ଏଣିକି ଅଙ୍ଗନବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ

ଏଣିକି ଅଙ୍ଗନବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ଏହାସହ ଅବକାରୀ ବିଭାଗ ନିୟମ ୨୦୧୭ ସଂଶୋଧନ ହୋଇଛି । ଅନୁସୂଚିତ ଜାତି ଜନଜାତିର କ୍ୟାଡର ପୁନଃଗଠନ କରାଯାଇ ୨୪ଟି ପଦବି ତିଆରି କରାଯିବ । ଅବକାରୀ କନେଷ୍ଟବଳ ଡିଭିଜନ ବଦଳାଯାଇ ଜିଲ୍ଲା କ୍ୟାଡର କରାଯାଇଛି […]

ରାଜ୍ୟରେ ୩ଟି ସିଭିଲ୍‌ ଜଜ୍ କୋର୍ଟ ଗଠିତ , ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ଜାରି

ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି । ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରସ୍ତାବିତ ପରିବର୍ତ୍ତନଗୁଡ଼ିକୁ ଅନୁମୋଦନ କରିବା ପରେ ବିଜ୍ଞପ୍ତି ଜାରି କରାଯାଇଛି।ଏହି ତିନୋଟି କୋର୍ଟ ଗଠନ […]

ପ୍ରଶାନ୍ତଙ୍କ ପତ୍ନୀଙ୍କୁ ଭେଟିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ।

ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ ପୁରା ବିଶ୍ୱ ମଧ୍ୟ ସ୍ତମ୍ଭୀଭୂତ ହୋଇଯାଇଛି। ତେବେ ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହା ଓ ରାହୁଲ ଗାନ୍ଧୀ କଡ଼ା ନିନ୍ଦା କରିଛନ୍ତି। ଜମ୍ମୁକାଶ୍ମୀର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ନାଗରିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ପ୍ରାଣ ହରାଇଥିବା ଓଡ଼ିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ […]

ଚିହ୍ନଟ ହେଲେ ଆତଙ୍କବାଦୀ, ଏବେ ଏୟାରଷ୍ଟ୍ରାଇକ୍‌

ଜମ୍ମୁ ଓ କଶ୍ମୀର ପୋଲିସ ପହଲଗାମ ଆତଙ୍କବାଦୀ ଆକ୍ରମଣର ତିନି ଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍କେଚ ଜାରି କରିଛି। ଏହି ସନ୍ଦିଗ୍ଧମାନଙ୍କୁ ଆସିଫ ଫୁଜି, ସୁଲେମାନ ଶାହ ଏବଂ ଆବୁ ତଲହା ଭାବରେ ଚିହ୍ନଟ କରାଯାଇଛି। ପୋଲିସ କହିଛି ଯେ ଆହତ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ସହ କଥାବାର୍ତ୍ତା ଆଧାରରେ ଏହି ସ୍କେଚ ପ୍ରସ୍ତୁତ କରାଯାଇଛି।ଏମାନଙ୍କୁ ଧରିବାକୁ ଜୋରଦାର କସରତ ଜାରି ରହିଛି । ଏମାନଙ୍କ ମଧ୍ୟରେ କିଛି ସ୍ଥାନୀୟ ଆତଙ୍କବାଦୀ ଥିବା ଜଣାପଡିଛି । ସେପଟେ ଜମ୍ମୁ […]

ପିଲାଙ୍କ ମନରେ ପ୍ରେରଣା ଏବଂ ଉତ୍ସାହ ଭରିଥାଏ ବାର୍ଷିକ ଉତ୍ସବ

ନୟାଗଡ଼,(ଓଡ଼ିଶା ଦର୍ପଣ): ପିଲାମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକ ଉତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହେବା ସହିତ ଛାତ୍ରଛାତ୍ରୀଙ୍କ ମନରେ ଭରିଥାଏ ଅଦମ୍ୟ ଉତ୍ସାହ ଏବଂ ପ୍ରେରଣା । ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଉପସ୍ଥିତ […]

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ସହଜ ହେବନି

ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଅନେକ ଥର ପିଲାମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ପ୍ରକୃତ ବୟସ ଲୁଚାଇ ବୟସ୍କ ହେବାକୁ ଚେଷ୍ଟା କରନ୍ତି, ଯାହା ଫଳରେ ସେମାନେ କେବଳ ବୟସ୍କମାନଙ୍କ ପାଇଁ ଉଦ୍ଦିଷ୍ଟ କିଛି ବିଷୟବସ୍ତୁ କିମ୍ବା ବୈଶିଷ୍ଟ୍ୟଗୁଡ଼ିକୁ ବ୍ୟବହାର କରିପାରିବେ। ଇନଷ୍ଟାଗ୍ରାମ ଏବେ ଏଆଇ ପ୍ରଯୁକ୍ତିବିଦ୍ୟା ସାହାଯ୍ୟରେ ଯାଞ୍ଚ କରିବାକୁ ଚେଷ୍ଟା କରୁଛି ଯେ କୌଣସି କିଶୋର (୧୩-୧୭ ବର୍ଷ ବୟସ) ନିଜକୁ୧୮ ବର୍ଷରୁ ଅଧିକ ବୟସର ହେବା […]

