ପରକୀୟା ପ୍ରୀତି ପାଇଁ ବସିଲା ପଞ୍ଚାୟତ । ଯୁବକଙ୍କ ସହ ମହିଳାଙ୍କର ଚାଲିଥିଲା ଲୁଚାଚୋରା ପ୍ରେମ

କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅକରୁଆ ଗ୍ରାମରେ ଘଟିଛି ଏକ ଘଟଣା । ଇନ୍‌ଷ୍ଟାଗ୍ରାମରୁ ପ୍ରେମ କରିବା ମହଙ୍ଗା ପଡ଼ିଛି ଜଣେ ଯୁବକଙ୍କ ପାଇଁ। ରାତିସାରା ଯୁବକଙ୍କୁ ଅଟକ ରଖି ଗାଁରେ ବସିଲା ପଞ୍ଚାୟତ। ମହିଳା ଜଣକ ୭ ବର୍ଷ ପୂର୍ବେ ବିବାହ କରିଥିବା ବେଳେ ଗୋଟିଏ ୫ବର୍ଷର ପୁଅ ମଧ୍ୟ ଅଛି । ସ୍ବାମୀଙ୍କ ଲୁଚାଛପାରେ ଦୁଇ ବର୍ଷ ଧରି ଉଭୟଙ୍କ ପରକୀୟା ପ୍ରୀତି ଚାଲିଥିଲା । ତେବେ ଗତକାଲି ଉଭୟ ଧରାପଡିଥିଲେ । ପରିବାର […]

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ୍‌ ମୁଖ୍ୟ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌)ର ସରସଂଘଚାଳକ ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ସେ ପହଞ୍ଚିବେ। ଏଠାରୁ ସଡ଼କପଥରେ ଯାଇ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ।ସେଠାରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ । ତେବେ ଆରଏସଏସ […]

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ !

ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ରେ କେରଳ ପହଞ୍ଚିପାରେ ବୋଲି ପୂର୍ବରୁ ଭାରତ ପାଣିପାଗ ବିଭାଗ […]

ଶ୍ରୀମନ୍ଦିର ଜଗିବ ଆର୍ମଡ୍‌ ଭେହିକିଲ୍‌

ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ । ଏଥିରେ ବିଭିନ୍ନ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର ରହିଛି l ବଜ୍ର ଯାନ ଦ୍ବାରା ଶ୍ରୀମନ୍ଦିରକୁ ୨୪ ଘଣ୍ଟିଆ ସୁରକ୍ଷା ଦେବେ ସ୍ୱତନ୍ତ୍ର କାମାଣ୍ଡୋ । ଏହି ଅବସରରେ ଡିଜିପିଙ୍କ ସହ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍‌ପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହିଛନ୍ତି । ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତର ମଧ୍ୟ ସମୀକ୍ଷା କରିବାର […]

୧୩ରେ ପ୍ରକାଶ ପାଇପାରେ ସିବିଏସ୍ଇ ପରୀକ୍ଷା ଫଳ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ମେ’ ୧୩ରେ ପ୍ରକାଶ ପାଇବା ସମ୍ଭାବନା ରହିିଛି।ଚଳିତବର୍ଷ ଗତବର୍ଷ ତୁଳନାରେ ଜଲଦି ରେଜଲ୍ଟ ପ୍ରକାଶିତ ହୋଇପାରେ ବୋଲି ଖବର ମିଳିଛି । ଗତବର୍ଷ ସିବିଏସଇ ରେଜଲ୍ଟ ୧୩ ମଇରେ ପ୍ରକାଶିତ ହୋଇଥିଲା । ପରୀକ୍ଷା ଫଳ ପାଇଁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ତରଫରୁ କୌଣସି ଘୋଷଣା କରାଯାଇନାହିଁ । ରେଜଲ୍ଟ ଜାରି ହେବା ପରେ ଛାତ୍ରଛାତ୍ରୀ […]

