ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ ଜୁନ ୩୦ ଯାଏଁ ରାସନକାର୍ଡ ସହ ଆଧାର ଲିଙ୍କ କରାଯାଇପାରିବ। ଫଳରେ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ମିଳିଛି।ଆଧାରକୁ ରେସନ କାର୍ଡ ସହିତ ସଂଯୋଗ କରିବା ପଛରେ ମୂଳ ଉଦ୍ଦେଶ୍ୟ ହେଉଛି ଏକାଧିକ ରାସନ କାର୍ଡ ଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଉପୁଜିଥିବା ସମସ୍ୟାର ସମାଧାନ କରିବା । […]
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ମଧ୍ୟରୁ ଯେଉଁମାନେ ଯୋଗ୍ୟ ତାଙ୍କୁ ଟଙ୍କା ପ୍ରଦାନ କରାଯିବ। ଜିଲ୍ଲା ୱାରି ଆବେଦନର ସର୍ଭେ କରାଯିବ। ଜିଲ୍ଲାରୁ ରିପୋର୍ଟ ଆସିବା ପରେ ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ କରାଯାଇ ତୃତୀୟ କିସ୍ତି ଦିଆଯିବ।ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା […]
SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ଯେଉଁମାନେ ୨ ଥର ୪ବର୍ଷରୁ ଅଧିକ ରହି ସାରିଛନ୍ତି […]
ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୮ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପର ବିଶେଷ ପ୍ରଭାବ ରହିବନି। ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।ଲଘୁଚାପ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ବଙ୍ଗୋପ ସାଗର ତଥା ପଶ୍ଚିମ ଆଣ୍ଡାମାନ […]
ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ , ଓଡ଼କପା ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ସହ ବାଲ ବାଟିକା ର ଶୁଭାରମ୍ଭ ହୋଇଯାଇଛି।ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେନାପତି ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଗ୍ରାମ ସଭାପତି ଗୌରାଙ୍ଗ ଖିଲାର,ସମ୍ପାଦକ ଅଖିଳ ପ୍ରଧାନ,ସି ଆର୍ ସି ସି ବୀରକିଶ୍ଵର ବଳବନ୍ତ ସିଂହଙ୍କ ଉପସ୍ଥିତିରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ସହ ବାଲ୍ ବାଟିକାର ଶୁଭାରମ୍ଭ ହୋଇଥିଲା।ପୁରୋହିତ ମନ୍ତ୍ର ପାଠ ସହ […]
ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରାଢ଼ିପି ପଞ୍ଚାୟତ ରଗଡ଼ି ସାହି ଗ୍ରାମରେ ଶ୍ରୀ ରଘୁନାଥ ଜୀଉଙ୍କ ସାମୁହିକ ଗୋଷ୍ଠୀକେନ୍ଦ୍ର ନୂତନ ଗୃହ ଉଦଘାଟନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶ୍ରୀ ରଘୁନାଥ ଜୀଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇ ସାମୁହିକ ଗୋଷ୍ଠୀକେନ୍ଦ୍ର ନୂତନ ଗୃହ ଶୁଭ ଉଦଘାଟନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ଆଗାମୀ ମଇ ୧୧ ତାରିଖ ଦିନ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ଗଣ ଧାରଣା ଚେତାବନୀ ଦେଇଛି। ବାରମ୍ବାର ଦାବି ପରେ ଗତ ଜାନୁଆରୀ ମାସରୁ ଦଶପଲ୍ଲା-ପୁରୀ ପାସେଞ୍ଜର ଟ୍ରେନକୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା ପାଇଁ ପୂର୍ବତଟ ରେଳ ପକ୍ଷରୁ ନଭେମ୍ବର ୧୪ ତାରିଖ ୨୦୨୪ ମସିହାରେ ଚିଠି ନଂ-୪୭୫ରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। […]
