ପାକିସ୍ତାନ-ଭାରତ ଯୁଦ୍ଧ ଆଶଙ୍କା ଭିତରେ କଠୋର ହୋଇଛନ୍ତି ଭାରତ ସରକାର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ପ୍ରତି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଗୃହମନ୍ତ୍ରୀ । ଏହି କ୍ରମରେ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି, ନିଜ ନିଜ ରାଜ୍ୟରେ ରହୁଥିବା ପାକିସ୍ତାନୀମାନଙ୍କ ଭିସା ରଦ୍ଦ କରି ସେମାନଙ୍କୁ ତୁରନ୍ତ ରାଜ୍ୟରୁ ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ପାକିସ୍ତାନ ନାଗରିକ ଯେକୌଣସି ପ୍ରକାର ଭିସା ନେଇ ଭାରତ ଆସିଥିଲେ […]
ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ ବାଘ । ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ କୁମାର ଝାଙ୍କ ସୂଚନା ।ଜିନତ ଓ ଯମୁନାକୁ ମିଶାଇ ଶିମିଳିପାଳରେ ଅଛନ୍ତି ୪୦ ମହାବଳ ବାଘ । ୪୦ ମହାବଳ ଭିତରୁ ୬ଟି ଶାବକ, ୧୭ଟି ବାଘୁଣି ରହିଛନ୍ତି ।ଆଗାମୀ ୧୦ ବର୍ଷରେ ମହାବଳ ସଂଖ୍ୟା ଶହେକୁ ପହଞ୍ଚାଇବାକୁ ଲକ୍ଷ୍ୟ ଥିବା ପ୍ରେମ କୁମାର ପ୍ରକାଶ କରିଛନ୍ତି। ଗତବର୍ଷ ଶିମିଳିପାଳରେ ୨୭ ମହାବଳ ସହ ୮ ଶାବକ ଥିଲେ।ଶିମିଳିପାଳରେ ଥିବା ମହାବଳଙ୍କ […]
ରାଜ୍ୟରେ ଗଠନ ହେଲା ୪୬ ନୂଆ ସିଭିଲ୍ ଜଜ୍ କୋର୍ଟ । ହାଇକୋର୍ଟଙ୍କ ପରାମର୍ଶରେ ସିଭିଲ୍ ଜଜ କୋର୍ଟ ଗଠନ କରିଛନ୍ତି ରାଜ୍ୟ ସରକାର । ଏନେଇ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳକ୍ଷ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର […]
ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ବଡ଼ ଘୋଷଣା କରିଛନ୍ତି । ସରକାରଙ୍କ ଘୋଷଣା ମୁତାବକ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ଆଉ ୫ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ବଣ୍ଟନ କରାଯିବ ।ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଥିଲା । ମେ’ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ଆବାସ ସର୍ଭେ ଚାଲିବ ବୋଲି କହିଲେ ମନ୍ତ୍ରୀ ।ଅନ୍ତଦ୍ୱୟ ଗୃହ ଯୋଜନାରେ ଆଉ ୧ ଲକ୍ଷ ହିତାଧିକାରୀଙ୍କୁ ସାମିଲ […]
ମହାନଦୀ ଘାଟରେ କୁମ୍ଭୀର ଆତଙ୍କ। ଆଠଗଡ଼ ବନଖଣ୍ଡ ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଅଧୀନ ନୂଆପାଟଣା ନଦୀପଠାରେ ଦୁଇଟି କୁମ୍ଭୀର ଦେଖିବାକୁ ମିଳିଛି। ଦୁଇଟି ବଡ଼ ଘଡ଼ିଆଳ କୁମ୍ଭୀର ବୁଲୁଥିବାର ସ୍ଥାନୀୟ ଲୋକେ ଦେଖିଛନ୍ତି।ଫଳରେ ଗାଁ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି । ଏନେଇ ନରସିଂହପୁର ବନ ବିଭାଗକୁ ଖବର ଦିଆଯାଇଥିବା ସୂଚନା ମିଳିଛି । ଘଡ଼ିଆଳ କୁମ୍ଭୀର ମହାନଦୀରେ ବୁଲୁଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା । ତେବେ କୁମ୍ଭୀର ଉପରେ ବନ ବିଭାଗ କଡ଼ା […]
କିଛି ଦିନ ହେବ ସୁନା ଦର ଆକାଶ ଛୁଆଁ ହେବାରେ ଲାଗିଥିଲା। ତାପରେ ଧିରେ ଧିରେ ସୁନା ଦର ଖସିବାରେ ଲାଗିଛି। ଆଜି ମଧ୍ୟ ସୁନା ଦରରେ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,୨୪୦, ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୦୫୦ ଟଙ୍କା ଛୁଇଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା […]
