ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା । ଏହାରି ଭିତରେ ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି ଯାହାକି ଚିନ୍ତାକୁ ଦ୍ବିଗୁଣିତ କରିଛି ।ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ସ୍ଥାନ ପାଇଛନ୍ତି । ଓଡ଼ିଶାର ବାଲେଶ୍ଵର ଆଜି ଦେଶର […]
ରାଜ୍ୟ ଉପରୁ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବା ପରେ ଗତ ଦୁଇଦିନ ହେଲା ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମୁଛି । ଗୁରୁବାରଠାରୁ ପାରଦ ଆହୁରି ତଳମୁହାଁ ହେବ। ସମତଳ ଏବଂ ପାହାଡ଼ିଆ ଅଞ୍ଚଳଗୁଡ଼ିକରେ ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି।ଆସନ୍ତା ଦୁଇ ଦିନ ପାଇଁ ସୁନ୍ଦରଗଡ,ଢେଙ୍କାନାଳ,କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୮,୨୯,୩୦ ତାରିଖ ପାଇଁ ସୁନ୍ଦରଗଡ, କନ୍ଧମାଳ,କୋରାପୁଟ ପାଇଁ […]
ମହାପ୍ରଭୁଙ୍କୁ ମହୋଦଧିରେ ଭସେଇଦେଲେ । ସମୁଦ୍ର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ଅତି ଦୟନୀୟ ଅବସ୍ଥାରେ ଉଦ୍ଧାର। ଏ ଭିଡିଓ ଦେଖିବାକୁ ଅତି କଷ୍ଟଦାୟକ। ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଅନୁମାନ କରାଯାଉଛି । ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ବେଳାଭୂମିରେ ଭସେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ । ବେଳାଭୂମିରେ ମହାପ୍ରଭୁଙ୍କ ମୂର୍ତ୍ତି ଭାସୁଥିବାର ଦେଖି କିଛି ପର୍ଯ୍ୟଟକ ମୂର୍ତ୍ତିକୁ ପାଣି ଭିତରୁ ଆଣୁଥିବା ବେଳେ ଆଉ କିଛି […]
କେନ୍ଦ୍ରାପଡ଼ା ଜିଲ୍ଲାର ଗହୀରମଥାରେ ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସରକାର ବୁଧବାର ଦିନ ସାଟେଲାଇଟ୍-ଲିଙ୍କ୍ଡ୍ ଟ୍ରାକିଂ ଡିଭାଇସ୍ ସହିତ ଟ୍ୟାଗ୍ କରିଛନ୍ତି ।ଏଥିସହିତ ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣରେ ଆହୁରି ତିନୋଟି କଇଁଛଙ୍କୁ ଟ୍ୟାଗ୍ କରିବାର ଯୋଜନା ଥିବା ନେଇ ଜଣେ ବରିଷ୍ଠ ବନ ଅଧିକାରୀ ସୂଚନା ଦେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବାସସ୍ଥାନ ଚିହ୍ନଟ କରିବା, ମାଛ ଧରିବା ଭଳି ବିପଦକୁ ହ୍ରାସ କରିବା, ଗତିଶୀଳ ସାମୁଦ୍ରିକ ସଂରକ୍ଷିତ କ୍ଷେତ୍ର ଡିଜାଇନ୍ କରିବା ଏବଂ […]
ଇଣ୍ଡିଗୋ ବିଭ୍ରାଟ ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ଦେଶରେ ଉଡ଼ିବ ଆଉ ୩ ନୂଆ ଏୟାରଲାଇନ୍ସ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଶଙ୍ଖ ଏୟାର, ଅଲ୍ ହିନ୍ଦ୍ ଏୟାର ଓ ଏବଂ ଫ୍ଲାଏ ଏକ୍ସପ୍ରେସ୍ ଅନୁମତି ମିଳିଛି । ଏହା ଦ୍ବାରା ଯାତ୍ରୀଙ୍କ ପାଖରେ ବିକଳ୍ପ ବଢିବା ସହିତ ବିମାନ ସେବାରେ ପ୍ରତିଦ୍ବନ୍ଦ୍ବିତା ମଧ୍ୟ ସୃଷ୍ଟି ହେବ। ଗତ ସପ୍ତାହରେ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଏହି […]