ଆଜି ପବିତ୍ର ରାମନବମୀ । ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ । ଶ୍ରୀରାମଙ୍କ ଜନ୍ମଭୂମି ଅଯୋଦ୍ଧା ସମେତ ସାରା ଦେଶରେ ବଡ଼ ଧୁମ୍ଧାମ୍ ଜାକଜମକରେ ପାଳିତ ହୋଇଥାଏ ରାମନବମୀ । ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ବ୍ରତଧାରୀମାନେ ଏହିଦିନ ଉପବାସ କରନ୍ତି । ସୂର୍ଯ୍ୟାସ୍ତ ପରେ ବ୍ରତ ସମାପନ କରିଥାଆନ୍ତି । ଏହି ଦିନ ପ୍ରାସାଦ ରୂପେ ଭଗବାନଙ୍କ ନିକଟରେ ପଞ୍ଚାମୃତ, ଶ୍ରୀଖଣ୍ଡ, ଖିରୀ ଓ […]
ନୂଆଗାଁ//ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ମହିପୂର୍ ପିଏ ମ୍ ଶ୍ରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ଏକ ଯୋଗ ଶିବିର ଆୟୋଜିତ ହୋଇଯାଇଛି।ବିଦ୍ୟାଳୟର ଅଧକ୍ଷ ଶ୍ରୀଯୁକ୍ତ ନିରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ସିଖେୟତ୍ରି ଯୋଗଦେଇଥିଲେ। ଯୋଗ ଶିକ୍ଷକ ପରମାନନ୍ଦ ପରିଡ଼ାଙ୍କ ଦ୍ଵାରା କୈଶୋର ଶିକ୍ଷା କାର୍ଯ୍ୟକ୍ରମରେ ବିଭିନ୍ନ ଆସନ ଯଥା ସୂର୍ଯ୍ୟନମସ୍କାର, ସଡାସନ, ବୃକ୍ଷାସନ,କଟିଚକ୍ରାସନ,ପଶ୍ଚିମୋତାନସନ ,ମତ୍ସ୍ୟସନ , ମଣ୍ଡୁକାସନ୍, ଉଷ୍ଟ୍ରାସନ୍,ଭୂଜାଙ୍ଗାସନ୍,ସର୍ବଙ୍ଗାସନ୍ , ଚକ୍ରାସନ୍, ଓ ଶ୍ରିସାସନ୍,ଆଦି କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ପ୍ରଥମ ଶ୍ରେଣୀ ଠାରୁ […]
ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି। ଖୋର୍ଦ୍ଧା ଜିଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।ତେବେ ମୃତ୍ୟୁ ପୂର୍ବରୁ ଯୁବକଜଣକ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଥିବା ଜଣାପଡିଛି । ଭିଡିଓରେ ସ୍ତ୍ରୀ ନିର୍ଯାତନା ଦେଉଥିବା କଥା ଉଲ୍ଲେଖ କରିଥିଲେ । ଏହାପରେ ଟ୍ରେନ ଆଗକୁ […]
ରାମନବମୀ ପାଇଁ କଟକ ସହରରେ ପୋଲିସ ଫ୍ଲାଗ୍ ମାର୍ଚ୍ଚ କରିଛି । ଡିସିପିଙ୍କ ନେତୃତ୍ବରେ ଦୁଇଟି ଆଇଆରବି ବାଟାଲିୟନ ଜବାନ ଓ ଓଏସଏପି ଷଷ୍ଠ ବାଟାଲିୟନ ଜବାନଙ୍କ ସହ ଅତିରିକ୍ତ ଡିସିପି, ସବୁ ଜୋନର ଏସିପି ଓ ସବୁ ଥାନାର ଆଇଆଇସି ମାନେ ଏହି ଫ୍ଲାଗ୍ ମାର୍ଚ୍ଚରେ ସାମିଲ ହୋଇଥିଲେ । ଚୌଧୁରୀ ବଜାରରୁ ବାହାରି ଝୋଲା ସାହି, ଦୋଳ ମୁଣ୍ଡେଇ, ରାଣୀହାଟ, ମଙ୍ଗଳାବାଗ,ବକ୍ସି ବଜାର ଦେଇ ସହର ପରିକ୍ରମା କରିଛିନ୍ତି ।ସୁରକ୍ଷା ଦୃଷ୍ଟିରୁ ଆସନ୍ତାକାଲି ସହରରେ […]
ଆୟୁଷ୍ମାନ ଭାରତକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରେସମିଟ ଜାରି କରିଛନ୍ତି। ଆୟୁଷ୍ମାନ ଭାରତକୁ ନେଇ ସେ ବଡ଼ ଘୋଷଣା କରିଛନ୍ତି। ଏଣିକି ପରିବାରର ପ୍ରତି ସଦସ୍ୟଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ।। ପୂର୍ବରୁ ପରିବାର ପିଛା ଗୋଟିଏ କାର୍ଡ ମିଳୁଥିଲା ଏବେ ପରିବାରର ସମସ୍ତଙ୍କୁ ଏହି କାର୍ଡ ମିଳିବ ବୋଲି କହିଛନ୍ତି ମନ୍ତ୍ରୀ । ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା କରିପାରିବେ ଆୟୁଷ୍ମାନ କାର୍ଡ ହିତାଧିକାରୀ । ଘରୋଇ ଓ ସରକାରୀ ହସ୍ପିଟାଲରେ […]
