ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ଲକ ଶିକ୍ଷାଧିକାରୀ ଭାବେ ଗୋଟିଏ ପଦବୀରେ ଦୁଇ ଦୁଇଜଣ ଅଧିକାରୀ ଥିବା ସତ୍ତ୍ୱେ ଛାତ୍ରୀଛାତ୍ର ରାଜରାସ୍ତାରେ ଖରାରେ ବସି ଶିଝିବା ଏକ ଲଜ୍ଜାଜନକ ଘଟଣା ପାଲଟିଛି। ଆବଶ୍ୟକ ପରିମାଣରେ ଶ୍ରେଣୀ ଶିକ୍ଷକ ନାହାନ୍ତି । ଯାହା ଫଳରେ ପିଲାଙ୍କ ପାଠପଢା ବ୍ୟାହତ ହେଉଛି । ସୂଚନାନୁସାରେ ଏହି ସ୍କୁଲରେ ପ୍ରଧାନ ଶିକ୍ଷୟତ୍ରୀ ଅବସର ନେବେ ତେଣୁ ସେ […]
ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି ହାଟଡିହି ବ୍ଲକ ପନ୍ଦାଡ଼ୋ ପଞ୍ଚାୟତର ପୋଡାସିଙ୍ଗିଡି ଗାଁରେ ।ମାଆ ଭୁଲିଗଲା ମମତା । ତା ପାଇଁ ଅଲୋଡ଼ା ହୋଇଗଲେ ତାର ୫ଟା ଛୁଆ । ପର ପୁରୁଷ ପାଇଁ ଛାଡିଚାଲିଗଲା ତା ସୁନାର ସଂସାର । ନିଜର ୫ ଛୁଆ ଏବଂ ସ୍ୱାମୀକୁ ଛାଡି, ସବୁଠାରୁ ସାନ କଅଁଳ ଛୁଆଟିକୁ ଧରି ପର ପୁରୁଷ ସହ ଘର ଛାଡି ଫେରାର୍ ମାରିଲା । ଆଉ ଯିବାର ଦୁଇ ମାସ ଭିତରେ […]
ମାର୍ଚ୍ଚ ୫ ଅର୍ଥାତ୍ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ।ଆଉ ବିଜୁ ଜୟନ୍ତୀ ପାଳନ କରିବା ପାଇଁ ଜୟଦେବ ଭବନ ଆସିବେ ବୋଲି । ହେଲେ ଏବେ ସେସବୁ ଚର୍ଚ୍ଚା ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଯାହା ଅନୁମାନ କରାଯାଉଥିଲା ତାହା ସତ ହୋଇଛି। ବିଜୁ ଜୟନ୍ତୀ ସରକାରୀ ଉତ୍ସବକୁ ଆସିଲେନି ନବୀନ ପଟ୍ଟନାୟକ। ବହୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୫ମ ରାଜ୍ୟସ୍ତରୀୟ ନାଟ୍ୟ ମେଳାର ଚତୁର୍ଥ ସନ୍ଧ୍ୟାରେ ଦର୍ଶକଙ୍କୁ ବାନ୍ଧି ରଖିଥିଲା ସମ୍ବଲପୁରୀ ଭାଷାର ସମ୍ପୂର୍ଣ ପାରିବାରିକ ନାଟକ ‘ଭାବନୁ ଅଭାବ’ । ବୁଧବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ ବିଶିଷ୍ଟ ନାଟ୍ୟକାର ଅତିଶ କୁମାର ଶତପଥୀ ରଚନା ଏବଂ ନିର୍ଦ୍ଦେଶନା ଦେଇଥିଲେ। ଅଦୃଶ୍ୟ ନାଟ୍ୟାଶ୍ରମ, ସମ୍ବଲପୁର ପକ୍ଷରୁ ପରିବେଷିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଦୁଇଦିନ ଧରି ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ପ୍ରଚାର କାର୍ଯ୍ୟକ୍ରମ ଗ୍ରାମୀଣ ଆଇନ ସଚେତନତା କର୍ମୀମାନଙ୍କୁ ନେଇ ପ୍ରଥମ ଦିନରେ ନୟାଗଡ଼,ଖଣ୍ଡପଡ଼ା, ଭାପୁର ବ୍ଲକ୍ର ସହର ବଜାର ଓ ପଂଚାୟତର ଅଧିକାଂଶ ଗ୍ରାମକୁ ଯାଇ ପ୍ରଚାରପତ୍ର ଏବଂ ଡାକବାଜି ଯନ୍ତ୍ର ମାଧ୍ୟମରେ ଆସନ୍ତା ୮ ତାରିଖ ଶନିବାର ଦିନ […]
ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲା ଓଏସଇପିଏ ।ପୂର୍ବ ସରକାରରେ ସରକାରୀ ବିଲ୍ଡିଂଠାରୁ ଆରମ୍ଭ କରି ସ୍କୁଲର ରଙ୍ଗ ବଦଳିଥିଲା, ଯାହାକୁ ନେଇ ସରକାରଙ୍କୁ ସମାଲୋଚନା ମଧ୍ୟ କରାଯାଇଥିଲା । ସେପରି ବର୍ତ୍ତମାନର ସରକାର ସ୍କୁଲ ରଙ୍ଗ ବଦଳାଇବାର […]
ସୁଭଦ୍ରା ଯୋଜନାକୁ ନେଇ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି । ଯେପରି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବଞ୍ଚିତ ନହୁଅନ୍ତି ସେଥିପାଇଁ ଦ୍ୱାର ଠାରୁ ଦ୍ୱାର ହିତାଧିକାରୀଙ୍କୁ ଖୋଜା ଯିବ । ଡୋର ଟୁ ଡୋର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ଏବେ ସୁଦ୍ଧା ସୁଭଦ୍ରାରେ କୋଟିଏ ୮ ଲକ୍ଷ ମହିଳା ଆବେଦନ କରିଛନ୍ତି । ସେଥିରୁ ୫ ଟି ପର୍ଯ୍ୟାୟରେ ପ୍ରାୟ କୋଟିଏ ୨୦ ହଜାର ମହିଳାଙ୍କୁ […]
ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି Sarathi। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି। ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ଅନୁମତି।ଏହି ସର୍ତ୍ତ କୋହଳ କରିବାକୁ କୋର୍ଟ ସିଧାସଳଖ ମନା କରି ଦେଇଛନ୍ତି । କିନ୍ତୁ ଯିବା ଆଗରୁ ପୋଲିସ ଏବଂ ୭ ଦିନ ପୂର୍ବରୁ କୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।
ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ହେଲା । ଚାବି ହଜିବା କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ବାଧ୍ୟ ନୁହଁନ୍ତି ।ଚାବି ହଜିବା ଘଟଣାର ତଦନ୍ତ କରୁଥିଲେ ଜଷ୍ଟିସ ରଘୁବିର ଦାସ କମିଶନ । ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଇ ସାରିଛନ୍ତି କମିଶନ । ଚାବି […]
ହାତୀ ଘଉଡାଇବାକୁ ବନ ବିଭାଗ ନୟାନ୍ତ। ମଙ୍ଗଳବାର ଦିନ ଭଦ୍ରକ ଅଞ୍ଚଳରେ ବୁଲୁଥିବା ହାତୀ ଏବେ ଯାଜପୁରରେ ଡେରା ପକାଇଛି। ସୋମବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ଚଇନିପୁର ପଞ୍ଚାୟତ ଗଣେଶ୍ୱରପୁରରେ ଏକ ହାତୀ ବୁଲୁଥିବା ଦେଖିବାକୁ ମିଳିଥିଲା। ହାତୀ ଆସିଥିବା ଖବର ପାଇ ଜଙ୍ଗଲ ବିଭାଗ ଟିମ୍ ହାତୀର ଗତିବିଧି ଉପରେ ନଜର ରଖିଛି। ଲୋକଙ୍କ ଭିଡ଼ ଦେଖି ହାତୀଟି କୁମାରୀ ପାଟ ଦେଇ ଜାରକା ବଜାର ଭିତରକୁ ପଶି ଆସିଥିଲା । ଫଳରେ ଜନ […]
ଭୁବନେଶ୍ବରର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ପିନାକ ମିଶ୍ରଙ୍କଠାରୁ ଦାୟିତ୍ବ ନେଲେ ମୀନା ।ତେବେ ଦାୟିତ୍ୱ ନେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜଗମୋହନ ମୀନା କହିଛନ୍ତି ଯେ, ଅପରାଧ ତଦନ୍ତ ଏବଂ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ଗୁରୁତ୍ୱ ଦିଆଯିବ । ସାଧାରଣ ଲୋକଙ୍କ ପ୍ରତି ଯତ୍ନବାନ ହେବୁ । ଚାରିଆଡେ ସିସିଟିଭି ସର୍ଭେଲାନ୍ସ ବଢାଯିବ । ଆଗକୁ ସାଇବର ଥାନାକୁ ମଧ୍ୟ ସୁଦୃଢ କରାଯିବ । ନବନିଯୁକ୍ତ କନେଷ୍ଟବଳକୁ […]
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ତେବେ ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସ ରେ ସେ ଲେଖିଛନ୍ତି, ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ପରାକ୍ରମ, ପଞ୍ଚାୟତିରାଜ ବ୍ୟବସ୍ଥାକୁ […]
