ଆଜି ମାଟ୍ରିକ୍ ପରୀକ୍ଷାର ଗଣିତ ପରୀକ୍ଷା ଦେଉଥିଲେ ୧୦ମ ପରୀକ୍ଷାର୍ଥୀ। ବର୍ତ୍ତମାନ ଶେଷ ହୋଇଛି ଗଣିତ ପରୀକ୍ଷା। ଏହି ପରୀକ୍ଷାରେ କପି କରି ଧରାପଡ଼ିଛନ୍ତି ୫ ଜଣ ପରୀକ୍ଷାର୍ଥୀ।ଏଥର ମାଟ୍ରିକ ପରୀକ୍ଷା ସୁପରିଚାଳନା ପାଇଁ ୬୦୦ ନୋଡାଲ ସେଣ୍ଟର ଓ ପରୀକ୍ଷା କେନ୍ଦ୍ର ରୁ ଲାଇଭ ଷ୍ଟ୍ରିମିଙ୍ଗ କରାଯାଉଛି । ଆଜି ଗଣିତ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ। ପରୀକ୍ଷାକୁ କପି ମୁକ୍ତ କରିବା ପାଇଁ ବୋର୍ଡ ପକ୍ଷରୁ ୪୨ ଟି ସ୍କ୍ୱାଡ୍ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ […]
‘ମୋ ବସ୍’ ଜନିତ ଦୁର୍ଘଟଣା ଜାରି ରହିଛି। କଟକର ଗଣେଶ ଘାଟ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣେ ଅଟୋ-ରିକ୍ସା ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦାମାନେ ଚିନ୍ତା ପ୍ରକାଶ କରିଛନ୍ତି। ଘଟଣାସ୍ଥଳ ସ୍ଥାନୀୟ ଲୋକ ଏକାଠି ହୋଇ ଆହତକୁ ଉଦ୍ଧାର କରି ମେଡିକାଲ ପଠାଇଛନ୍ତି । ମୋ ବସଟି ହାଇକୋର୍ଟ ଆଡକୁ ଜୋରରେ ଯାଉଥିବା ବେଳେ ହଠାତ ଇଣ୍ଡିକେଟର ନ ଦେଇ ବାମ ପାର୍ଶ୍ବ କୁ ଅଟକି ଯାଇଥିଲା ଫଳରେ ପଛରେ ଆସୁଥିବା […]
ରାଜ୍ୟରେ ବାଲି ମାଫିଆମାନେ ମାତିଛନ୍ତି। ସରକାରୀ ସଂପତ୍ତି ଲୁଟ୍ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି। ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି।ଏଣିକି ବାଲି ତସ୍କରୀ ରୋକିବାକୁ ନୂଆ ଆଇନ ଅଣା ଯିବା ସହ ବାଲି ମାଫିଆଙ୍କ ବିରୋଧରେ ନିଆ ଯିବା ଦୃଢ଼ କାର୍ଯ୍ୟାନୁଷ୍ଠାନ । ଆଗରୁ ବାଲି ଖାଦାନ ରାଜସ୍ବ ବିଭାଗ ଅଧୀନରେ ଆସୁଥିଲା । ପୂର୍ବ ସରକାର ଏହାକୁ ମାଇନ୍ସ ବିଭାଗକୁ ଆଣିଲେ । ଏବେ ମାଇନ୍ସ ବିଭାଗରେ କର୍ମଚାରୀ ଅଭାବକୁ ଦୂର […]
ଆସନ୍ତା ମାର୍ଚ୍ଚ ୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କରିବେ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧ ଟା ରୁ ଆରମ୍ଭ ହେବ ଏବଂସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।
ପଶୁପାଳନ କ୍ଷେତ୍ରର ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ, ଓଡ଼ିଶା ସରକାର ୧ ମାର୍ଚ୍ଚ, ୨୦୨୫ ରୁ ପଶୁପାଳନ ପାଇଁ ମାଗଣାରେ ଚିକିତ୍ସା ଏବଂ ଟୀକାକରଣ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି।ଗାଈ, ଛେଳି ଏବଂ ମେଣ୍ଢା ଇତ୍ୟାଦି ପଶୁପାଳନ ପାଇଁ ଉପଭୋକ୍ତା ଫି ଛାଡ଼ କରାଯାଇଛି। ଲୋକମାନେ ମାର୍ଚ୍ଚ ୧ ରୁ ଏହି ମାଗଣା ପଶୁପାଳନ ସୁବିଧା ପାଇବେ,” ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।
ମାଟ୍ରିକ ପରୀକ୍ଷାରେ ଅନିୟମିତତା ଅଭିଯୋଗ । କାର୍ଯ୍ୟରୁ ନିଲମ୍ୱିତ ହେଲେ ୬ ଶିକ୍ଷକ । ବଲାଙ୍ଗିର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଳକର ୬ ଜଣ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି । ମଙ୍ଗଳବାର ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲରେ ମାଟ୍ରିକ୍ ପରୀକ୍ଷା ଚାଲିଥିବା ବେଳେ ପରିଦର୍ଶନ କରିଥିଲେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ କ୍ଷେତ୍ରୀ । ଏହି ସମୟରେ ପରୀକ୍ଷା କେନ୍ଦ୍ରରେ ଅନିୟମିତା ହେଉଥିବା ଦେଖି କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ସୁପାରିଶ […]
ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।ମାଟ୍ରିକ ପରୀକ୍ଷାର୍ଥି ଜଣକ ଦୁଇଟି ପରୀକ୍ଷା ଦେଇଥିବା ବେଳେ ଗତକାଲି ଶିବରାତ୍ରି ଅବସରରେ ଉପବାସ କରି ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ […]
ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ଭାଇଙ୍କୁ ହାଣି ପକାଇଲେ ଦୁର୍ବୃତ୍ତ। ବାଲେଶ୍ୱର ଜିଲ୍ଲା ନାଥପାଣି ଛକରେ ଏହି ଘଟଣା ଘଟିଛି। ଆହତମାନେ ହେଲେ ବାପୁ ପଣ୍ଡା ଓ ବାବି ପଣ୍ଡା। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି |ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି ।ତେବେ ଆକ୍ରମଣର କାରଣ ଜଣା ପଡିନଥିଲେ ମଧ୍ୟ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି।
ଶିବରାତ୍ରୀ ପାଇଁ ରାଜଧାନୀର ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ଥିବା ବେଳେ ହଠାତ୍ ବଡ ଅଘଟଣ ଘଟିଛି। ପ୍ରଥମ ଅଘଟଣ ଥିଲା ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ଦ୍ବିତୀୟ ଅଘଟଣ ହେଉଛି ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ ଖସିପଡିଛନ୍ତି। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ ଯୋଗେନ୍ଦ୍ର ସମର୍ଥାଙ୍କ ପୁଅ ଅଶ୍ୱିନୀ ସମର୍ଥା। ଏହି ଅଘଟଣ ପାଇଁ ପ୍ରଶାସନ ଅବହେଳାକୁ ଦାୟୀ କରିଛନ୍ତି। ସେ କହିଛନ୍ତି, […]
ବାଲେଶ୍ୱର ସହର ଉପକଣ୍ଠସ୍ଥ ସିନ୍ଧିଆ ପଞ୍ଚାୟତର ବାବୁରାମ ନାଥଙ୍କ ପୁଅ ଅବିନାଶ ନାଥ । ସବୁବେଳେ କିଛି ନୂଆ କରିବାର ପ୍ରୟାସ ତାଙ୍କୁ ସବୁବେଳେ ଚର୍ଚ୍ଚାରେ ରଖିଥାଏ । ଦେବ ଦେବ ମହାଦେବଙ୍କ ପବିତ୍ର ଜାଗର ଯାତ୍ରା ଅବସରରେ ତାଙ୍କର ନିଆରା କଳାକୃତି ତାଙ୍କୁ ପୁଣି ଚର୍ଚ୍ଚାକୁ ଆଣିଛି । ମହାଶିବରାତ୍ରୀ ଅବସରରେ ମନ୍ଦିର ପ୍ରାଙ୍ଗଣରେ ବସି ଏକ ୩ ସେଣ୍ଟିମିଟର କଞ୍ଚା ହଳଦୀରେ ପ୍ରଭୁ ମହାଦେବଙ୍କ ପ୍ରତିମୂର୍ତ୍ତିକୁ ଚିତ୍ର ମାଧ୍ୟମରେ ସ୍ଥାନିତ କରିଛନ୍ତି ।ପୂର୍ବରୁ ବି […]
ବରାତ୍ରି ଯାତ୍ରା ଦେଖି ଫେରୁଥିବା ବେଳେ ଅଘଟଣ । ଭାରସାମ୍ୟ ହରାଇ ୨୦ ଫୁଟ ବ୍ରିଜ ତଳକୁ ଖସି ପଡିଲେ ବାଇକ ଆରୋହୀ। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। କୋରାପୁଟ ଚାଟୁଆ ନିକଟସ୍ତ ଆନ୍ଧରିଘାଟ ବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପାଡୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର ପଟାଙ୍ଗି ଅଞ୍ଚଳର ବୋଲି ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ, ଶିବରାତ୍ରି ଉତ୍ସବ ପରେ ତିନି ଜଣ ଚଟୁଆ ଗାଁରୁ […]
ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି । ଶୀତରେ ଛାଡ଼ୁନି ତାତି । ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି । ଆଇପିସିସିର ଭୟାନକ ଆକଳନ ଅନୁସାରେ ୨୦୫୦ ମସିହା ବେଳକୁ ବିଶ୍ୱର ହାରାହାରି ତାପମାତ୍ରା ୨ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ରାଜ୍ୟରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ତେବେ ୨୮ରୁ ୨ରୁ ୩ […]