ଗ୍ରାମାଞ୍ଚଳ ସ୍କୁଲରେ ଦୂର ହେବ ଶିକ୍ଷକ ସମସ୍ୟା । ଗାଁକୁ ଯିବେ ସହରୀ ସ୍କୁଲ ଶିକ୍ଷକ । ସହରାଞ୍ଚଳର ବହୁ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଅନୁପାତରେ ଅଧିକ ଶିକ୍ଷକ ଅଛନ୍ତି । ଆଉ ସେହି ଅନୁପାତରେ ଗ୍ରାମାଞ୍ଚଳର ଅନେକ ସ୍କୁଲରେ ଯଥେଷ୍ଟ କମ୍ ଶିକ୍ଷକ ଅଛନ୍ତି । ଯଥାଶୀଘ୍ର ଜିଲ୍ଲାରେ ଶିକ୍ଷକଙ୍କ ନିଯୁକ୍ତି ତାଲିକା ତଦାରଖ କରିବା ସହ ଯେଉଁ ସ୍କୁଲରେ ଅଧିକ ଶିକ୍ଷକ ଅଛନ୍ତି ସେଠାରୁ ଶିକ୍ଷକ ନଥିବା ସ୍କୁଲକୁ ପଠାଯିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ […]
ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା । ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ । ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ ଯାଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ଗହୀରମଥାର ନାସୀ-୨ରେ ୨ ଲକ୍ଷ ୫୩,୪୨୬ ଅଲିଭ୍ ରିଡ୍ଲେ ଅଣ୍ଡାଦାନ କରିଥିବା ବେଳେ ଏକକୂଳା ନାସୀରେ ୨ଲକ୍ଷ ୯୬,୪୩୬ କଇଁଛ ଅଣ୍ଡାଦାନ […]
ଓଡ଼ିଶାର ସାମ୍ବାଦିକ ଓ ଖବରକାଗଜ ବିକ୍ରେତାମାନେ ଶୀଘ୍ର ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣକାରୀ ସୁବିଧା ପାଇବେ। ଗୁରୁବାର ଦିନ ଏହି ଘୋଷଣା କରିଛନ୍ତି ରାଜ୍ୟ ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସାମ୍ବାଦିକ ଓ ସମ୍ବାଦପତ୍ର ହକର୍ ମାନେ ଶ୍ରମ ବିଭାଗରୁ ଏହି କାର୍ଡ଼ କରାଇ ସରକାରଙ୍କ ଯୋଜନାର ଲାଭ ଉଠାଇବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ମୁଖ୍ୟ ଅତିଥି ରୂପେ ଯୋଗ […]
ବହୁ ଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସଙ୍କ ପରିବାରର ସଦସ୍ୟମାନଙ୍କୁ ପଚରାଉଚରା କରୁଛି କ୍ରାଇମ୍ବ୍ରାଞ୍ଚ୍ ଟିମ୍ । ଗୋପାଳର ବଡ଼ଭାଇ ସହ ପୁତୁରାକୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ । ଗତକାଲି ଟାଉନ ଥାନାରେ ପଚରାଉଚରା କରିଥିବା ସୂଚନା ରହିଛି । ଗୋପାଳଙ୍କ ପରିବାର ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।ଗୋପାଳଙ୍କ ପୁତୁରା ପ୍ରଦୀପ ଦାସ ଏବଂ ପୁଅ ମନୋଜର ମଧ୍ୟ ବୟାନ ରେକର୍ଡ କରାଯାଇଛି । […]
ଦେହରୁ ବାହାରିଲା ଚାଖଣ୍ଡେ ଲମ୍ବର ଛୁରୀ । ତିନି ବର୍ଷ ଧରି ଫୁସଫୁସରେ ଫସି ରହିଥିବା ଛୁରୀ ଶେଷରେ ଅପରେସନ ପରେ ବାହାରିଲା । ଏମ୍କେସିଜି ମେଡିକାଲ କଲେଜ ଓ ହସପିଟାଲର ଡାକ୍ତରମାନେ ଏକ ବିରଳ ଅପରେସନ କରିବାରେ ସଫଳ ହୋଇଛନ୍ତି। ୩ ବର୍ଷ ଧରି ଜଣେ ଯୁବକଙ୍କ ଛାତି ଭିତରେ ଥିବା ୮ ସେମି ଲମ୍ବର ଏକ ଛୁରିକୁ ଅେସ୍ତ୍ରାପଚାର କରି ଡାକ୍ତର ବାହାର କରିଛନ୍ତି। ଛୁରିଟି ସଂପୃକ୍ତ ଯୁବକଙ୍କ ବାମ ପଟ ବେକ ତଳେ […]
ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କଲାଣି ଜୀବନ। ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ପଶ୍ଚିମ, ଆଭ୍ୟନ୍ତରୀଣରେ ନିଆଁ ବର୍ଷା, ଉପକୂଳରେ ଗୁଳୁଗୁଳି । ୨୭ରୁ ଆରମ୍ଭ ହେବ କାଳବୈଶାଖୀ । ଏହି ବର୍ଷା ହିଁ ଆଣିବ ଆଶ୍ୱସ୍ତି । ଯଦିଓ ସାମୟିକ ଆଶ୍ୱସ୍ତି ପରେ ପୁଣି ମେ ପହିଲାବେଳକୁ ରାଜ୍ୟରେ ତାପମାତ୍ରା ବଢ଼ିବା ସମ୍ଭାବନା ଅଛି । ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବୌଦ୍ଧ, ବଲାଙ୍ଗୀର, […]