୧୫ ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା, ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ।

ସକାଳ ୬ ଟା ହେଲେ ଆରମ୍ଭ ହୋଇଯାଉଛି ସୂର୍ଯ୍ୟକୋପ । ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳୁରେ ଅସ୍ତବ୍ୟସ୍ତ ହେଉଛନ୍ତି ଲୋକେ । ପଶ୍ଚିମ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ନିଆଁ ବର୍ଷା ହେଉଛି । ଆସନ୍ତା ୨୬ ତାରିଖ ଯାଏ ହିଟୱେଭ ଜାରି କରିଛି ପାଣିପାଗ ବିଭାଗ। ଆଜି ସିଭିୟର ହିଟୱେଭ ପାଇଁ ଝାରସୁଗୁଡ଼ା ଓ ହିଟ ୱେଭ ପାଇଁ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଉଛି ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, […]

ନାମ, ଧର୍ମ ପଚାରି ଗୁଳି କରିଥିଲେ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ । ୨୭ ମୃତ। ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥୀ ଥିବା ସୂଚନା । ପ୍ରଶାନ୍ତ ବାଲେଶ୍ୱର ବାସିନ୍ଦା । ସୂଚନା ଅନୁସାରେ, ଦୁଇରୁ ତିନି ଜଣ ଆକ୍ରମଣକାରୀ ପୁଲିସ ପୋଷାକ ପିନ୍ଧିଥିଲେ ଓ ପର୍ଯ୍ୟଟକମାନଙ୍କୁ ସେମାନଙ୍କ ନାମ ଓ ଧର୍ମ ପଚାରି ଗୁଳି ମାରିଥିଲେ । ଏପର୍ଯ୍ୟନ୍ତ ଆତଙ୍କବାଦୀମାନେ ସେନା ପୋଷାକ ପିନ୍ଧି ଆକ୍ରମଣ କରୁଥିଲେ, କିନ୍ତୁ ପ୍ରଥମ ଥର ପାଇଁ ସେମାନେ ପୋଲିସ ପୋଷାକରେ ଆସିଥିଲେ […]

ରାଜ୍ୟରେ କେତେ ନକଲି ଶିକ୍ଷକ ଅଛନ୍ତି ?

ରାଜ୍ୟରେ ୪୨୪ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି । କିନ୍ତୁ ସଂଖ୍ୟା ଏତିକି ନା ଆହୁରି ଅଧିକ ତାହା ଜାଣିବାକୁ ଚାହିଁଛନ୍ତି ହାଇକୋର୍ଟ । ନକଲି ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ଆସନ୍ତା ମାସ ୬ ତାରିଖ ସୁଦ୍ଧା ସବିଶେଷ ବିବରଣୀ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ହୋଇଛି । ୨୦୧୮ରେ ରାଜ୍ୟରେ ନକଲି ଶିକ୍ଷକ ଥାଇ ମଧ୍ୟ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନଥିବାରୁ ସଞ୍ଜୟ କୁମାର ମହାରଣା ନାମକ ଜଣେ […]

ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାରେ କଡା ନିନ୍ଦା କରିଛି ସାରା ବିଶ୍ବ ।

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତବାସୀଙ୍କୁ ପୂର୍ଣ୍ଣ ସମର୍ଥନ ଓ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଖବର ବୋଲି ରାଷ୍ଟ୍ରପତି ଟ୍ରମ୍ପ ଲେଖିଛନ୍ତି। ଆତଙ୍କବାଦ ବିରୋଧରେ ଆମେରିକା ଭାରତ ସହ ଦୃଢ଼ ଭାବେ ଛିଡ଼ା ହୋଇଛି। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପଟେ ଏହି ନିର୍ଦ୍ଦୟତା ପୂର୍ଣ୍ଣ ଅପରାଧର କୌଣସି ଯର୍ଥାଥତା […]

ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।ଏ ଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ […]

ଆଜି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିବ । କ୍ୟାବିନେଟ୍ ବୈଠକରେ ପ୍ରାୟ ୮ରୁ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି।