ଲାଞ୍ଚ ନେଇ ଧରାପଡ଼ିଲେ ଶରଣକୂଳ ଥାନା ଏସଆଇ।

ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ ଲାଞ୍ଚ ନେଇ ଧରାପଡ଼ିଲେ। ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଧରିଲା ଭିଜିଲାନ୍ସ। ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ। ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ । ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ । ଏମିତିକି ଟଙ୍କା ନଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ […]

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ।

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍ । ଏକକାଳୀନ ୯ଟି ସ୍ଥାନରେ ଚଢାଉ କରାଯାଉଛି । ଯଥା ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହ ସ୍ଥିତ ପୈତୃକ […]

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍‌ ଶିକ୍ଷକମାନେ ୨୩୧ […]

ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା । ୧ ଲକ୍ଷ ଚାଷୀଙ୍କୁ ମିଳିଲା ପ୍ରୋତ୍ସାହନ ରାଶି ।

ଓମଫେଡ୍ ଦୁଗ୍ଧଚାଷୀଙ୍କୁ ସରକାରଙ୍କ ତରଫରୁ ପ୍ରୋତ୍ସାହନ ରାଶି ଦିଆଗଲା । ଦୁଗ୍ଧଚାଷୀଙ୍କୁ ୩୧.୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।ସେପ୍ଟେମ୍ବର ୨୦୨୪ରୁ ଫେବ୍ରୁଆରି ୨୦୨୫ ମଧ୍ୟରେ ଯେଉଁ ଚାଷୀ ଯେଉଁ ପରିମାଣର ଦୁଗ୍ଧ ଓମଫେଡକୁ ଦେଇଛନ୍ତି, ସେମାନଙ୍କ ବ୍ୟାଙ୍କ ଖାତାକୁ ସେହି ଅନୁପାତରେ ଏହି ପ୍ରୋତ୍ସାହନ ରାଶି ଯାଇଛି। କଟକ ଜିଲ୍ଲା ଦୁଗ୍ଧ ସମବାୟ ସମିତି ସର୍ବାଧିକ ୧୩ କୋଟି ଟଙ୍କା ପ୍ରଦାନ ।ସଂପ୍ରତ୍ତି ରାଜ୍ୟରେ ମୋଟ ୧୧ଟି ଜିଲ୍ଲା ଦୁଗ୍ଧ ସମବାୟ ସମିତି ରହିଛି। ଏହି […]

ଚଳିତ ବର୍ଷ ଦେଶରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ।

ଚଳିତବର୍ଷର ଭାରତୀୟ ପାଣିପାଗ ବିଭାଗର ଭବିଷ୍ୟବାଣୀ ଉଭୟ ଚାଷୀ ଓ ଅର୍ଥବ୍ୟବସ୍ଥା ପାଇଁ ଖୁସି ଖବର ଆଣିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ନେଇ ପାଣିପାଗ ବିଭାଗର ଆକଳନ ଅନୁସାରେ,ଦେଶରେ ବର୍ଷା ସ୍ବାଭାବିକଠାରୁ ଅଧିକ ରହିବ । ମୌସୁମୀ ଋତୁରେ ୧୦୫ ପ୍ରତିଶତରୁ ଅଧିକ ବର୍ଷା ହେବ । ଏଲପିଏର ପରିମାଣ ୮୭ ସେଣ୍ଟିମିଟର ରହିବ । ଏଲନିନୋର ପ୍ରଭାବ ଦୂର୍ବଳ ରହିଥିବାରୁ ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି । […]

