କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନଫର୍ମର ସନ୍ଦେହ ଏହି ହତ୍ୟାକାଣ୍ଡ କରିଛନ୍ତି ମାଓବାଦୀ।ଅନ୍ୟପକ୍ଷେ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି।ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ନେଇ ସର୍ଚ୍ଚ ଅପରେଶନ ଆରମ୍ଭ କରିଛି।
ଇଣ୍ଡୋନେସିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ସେଥିରେ ୩୦୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡିଛି । ନିଜ ଜୀବନ ବଞ୍ଚାଇବା ପାଇଁ ଜାହାଜରୁ ଅନେକ ଯାତ୍ରୀମାନେ ମଧ୍ୟ ଡେଇଁ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ୨୮୦ ଜଣଙ୍କୁ ଉଦ୍ଧାର କରାଯିବା ସହ ସେମାନଙ୍କୁ ସ୍ତାନାନ୍ତର କରିବାର ପ୍ରୟାସ ଜାରି ରହିଛି । ଯାହାର ଭିଡିଓ ସାମ୍ନାକୁ ଆସିଛି ।ତେବେ ଶତାଧିକ […]
ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି ।ପୂର୍ବ ସରକାରଙ୍କ ସମୟରେ ଛାତ୍ରୀଛାତ୍ରଙ୍କ କମ୍ ଉପସ୍ଥାନ ଥିବା ରାଜ୍ୟର ପ୍ରାୟ ୭୭୫୧ଟି ବିଦ୍ୟାଳୟକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହାକୁ ସେତେବେଳେ ଭାଜପା ସମେତ ବିଭିନ୍ନ ମହଲରୁ ତୀବ୍ର ବିରୋଧ କରାଯାଇଥିଲା। ଏହାଦ୍ୱାରା ସ୍କୁଲରେ ଡ୍ରପ୍ଆଉଟ୍ ହାର ବଢ଼ିବ। ବିଶେଷକରି ଦୁର୍ଗମ ଅଞ୍ଚଳରେ ଛାତ୍ରୀଛାତ୍ର ଶିକ୍ଷାଦାନରୁ ବଞ୍ଚତ୍ତ […]
ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ସସପେଣ୍ଡ କରାଯାଇଛି। NSUI ତାଙ୍କୁ ସସପେଣ୍ଡ କରାଯାଇଥିବା ସୂଚନା ଦେଇଛନ୍ତି NSUI ରାଷ୍ଟ୍ରୀୟ ସଭାପତି ବରୁଣ ଚୋଧୁରୀ। । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ ।ଜଣେ ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ଦେଇ ଦୁଷ୍କର୍ମ କରିବା ନେଇ ଛାତ୍ରୀ ଜଣକ ଲିଖିତ ଅଭିଯୋଗ କରିଥିଲେ। ମଞ୍ଚେଶ୍ୱର […]
ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ତଦନ୍ତକୁ ଜୋରଦାର କରିଛି ପୋଲିସ। ଏକାସଙ୍ଗେ ତିନିଟି ଟିମ୍ ଭିନ୍ନ ଭିନ୍ନ ସ୍ଥାନରେ ତଦନ୍ତ କରୁଛନ୍ତି । ଗୋଟିଏ ଟିମ୍ ପୀଡ଼ିତାଙ୍କ ଘରେ ପହଞ୍ଚିଥିବା ବେଳେ ଅନ୍ୟ ଏକ ଟିମ୍ ପୀଡ଼ିତାଙ୍କ ସାଙ୍ଗଙ୍କ ଘରେ ପହଞ୍ଚିଛି । ସେହିପରି ଆଉ ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଗତକାଲି ବିଳମ୍ବିତ ରାତିରେ ମଧ୍ୟ ପୋଲିସର ସ୍ପେଶାଲ ଟିମ୍ ପୀଡ଼ିତାଙ୍କ ଘରେ ଛାନଭିନ୍ କରିଛି। ବଳଙ୍ଗା ବଜ଼ାରର […]
ଗତକାଲି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ରାତି ଅଧରେ ପ୍ରଶ୍ନପତ୍ର ପ୍ରଘଟ ଦର୍ଶାଇ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ଶିକ୍ଷକମାନେ ମର୍ମାହତ ହୋଇଛନ୍ତି। ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ।ଏତେ ସଂଖ୍ୟକ ଶିକ୍ଷକ ପରୀକ୍ଷା ଦେବାପାଇଁ ପ୍ରଶ୍ନପତ୍ର ଓ ପରୀକ୍ଷା ପରିଚାଳନା ଦାୟିତ୍ବ ମାଧ୍ୟମିକ ଶିକ୍ଷା ପରିଷଦକୁ ଦିଆଯାଇଥିଲା। ମାଧ୍ୟମିକ ଶିକ୍ଷା ପରିଷଦର ପରିଚାଳନା ତ୍ରୁଟି ଯୋଗୁଁ ଓଟିଇଟି ପରୀକ୍ଷା ହୋଇପାରି ନାହିଁ ଓ ଶିକ୍ଷା ବିଭାଗ ବଦନାମ […]
ସହରରୁ ଗାଁ ପର୍ଯ୍ୟନ୍ତ ଅନେକ ପେଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। କେଉଁଠି ବାସି ଖାଦ୍ୟ ବିକ୍ରି ହେଉଛି ତ ପୁଣି କେଉଁଠି ଦୂଷିତ ପାଣି ବ୍ୟବହାର ଯୋଗୁଁ ଲୋକ ଝାଡ଼ାବାନ୍ତି ଭଳି ସ୍ବାସ୍ଥ୍ୟ ସମସ୍ୟା ଭୋଗୁଛନ୍ତି। ଏସବୁ ରୋକିବା ପାଇଁ ଖାଦ୍ୟ ନିରାପତ୍ତା ବିଭାଗ ରହିଛି। ବିଭାଗର ମାନବ ସମ୍ବଳ ଅଭାବ ଯୋଗୁଁ ଅପମିଶ୍ରଣ ରୋକିବାରେ ସକ୍ଷମ ହୋଇପାରୁନି।ଏଣିକି ଖାଦ୍ୟ ସାମଗ୍ରୀରେ ହେବ ନାହିଁ ଅପମିଶ୍ରଣ। ଏହାକୁ ରୋକିବାକୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଉଛି। ବିଭାଗ ପକ୍ଷରୁ […]
ହିମାଚଳ ପ୍ରଦେଶରୁ ଏକ ଅଜବ ବିବାହ ଖବରରେ ଅଛି। ଯାହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଏଠାରେ ହାତୀ ଜନଜାତିର ଦୁଇ ଭାଇ ଜଣେ ମହିଳାଙ୍କୁ ବିବାହ କରିଛନ୍ତି, ଯାହାକୁ ପୁରୁଣା ବହୁପତି ବିବାହ ତଥା ସ୍ଥାନୀୟ ଭାଷାରେ ‘ଯୋଡିଦାରା’ କୁହାଯାଏ)।ଏହି ବିବାହ ବହୁପତି ପରମ୍ପରା ଅନୁଯାୟୀ ହୋଇଯାଇଛି । ଯାହା ଏହି ଜନଜାତିରେ ଶତାବ୍ଦୀ ଧରି ଚାଲିଆସୁଛି । ଜୁଲାଇ ୧୨ ରୁ ଆରମ୍ଭ ହୋଇ ଏହି ବିବାହ ତିନି ଦିନ ଧରି […]
ସ୍କୁଲରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ମାମଲାରେ ଦୁଇ ଜଣ ଶିକ୍ଷକଙ୍କୁ ଗିରଫ କରିଛି ରାଇବଣିଆ ପୋଲିସ । ରାଇବଣିଆ ଥାନା ଚମାର ଗାଁସ୍ଥିତ ପି .ଏନ ହାଇସ୍କୁଲର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ଯାଳୟର ଗଣିତ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଦୀର୍ଘ ଦୀର୍ଘ ୩ ମାସ ଧରି ଅଶ୍ଳୀଳ ଇଙ୍ଗିତ କରିବା ସହିତ ଅସାଦାଚରଣ କରୁଥିବା ଅଭିଯୋଗ କରିଥିଲେ ।ଏହାକୁ ବିରୋଧ କରିବାରୁ ଶିକ୍ଷକ ଛାତ୍ରୀଙ୍କୁ ପରୀକ୍ଷାରେ ଫେଲ କରାଇ […]
ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି।ଏହାଦ୍ବାରା ୨୩ ଓ ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ […]
ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇଷ୍ଟ୍ ହଷ୍ଟେଲ୍ରେ ରହୁଥିବା ୟୁଜି ପ୍ରଥମ ବର୍ଷର କିଛି ଛାତ୍ରଙ୍କୁ କିଛି ସିନିୟର୍ ଛାତ୍ର ରାଗିଂ କରିଥିବା ଅଭିଯୋଗକୁ ଆଧାର କରି କାର୍ଯ୍ୟନୁଷ୍ଠାନ । ବିଳମ୍ବିତ ରାତିରେ ଖବର ପାଇ ହଷ୍ଟେଲରେ ପହଞ୍ଚି ଥିଲେ କୁଳପତି, ୱାଡେନ୍ ଏବଂ ଅନ୍ୟାନ୍ୟ ଅଧ୍ୟାପକ। ଅଭିଯୋଗର ତଦନ୍ତ କରିବ ଏକ କମିଟି ।ଆଗରୁ ମଧ୍ୟ ଏହିଭଳି ଘଟଣା ଅନେକ ଥର ଦେଖିବାକୁ ମିଳିଛି, […]
ବଳାତ୍କାର ଉଦ୍ୟମ ମାମଲାରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ – ରାୟଗଡ଼ ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି। ଜଣେ ମହିଳାଙ୍କ ଅଭିଯୋଗକୁ ଆଧାର କରି ପୋଲିସ କେସ ନଂ ୨୫୫ରେ ମାମଲା ରୁଜୁ କରି ରମେଶ ବେହେରାଙ୍କୁ ଗିରଫ କରିଛି। […]