୧୬ରୁ ଆଇପିଏଲ୍‌: ଜୁନ୍‌ ୧ରେ ଫାଇନାଲ ହେବ ସମ୍ଭାବନା

ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏକ ସପ୍ତାହ ସ୍ଥଗିତ ରହିବା ପରେ ଏହାକୁ ପୁନଃ ଆରମ୍ଭ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ବିସିସିଆଇ। ଚଳିତମାସ ୧୬ (ଶୁକ୍ରବାର)ଠାରୁ ଆଇପିଏଲ୍‌ ଆରମ୍ଭହେବ। ଏହାର ଫାଇନାଲ ମ୍ୟାଚ୍‌ ନିର୍ଦ୍ଧାରିତ ଦିନର ସପ୍ତାହକ ପରେ; ଅର୍ଥାତ୍‌ ମେ’ ୩୦ କିମ୍ବା ଜୁନ୍‌ ୧ରେ ଖେଳାଯିବ। ପୂର୍ବ ପରି ବିଭିନ୍ନ ସହରର ମ୍ୟାଚ୍‌ସବୁ ଖେଳାଯିବ। ଏହା ବିଷୟରେ ୧୦ଟିଯାକ ଫ୍ରାଞ୍ଚାଇଜି ଦଳଙ୍କୁ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି।ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗୁରୁବାରଠାରୁ […]

 ଟେଷ୍ଟରୁ ସନ୍ନ୍ୟାସ ନେଲେ ବିରାଟ କୋହଲି । 

ଯାହା ଆଶଙ୍କା କରାଯାଉଥିଲା, ତାହା ସତ ହେଲା। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି।ରାଟ କୋହଲି ସୋସିଆଲ ମିଡିଆରେ ତାଙ୍କ ଅବସର ବିଷୟରେ ସୂଚନା ଦେଇଛନ୍ତି। ଗତ ୧୪ ବର୍ଷ ଧରି ସେ ଖେଳିଆସୁଥିଲେ ଟେଷ୍ଟ । କ୍ୟାରିୟରରେ ରଚିଛନ୍ତି ଅନେକ କୀର୍ତ୍ତିମାନ । ଗତ ସପ୍ତାହରେ ବିରାଟ ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ବିସିସିଆଇ ତାଙ୍କ ଅବସରକୁ ଗ୍ରହଣ କରିନଥିଲା । ଏବେ ତାଙ୍କର ଶେଷ […]

ଶିମିଳିପାଳ ସୁରକ୍ଷାରେ ବୃଦ୍ଧି; ନିୟୋଜିତ ହେଲେ ୨ସ୍ନିଫର୍‌ ଡଗ୍‌

 ଏଥର ଶିମିଳିପାଳକୁ ସୁରକ୍ଷା ଦେବେ ଦୁଇଟି ପ୍ରଶିକ୍ଷିତ ସ୍ନିଫର୍‌ ଡଗ୍ । ଏନେଇ ଶିମିଳିପାଳ ଟାଇଗର୍‌ ରିଜର୍ଭର ସୁରକ୍ଷା ଦାୟିତ୍ବରେ ସାମିଲ ହେଲେ ବେଲଜିଆନ୍‌ ମାଲିନୋଇସ୍ ପ୍ରଜାତିର କୁକୁର ନାନ୍ତା ଓ ଅନ୍ନିକା । ଉଭୟ କୁକୁର ତେଲେଙ୍ଗାନାର ସିକନ୍ଦରାବାଦଠାରେ ତାଲିମ ସମାପ୍ତ କରି ଶିମିଳିପାଳକୁ ଆସିଛନ୍ତି । ଅପରାଧୀ କିମ୍ବା ଅନ୍ୟ ସନ୍ଦିଗ୍ଧ ଗତିବିଧିର ପିଛା କରିବା ପାଇଁ ନାନ୍ତାକୁ ଟ୍ରାକିଂ ତଥା ଅନୁସରଣରେ ବିଶେଷ ଭାବେ ପ୍ରଶିକ୍ଷଣ ଦିଆଯାଇଛି । ସେହିପରି ହାତୀ ଦାନ୍ତ, […]

ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ

ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ପୂର୍ବାହ୍ନ ୧୦ଟାରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହେବ। ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଜଷ୍ଟିସ ଶ୍ରୀପଦ କର୍ଣ୍ଣାଟକ ହାଇକୋର୍ଟରେ ବିଚାରପତି ଭାବରେ କାର୍ଯ୍ୟରତ ଥିଲେ ।ଜଷ୍ଟିସ ଶ୍ରୀପଦ ଜୁଲାଇ ୨୦,୧୯୬୪ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ୨୦୧୮ ମସିହା ଫେବ୍ରୁଆରୀ ୧୪ ତାରିଖ ରେ ସେ […]

ଆତଙ୍କବାଦୀଙ୍କୁ ହସ୍ତାନ୍ତର କଲେ ଆଲୋଚନା ହେବ: ମୋଦୀ

କଶ୍ମୀରକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯଦି ଆତଙ୍କବାଦୀଙ୍କୁ ଆମ ହାତକୁ ଦେବେ ତେବେ PoK ଭାରତକୁ ଫେରିବା ନେଇ କଥା ହୋଇପାରିବୁ। ଏହା ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗରେ ଆଲୋଚନା କରିବୁନି ବୋଲି ମୋଦି କହିଛନ୍ତି। ଏଥିସହିତ ମୋଦି ପ୍ରବଳ ରାଗି ଯାଇଛନ୍ତି। ସେ କହିଛନ୍ତି, ଆମେ କାହାର ମଧ୍ୟସ୍ଥତା ଚାହୁଁନୁ କି କାହାର ମଧ୍ୟସ୍ଥତା ମଧ୍ୟ ଆବଶ୍ୟକ କରୁନୁ। ସୂଚନାମୁତାବକ ଅପରେସନ ‘ସିନ୍ଦୂର’ରେ ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ଆକ୍ରମଣ […]

ଆଗକୁ ଅଧିକ ବଢ଼ିବ ତାତି, ୪୫ ଡିଗ୍ରୀ ଡେଇଁପାରେ ପାରଦ

ଏବେ ତାତିରୁ ନିସ୍ତାର ନାହିଁ । ଖରା ତାତି ଓ ପ୍ରବଳ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ ।ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ସମ୍ବଲପୁର ଓ ଟିଟିଲାଗଡ଼ରେ ତାତି ୪୪ ଡିଗ୍ରୀ ଛୁଇଁଯିବ। ମଙ୍ଗଳବାର ଏହି ଦୁଇ ସ୍ଥାନରେ ତାତି ୪୫ ଡିଗ୍ରୀ ରହିପାରେ। ଭୁବନେଶ୍ୱର ଓ ଢେଙ୍କାନାଳରେ ତାତି ୪୨ ଡିଗ୍ରୀ ଛୁଇଁପାରେ […]

ସ୍ବର୍ଗତ ଭବାନୀ ଦାଶଙ୍କ ଦ୍ଵାଦଶାହରେ ଶ୍ରଦ୍ଧା ନିବେଦନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ରାଜନୀତିର ଜଣେ ବିଚକ୍ଷଣ ରାଜନୀତିଜ୍ଞ, ବରିଷ୍ଠ ସାମ୍ବାଦିକ,ସ୍ପଷ୍ଟବାଦୀ,ନିର୍ଭୀକ, କ୍ରାନ୍ତିକାରୀ ବ୍ୟକ୍ତିତ୍ଵ  ତଥା ନୟାଗଡ଼ ଏନଏସିର ତତ୍କାଳୀନ ନଗରପାଳ ଭବାନୀ ଶଙ୍କର ଦାଶଙ୍କ ଦ୍ଵାଦଶାହରେ ତାଙ୍କ ପୁରୁଣା ସହରସ୍ଥିତ ବାସଭବନ ଠାରେ ଏକ ଶ୍ରଦ୍ଧା ନିବେଦନ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ଦାଶଙ୍କ ବଡପୁଅ ନାଗଭୂଷଣ ଦାଶ ଓ ସାନପୁଅ ନୀଳକଣ୍ଠ ଦାଶଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ସ୍ମୃତିସଭା କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ,ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ […]