ , ୨ ମୃତ । ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ୮ ନମ୍ବର ଜାତୀୟ ରାଜପଥ ବେତନଟୀ ଉପକଣ୍ଠ ଆଗ୍ରିଆ ବଡପୋଲ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମୃତକ ହେଉଛନ୍ତି ଉତ୍ତରପ୍ରଦେଶ ମିରଟ ଅଞ୍ଚଳର ବିଜେନ୍ଦ୍ର ଭାରତୀଙ୍କ ପୁଅ ଅତୁଲ ଭାରତୀ ଏବଂ ହରିୟାଣାର କର୍ଣ୍ଣାଲ ଜିଲ୍ଲା ଅଧୀନ ପଡା ଗାଁର ଜଗଦେବ ଦୋଡ଼ଙ୍କ ପୁଅ […]
ପୁଣି ଫେରିଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମଣ ମାମଲା । ଦେଶରେ ମୋଟ ଆକ୍ଟିଭ କେସ୍ ହଜାରେ ଟପିଛି । ଯାହାକୁ ନେଇ ଚିନ୍ତାର କାରଣ ପାଲଟିଛି ।ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ତିରୁଅନନ୍ତପୁରମ ଭଳି କରୋନା ମାମଲା ଦେଖିବାକୁ ମିଳିଛି । ଦକ୍ଷିଣ ଭାରତୀୟ ରାଜ୍ୟ କେରଳ, ତାମିଲନାଡୁ, କର୍ଣ୍ଣାଟକ, ମହାରାଷ୍ଟ୍ର, ଦିଲ୍ଲୀରେ କରୋନା ଚିନ୍ତା ବଢାଇ ଦେଇଛି । ସେହିପରି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ସବୁଠୁ ଅଧିକ ସଂକ୍ରମିତ […]
ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ସନ୍ଧ୍ୟା 7ଟାରୁ ରାତି 11ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ କୁହାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଦ୍ବିତୀୟ ଭୋଗମଣ୍ଡପ ନୀତି ସରିଲା ପରେ ମହାପ୍ରଭୁଙ୍କର ବନକଲଲାଗି ନୀତି ଅନୁଷ୍ଠିତ ହେବ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି 11 ଟାପରେ ମହାପ୍ରଭୁଙ୍କୁ […]
ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଗରେ ଏହା ଗତି କରିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।ଆଗାମୀ ଚାରି ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । […]
ଆଜି ଆସିବ ପାର୍ସଲ ବୋମା ରାୟ । ବଲଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆସିବ ରାୟ । । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଦଣ୍ଡ ପାଇବେ କି ନାହିଁ ? ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ବିରୋଧରେ କି ଦଣ୍ଡାଦେଶ ହେବ, ତା’ଉପରେ ସମସ୍ତଙ୍କର ରହିଛି ନଜର । ସୂଚନାମୁତାବକ ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିବା […]
ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର ଦୁଇ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର(୨୮ ତାରିଖ) ଜଗତ୍ସିଂହପୁର, ପୁରୀ, କଟକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୫ଟି ସ୍ଥାନକୁ […]
ନୂଆଗାଁ: ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ମାଳିସାହି ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା କିଛି ଦିନତଳେ ଗାଡ଼ି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ନୂଆଗାଁ ଏନ୍ ପି ଏସ ଶିକ୍ଷକ ସଂଘ ପକ୍ଷରୁ ନୟାଗଡ ନୂଆ ରାଜବାଟି ନିକଟସ୍ଥ ତାଙ୍କ ବାସ ଭବନ ଠାରେ ସ୍ମୃତି ଚାରଣ ସଭା ଅନୁଷ୍ଠିତ କରଯାଇଥିଲା।ଶିକ୍ଷକ ଅଶୋକ କୁମାର ପଣ୍ଡା, ସିଦ୍ଧାର୍ଥ ରତ୍ନ , ଗତିକୃଷ୍ଣ ପ୍ରଧାନ,ସତ୍ୟ ନାରାୟଣ ସାହୁ ,ଦେବରାଜ ସାହୁ , ପୂର୍ଣ୍ଣଚନ୍ଦ୍ର […]
