ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର ।ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ। ତେବେ ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁନଥିବାରୁ ଖାତାଦେଖା କେନ୍ଦ୍ର […]
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଡିଏ ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି।କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ପ୍ରଚଳିତ ମୁଦ୍ରାସ୍ଫୀତି ହାର ଏବଂ ସେମାନଙ୍କର ମୂଳ ଦରମା ଆଧାରରେ ମହଙ୍ଗା ଭତ୍ତା ପ୍ରଦାନ କରାଯାଏ, […]
ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍ । ପୈତୃକ ସମ୍ପତ୍ତିର ଭାଇ ଭାଗ ପଟ୍ଟା କରାଇ ଦେବା ପାଇଁ ମାଗିଥିଲେ ଲାଞ୍ଚ । ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ ନାୟକଙ୍କ ଜମି ଭାଗ କରାଇଦେବା ପାଇଁ ସେ ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟ ଠାରେ ଆବଦେନ କରିଥିଲେ। ହେଲେ ଏହି ଭାଗ ବଣ୍ଟା ପାଇଁ ତାଙ୍କୁ ସତ୍ୟପ୍ରିୟ […]
ବିଧାୟକ ଓ ପୂର୍ବତନ ବିଧାୟକ ମାନଙ୍କ ପେନସନ୍ ବୃଦ୍ଧି ନେଇ ଶୁନ୍ୟକାଳରେ ଦାବି ଉଠାଇଲା ବିଜେଡି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, “ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ ଆସିଛନ୍ତି । ତେବେ । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉ ନାହିଁ ବୋଲି ପ୍ରମିଳା […]
ଆସନ୍ତା ୨୯ ତାରିଖରେ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେବ। ଉତ୍ତର ଆମେରିକା, ଗ୍ରୀନ୍ଲ୍ୟାଣ୍ଡ, ଆଇସ୍ଲ୍ୟାଣ୍ଡ, ଉତ୍ତର ଆଟ୍ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷରେ ଏହା ଦୃଶ୍ୟମାନ ହେବ। ତେବେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଭାରତ କିମ୍ବା ଓଡିଶାରେ ଦୃଶ୍ୟମାନ ହେବ ନାହିଁ। କେତେକ ସ୍ଥାନରେ ଏଥର ସର୍ବାଧିକ ସୂର୍ଯ୍ୟୋପରାଗ ୯୦ ପ୍ରତିଶତ ହେବ । ଏହା ଭାରତୀୟ ସମୟ ଦିନ ୨ଟା ୨୦ ମିନିଟ୍ରୁ ଆରମ୍ଭ ହୋଇ ୪ଟା ୧୭ ମିନିଟ୍ରେ ସର୍ବାଧିକ […]
ରାୟଗଡ଼ – ରାୟଗଡ଼ କୋରାପୁଟ ଛକ ନିକଟରେ ଗୋଟିଏ ଟ୍ୟାଙ୍କର MP 19ZL2247 କୋରାପୁଟ ପଟରୁ ଆସୁଥିବା ବେଳେ, ରାୟଗଡ଼ ପଟରୁ ଏକ ୱାଗନ ର କାର ସହିତ ସମୟ 2ଟା ବେଳେ ଧକ୍କା ହୋଇଥିବାର ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ କିଏ କିଛି ଆହତ ହୋଇ ନ ଥିବା ସ୍ଥଳେ। ୱାଗନର କାର ଟିର ନମ୍ବର୍ OR 02 BA7501 ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯାଇଥିବା ଦେଖିବାକୁ ମିଳିଛି। କାର ଚାଳକ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସମଗ୍ର ବିଶ୍ଵରେ ମଂଚ ନାଟକର ବ୍ୟାପ୍ତି ସହ ନିର୍ଦ୍ଦେଶକ, ନାଟ୍ୟକାର,କଳାକାର, ମଂଚ ସହଯୋଗୀ ମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ୧୯୬୨ ମସିହାରୁ ପାଳିତ ହେଉଛି ବିଶ୍ୱ ନାଟ୍ୟ ଦିବସ। ଚଳିତ ବର୍ଷ ନୟାଗଡ଼ର ଦୁଇ ପ୍ରମୁଖ ନାଟ୍ୟ ଅନୁଷ୍ଠାନ ମଞ୍ଚାୟନ ଏବଂ ନାଟ୍ୟଧାରାର ମିଳିତ ସହଯୋଗରେ ସ୍ଥାନୀୟ ନ୍ୟୁ ଜନତା କଂପ୍ଲେକ୍ସ ପରିସରରେ ପାଳିତ ହୋଇଯାଇଛି ବିଶ୍ୱ ନାଟ୍ୟ ଦିବସ । ନାଟ୍ୟଧାରାର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନା ଚକ୍ରରେ ମୁଖ୍ୟଅତିଥି ଭାବେ […]
ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ। ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୪୦ ଜଣ ପିଲା ଥିଲେ, ସ୍କୁଲ ଖୋଲିବାର ବ୍ୟବସ୍ଥା ରହିଛି। ତେଣେ ନନ୍ ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୨୦ ଜଣ ପିଲା ଥିଲେ, ସ୍କୁଲ ଖୋଲାଯିବ। ଏବେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ କଲେଜ ଗୁଡିକରେ ୭୭,୭୨୨ ଛାତ୍ରୀ ପଢୁଛନ୍ତି । […]
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଆଜି ଅର୍ଥାତ୍ ୨୮ ମାର୍ଚ୍ଚରେ ସୁନାର ମୂଲ୍ୟ ବୃଦ୍ଧି ପାଇଛି। ୨୪ କ୍ୟାରେଟ ୧୦ ଗ୍ରାମ ସୁନା ୮୯,୮୫୦ ଟଙ୍କାରେ କାରବାର ହେଉଛି। ସେହି ସମୟରେ, ୨୨ କ୍ୟାରେଟ ୧୦ ଗ୍ରାମ […]
ଓଡ଼ିଶା ହେବ ଶିଳ୍ପ ହବ୍ । ୪୦ତମ ହାଇଲେଭଲ କ୍ଲିଏରାନ୍ସ ଅଥରିଟି ବୈଠକରେ ୧୦ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ଇସ୍ପାତ, ଆଲୁମିନିୟମ, ବିଦ୍ୟୁତ ଉତ୍ପାଦନ, ସବୁଜ ହାଇଡ୍ରୋଜେନ, ଇଞ୍ଜିନିୟରିଂ ସାମଗ୍ରୀ ଏବଂ ସବୁଜ ଶକ୍ତି ଉପକରଣ ସମେତ ପ୍ରମୁଖ କ୍ଷେତ୍ରକୁ ବ୍ୟାପିଛି। ଏହା ରାଜ୍ୟରେ ୫୧,୯୩୯ ରୁ ଅଧିକ ନିଯୁକ୍ତି ସୃଷ୍ଟି କରିବ ବୋଲି ଆଶା କରାଯାଉଛି।ରାୟଗଡ଼ାରେ ୨ଟି, କେନ୍ଦୁଝରରେ ୨ଟି, ଗଞ୍ଜାମରେ ୨ଟି, ଭଦ୍ରକ, ମୟୂରଭଞ୍ଜ, କଟକ ଏବଂ ଖୋର୍ଦ୍ଧାରେ […]
ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ରହିଛି। କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି କହିଲା ଏନଏଚଆରସି । ସମ୍ବେଦନଶୀଳ ଘଟଣାକୁ ହାଲୁକା ଭାବେ ନେଇଥିଲେ କର୍ତ୍ତୃପକ୍ଷ । ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ କରିଥିଲେ ୨ ଜଣିଆ ଏନଏଚଆରସି ଟିମ୍ ।କିଟ୍ ବିଶ୍ୱବିଦ୍ୟାଳୟର […]
କଂଗ୍ରେସ କର୍ମୀଙ୍କ ଆକ୍ରମଣରେ ୧୫ ପୋଲିସ କର୍ମଚାରୀ ଆହତ ଘଟଣା । କ୍ୟାପିଟାଲ ହସ୍ପିଟାଲରେ ଆହତଙ୍କୁ ଭେଟିବା ପରେ ରାଗିଗଲେ ପୋଲିସ ଡିଜି । ପୋଲିସ ବର୍ଦ୍ଦିରେ ହାତ ମାରିଥିବା ଅସାମାଜିକଙ୍କୁ ଛଡ଼ାଯିବନି । ଖୋଜି ଖୋଜି ଧରା ଯିବ। ତାଙ୍କୁ ଜେଲରେ ପୂରାଯିବ। ସେମାନଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୋଲିସ୍ ଡିଜି।ଆନ୍ଦୋଳନର ନାଁରେ ହିଂସା ଓ ପୋଲିସ ଉପରେ ଆକ୍ରମଣ ଘଟଣା ସାଧାରଣ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। […]
