ପାରାଦୀପରେ ହେବ ଗ୍ରୀନ ହାଇଡ୍ରୋଜେନ ହବ୍ । ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି । କହିଛନ୍ତି, ରାଜ୍ୟ ପ୍ରଗତିର ମୁଖଶାଳା ହେଉଛି ପାରାଦୀପ ବନ୍ଦର । ପାରାଦୀପ ବନ୍ଦରଗୁଡିକୁ କାର୍ଯ୍ୟକ୍ଷମ କରାଯିବ । ବନ୍ଦର ଭିତ୍ତିକ ବିକାଶକୁ ଗୁରୁତ୍ୱ ଦିଆଯାଉଛି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୪୦ ହଜାର କୋଟି ନିବେଶରେ ହେବ ଗ୍ରୀନ୍ ହାଇଡ୍ରୋଜେନ୍ ହବ୍ । ଖାଲି ବାଣିଜ୍ୟ ବ୍ୟବସାୟ ନୁହେଁ, ପର୍ଯ୍ୟଟନ ଶିଳ୍ପକୁ ବିକଶିତ କରାଯିବ […]
ଉତ୍ତରପ୍ରଦେଶର ମିର୍ଜାପୁର ଜିଲାରେ ବୁଧବାର ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ଚୁନାର ରେଳ ଷ୍ଟେଶନରେ ପ୍ରାୟ ୫ ଜଣ ଲୋକ ଟ୍ରେନ୍ରେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସବିଶେଷ ସୂଚନା ନେବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।ଏହା ସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ […]
ଚାଷୀଙ୍କ ପାଇଁ ଖୁସି ଖବର ।ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ ଟଙ୍କା ଦେବେ ସରକାର । ଗ୍ରେଡ- ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ ୩୧୮୯ ଟଙ୍କା । ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଧାନ କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା […]
ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଦୁଇ ଦିନିଆ ପୋଲିସ ରିମାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ କୁରୁପତି ଭୂୟାଁ । ଉଭୟଙ୍କୁ ପୋଲିସ ୪ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିବା ବେଳେ କୋର୍ଟ ଦୁଇଦିନ ରିମାଣ୍ଡର ଅନୁମତି ଦେଇଛନ୍ତି। ତେବେ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଉମା ବିଷୋୟୀ ଓ ସାର୍ପ ସୁଟର କୁରୁପତି ଭୂୟାଁଙ୍କୁ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି […]
ଆଜି କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଆଜି ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ବଡ଼ି ଭୋରରୁ ଦ୍ବାରଫିଟା ପରେ ନୀତିକାନ୍ତି ବଢିବା ସହ ଚାଲିଛି ସର୍ବସାଧାରଣ ଦର୍ଶନ । କାର୍ତ୍ତିକ ପୂର୍ଣ୍ଣିମାରେ ମହୋଦଧିରେ ସ୍ନାନ ସହିତ ମହାପ୍ରଭୁଙ୍କୁ ଦର୍ଶନ କଲେ, ମହାପୁଣ୍ୟ ମିଳିଥାଏ ବୋଲି ରହିଛି ବିଶ୍ବାସ। ସେଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼। ପ୍ରବଳ ଭିଡ଼ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। […]
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମ ମାସ କାର୍ତ୍ତିକର ଶେଷ ଦିନ । ଡଙ୍ଗା ଭସାଇବା ପାଇଁ ପୋଖରୀ, ନଦୀ ଆଦି ବିଭିନ୍ନ ଜଳାଶୟରେ ଭିଡ ଜମିଛି । ଧୂପ,ଦୀପ, କର୍ପୁର ମହକରେ ପରିବେଶ ସୁଗନ୍ଧିତ ହୋଇଉଠିଛି । ତା’ସାଙ୍ଗକୁ ହୁଳହୁଳି ଓ ଘଣ୍ଟର ତାନ ସଭିଙ୍କ ମନରେ ଭରିଦେଇଛି ଆଧ୍ୟାତ୍ମିକ ଭାବନା ।କାର୍ତ୍ତିକ ପୂର୍ଣ୍ଣିମା ଦିନ କାର୍ତ୍ତିକ ବ୍ରତର ଉଦ୍ଯାପନ କରାଯାଇଥାଏ । ଏହି ପୂର୍ଣ୍ଣିମାର ଅନ୍ୟନାମ ରାସ ପୂର୍ଣ୍ଣିମା। ଓଡ଼ିଶାର ଆଚାର ବିଚାର, […]
