୨୦୨୫ ମାର୍ଚ୍ଚ ୨୨ ଶନିବାର ବିଶ୍ୱ ଆର୍ଥ ଆଓ୍ବାର ପାଳନ କରାଯିବ।

୨୦୨୫ ମାର୍ଚ୍ଚ ୨୨ ଶନିବାର ବିଶ୍ୱ ଆର୍ଥ ଆଓ୍ବାର ପାଳନ କରାଯିବ। ବିଶ୍ୱର ବିଭିନ୍ନ ଭାଗରେ ଜନସାଧାରଣ ଓ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ରାତି ୮ଟା ୩୦ରୁ ୯ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ୧ ଘଣ୍ଟା ପାଇଁ ବିଦ୍ୟୁତ୍‌ ଲାଇଟ୍‌ଗୁଡ଼ିକୁ ବନ୍ଦ କରିବେ। ପ୍ରତିବର୍ଷ ୱାର୍ଲଡ୍‌ ୱାଇଡ୍‌ ଫଣ୍ଡ ଫର୍‌ ନେଚର ପକ୍ଷରୁ ବିଶ୍ୱବ୍ୟାପୀ ଏହାକୁ ପାଳନ କରାଯାଇ ଆସୁଛି । ଏହି କ୍ରମରେ ଚଳିତ ବର୍ଷର ଥିମ୍‌ ରହିଛି “The Power of Nature”।ବର୍ତ୍ତମାନ ବିଶ୍ୱର ୧୯୦ରୁ […]

ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ସୁନା ଦର

ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା […]

ଯାଜପୁର ଜାରକା ଆର୍‌ଡି ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀଙ୍କ ଘରେ ମାରାଥନ୍‌ ରେଡ୍‌

ବ୍ୟବସାୟରେ ଲାଞ୍ଚ ଟଙ୍କା ଲଗାଉଥିଲେ ସରକାରୀ ବାବୁ । ଯାଜପୁର ଜାରକା ଆର୍‌ଡି ଡିଭିଜନର କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କ ଘରେ ଚଢ଼ାଉ ବେଳେ ଏସବୁ କାରନାମା ପଦାକୁ ଆସିଛି । ଭୁବନେଶ୍ୱର ସଦର ବାଲିଅନ୍ତା ଥାନା ବେଣ୍ଟପୁର ଗାଁରେ ଭୀମସେନଙ୍କ ଘର । ତାଙ୍କର ଆଲିସାନ ଘର ସାଙ୍ଗକୁ ସିଲିଂ ଦେଖି ଭିଜିଲାନ୍ସ ଟେରା ।ଗତକାଲି ସନ୍ଧ୍ୟାରେ କଟକ ଟାଙ୍ଗୀ ସ୍ଥିତ ଟୋଲ ପ୍ଲାଜା ନିକଟରୁ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡିଥିଲେ ଭୀମସେନ । ଜଣେ […]

IFS ସ୍ତରରେ ବଡ଼ ଧରଣର ଅଦଳବଦଳ

ରାଜ୍ୟ ସରକାର ଆଜି (୨୧ ମାର୍ଚ୍ଚ) ବରିଷ୍ଠ ଆଇଏଫଏସ ଅଧିକାରୀମାନଙ୍କର ଏକ ବଡ଼ ଧରଣର ବଦଳି କରିଛନ୍ତି। ଏହି ସମ୍ପର୍କରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏକ ବିଜ୍ଞପ୍ତି ପ୍ରକାଶ କରିଛି।ବିଜ୍ଞପ୍ତି ଅନୁଯାୟୀ, ୧୯୯୩ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର ଉମା ନନ୍ଦୁରୀଙ୍କୁ ପିସିସିଏଫ୍‌(କେଏଲ୍‌) ଭାବେ ନିଯୁକ୍ତ କରାଯାଇଥିବା ବେଳେ ଉକ୍ତ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର ପ୍ରେମକୁମାର ଝା’ଙ୍କୁ ପିସିସିଏଫ୍‌(ବନ୍ୟପ୍ରାଣୀ) ଏବଂ ସିଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ ସହିତ ଓଡ଼ିଶା ବନନିଗମ ପରିଚାଳନା ନିର୍ଦ୍ଦେଶକ, ଡ. କେ. ମୃଗସେନ୍‌ଙ୍କୁ ପିସିସିଏଫ୍‌-ହପ୍‌ର […]

୨ ଦିନ ବନ୍ଦ ରହିବ ଶିମିଳିପାଳ

ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଏହି ସୂଚନା ଦେଇଛନ୍ତି। ଏମିତିରେ ଦୁଇ ତିନି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ହେଉଛି। […]

ରାମ ନବମୀ ଏବଂ ଇଦ୍ ପାଇଁ କମିଶନରେଟ୍‌ ପୋଲିସ ପ୍ରସ୍ତୁତ

ଆଗକୁ ଆସୁଛି ଇଦ୍, ରାମ ନବମୀ, ହନୁମାନ ଜୟନ୍ତୀ। ତେଣୁ ଶାନ୍ତି ଶୃଙ୍ଖଳା ସହ ସବୁ ପର୍ବ ପାଳନ ପାଇଁ କମିଶନରେଟ ପୋଲିସର ସ୍ଵତନ୍ତ୍ର ଆକ୍ସନ ପ୍ଲାନ୍ ପ୍ରସ୍ତୁତ। ଦାଗୀ କ୍ରିମିନାଲଙ୍କୁ ତଡ଼ିପାର କରାଯିବ। ଆସନ୍ତା ୩୧ ତାରିଖରେ ଇଦ-ଉଲ-ଫିତର, ଏପ୍ରିଲ ୬ରେ ଶ୍ରୀରାମ ନବମୀ, ୧୪ ତାରିଖରେ ହନୁମାନ ଜୟନ୍ତୀ ଓ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି ।ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ […]

