ୱାକଫ ବିଲରେ ଭୋଟିଂ ନେଇ ସସ୍ମିତଙ୍କ ବିରୋଧରେ ବଢିଲା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି । ବିଜେଡିର ଜଣଙ୍କ ପରେ ଜଣ ନେତା ସସ୍ମିତ ପାତ୍ରଙ୍କ ବିରୋଧରେ ମୁହଁ ଖୋଲିଛନ୍ତି । ପ୍ରଥମେ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲ । ଏବେ ପ୍ରତାପ ଜେନା । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ। ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ […]
ରବିବାର ପବିତ୍ର ଶ୍ରୀରାମ ନବମୀ । ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମଧ୍ୟାହ୍ନ ଧୂପ ପରେ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନରୁ ବଞ୍ଚିତ ହେବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ’ ଯୋଜନାର ଶୁଭାରମ୍ଭ । ଆସନ୍ତା ୧୧ ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ । ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରସ୍ତୁତି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ […]
ରାୟଗଡ:-ତା. ୪/୦୪-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଧେଶ ଅନୁଯାୟୀ ୧ ଏପ୍ରିଲ ୨୦୨୫ ଠାରୁ ୧୪ ଏପ୍ରିଲ ୨୦୨୫ପର୍ୟ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ଶ୍ରମ କାର୍ଯ୍ୟାଳୟ ରାୟଗଡ଼ ଙ୍କ ମିଳିତ ସହଯୋଗରେ ଆଜି ଅର୍ଥାତ୍ ୦୪-୦୪-୨୦୨୫ ତାରିଖ ସକାଳ ୭.୩୦ମି ସମୟରେ ରାୟଗଡ଼ ସହର ରେ ଅବସ୍ଥିତ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ନିମନ୍ତେ […]
ଆଜିକାଲି ଉପଲବ୍ଧ ଅଧିକାଂଶ ସ୍ମାର୍ଟଫୋନ ବା ଫୋନରେ ଦୁଇଟି ସିମ୍ ପଡିପାରୁଛି। ହେଲେ ବର୍ତ୍ତମାନ ଭାରତୀୟ ବଜାରରେ ଏକ ଏଭଳି ଫୋନ ଲଞ୍ଚ ହୋଇଛି, ଯେଉଁଥିରେ ୩ଟି ସିମ୍ କାର୍ଡ ବ୍ୟବହାର ହୋଇପାରିବ। ଏହି ଫେସ୍କୁ ସ୍ମାର୍ଟଫୋନ ମେକର କମ୍ପାନୀ itel ପକ୍ଷରୁ ଲଞ୍ଚ କରାଯାଇଛି। ଫୋନର ନାମ itel King Signal । ଚୀନର ମୋବାଇଲ ନିର୍ମାତା କମ୍ପାନି ଆଇଟେଲ ଏହି ଅଭିନବ ଫିଚର ଫୋନକୁ ଭାରତରେ ଲଞ୍ଚ କରିଛି, ଯାହା ଗ୍ରାମାଞ୍ଚଳ ଓ ନେଟୱାର୍କ […]
ଯାଜପୁର ପାଣିକୋଇଲି ଥାନା ପୁରୁଣା ଟୋଲଗେଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ । ଘଟଣା ସ୍ଥଳରେ କୁନିପୁଅ ଆଖି ସାମ୍ନାରେ ଚାଲିଗଲା ମାଆଙ୍କ ଜୀବନ । ଗୁରୁତର ବାପାଙ୍କ ଚିକିତ୍ସାଧିନ ଅବସ୍ଥାରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଛି ।ସୂଚନାଯୋଗ୍ୟ ଯେ, ଗୋଟିଏ ପରିବାରର ବାପା-ମା’ ଓ ତାଙ୍କର ୪ ବର୍ଷର ଶିଶୁ ପୁତ୍ର ଏକ ବାଇକ୍ରେ କୁଆଖିଆ ଆଡୁ ପାଣିକୋଇଲି ଅଭିମୁଖେ ଯାଉଥିଲେ । ହଠାତ ପୁରୁଣା ଟୋଲଗେଟ୍ ନିକଟରେ ତାଙ୍କୁ ଏକ […]
ପୁଣି ବିବାଦରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ଥାନା ଅଧିକାରୀଙ୍କୁ ଗାଳିଗୁଲଜ କରିଥିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ଥାନା ଅଧିକାରୀଙ୍କୁ ଅସଭ୍ୟ ଭାଷାରେ ଗାଳି ଦେଇଥିବା ନେଇ ଥାନା ଅଧିକାରୀ କହିଛନ୍ତି ।ଘଟଣାଟି ହେଉଛି ନିକଟରେ ଗୋଲ ବଜାର ଛକରେ ଝଣ୍ଡା ଶୋଭାଯାତ୍ରାରେ କିଛି ଯୁବକ ଖଣ୍ଡା ପ୍ରଦର୍ଶନ କରିଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ଖଣ୍ଡା ବୁଲାଉଥିବା ପିଲାଙ୍କ ପାଖରୁ ଖଣ୍ଡା ଜବତ କରିବା ସହ […]
ଶନିବାର ପବିତ୍ର ଅଶୋକାଷ୍ଟମୀ। ଗଡ଼ିବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ । ରାମେଶ୍ୱର ଅଭିମୁଖେ ଯାତ୍ରାରମ୍ଭ କରିବ ରଥ। ରଥଗଡ଼ାରୁ ଘରଘର ନାଦ କରି ବାହାରିବ ପ୍ରଭୁଙ୍କ ରଥ । ଏହି ପଞ୍ଚ ଦିବସୀୟ ଯାତ୍ରାରେ ଏକାମ୍ରର ଆରାଧ୍ୟ ଶ୍ରୀଲିଙ୍ଗରାଜ, ଦୋଳଗୋବିନ୍ଦ ଏବଂ ଭଉଣୀ ରୁକ୍ମିଣୀ ରାମେଶ୍ୱରଙ୍କ ପୀଠକୁ ଯିବେ। ସେଠାରେ ୪ ଦିନ ଅବସ୍ଥାନ କରି ୯ ତାରିଖରେ ବାହୁଡ଼ା ଯାତ୍ରା କରିବେ। ତେବେ ଦିନ ୩.୩ ୦ ହେବ ରଥଟଣା । ରଥରେ ଚଢ଼ି […]
ସର୍ବଭାରତୀୟ ସ୍ତରରେ ଆଜିଠାରୁ ଆରମ୍ଭ ହୋଇଛି ବାଘ ଗଣନା। ବନ ବିଭାଗ ପକ୍ଷରୁ ଏଥିପାଇଁ ବିଭିନ୍ନ ଟିମ୍ ଗଠନ କରାଯାଇଛି। ଏହାସହ ବାରିପଦାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟରେ ମଧ୍ୟ ବାଘ ଗଣନା ଆରମ୍ଭ ହୋଇଛି। ବନ ବିଭାଗ ପକ୍ଷରୁ ଏଥିପାଇଁ ୮ଟି ଦଳରେ ୮୫ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସେମାନେ ଜଙ୍ଗଲରେ ବାଘର ପାଦଚିହ୍ନ, ଆମ୍ପୁଡ଼ା ଚିହ୍ନ ଓ ମଳମୂତ୍ରର ନମୁନାରୁ ବାଘ ଗଣତି କରିବେ। ଏଥିସହ ଶିମିଳିପାଳରେ ଲାଗିଥିବା ୩୦୦ରୁ ଅଧିକ ଟ୍ରାପ୍ କ୍ୟାମେରା […]
ଓଡ଼ିଶା ସରକାର ଶୁକ୍ରବାର ଦିନ ବ୍ୟବସାୟୀ ଓ ଦୋକାନୀମାନଙ୍କୁ ଚେତାବନୀ ଦେଇଛନ୍ତି। ଯଦି ସେମାନେ ନିଜ ଦୋକାନରେ ବା ବ୍ୟବସାୟିକ ପ୍ରତିଷ୍ଠାନରେ ଥିବା ସାଇନବୋର୍ଡରେ ଓଡ଼ିଆ ଭାଷା ବ୍ୟବହାର ନ କରିବେ, ତେବେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏ ନେଇ ଏକ ଅଭିଯାନ ଆରମ୍ଭ କରିଛି । ଯେଉଁଥିରେ ସବୁ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ସାଇନବୋର୍ଡ ଲାଗିବା ନିଶ୍ଚିତ କରାଯିବ।ଏ […]
ପୁଣି ଶସ୍ତା ହେଲା ସୁନା ଦର। ମଧ୍ୟବିତ୍ତ ପରିବାରଙ୍କୁ ଆଶ୍ୱସ୍ତି। ଗୋଟିଏ ଦିନରେ ୨୨ କ୍ୟାରେଟ୍ ସୁନା ଦର ୧୬ ଶହ ଟଙ୍କା କମିଥିବା ବେଳେ ୨୪ କ୍ୟାରେଟ୍ ସୁନା ୧୭୪୦ ଟଙ୍କା ଶସ୍ତା ହୋଇଛି । ବିଶେଷଜ୍ଞଙ୍କ ଅନୁମାନ ଆଗାମୀ ଦିନରେ ସୁନା ଦର ୪୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ପାଇପାରେ । ଏପରି ହେଲେ ସୁନା ପୁଣି ମଧ୍ୟବର୍ଗ କିଣିବା ସମ୍ଭବ ହୋଇପାରିବ ।ଗତ ବର୍ଷକ ମଧ୍ୟରେ ସୁନା ଦର ୩୫ରୁ ୪୫ ପ୍ରତିଶତ […]
ପେଟ୍ରୋଲ ପମ୍ପ ଲୁଟ ପାଇଁ ଯୋଜନା କରୁଥିବା ବେଳେ ୪ ଜଣ ଡକାୟତଙ୍କୁ ଗିରଫ କଲା ପୋଲିସ। ଅନୁଗୁଳ ଜିଲ୍ଲା ସରଧାପୁର ଗାଁ ମୁଣ୍ଡରେ କିଛି ଡକାୟତ ବସି ଡକାୟତି ଯୋଜନା କରୁଥିବା ଏକ ବିଶ୍ୱସ୍ତ ସୂତ୍ରରୁ ସଦର ଥାନା ପୋଲିସ ଖବର ପାଇଥିଲା। ଖବର ପାଇବା ପରେ ପୋଲିସ ସଦଳବଳେ ସେଠାରେ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ଫେରାର ହେବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ କାବୁ କରି ନେଇଥିଲା। […]
