ପବିତ୍ର ଅକ୍ଷୟ ତୃତୀୟା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଥିବାବେଳେ, ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି। ବୁଧବାର ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡ଼ର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ। ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ପୁରୀ ଏସ୍ପି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମହାପ୍ରଭୁଙ୍କ ରଥକାଠ ଅନୁକୂଳ ହୋଇଛି। ମହାପ୍ରଭୁଙ୍କ […]
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି। ପରୀକ୍ଷାର ସମୟ ଓ ସ୍ଥାନ ସମ୍ପର୍କିତ ବିସ୍ତୃତ ତଥ୍ୟ ଓପିଏସ୍ସିର […]
ରାୟଗଡ଼ା / ଗୁଣପୁର ତା:୩୦.୦୪.୨୦୨୫ରିଖ ଦିନ ।ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାୟଗଡ଼ା ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳନ ଉତ୍ସବ ଗୁଣପୁରସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶା ସରକାରଙ୍କ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥିଙ୍କ କର କମଳରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ଏକ ଯଥାର୍ଥ ପଦକ୍ଷେପ। ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ନୟାଗଡ଼ ବ୍ଲକ ଅନ୍ତର୍ଗତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ଚତୁର୍ଥଶ୍ରେଣୀ କର୍ମଚାରୀ ବଳଭଦ୍ର ପ୍ରଧାନଙ୍କୁ […]
ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। ଶୂନରୁ ୧୮ ବର୍ଷର ପିଲାଙ୍କ ତଥ୍ୟ ସଂଗ୍ରହ କରାଯିବ ।ଆଦୌ ସ୍କୁଲ ମାଟି ମାଡ଼ି ନଥିବା ପିଲାଙ୍କୁ ଗୁରୁତ୍ବ ଦିଆଯିବ। ଯଦି ସ୍କୁଲ ଯାଇ ଅଧାରୁ ପାଠପଢ଼ା ଛାଡ଼ିଥାନ୍ତି ତାହା ହେଲେ କେଉଁ ବିଦ୍ୟାଳୟରେ ପଢୁଥିଲେ ତାହା ମଧ୍ୟ ଉଲ୍ଲେଖ କରିବେ। କେଉଁ କାରଣ […]
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି (CJI) ଭାବେ ନିଯୁକ୍ତି ପାଇଁ ଅନୁମୋଦନ କରିଛନ୍ତି। ଜଷ୍ଟିସ ଗଭାଇ ଆସନ୍ତା ମେ ୧୪, ୨୦୨୫ରେ ଶପଥ ଗ୍ରହଣ କରିବେ, ଯିଏକି ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅବସର (ମେ ୧୩, ୨୦୨୫) ପରେ ଏହି ପଦବୀ ଗ୍ରହଣ କରିବେ।ଅପରପକ୍ଷରେ ଜଷ୍ଟିସ୍ ଗଭାଇ ପ୍ରାୟ ଛଅ ମାସ ପାଇଁ ଭାରତର ପ୍ରଧାନ ବିଚାରପତି […]
କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇ ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି (CCPA) ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି। ୨୦୨୫ରୁ ୨୦୨୬ ମଧ୍ୟରେ ଆରମ୍ଭ ହେବାକୁ ଥିବା ଜନଗଣନାରେ ଜାତି ଆଧାରିତ ତଥ୍ୟ ସଂଗ୍ରହ କରାଯିବ।କେନ୍ଦ୍ରୀୟ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମକୁ ସମ୍ବୋଧନ କରିବା ସମୟରେ ଏହା ସ୍ପଷ୍ଟ କରିଛନ୍ତି ଯେ, ଏହି ଜାତିଭିତ୍ତିକ ଜନଗଣନା ଦେଶରେ ସାମାଜିକ ନ୍ୟାୟ ଓ ସମାନତା ପାଇଁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । କେବଳ ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ଭାଟସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ଶତପଥୀଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ଭାଟସାହି ଉଚ୍ଚ ପ୍ରାଥମିକ […]
ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ କେନ୍ଦ୍ର ସରକାର ନେଇଛନ୍ତି ବଡ ନିଷ୍ପତ୍ତି । ପୁନର୍ଗଠନ ହେଲା ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ (NSAB) । ପୂର୍ବତନ ର’ ମୁଖ୍ୟ ଆଲୋକ ଯୋଶୀଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ଏହି ବୋର୍ଡରେ ଅନୁଭବୀ ସୈନ୍ୟ ଓ ସୁରକ୍ଷା ଅଧିକାରୀ ସାମିଲ ଅଛନ୍ତି । ସାତ ସଦସ୍ୟ ବିଶିଷ୍ଟ ବୋର୍ଡରେ ସେନା, ବାୟୁ ସେନା, ନୌସେନା,ପୋଲିସ, ପୂର୍ବତନ ବିଦେଶ ସେବା ଅଧିକାରୀ ଆଦି ସାମିଲ ରହିଛନ୍ତି ।ନୂତନ ବୋର୍ଡରେ […]
ଜଳବାୟୁର ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପ୍ରାକ୍ ପ୍ରସ୍ତୁତି କରାଯିବ । ଏନେଇ ସୁନାମି ପ୍ରସ୍ତୁତି ଚିହ୍ନଟ ପାଇଁ ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲ୍ଲାରୁ ୧୦୦ରୁ ଊଦ୍ଧ୍ବ ଗ୍ରାମ ଚିହ୍ନଟ କରାଯିବ । ୟୁନେସ୍କୋ-ଆଇଓସି ପକ୍ଷରୁ ସୁନାମି ରେଡୀ କାର୍ଯ୍ୟକ୍ରମ ଅଧୀନରେ ଏହା କରାଯିବ ବୋଲି ବିପର୍ଯ୍ୟୟ ମୁକାବିଲା ଲାଗି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ଦ୍ବିତୀୟ ବୈଠକରୁ ସୂଚନା ମିଳିଛି ।ସେହିପରି ବିପର୍ଯ୍ୟୟ […]
ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପରିଷଦ (CISCE) ICSE ଦଶମ ଶ୍ରେଣୀ ଏବଂ ISC ଦ୍ୱାଦଶ ଶ୍ରେଣୀର ଫଳାଫଳ ଘୋଷଣା କରିଛି । ଆଜି ବୋର୍ଡ ମୁଖ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଉଭୟ ଶ୍ରେଣୀର ଫଳାଫଳ ପ୍ରକାଶ କରାଯାଇଛି ।ଏହି ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ cisce.org, results.cisce.org ଏବଂ DigiLocker ୱେବସାଇଟକୁ ଯାଇ କରିପାରିବେ ଚେକ୍। ଏହା ବ୍ୟତୀତ ଛାତ୍ରଛାତ୍ରୀ ସିଧାସଳଖ ଏହି https://tmgr-98fkj2l4xmvz7 ଲିଙ୍କ ଜରିଆରେ ନିଜ ରେଜଲ୍ଟ ଚେକ୍ କରିପାରିବେ।ଭାରତୀୟ ସ୍କୁଲ ସାର୍ଟିଫିକେଟ୍ […]
ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି।ଆଜି ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସିବା ସହ ଝାରସୁଗୁଡ଼ାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯.୮ ଡିଗ୍ରି ରହିଥିଲା । କେନ୍ଦୁଝରରେ ସର୍ବାଧିକ ୩୧.୨ ମିମି ବର୍ଷା ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, […]