ପୁର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଭାରତର ରାଜନୈତିକ ଇତିହାସରେ ଜଣେ ସଫଳ ବ୍ୟକ୍ତିତ୍ୱ ହେଉଛନ୍ତି ଅଟଳ ବିହାରି ବାଜପେୟୀ, ଯିଏ ଜୀବନର ପ୍ରତି କ୍ଷେତ୍ରରେ ସଫଳତାର ଶୀର୍ଷକୁ ଛୁଇଁପାରିଛନ୍ତି । ସେ ଏକାଧାରରେ ଜଣେ ବିଚକ୍ଷଣ ରାଜନୀତିଜ୍ଞ, ପ୍ରଶାସକ, ଭାଷାବିତ, କବି, ସମ୍ବାଦିକ ଓ ଲେଖକ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଆଦର୍ଶରେ ଅନୁପ୍ରାଣିତ ହୋଇ, ଅଟଳ ବିହାରୀ ଉଦାରବାଦ, ସହନଶୀଳତା, ସମାନତାକୁ ନେଇ ରାଜନୀତିରେ ପାଦ ଥାପିଥିଲେ […]
ବାଂଲାଦେଶୀ ସନ୍ଦେହରେ ଶ୍ରମିକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ। ସମ୍ବଲପୁର ସହରରେ ବାଲାଂଦେଶୀ ସନ୍ଦେହରେ ଜଣେ ବଙ୍ଗାଳୀ ଶ୍ରମିକଙ୍କୁ ୪ ଜଣ ବ୍ୟକ୍ତି ପିଟିପିଟି ହତ୍ୟା କରିଥିବା ଭଳି ଗୁରୁତର ଅଭିଯୋଗ ଆସିଛି। । ସୂଚନା ଅନୁଯାୟୀ ଦାନିପାଲି ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠାଘରେ କିଛି ବଙ୍ଗାଳୀ ଶ୍ରମିକ କାମ କରୁଥିଲେ। ବୁଧବାର ବିଳମ୍ବିତ ରାତିରେ ଉକ୍ତ ଶ୍ରମିକଙ୍କ ମଧ୍ୟରୁ ୩ ଜଣ ନିକଟସ୍ଥ ଏକ ସ୍ଥାନକୁ ପାନ ମସଲା ଓ ବିଡି ପାଇଁ ଯାଇଥିଲେ। ସେହି ସମୟରେ […]
ସାଉଦି ଆରବରେ ତୁଷାରପାତ ବିରଳ, କିନ୍ତୁ ଦେଶର ଉତ୍ତର ଅଞ୍ଚଳର କିଛି ଅଂଶରେ ଏହି ଶୀତରେ ଯାହା ଘଟିଲା ତାହା ଅସାଧାରଣ ତଥା ଉଦ୍ବେଗଜନକ । ତାବୁକ୍ ଓ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି, ତୁଷାରପାତ ଯୋଗୁ ପାହାଡ଼ଗୁଡ଼ିକ ଧଳା ହୋଇଯାଇଛି ଏବଂ କର୍ତ୍ତୃପକ୍ଷ ପାଣିପାଗ ସତର୍କ ସୂଚନା ଜାରି କରିଛନ୍ତି। ଚଳିତ ବର୍ଷ ଭାରତ ଏହି ଚିନ୍ତାଜନକ ଧାରାକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରିଛି। ବିଶ୍ୱର ସବୁଠାରୁ ଜନବହୁଳ ଦେଶରେ ଉତ୍ତର ଓ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ । ରାଜ୍ୟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଲାଗୁ କରିବା ପାଇଁ ନିଷ୍ପତ୍ତି ନେଇଛି ୨୦୨୫ ବର୍ଷର ଶେଷ କ୍ୟାବିନେଟ ।ଓଡ଼ିଶାର ବରପୁତ୍ର, ସ୍ୱାଧୀନତା ସଂଗ୍ରାମୀ, କବି, ସାହିତି୍ୟକ, ଶିକ୍ଷାବିତ୍, ସମାଜ ସୁଧାରକ ଏବଂ ମହାନ୍ ବ୍ୟକ୍ତିତ୍ୱମାନେ ଓଡ଼ିଶାର ସାମାଜିକ-ସାଂସ୍କୃତିକ-ସାହିତି୍ୟକ ପରିବେଶକୁ ଗଢ଼ିଥିଲେ। ସେମାନଙ୍କର ଜୀବନବ୍ୟାପୀ […]
ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ଅଣଧାନ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ପର୍ଯ୍ୟନ୍ତ ରାଜ୍ୟର ୧୨ଟି […]
ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଛି । ସେପଟେ କୁହୁଡ଼ିରେ କୋଣାର୍କର ସୂର୍ଯ୍ୟ ମନ୍ଦିର ବି ଲୁଚିଯାଇଛି । ଅନ୍ୟପଟେ ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ […]
ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ। ସାରା ବିଶ୍ବରେ ଚର୍ଚ୍ଚରେ ଚାଲିଛି ସମୂହ ପ୍ରାର୍ଥନା। ସବୁଠି ସଜେଇ ହୋଇଛି ଚର୍ଚ୍ଚ। ବଡ଼ ଦିନ ପାଳନ କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଭାଇ ଭଉଣୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ପରସ୍ପରକୁ ଶୁଭେଚ୍ଛା ଜଣାଉଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ । କ୍ୟାରୋଲ ସଙ୍ଗ ଗାଇବା ପରେ ଯୀଶୁଙ୍କ ଜୀବନ କଥା ଶୁଣିଥିଲେ ଶତାଧିକ ଖ୍ରୀଷ୍ଟ ଧର୍ମାବଲମ୍ବୀ । ବଡ଼ ଦିନ ପାଇଁ ଚର୍ଚ୍ଚ କର୍ତ୍ତୃପକ୍ଷ ଓ ପ୍ରଶାସନ ପକ୍ଷରୁ ବ୍ୟାପକ […]
