ରାଜ୍ୟରେ ଟାଇଁଟାଇଁ ଖରା ହେଉଥିବା ବେଳେ ଆସନ୍ତାକାଲି ଠାରୁ ପାଣିପାଗ ବଦଳିବ। ପାଣିପାଗ ବିଭାଗ ଆଗାମୀ ୫ ଦିନଯାଏ ବର୍ଷା ସମ୍ଭାବନାର ଆଲର୍ଟ ଦେଇଛି।ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି ବର୍ଷା ପାଇଁ କୋରାପୁଟ, ମାଲକାନଗିରି,ନବରଙ୍ଗପୁର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଏହି ଜିଲ୍ଲାରେ ୪୦ରୁ ୫୦ କିମି ପବନ ମଧ୍ୟ ବହିବାର ସମ୍ଭାବନା ଅଛି |୪ ତାରିଖରେ […]
ରାଜ୍ୟରେ ଆଇନ ଶୃଙ୍ଖଳାକୁ ନେଇ ସରକାରଙ୍କ ଉପରେ ବର୍ଷିଛି ବିଜେଡ଼ି । ରାଜ୍ୟ ସରକାରଙ୍କୁ ବିରୋଧୀଦଳର ଉପନେତା କଡ଼ା ସମାଲୋଚନା କରିଛନ୍ତି । ବରିଷ୍ଠ ବିଜେଡ଼ି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ‘ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସରକାରଙ୍କ ନିୟନ୍ତ୍ରଣରେ ନାହିଁ । ରାଜଧାନୀ ସାମେତ ସାରା ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିଛି ।’ପ୍ରତି କଥାରେ ରାଜନୈତିକ ହସ୍ତକ୍ଷେପ ରହୁଛି । ସରକାରୀ ଦଳର ସାଧାରଣ କର୍ମୀ ପୋଲିସ କାମରେ ହସ୍ତକ୍ଷେପ କରୁଛନ୍ତି । ପୋଲିସ […]
ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ ବିଶ୍ବପ୍ରସିଦ୍ଧ ରଥଯାତ୍ରା ୫୪ତମ ସ୍ଥାନରେ ରହିଛି । ଏହା ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏ ନେଇ […]
୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଅବକାରୀ ନୀତି ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଛତିଶଗଡ଼ରେ ପୁଣି ଏନ୍କାଉଣ୍ଟର । ଛତିଶଗଡ଼ ବିଜାପୁର ଓ ଦାନ୍ତେଓ୍ୱାଡ଼ା ସୀମାନ୍ତରେ ପୁଣି ଥରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଯେଉଁଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଗତକାଲି ଛତିଶଗଡ ଦାନ୍ତେୱାଡା ରେ ଯବାନଙ୍କ ଏନକାଉଣ୍ଟରରେ ମଧ୍ୟ ୩ ମାଓବାଦୀ ନିପାତ ହୋଇଥିଲେ । ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମରେ ଟଳି ପଡିଥିଲେ ୩ ମାଓବାଦୀ । ବିଜାପୁର-ଦାନ୍ତେୱାଡା ସୀମାବର୍ତ୍ତୀ ଜଂଗଲ ରେ ଗୁଳି ବିନିମୟ ଚାଲିଥିଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରମଜାନ ମାସର ଶେଷଦିନରେ ଚାନ୍ଦ ଦର୍ଶନ ପରେ ଇସଲାମ ଧର୍ମର ବଡ଼ ପର୍ବ ଇଦୁଲ୍ ଫିତର୍ ନମାଜ୍ ସିନ୍ଦୁରିଆ ଇଦଗାହ୍ ଠାରେ ମୌଲାନା ଜଲାଲୁଦ୍ଦିନ୍ ଖାଁ ମିଫତାହିଙ୍କ ଦ୍ଵାରା ପାଠ କରାଯାଇଅଛି l ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ଶତାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ l ରମଜାନ ମାସ ଇସଲାମ ଧର୍ମର ପବିତ୍ର ମାସ ହୋଇଥିବା ବେଳେ ମାସର ପ୍ରଥମ ଚାନ୍ଦ ଦର୍ଶନ ପରେ ଏହି ପବିତ୍ର ମାସ ଆରମ୍ଭ ହୋଇଥାଏ l ଇସଲାମ […]