ତିନି ମାସରେ ଘର ଘର ବୁଲି ଆଶା କର୍ମୀ ଆୟୁଷ୍ମାନ କାର୍ଡ ବଣ୍ଟନ କରିବେ

ନିକଟରେ ଓଡ଼ିଶାରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ପିଏମ-ଜେଏୱାୟୀ)ର ଆରମ୍ଭ ହୋଇଯାଇଛି। ଏହି ଯୋଜନା ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରି, ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି ଯେ ରାଜ୍ୟର ପ୍ରାୟ ୩.୫ କୋଟି ବ୍ୟକ୍ତି ଏକୀକୃତ ସ୍ୱାସ୍ଥ୍ୟ ବୀମା ଯୋଜନାରୁ ଉପକୃତ ହେବେ। ତେବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଭୁବନେଶ୍ବର ଡୁମୁଡୁମାରେ ଘରକୁ ଘର ବୁଲି ଆୟୁଷ୍ମାନ କାର୍ଡ ବଣ୍ଟନ କରିଛନ୍ତି। କଟକ ସଦର ଵମ୍ଫକୁଦ ପ୍ରାଥମିକ ଚିକିତ୍ସାଳୟରେ ସାଂସଦ ଭର୍ତ୍ତୃହରି […]

ଆଜି ୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡ଼ି

ବିଜେଡିର ସାଙ୍ଗଠନିକ ନିର୍ବାଚନ ୨୦୨୫। ୩୩ ଜିଲ୍ଲା ମଧ୍ୟରୁ ୧୮ ଜିଲ୍ଲା ପାଇଁ ସଭାପତିଙ୍କ ନାଁ ଘୋଷଣା କଲା ବିଜେଡ଼ି।ପ୍ରେସ୍ ବିବୃତି ଅନୁଯାୟୀ, ଅନୁଗୁଳ ଜିଲ୍ଲାର ବିଜେଡି ସଭାପତି ପାଇଁ ବ୍ରଜକିଶୋର ପ୍ରଧାନ, ବରଗଡ ପାଇଁ ସୁଶାନ୍ତ କୁମାର ମହାପାତ୍ର, ଭଦ୍ରକ ପାଇଁ ଜଗନ୍ନାଥ ସ୍ଵାଇଁ, ବୌଦ୍ଧ ପାଇଁ ପ୍ରଦୀପ କୁମାର ଅମାତ, ଦେବଗଡ଼ ପାଇଁ ରୋମାଞ୍ଚ ରଞ୍ଚନ ବିଶ୍ଵାଳ, ଗଜପତି ପାଇଁ ପ୍ରଦୀପ ନାୟକ , ଜଗତସିଂହପୁର ପାଇଁ ପ୍ରଶାନ୍ତ କୁମାର ମୁଦୁଲୀ, ଯାଜପୁର ପାଇଁ […]

ପୁଣିଥରେ ଅଯୋଧ୍ୟା ରାମ ମନ୍ଦିରକୁ ବମ୍ ରେ ଉଡାଇଦେବାକୁ ଧମକ ମିଳିଛି ।

ପୁଣିଥରେ ଅଯୋଧ୍ୟା ରାମ ମନ୍ଦିରକୁ ବମ୍ ରେ ଉଡାଇଦେବାକୁ ଧମକ ମିଳିଛି । ଏହି ଧମକ ଶ୍ରୀରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଆଇଡିକୁ ଇମେଲ୍ ମାଧ୍ୟମରେ ପଠାଯାଇଛି । ଏନେଇ ଅଯୋଧ୍ୟାର ସାଇବର ଥାନାରେ ଏଫଆଇଆର ରୁଜୁ ହେଇଛି । ଏହାସହ ମନ୍ଦିରର ମଧ୍ୟ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି ।ଦାଖଲ ହୋଇଥିବା ଏଫଆଇଆରରେ କୁହାଯାଇଛି ଯେ, ମେଲ୍ ପଠାଇଥିବା ବ୍ୟକ୍ତି ନିଜକୁ ଆଇଏସଆଇ ସେଲ ତାମିଲନାଡୁର ଇନଚାର୍ଜ ଭାବରେ ପରିଚୟ ଦେଇଛନ୍ତି । ସେ ତାଙ୍କ […]