ସଜେଇ ହେଲାଣି ଐତିହାସିକ ବାଲିଯାତ୍ରା ପଡ଼ିଆ । ପ୍ରଶାସନ ତରଫରୁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଆସନ୍ତାକାଲି ସକାଳୁ ମହାନଦୀ ପଠାରୁ ବିଭିନ୍ନ କାର୍ୟ୍ୟକ୍ରମ ଆରମ୍ଭ ହେବା ସହିତ ସଂଧ୍ୟାରେ ରହିଛି ବାଲିଯାତ୍ରାର ଉଦଘାଟନୀ ଉତ୍ସବ । ଦୀର୍ଘ ୮ ଦିନ ଧରି ଚାଲିବ ଏସିଆ ମହାଦେଶର ସର୍ବବୃହତ ମୁକ୍ତାକାଶ ବାଣିଜ୍ୟ ମେଳା ।ତ ଦିନିଆ ଏହି ଉତ୍ସବରେ ପ୍ରବଳ ଭିଡ଼ ଆଶଙ୍କା କରି ଶୃଙ୍ଖଳିତ ଯାତାୟାତ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।ଏହି କଟକଣା ନଭେମ୍ବର ୫ରୁ […]
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ। ଜମିର ମ୍ୟୁଟେସନ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ପିପିଲି ତହସିଲ ବନ୍ତଳସିଂ ଆରଆଇ ଜୀବନ କିଷ୍ଣା ପରିଡା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କ ନିକଟରୁ ଭିଜିଲାନ୍ସ ଟିମ୍ ୬୦ ହଜାର ଟଙ୍କା ଜବତ କରିଛି।ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ RI ଜୀବନ କୃଷ୍ଣ ପରିଡ଼ା ୬ଟି ପୈତୃକ ପ୍ଲଟର ମ୍ୟୁଟେସନ ଆବେଦନ ପାଇଁ କେସ୍ ପିଛା ୧୫,୦୦୦ ଟଙ୍କା ହିସାବରେ ମୋଟ ୯୦,୦୦୦ ଟଙ୍କା ଦାବି କରିଥିଲେ। ଅଭିଯୋଗକାରୀଙ୍କ […]
ଭାରତୀୟ ରିଜର୍ଭ ବ୍ୟାଙ୍କ ଅନୁଯାୟୀ, ଆସନ୍ତାକାଲି ନଭେମ୍ବର 5 ତାରିଖରେ ମିଜୋରାମ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଓଡ଼ିଶା, ଚଣ୍ଡିଗଡ଼, ଉତ୍ତରାଖଣ୍ଡ, ତେଲେଙ୍ଗାନା, ଅରୁଣାଚଳ ପ୍ରଦେଶ, ରାଜସ୍ଥାନ, ଜମ୍ମୁ ଏବଂ କାଶ୍ମୀର, ଉତ୍ତର ପ୍ରଦେଶ, ନାଗାଲାଣ୍ଡ, ପଶ୍ଚିମବଙ୍ଗ, ଦିଲ୍ଲୀ, ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ହିମାଚଳ ପ୍ରଦେଶରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ। ସୂଚନାମୁତାବକ ନଭେମ୍ବର 5 ତାରିଖରେ ସାରା ଦେଶରେ ଗୁରୁ ନାନକ ଜୟନ୍ତୀ ଏବଂ କାର୍ତିକ ପୂର୍ଣ୍ଣିମା ପାଳନ କରାଯିବ। ଏହି କାରଣରୁ, ଅନେକ ରାଜ୍ୟରେ ବ୍ୟାଙ୍କ ବନ୍ଦ […]
ଛତିଶଗଡ଼ର ବିଳାସପୁରରେ ବୁଧବାର ଭୟଙ୍କର ଟ୍ରେନ୍ ଦୁର୍ଘଟଣା ।ଲାଲଖାଦନ ନିକଟସ୍ଥ ଜୟରାମନଗର ରେଳ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି। ହାଓଡ଼ା ରୁଟ୍ ରେ ଯାତ୍ରା କରୁଥିବା ଏକ ଯାତ୍ରୀବାହୀ ଟ୍ରେନ୍ ମାଲବାହୀ ଟ୍ରେନ୍ ସହିତ ଧକ୍କା ହୋଇଛି। ଫଳରେ ମାଲବାହୀ ଟ୍ରେନ୍ ର ଅନେକ ବଗି ଲାଇନଚ୍ୟୁତ ହୋଇଛି। ଅନେକ ଲୋକ ଆହତ ହୋଇଛନ୍ତି।ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟ ପାଇଁ ରେଲୱେ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳକୁ ଯାଇଛି […]
୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। ଏହି ସମୟରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ନେଇ ସିଏଚଏସଇ ପକ୍ଷରୁ ସୂଚନା ମିଳିଛି। । ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୨ ଶହ ଟଙ୍କା ଜରିମାନାରେ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ବଢିଲା। ୬ ଶହ ଟଙ୍କା ଜରିମାନାରେ ଫର୍ମପୂରଣ ଅବଧି ନଭେମ୍ବର ୧୯ରୁ ୨୧କୁ ବୃଦ୍ଧି କରାଯାଇଛି।ପୂର୍ବରୁ ଫର୍ମପୂରଣ ଶେଷ ତାରିଖ ଅକ୍ଟୋବର […]
ସୁଦାନରେ ଜଣେ ଓଡ଼ିଶାର ବାସିନ୍ଦାଙ୍କୁ ରାପିଡ୍ ସପୋର୍ଟ ଫୋର୍ସ (ଆର୍ ଏସ୍ ଏଫ୍) ଦ୍ୱାରା ବନ୍ଦୀ କରାଯାଇଥିବ ଜଣାପଡିବା ପରେ ତାଙ୍କୁ ସୁରକ୍ଷିତ ଭାବରେ ଫେରାଇ ଆଣିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଭାରତ ସରକାର ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ଅନୁରୋଧ କରିଛନ୍ତି । ସୂଚନାମୁତାବକ ଆଫ୍ରିକୀୟ ଦେଶ ସୁଦାନରେ ଗୃହଯୁଦ୍ଧ ଚାଲିଥିବାବେଳେ ବିଦ୍ରୋହୀମାନେ ଜଣେ ଓଡ଼ିଆ ଯୁବକଙ୍କୁ ଅପହରଣ କରି ନେଇଛନ୍ତି । ଅପହୃତ ଓଡ଼ିଆ ଯୁବକ […]