ସରିଗଲା ସମୟ, ଆଉ କରିପାରିବେନି ଆବେଦନ। ଆଜି ଥିଲା ଶେଷ ତାରିଖ। ସୁଭଦ୍ରା ଯୋଜନାରେ ଆସିସାରିଛି ୨ୟ କିସ୍ତି ଟଙ୍କା । ରାକ୍ଷୀ ପୂର୍ଣ୍ଣିମାରେ ଆସିବ ୩ୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି । ପୂର୍ବରୁ ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏ ପଠାଇସାରିଛନ୍ତି ରାଜ୍ୟ ସରକାର । ମହିଳା ଦିବସରେ ଅର୍ଥାତ ମାର୍ଚ୍ଚ ୮ ତାରିଖରେ ଖାତାକୁ ଆସିଥିଲା ସୁଭଦ୍ରା ଯୋଜନା ଟଙ୍କା ।ସୂଚନାନୁସାରେ, ଚଳିତ ବର୍ଷ ମାର୍ଚ୍ଚ ୩୧ […]
ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରାକ୍ ମରାମତି କାମ । ସକାଳ ୭ଟା ୧୫ ସୁଦ୍ଧା ମରାମତି କାମ ସରିଥିବା ନେଇ ସୂଚନା ମିଳିଛି । ଖୁବ୍ଶୀଘ୍ର ଟ୍ରେନ୍ ଚଳାଚଳ ହେବା ନେଇ ସୂଚନା ଦେଇଛି ରେଲୱେ ବିଭାଗ । ସୂଚନାଥାଉକି, ରବିବାର ପୂର୍ବାହ୍ଣ ୧୧ଟା ରେ ବେଙ୍ଗାଲୁରୁରୁ ଗୌହାଟୀ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍ର ୧୧ଟି ବଗି ମଙ୍ଗୁଳି ରେଳଷ୍ଟେସନ୍ ନିକଟରେ ଲାଇନ୍ଚ୍ୟୁତ ହୋଇଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୧୬ ଜଣ […]
ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉ ମାନଙ୍କର ଖସାପଡା ନୀତି । ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ । ଖସାପଡା ନୀତି ଶ୍ରୀଜିଉ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ ।ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି […]
ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ବିରିୟାନୀ, ଲଛା, ସିମେଇ , ଖଜୁର ଓ ସର୍ବତ ପ୍ରସ୍ତୁତ ହୋଇ ରହିଛି ।ଆଜି ଇଦ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ। ଦିନ ସାରା ଉପବାସ ରହି ରାତିରେ ରୋଜା ପାଳୁଥିଲେ। ଏହା […]
ରାୟଗଡା ତା ୩୦-୩-୨୦୨୫ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ପଡିଆ ଠାରେ ରବିବାର ଦିନ ଅନ୍ତୋଦୟ ଗୃହ ଯୋଜନା ନାମକ ନୂତନ ଯୋଜନାର ଶୁଭାରମ୍ଭ ହୋଇଛି। ଏହା ସହିତ କଳାହାଣ୍ଡିରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ ଏହି ଯୋଜନାର ସିଧାପ୍ରସାରଣ କରାଯାଇଥିଲା । ଜିଲ୍ଲାପାଳ ପାରୁଲ ପଟାୱରୀ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଶୁଭାରମ୍ଭ କରିଥିଲେ । କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଶଙ୍କର ଉଲ୍ଲାକା, ରାୟଗଡ଼ା ବିଧାୟକ ଶ୍ରୀଯୁକ୍ତ ଆପାଲାସ୍ଵାମୀ କାଡ୍ରାକା, […]
ରାୟଗଡ଼ – ରାୟଗଡ଼ ସହର ମଧ୍ୟ ଦେଇ ଦିନରାତି ୨୪ ଘଣ୍ଟା ଭାରି ଯାନ ଚଳାଚଳ ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟେକ ଦିନ ରାୟଗଡ଼ ସହରକୁ ୧୦ ଗୋଟି ବ୍ଲକଏବଂ ଆଖପାଖ ଗ୍ରାମାଞ୍ଚଳରୁ ଲୋକେ ନିଜ ନିଜର ଜରୁରି କାମରେ ରାୟଗଡ଼ ଓ ବଜାରକୁ ଆସି ଥାଆନ୍ତି। କିନ୍ତୁ, ୨୪ ଘଣ୍ଟିଆ ଭାରି ଯାନ ଚଳାଚଳ ଯୋଗୁଁ ଟ୍ରାଫିକ ଜାମରେ ଫସି ରହିବା , ଯାତାୟାତରେ ବାଟ ନ ମିଳିବା ଦ୍ଵାରା ନାହିଁ […]