ଖୁବ୍‌ଶୀଘ୍ର ରିଲିଜ୍‌ ହେବ କଲାମଙ୍କ ବାୟୋପିକ୍‌

ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ବୈଜ୍ଞାନିକ ଡକ୍ଟର ଏପିଜେ ଅବଦୁଲ କଲାମ। ବର୍ତ୍ତମାନ ତାଙ୍କ ଜୀବନୀ ଉପରେ ଏକ ବାୟୋପିକ୍‌ ଖୁବଶୀଘ୍ର ରିଲିଜ୍‌ ହେବାକୁ ଯାଉଛି । ଯାହାର ପୋଷ୍ଟର ଏବେ ସାମ୍ନାକୁ ଆସିଛି । ଏହି ଫିଲ୍ମରେ ଡକ୍ଟର କଲାମଙ୍କ ଜୀବନ ଯାତ୍ରାକୁ ବଡ଼ ପରଦାରେ ଆଣିବାକୁ ଯାଉଛନ୍ତି ଫିଲ୍ମ ନିର୍ମାତା ।ଅଭିଷେକ ଅଗ୍ରୱାଲ ଏବଂ ଏ.କେ. ଏଣ୍ଟରଟେନମେଣ୍ଟସ୍ ଦ୍ୱାରା ନିର୍ମିତ ଏହି ଚଳଚ୍ଚିତ୍ରଟି ଏ.ପି.ଜେ. ଅବଦୁଲ କଲାମ ଇଣ୍ଟରନେସନାଲ ଫାଉଣ୍ଡେସନର ସହଯୋଗରେ ନିର୍ମାଣ କରାଯାଉଛି […]

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ।ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି ।ବର୍ତ୍ତମାନ […]

ବିକ୍ରି ହୋଇପାରେ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ !

ଅଡୁଆରେ ମାର୍କ ଜକରବର୍ଗ । ବିକ୍ରି କରିବାକୁ ପଡ଼ିପାରେ ସବୁଠୁ ବଡ଼ ଆପ୍‌ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ । ବିଶ୍ୱର ଦୁଇ ବିଶାଳ ସୋସିଆଲ ମିଡିଆ ଆପ୍‌ ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌ ଆମେରିକାର ଧନୀ ବ୍ୟକ୍ତି ମାର୍କ ଜକରବର୍ଗଙ୍କ ମାଲିକାନାରୁ ଖସିଯିବାର ସମ୍ଭାବନା ରହିଛି ।ବଜାରରେ ପ୍ରତିଯୋଗିତା ଶେଷ କରିବା ଏବଂ ଏକଚାଟିଆ ଆଧିପତ୍ୟ ବିସ୍ତାର ଲାଗି ଇନଷ୍ଟାଗ୍ରାମ ଏବଂ ହ୍ଵାଟସଆପ୍ କିଣିଥିଲା ମେଟା। ଏନଇ ଅଭିଯୋଗ ଆଣିଛନ୍ତି ଆମେରିକାର ପ୍ରତିସ୍ପର୍ଦ୍ଧା ଏବଂ ଖାଉଟି ନିୟାମକ। ମେଟାର […]

୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ଏସଏଚଜି ମହିଳା

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସଏଚଜି ମହିଳାଙ୍କ ପାଇଁ ଘୋଷଣା କଲେ ଖୁସି ଖବର । ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ଏସଏଚଜି ମହିଳା । ଏସଏଚଜି ମହିଳାଙ୍କୁ ସୁଧମୁକ୍ତ ଋଣ ପ୍ରଦାନ ଅବଧି ଆଉ ବର୍ଷେ ବଢ଼ିଲା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ୩୧ ମାର୍ଚ୍ଚ ସୁଦ୍ଧା ଶେଷ ଅବଧି ୨୦୨୫-୨୬ ଆର୍ଥିକ ବର୍ଷକୁ ବଢ଼ିଲା ।ମହିଳାଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକରା […]