ଚଳିତ ରଥଯାତ୍ରାକୁ ଆହୁରି ଶୃଙ୍ଖଳିତ ଓ ସୂଚାରରୂପେ ଶେଷ କରିବାକୁ ପ୍ରଥମ ଥର ପାଇଁ ମୁତୟନ ହେବେ ଘରୋଇ ସୁରକ୍ଷା କର୍ମୀ । ଏମାନେ ରଥଯାତ୍ରା ବେଳେ ବିଭିନ୍ନ ପାର୍କିଂସ୍ଥଳ ଜଗିବେ । ଏଥିପାଇଁ ଖର୍ଚ୍ଚ ହେବ ୧୪ ଲକ୍ଷ ୧୬ ହଜାର ଟଙ୍କା । ଏନେଇ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ଏହା ପରେ ପୁରୀ ଏସପି ଅତିରିକ୍ତ ଡିଜିଙ୍କୁ ଚିଠି ଲେଖିଛନ୍ତି ।ବୈଠକର ନିଷ୍ପତ୍ତି ମୁତାବକ ଘରୋଇ ସଂସ୍ଥାଙ୍କଠାରୁ ଟେଣ୍ଡର […]
ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର। କେଦାରନାଥ ବାବାଙ୍କ ମନ୍ଦିରର ମୁଖ୍ୟଫାଟକ ଆଜି ଭକ୍ତଙ୍କ ପାଇଁ ଖୋଲା ଯାଇଛି। ଏହା ସହିତ ଚାରି ଧାମ ଯାତ୍ରା ପାଇଁ ଭକ୍ତଙ୍କ ଲାଗି ପୋର୍ଟାଲ ବି ଖୋଲା ଯାଇଛି। ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏହି ପୋର୍ଟାଲ ଉନ୍ମୋଚନ କରିଛନ୍ତି। ୧୦୮ କ୍ଵିଣ୍ଟାଲ ଫୁଲରେ ଝଲସୁଛି ପୁରା ମନ୍ଦିର। ଆଜି ସକାଳ ୭ଟାରେ ରୀତି ନୀତି ସହ ଭକ୍ତମାନଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା। ବାବାଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ […]
କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ପୋଲିସ କମିଶନର ଏସ. ଦେବଦତ୍ତ ସୂଚନ ଦେଇଛନ୍ତି। ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ ଏବଂ ଆତ୍ମହତ୍ୟା ନେଇ କିଟ୍ ପକ୍ଷରୁ ପ୍ରତିକ୍ରିୟା ମିଳିପାରି […]
ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି। ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, […]
ଆଜି ମାଟ୍ରିକ ରେଜଲ୍ଟ । ଅପରାହ୍ନ ୪ଟାରେ ଫଳ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଯେଉଁ ଠାରେ ଇଣ୍ଟରନେଟ ସୁବିଧା ନଥିବ ,ନିଜର ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଜାଣି ପାରିବେ । ମୋବାଇଲ ମାଧ୍ୟମରେ ରେଜଲ୍ଟ ଜାଣିବାକୁ ହେଲେ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କଲେ ରେଜଲ୍ଟ ଜାଣିପାରିବେ ।ରୋଲ […]
ପଶ୍ଚିମବଙ୍ଗର ଦୀଘାରେ ଅକ୍ଷୟ ତୃତୀୟା ତିଥିରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ନେଇ ବିବାଦ ଦେଖା ଦେଉଛି। ସେଠାରେ ଜଗନ୍ନାଥ ମନ୍ଦିର ହେବା ଖୁସିର କଥା । କିନ୍ତୁ ଜଗନ୍ନାଥ ଧାମ ନାମକରଣ କରିବା ଓ ବ୍ରହ୍ମ ସ୍ଥାପନକୁ ନେଇ ପୁରୀରେ ସେବାୟତମାନେ ତୀବ୍ର ବିରୋଧ କରିଛନ୍ତି।ଭାରତର ଚାରି ଧାମ ମଧ୍ୟରୁ ଅନ୍ୟତମ ତଥା ଶ୍ରେଷ୍ଠ ଧାମ ହେଉଛି ଶ୍ରୀକ୍ଷେତ୍ର ବା ଜଗନ୍ନାଥ ଧାମ। ଏଠାରେ ହିଁ ଦାରୁବ୍ରହ୍ମ ପୂଜା ପାଉଛନ୍ତି। କିନ୍ତୁ ଏବେ ଦୀଘାରେ ନୂତନ ଭାବେ […]
ରାଜଧାନୀ ପରେ ବ୍ରହ୍ମପରର ମୁଖ୍ୟ ରାସ୍ତାରେ ପାକିସ୍ତାନୀ ମୁର୍ଦ୍ଦାବାଦ ପତାକା ଦେଖିବାକୁ ମିଳିଛି । ପରବର୍ତ୍ତୀ ସମୟରେ ଏହାକୁ ବାହାର କରିଦିଆଯାଇଛି । ରାସ୍ତା ଉପରେ ପାକିସ୍ତାନ ମୁର୍ଦ୍ଦାବାଦ ଲେଖାଥିବା ଚିତ୍ର ଅଙ୍କାଯାଇଛି । ତେବେ କିଏ ଏବଂ କାହିଁକି ଏଭଳି ପାକିସ୍ତାନ ମୁର୍ଦ୍ଦାବାଦ ଲେଖି ଚିତ୍ର ଆଙ୍କିଛନ୍ତି ତାହା ଅସ୍ପଷ୍ଟ ରହିଛି । ଏହାକୁ ନେଇ ସହରବାସୀ ସନ୍ଦେହରେ ରହିଛନ୍ତି ।
ଆନ୍ତର୍ଜାତିକ ଶ୍ରମିକ ଦିବସ କାର୍ଯ୍ୟକ୍ରମ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଦୁଇଟି ପ୍ରମୁଖ ଶ୍ରମିକ ପ୍ରତୀକ୍ଷା ସ୍ଥାନ- ଡୁମ୍ଡୁମା ଏବଂ କଳ୍ପନା ଛକ ଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍ଘାଟନ କରିଥିଲେ ।ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ […]
ଭଦ୍ରକ ଜିଲ୍ଲାର ଧାମରା ବ୍ଲକ ଅନ୍ତର୍ଗତ ଛେଡକା ଗ୍ରାମରେ ଏକ ବିବାହ ଶୋଭାଯାତ୍ରାରେ ତିନୋଟି ଜୀବନ୍ତ ନାଗ ପ୍ରଦର୍ଶନକୁ ନେଇ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ଚିନ୍ତା ସୃଷ୍ଟି କରିଛି।୩ଟି ଜୀବନ୍ତ ନାଗ ସାପ ପେଡ଼ିରୁ ମୁଣ୍ଡ ଟେକିଛନ୍ତି । ମଝିରେ ମଝିରେ ଚୋଟ ମାରିବା ପାଇଁ ଉଦ୍ୟମ କରୁଛନ୍ତି । ଆଉ ସେହି ପେଡ଼ିକୁ କେତେବେଳେ ମୁଣ୍ଡ ଉପରେ ତ ଆଉ କେତେବେଳେ ହାତରେ ଧରି ଡ୍ୟାନ୍ସ କରୁଛନ୍ତି ଜଣେ କିନ୍ନର ଓ ଅନ୍ୟ ଜଣେ ବ୍ୟକ୍ତି […]
ଭାରତ ବର୍ଷରେ ସମସ୍ତ ସାମାଜିକ ନ୍ୟାୟ ସଂଗଠନ ଓ ବ୍ୟକ୍ତି ଏବଂ ରାଜନୈତିକ ଦଳଙ୍କ ଦାବି ପୂରଣ ହୋଇଛି । ଜାତିଭିତିକ ଜନଗଣନାକୁ ସ୍ୱୀକାର କରିଛନ୍ତି କେନ୍ଦ୍ର ସରକାର । ଜାତି ଭିତ୍ତିକ ଜନଗଣନା କରିବାକୁ କେନ୍ଦ୍ର ସରକାର ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି । ଏହାକୁ ବିଜେଡି ସ୍ୱାଗତ କରିବା ସହ ଏହି ନିଷ୍ପତ୍ତି ନିର୍ବାଚନୀ ଷ୍ଟଣ୍ଟ ନହେଉ ବୋଲି କହିଛି ବିଜେଡି । ବିଜେଡ଼ିର ଦାବି ହେଲା ସାମାଜିକ, ଅର୍ଥନୈତିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଜିଲ୍ଲାପରିଷଦ ନୟାଗଡ଼ଙ୍କ ଡିପିଆର୍ସି ସମ୍ମିଳନୀ କକ୍ଷରେ ଶତାଧିକ ଶ୍ରମିକମାନଙ୍କୁ ନେଇ ଆର୍ନ୍ତଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ସଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍ଘାଟନ କରି ନିଜ ବକ୍ତବ୍ୟରେ କହିଥିଲେ- ଯଦି କେହି କାର୍ଯ୍ୟକ୍ଷେତ୍ରରେ ଶ୍ରମିକଙ୍କୁ ନିର୍ଯାତିତ ନିଷ୍ପେଡ଼ିତ କରନ୍ତି ତଥା ବେଆଇନ୍ ଭାବେ ଅନୁଚିତ୍ […]
ମେ’ ପହିଲାରୁ କମିଲା ଏଲ୍ପିଜି ସିଲିଣ୍ଡର ଦର। ରିପୋର୍ଟ ଅନୁସାରେ, ୧୯ କିଲୋଗ୍ରାମ ବାଣିଜ୍ୟିକ LPG ଗ୍ୟାସ ସିଲିଣ୍ଡରର ମୂଲ୍ୟ ପ୍ରାୟ ୧୭ ଟଙ୍କା ହ୍ରାସ ପାଇଛି । ଏପ୍ରିଲରେ ସମାନ ସିଲିଣ୍ଡର ୧୭୬୨ ଟଙ୍କାରେ ଉପଲବ୍ଧ ଥିଲା, ଯେତେବେଳେ କି ମାର୍ଚ୍ଚରେ ଏହାର ମୂଲ୍ୟ ୧୮୦୩ ଟଙ୍କା ଥିଲା। ଏହାର ଅର୍ଥ ହେଉଛି ଗତ ଗୋଟିଏ ମାସରେ ୧୪.୫ ଟଙ୍କା ଏବଂ ଦୁଇ ମାସରେ ମୋଟ ୫୫.୫ ଟଙ୍କା ହ୍ରାସ ପାଇଛି। ଏହି ହ୍ରାସ ବିଶେଷକରି […]
