ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି […]
ସବ ଇନ୍ସପେକ୍ଟର ଚାକିରୀ କେଳେଙ୍କାରୀ ଘଟଣା। ୨ ଦିନିଆ ରିମାଣ୍ଡରେ ୪ ଅଭିଯୁକ୍ତ । ମାଷ୍ଟରମାଇଣ୍ଡ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଟି ଅଭିମନ୍ୟୁ ଦୋରା ଓ ପ୍ରିୟଦର୍ଶିନୀ ସାମଲଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଦିନ ପ୍ରାୟ ୧୨ ଟା ସମୟରେ ଝାରପଡା ଜେଲରୁ ସେମାନଙ୍କୁ ସିଧାସଳଖ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ଏମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ସିବିଆଇ ପକ୍ଷରୁ ସ୍ୱତନ୍ତ୍ର କୋର୍ଟରେ ଆବେଦନ କରାଯାଇଥିଲା । […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ କିଏ ତାଙ୍କ ଉତ୍ତରାଧିକାରୀ ହେବେ ବୋଲି ପ୍ରଶ୍ନରେ ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ, ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ସମ୍ପର୍କରେ ବିଚାର ବିମର୍ଶ ଏବଂ ନିଷ୍ପତ୍ତି କେବଳ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ନରେନ୍ଦ୍ର ମୋଦିଙ୍କ ପାଖରେ ରହିବ।ତେଣୁ, ଏ ବିଷୟରେ ମୋର କିଛି ବି କହିବାର ନାହିଁ। ମୁଁ କେବଳ ତାଙ୍କୁ ଶୁଭକାମନା ଜଣାଇପାରିବି, ଆଉ କିଛି ନୁହେଁ ।ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ […]
ପିଏଚ୍ଡି ପାଇପ ଫାଟିବାରୁ ୭୦୦ ଶହ ବସ୍ତା ଧାନ ଓଦା ହୋଇ ନଷ୍ଟ ହୋଇଯାଇଛି । ସମ୍ବଲପୁର ଭତରାର ହସ୍ପିଟାଲ ରୋଡ ପାଖ ଖଳାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।ସମ୍ବଲପୁର ଭତରା ହସ୍ପିଟାଲ ରୋଡ ପାଖ ଖଳାରେ ଥିବା ଚାଷୀ କୁବେର ଭୁକ୍ତାଙ୍କ ଖଳାରେ ଏଭଳି ଘଟଣା ଘଟିଛି ।ଗତକାଲି ରାତି ୧୦ଟାରୁ ପାଇପ ଫାଟି ପାଣି ଲିକେଜ ହୋଇ ପ୍ରାୟ ୭ଲକ୍ଷ ଟଙ୍କାର ଧାନ ନଷ୍ଟ ହୋଇଯାଇଛି । ଏବେ ଭିଜା ଧାନକୁ ନେଇ […]
ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର । ରୋଗୀଙ୍କୁ ଦେଲେନି, ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ ।ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ରାସ୍ତାପାଖ ଅଳିଆ ଗଦାରେ ପଡିଛି ଅବଧି ସରିନଥିବା ଔଷଧ । ଗୋଟିଏ କି ୨ ପ୍ୟାକେଟ ନୁହେଁ ଶହ ଶହ ପ୍ୟାକେଟ ସରକାରୀ ଆଇରନ ଓ ଫଲିକ ଏସିଡ ମେଡିସିନ ପଡିରହିଛି ।ଏସବୁ ରୋଗୀମାନଙ୍କୁ ମାଗଣା […]
ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ ସ୍ୱୀକାର କରିଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ ଯେ ଇଣ୍ଡିଗୋ ବିମାନଗୁଡ଼ିକ ଏବେ ସ୍ୱାଭାବିକ ହୋଇଛି, ପ୍ରତିଦିନ ୧୯୦୦ ରୁ ଅଧିକ ବିମାନ ଚଳାଚଳ କରୁଛି ଏବଂ ସମୟ ଅନୁଯାୟୀ କାର୍ଯ୍ୟଦକ୍ଷତାରେ ଉନ୍ନତି ହେଉଛି। ଅନ୍ୟପଟେ ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା […]
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଦିନ ଘୋଷଣା କରିଛନ୍ତି ଯେ, ତାଙ୍କର ବହୁ ପ୍ରତୀକ୍ଷିତ “ଗୋଲ୍ଡ କାର୍ଡ” ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହି ଯୋଜନା ଅନ୍ତର୍ଗତ, ଜଣେ ବ୍ୟକ୍ତି ୧୦ ଲକ୍ଷ ଡଲାରଦେଇ ଆଇନଗତ ସ୍ଥିତି ଏବଂ ଶେଷରେ ଆମେରିକୀୟ ନାଗରିକତା ପାଇପାରିବେ।ତେବେ କମ୍ପାନୀଗୁଡ଼ିକ ପାଇଁ ଆମେରିକା ଗୋଲ୍ଡ କାର୍ଡ ମୂଲ୍ୟ ୨ ମିଲିଅନ୍ ଡଲାର୍ ଧାର୍ଯ୍ୟ କରାଯାଇଛି । ଗତ ଫେବ୍ରୁଆରୀ ମାସରେ ରାଷ୍ଟ୍ରପତି ଟ୍ରମ୍ପ ଗୋଲ୍ଡ କାର୍ଡ ନାମରେ ଏକ ସ୍ପେଶାଲ୍ […]
ଓଡ଼ିଶାର ଜଣେ ୨୭ ବର୍ଷୀୟ ବିଏଡ୍ ଛାତ୍ରୀ ଯୌନ ନିର୍ଯାତନା, ଉତ୍ପୀଡ଼ନ ଏବଂ ବ୍ଲାକମେଲ୍ ଅଭିଯୋଗ କରିବା ପରେ ତିରୁପତି ପୋଲିସ ଜାତୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ (NSU)ର ଦୁଇ ଜଣ ସହକାରୀ ପ୍ରଫେସରଙ୍କୁ ଗିରଫ କରାଯାଇଛି।ଅଭିଯୋଗ ଅନୁସାରେ ଡାକ୍ତର ଲକ୍ଷ୍ମଣ କୁମାର ସମ୍ପୃକ୍ତ ଛାତ୍ରୀଙ୍କୁ ମାନସିକ ଭାବରେ ଭୟଭୀତ କରିଥିଲେ ଏବଂ ତାଙ୍କୁ ଯୌନ ଶୋଷଣ କରୁଥିଲେ। ଆଉ ଲୁଚିକି ଏହାର ଭିଡିଓ ବନେଇଥିଲେ ଦ୍ୱିତୀୟ ପ୍ରଫେସର। ଯାହାର ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି। ସେ […]
ସାରା ରାଜ୍ୟରେ କଫ ସିରପର ଅବୈଧ ଚାଲାଣ ଏବଂ ବାଣିଜ୍ୟ ବିରୋଧରେ ଓଡ଼ିଶା ପୋଲିସ ଅଭିଯାନକୁ ଜୋରଦାର କରିଛି। ଗତ କିଛି ଦିନ ଧରି କରାଯାଇଥିବା ଏକ ସ୍ୱତନ୍ତ୍ର ଅଭିଯାନରେ, ପୋଲିସ ଦଳଗୁଡ଼ିକ ୭୩,୧୮୧ ବୋତଲ ନିଶା ମିଶ୍ରିତ କଫ ସିରପ ଜବତ କରିଛନ୍ତି ଏବଂ ୧୮୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି, ମୋଟ ୬୧ ଟି ମାମଲା ରୁଜୁ କରାଯାଇଛି। STF, ଭୁବନେଶ୍ୱର ସର୍ବାଧିକ ୨୬,୬୫୮ବୋତଲ କଫ ସିରପ୍ ଜବତ କରି ଏହି ଅଭିଯାନରେ ପ୍ରମୁଖ […]
ରାଜଧାନୀରେ ବଡ଼ ପ୍ଲାନ କରୁଛନ୍ତି ସରକାର । ଶାସ୍ତାରେ ଘର ଆଉ ଜମି ପାଇବେ ସାଧାରଣ ଲୋକେ । ୯ ହଜାର ଏକର ଜମିରେ ଭୁବନେଶ୍ୱର ଡେଭଲପ୍ମେଣ୍ଟ ଅଥରିଟି ବା ବିଡିଏ କରୁଛି ଟାଉନ ପ୍ଲାନିଂ । ଭୁବନେଶ୍ୱର ଗୋହିରିଆ ଛକ ନିକଟରେ ବିଡିଏ କରୁଛି ଏହି ଟାଉନ ପ୍ଲାନିଂ । ଏନେଇ ଖୋଦ୍ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି । ତେବେ ମନ୍ତ୍ରୀଙ୍କ କହିବା କଥା ଯେଉଁ […]
ଭୁବନେଶ୍ୱର ଉପକଣ୍ଠ ତଥା ପିପିଲି ସଂଲଗ୍ନ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ପୁଣି ଥରେ ରାଗିଂର ଏକ ସାଂଘାତିକ ଖବର ସାମ୍ନାକୁ ଆସିଛି। କ୍ୟାମ୍ପସ ଭିତରେ ନିଶା କାରବାର ଓ ଦାଦାଗିରିର ଶିକାର ହୋଇଛନ୍ତି ଜଣେ ଛାତ୍ର। ଡ୍ରଗ୍ସ ସେବନ ନକରିବାରୁ ଛାତ୍ରଙ୍କୁ ନିସ୍ତୁକ ମାଡ଼। ରାଜଧାନୀ ଉପକଣ୍ଠରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ଏହି ରାଂଗି ଅଭିଯୋଗ ଆସିଛି । ନିଶା ନ ଖାଇବାରୁ ପାଇଖାନା ପାଣି ପିଆଇଲେ ସିନିଅର ଓ କ୍ଲାସମେଟ୍ । ଏନେଇ ଛାତ୍ର […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି EVM ନୁହେଁ, ଲୋକଙ୍କ ହୃଦୟକୁ ହ୍ୟାକ୍ କରନ୍ତି। ସଂସଦରେ ନିର୍ବାଚନ ସଂସ୍କାର ଉପରେ ଆଲୋଚନା ସମୟରେ ଏପରି କିଛି କହିଛନ୍ତି ବିଜେପି ସାଂସଦ କଙ୍ଗନା ରାଣାୱତ। ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଜବାବ ଦେଇ କଙ୍ଗନା ରାଣାୱତ ଏହି ବୟାନ ଦେଇଛନ୍ତି।ଆହୁରି ମଧ୍ୟ ସେ କହିଛନ୍ତି ବିରୋଧୀ ଦଳ ଗୃହକୁ ସୁରୁଖୁରୁରେ ଚାଲିବାକୁ ନଦେଇ ସମସ୍ତ ପ୍ରକାରର ଚାଲ ଖେଳିଥିଲେ। ସଂସଦର ଶୀତକାଳୀନ ଅଧିବେଶନ ସମୟରେ ବିରୋଧୀ ଦଳ ଏସ୍ଆଇଆର୍, ଭୋଟ ଚୋରି ଏବଂ […]