ଏହିସବୁ ଜିଲାକୁ କାଳବୈଶାଖୀ ସତର୍କତା

ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି।ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ।ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, […]

ଖୁବଶୀଘ୍ର ଓଡ଼ିଶା ଛାଡିବେ ଭି. କାର୍ତ୍ତିକ ପାଣ୍ଡିଆନ । କାରଣ ପାଣ୍ଡିଆନଙ୍କୁ ମିଳିଛି ବଡ଼ ଅଫର ।

ପୁଣି ଚର୍ଚ୍ଚାରେ ପାଣ୍ଡିଆନ । ହଁ, ଭିକେ ପାଣ୍ଡିଆନ । ପୂର୍ବତନ 5T ସଚିବ, ବିଜେଡିରେ ଏକଦା ଅଖଣ୍ଡ କ୍ଷମତାର ଅଧିକାରୀ ଥିବା ପାଣ୍ଡିଆନ ପୁଣି ଚର୍ଚ୍ଚାରେ । ଏଥର ଆଉ ଠିକଣା ନବୀନ ନିବାସ ନୁହେଁ ବରଂ ନୂଆ ଠିକଣା ।କୁହାଯାଉଛି ଯେ ପାଣ୍ଡିଆନଙ୍କୁ ଏକ ଅନ୍ତର୍ଜାତୀୟ ସଂସ୍ଥାରୁ ଅଫର୍‌ ମିଳିଛି। ଓଡ଼ିଶା କ୍ୟାଡରର ଆଇଏଏସ ଅଧିକାରୀ ପାଣ୍ଡିଆନ ୨୦୧୧ ମସିହାରେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବରେ ସିଏମଓରେ ଯୋଗ ଦେଇଥିଲେ। ୨୦୧୪ ଏବଂ […]

୨୬ ତମ ବିଶ୍ଵ କବିତା ଦିବସ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ୟୁନେସ୍କୋ ଦ୍ଵାରା ୧୯୯୯ ମସିହାରେ ମାର୍ଚ୍ଚ ୨୧ ତାରିଖକୁ ବିଶ୍ଵ କବିତା ଦିବସ ଭାବରେ ଘୋଷଣା କରାଯିବା ପରେ ବିଶ୍ଵ ତମାମ ଏହି ଦିବସଟିକୁ ବିଶ୍ଵ କବିତା ଦିବସ ଭାବରେ ପାଳିତ ହୋଇଆସୁଛି l ନୟାଗଡ଼ର ବିଭିନ୍ନ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସମୂହ ଏହି ଦିବସଟିକୁ ନୟାଗଡ଼ର ଖେଳପଡିଆ ମୁକ୍ତାକାଶ ତଳେ ପାଳନ କରୁଥିଲେ l ଦୁଇ ହଜାର ବାଇଶି ମସିହାରେ ଅସୁସ୍ଥ ଥିବା ବିଶିଷ୍ଟ ସାହିତ୍ୟିକ ତଥା ପ୍ରବଚକ ପଣ୍ଡିତ ଚନ୍ଦ୍ରମଣି ପ୍ରଧାନଙ୍କ […]

ସ୍ଥଗିତ ରହିଲା ୨ ଦିନିଆ ବ୍ୟାଙ୍କ ଧର୍ମଘଟ

ବନ୍ଦ ହେବ ନାହିଁ ବ୍ୟାଙ୍କ । ସ୍ଥଗିତ ରହିଲା ୨ ଦିନିଆ ବ୍ୟାଙ୍କ ଧର୍ମଘଟ । ୨୪ ଓ ୨୫ରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରହିଲା । ଆସନ୍ତା ୨୩ ତାରିଖ ମଧ୍ୟରାତ୍ରରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ ଏହି ଧର୍ମଘଟ ଡାକରା ଦିଆଯାଇଥିଲା। CLC ସହ ଆଲୋଚନା ପରେ ଧର୍ମଘଟକୁ ସ୍ଥଗିତ ରଖାଯାଇଥିବା ୟୁଏଫ୍‌ୟୁବ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।ବ୍ୟାଙ୍କ ସଙ୍ଘର ଦାବିକୁ ଶୁଣିବାକୁ ସରକାର ରାଜି ହୋଇଛନ୍ତି ବୋଲି […]

କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟର ୧୬ ତମ ବୈଠକରେ ମିଳିଛି ୧୦ ପ୍ରସ୍ତାବକୁ ମୋହର। ଶୁକ୍ରବାର, ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ । ୭୦ ବର୍ଷ ବୟସରୁ ଅଧିକ ଲୋକଙ୍କ ଲାଗି ‘ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି ବୋଲି ଶ୍ରୀ ମାଝୀ କହିଛନ୍ତି ।ଦେଶର ୨୯ ହଜାର […]

କୋଶଳୀକୁ ମିଳିବନି ରାଜ୍ୟ ଭାଷା ମାନ୍ୟତା ।

କୋଶଳୀକୁ ମିଳିବନି ରାଜ୍ୟ ଭାଷା ମାନ୍ୟତା । ଗୃହରେ ଏନେଇ ସ୍ପଷ୍ଟ କରିଛନ୍ତି ଓଡ଼ିଆ ଭାଷା, ସାହିତ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ଏହା କହିଛନ୍ତି ମନ୍ତ୍ରୀ । ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ।କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ପ୍ରସଙ୍ଗରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉତ୍ତର ପରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି […]