ପୂର୍ବରୁ ଦିନକୁ ୧୪ କି.ମି ରାସ୍ତା ହେଉଥିଲା ହେଲେ ବର୍ତ୍ତମାନଠାରୁ ଦିନକୁ ୧୦୦ କି.ମି ରାସ୍ତା ତିଆରି ହେବ ।

ବହୁମୁଖୀ ପକଳ୍ପ ଉଦଘାଟନ ଓ ଶିଳାନ୍ୟାଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଲେ ଉଦ୍ବୋଧନ । ଓଡ଼ିଶାର ଭିତ୍ତିଭୂମି ବିକାଶ ପାଇଁ ଆଜି ଐତିହାସିକ ଦିନ କହିଲେ ମୁଖ୍ୟମନ୍ତ୍ରୀ ।କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଏହି ପ୍ରକଳ୍ପଗୁଡ଼ିକ ଭେଟି ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୧୯ଟି ରାସ୍ତାରେ ୪୦୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ୟୟରେ ୧୫୪ଟି ରାଜରାସ୍ତା, […]

ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କ ସମ୍ବୋଧନ ।

ଓଡ଼ିଶାରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ରେଭେନ୍ସା ବିଶ୍ବବିଦ୍ୟାଳୟରେ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ଆୟୋଜିତ ସ୍ମାରକୀ ବକ୍ତୃତା ଓ ଜାତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି । ଗଡ଼କରୀ ଅଭିଭାଷଣରେ କହିଛନ୍ତି, ପାର୍ଟି ଓ ସିଦ୍ଧାନ୍ତ ମଧ୍ୟରେ ସବୁବେଳେ ସିଦ୍ଧାନ୍ତ ଗୁରୁତ୍ବପୂର୍ଣ୍ଣ। ଏହି ଅବସରରେ ସେ କହିଛନ୍ତି ଯେ, ବ୍ୟକ୍ତି କେତେଦିନ ବଞ୍ଚେ ତାହା ମହତ୍ୱପୂର୍ଣ୍ଣ ନୁହେଁ, କିନ୍ତୁ କିଭଳି ବଞ୍ଚେ ଓ ସେହି ସମୟ ମଧ୍ୟରେ କଣ କାମ […]

ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ସାଧାରଣ ପରିଷଦ ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ସାଧାରଣ ପରିଷଦ ବୈଠକ ଆଜି ପୂର୍ବାହ୍ନରେ ନୟାଗଡ଼ କେସି  କ୍ଲବ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆସୋସିଏସନ ଉପ ସଭାପତି ବାଲାରସେନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଚେସ କମିଟିର କାର୍ଯ୍ୟକାଳ ଶେଷ ହୋଇ ଯାଇଥିବାରୁ ନୂତନ କମିଟି ଗଠନ କରିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା। ଏଣୁ ଆସନ୍ତା ୨୭ ତାରିଖ ରବିବାର ଦିନ ନିର୍ବାଚନ କରାଯିବାକୁ ବୈଠକରେ ସ୍ଥିର ହୋଇଥିଲା। ଅନ୍ୟପକ୍ଷରେ ଆସନ୍ତା ବର୍ଷ […]

ଖୁବଶୀଘ୍ର ବିଜେପି ସଭାପତି ନିର୍ବାଚନ ହୋଇପାରେ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୨୦ ପରେ ହୋଇପାରେ । ଏହା ସହ, କିଛି ଦିନ ମଧ୍ୟରେ ଉତ୍ତର ପ୍ରଦେଶ, କର୍ଣ୍ଣାଟକ, ମଧ୍ୟପ୍ରଦେଶ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟର ଦଳୀୟ ସଭାପତିଙ୍କ ନାମ ମଧ୍ୟ ଘୋଷଣା କରାଯାଇପାରେ । ପ୍ରମୁଖ ରାଜ୍ୟ ଗୁଡିକରେ ରାଜ୍ୟ ସଭାପତିଙ୍କୁ ଚୂଡାନ୍ତ କରିବା ପାଇଁ ଦଳର ଶୀର୍ଷ ନେତାମାନେ ବ୍ୟାପକ ଆଲୋଚନ ହୋଇସାରିଛି । ମଙ୍ଗଳବାର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ବରିଷ୍ଠ […]

କୃତ୍ରିମ ବୁଦ୍ଧିମତା ବା ଏଆଇ ତାଲିମ ନେବେ ରାଜ୍ୟ ସରକାରୀ ଅଫିସର ।

କୃତ୍ରିମ ବୁଦ୍ଧିମତା ବା ଏଆଇ ତାଲିମ ନେବେ ରାଜ୍ୟ ସରକାରୀ ଅଫିସର । ଏ.ଆଇ ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କର୍ମଶାଳା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ରାଜ୍ୟର ସରକାରୀ ଅଫିସରମାନଙ୍କୁ ଏଆଇର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ଥିଲା ପ୍ରଥମ କର୍ମଶାଳା। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ଅଫିସରଙ୍କୁ ଏଆଇରେ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟ […]

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି

ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ କର୍ମଚାରୀଙ୍କ ଦରମା ବୃଦ୍ଧି ।ସର୍ବନିମ୍ନ ଦରମା ୩୦ ହଜାରରୁ ବଢ଼ି ୪୫ ହଜାର କରାଗଲା । ପୋଲିସବାବୁଙ୍କ ପାରିଶ୍ରମିକ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି । ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀ […]

ରାଜ୍ୟ ଟ୍ରାଫିକ ଓ ସଡକ ସୁରକ୍ଷା ବିଭାଗରେ ୨ ହଜାର ନୂତନ ପଦବୀ ସୃଷ୍ଟି

ରାଜ୍ୟରେ ଟ୍ରାଫିକ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବି ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ୧୯୩୦ଟି ପଦବି ସୃଷ୍ଟି ହୋଇଛି । ରାଜ୍ୟ ସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି । ADGP/IGP ଗୋଟିଏ ପଦବି, […]

ବିଜେଡି ସଭାପତି ପଦ ପାଇଁ  ଶଙ୍ଖ ଭବନରେ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ ।

ବିଜେଡି ସଭାପତି ପଦ ପାଇଁ ଶଙ୍ଖ ଭବନରେ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ । ନବମ ଥର ପାଇଁ ଏକ ମାତ୍ର ପ୍ରର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ । ୧୯ ତାରିଖରେ ବିଜେଡି ଘୋଷଣା କରିବ ସଭାପତିଙ୍କ ନାମ । ବିଜେଡି ସଭାପତି ପଦ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଥିଲେ।ବିଜେଡି ସଭାପତି ରେସରେ ଆଉ କେହିନଥିବାରୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ […]

ଆଜି ୮୦୦ କୋଟି ଟଙ୍କା ବ୍ୟୟରେ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ ।

ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଆଜିର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ।ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଡ଼କରୀ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ […]

ଆଜି ବିଶ୍ୱ ହିମୋଫିଲିଆ ଦିବସ

ହେମୋଫିଲିଆ ହେଉଛି ଏକ ରକ୍ତଜନିତ ରୋଗ। ଏହି ରୋଗ ହେଲେ ରକ୍ତ ସହଜରେ ଜମାଟ ବାନ୍ଧିନଥାଏ। କାରଣ ହେମୋଫିଲିଆରେ ଜଣେ ଆକ୍ରାନ୍ତ ହେଲେ ରକ୍ତ ଜମାଟ ବାନ୍ଧିବା ପାଇଁ ଆବଶ୍ୟକ ହେଉ ଥିବା ପ୍ରୋଟିନ୍ କ୍ଷରଣ ବାଧାପ୍ରାପ୍ତ ହୋଇଥାଏ। ଏବେ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। କର୍କଟ ରୋଗ ଏକ ପୂର୍ବ ନିର୍ଦ୍ଧାରିତ ଭାଗ୍ୟ ଫଳ କିମ୍ୱା ପ୍ରାରବ୍ଧ କର୍ମ ଫଳ ଭଳି ଜନଧାରଣା ଏହି ରୋଗକୁ ନେଇ ଉପୁଜି ଥିବା ସାମାଜିକ କଳଙ୍କକୁ […]

ଠିକ୍ ସମୟରେ କାର୍ଯ୍ୟାଳୟ ନ ଆସିଲେ କାର୍ଯ୍ୟାନୁଷ୍ଠାନ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଏହା ନଜରକୁ ଆସିବା ପରେ କର୍ମଚାରୀଙ୍କୁ ବିଭାଗ ଏନେଇ ଚେତାଇ ଦେଇଛି। ଠିକ୍ ଦିନ ୧୦ଟା ବେଳେ ସମସ୍ତ କର୍ମଚାରୀ କାର୍ଯ୍ୟାଳୟକୁ ଆସିବା ଆବଶ୍ୟକ।ଠିକ୍ ସମୟରେ ଅଫିସ ନ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଭାଗ ପକ୍ଷରୁ ସିଧାସଳଖ ଶୁଣାଇ […]

ସବୁ ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ, ଆଜି ସୁନା ଦର ୯୭ ହଜାର ଟପିଛି ।

ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ଆଜି ସୁନା ଦର ୯୭ ହଜାର ଟପିଛି । ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମକୁ ୯୭ ହଜାର ୫୪୫ ହୋଇ ସାରିଲାଣି । ସେହିପରି ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମକୁ ୮୯ ହଜାର ଟପିଛି । ଆମେରିକା- ଚୀନ ବାଣିଜ୍ୟିକ ଲଢେଇ ପାଇଁ ବିଶ୍ବ ଅର୍ଥନୀତିରେ ଅନିଶ୍ଚିତତା ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ସୁନାର ଦର ଲଗାତାର ବଢ଼ି ଚାଲିଛି । […]